"ବିଦ୍ୟୁତ୍-ଚୁମ୍ବକୀୟ ପ୍ରଭାବ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେ Bot: Automated text replacement (- ଙ୍କ +ଙ୍କ )
୧୬ କ ଧାଡ଼ି:
୧୮୨୦ ମସିହାରେ '''ହାନ୍ସ୍ ଖ୍ରୀଷ୍ଟିୟାନ୍ ଓରଷ୍ଟେଡ୍''' ପରୀକ୍ଷା କରି ଦେଖିଥିଲେ ଯେ ସ୍ଵିଚ୍ ଖୋଲି ବା ବନ୍ଦ କରି, ଏକ ତାରରେ ବିଦ୍ୟୁତ୍ ପ୍ରବାହ ହେଲେ ତାହା ପାଖରେ ଥିବା ଏକ ଦିଗବାରେଣୀ ଯନ୍ତ୍ରର ସୂଚୀ ବିକ୍ଷେପିତ ହୋଇଥାଏ । ବିଦ୍ୟୁତ୍ ପ୍ରବାହ ହେଲେ ତା’ ଚାରିପଟେ ସୃଷ୍ଟି ହୋଇଥିବା ଚୁମ୍ଵକୀୟ କ୍ଷେତ୍ରର ପ୍ରଭାବରେ ଏପରି ହୋଇଥାଏ କିନ୍ତୁ ସେ ଏହି ବିକ୍ଷୟରେ ଆଉ ଅଧିକ ବିବରଣୀ ଦେଇପାରିଲେ ନାହିଁ । ପରେ ଅଧିକ ପରୀକ୍ଷା କରି ସେ ବୈଦ୍ୟୁତିକ କ୍ଷେତ୍ର ଓ ଚୁମ୍ଵକୀୟ କ୍ଷେତ୍ର ମଧ୍ୟରେ ଘନିଷ୍ଠ ସମ୍ପର୍କ ରହିଥିବା କଥା ପ୍ରକାଶ କରିଥିଲେ । ବିଦ୍ୟୁତ୍-ଚୁମ୍ଵକତ୍ଵ କ୍ଷେତ୍ରରେ ଅବଦାନ ପାଇଁ ତାଙ୍କରି ନାମରେ ବିଦ୍ୟୁତ୍-ଚୁମ୍ଵକୀୟ ଉପପାଦନର ମାତ୍ରକକୁ ନାମିତ କରାଯାଇଛି । ଆହୁରି ମଧ୍ୟ ତାଙ୍କ ଗବେଷଣାକୁ ବ୍ୟବହାର କରି '''ଆଣ୍ଡ୍ରେ ମେରି ଆମ୍ପିୟର୍''' ବିଦ୍ୟୁତ୍ ପରିବାହକ ଓ ଚୁମ୍ଵକୀୟ ବଳ ମଧ୍ୟରେ ଗାଣିତିକ ସୂତ୍ରର ନିରୂପଣ କରିଥିଲେ । ଆମ୍ପିୟରଙ୍କ ନାମରେ ବିଦ୍ୟୁତ୍ ସ୍ରୋତର ମାତ୍ରକ ନାମିତ ହୋଇଅଛି ।
 
ଓରଷ୍ଟେଡଙ୍କ ଗବେଷଣା ଯୋଗୁଁ ପରବର୍ତ୍ତୀ ସମୟରେ '''ଏକକ ଶକ୍ତି ତତ୍ତ୍ଵ''' (ଈଂରାଜୀରେ Unified Concept of Energy)ର ସଂକଳ୍ପନା ସମ୍ଭବପର ହୋଇପାରିଲା । ପ୍ରଥମେ ମାଇକେଲ୍ ଫାରାଡ଼େ, ତା’ପରେ ମାକ୍ସୱେଲ୍, ପରବର୍ତ୍ତୀ ସମୟରେ ଓଲିଭର୍ ହିଭିସାଇଡ୍ ଓ ହାଇନରିଖ୍ ହର୍ଜ୍ ଙ୍କହର୍ଜ୍ଙ୍କ ଗବେଷଣା ଯୋଗୁଁ ଏକକ ଶକ୍ତି ତତ୍ତ୍ଵ ସମ୍ପୂର୍ଣ୍ଣ ଭାବେ ବିକଶିତ ହେଲା । ଏହାକୁ ଉନବିଂଶ ଶତାବ୍ଦୀରେ ଗାଣିତିକ ଭୌତିକ ବିଜ୍ଞାନର ଏକ ବୃହତ୍ ଉପଲବ୍ଧି ବୋଲି କୁହାଯାଇପାରେ ।  ଆଲୋକର ପ୍ରକୃତି କଣ ତାହା ଜାଣିବାରେ ଏହି ତତ୍ତ୍ଵ ସହାୟକ ହେଲା । ସେହି ସମୟରେ ପ୍ରସ୍ତାବିତ ବିଦ୍ୟୁତ୍-ଚୁମ୍ଵକତ୍ଵଠାରୁ ଏହା ଏକପଦ ଅଗ୍ରଗାମୀ ହୋଇ ଏକ ସାଧାରଣ ତତ୍ତ୍ଵର ବିକାଶ ହେଲା । ଆଲୋକ ଏବଂ ଅନ୍ୟ ବିଦ୍ୟୁତ୍-ଚୁମ୍ଵକୀୟ ତରଙ୍ଗ ପ୍ରମାତ୍ରିକ ରୂପ (ଈଂରାଜୀରେ Quantised Form) ଧାରଣ କରି '''ଫୋଟୋନ୍''' (ଈଂରାଜୀରେ Photon) ନାମରେ ଅଭିହିତ ହୁଅନ୍ତି । ଏହି ଫୋଟୋନ୍ ଦୋଳାୟମାନ ବିଦ୍ୟୁତ୍-ଚୁମ୍ଵକୀୟ କ୍ଷେତ୍ରର ଏକ ଅବ୍ୟବସ୍ଥା ଓ ଏହା ଯେ କୌଣସି ମାଧ୍ୟମରେ ସ୍ଵତଃ ପ୍ରସାରିତ ହୋଇଥାଏ । ଏହି ଦୋଳନର ଆବୃତ୍ତି ବିଭିନ୍ନ ପ୍ରକାରର ବିଦ୍ୟୁତ୍-ଚୁମ୍ଵକୀୟ ବିକୀରଣର ସୂଚକ । ନିମ୍ନ ଆବୃତ୍ତିରେ ଏହା ରେଡିଓ ତରଙ୍ଗ, ମଧ୍ୟମ ଆବୃତ୍ତିରେ ଏହା ଆଲୋକ ଓ ଉଚ୍ଚ ଆବୃତ୍ତିରେ ଏହା ଗାମା କିରଣର ରୂପ ନେଇଥାଏ। 
 
୧୮୦୨ ମସିହାରେ ଜିଆନ୍ ଡୋମେନିକୋ ରୋମାଗ୍ନୋସି ନାମକ ଜଣେ ଈଟାଲୀୟ ନ୍ୟାୟଶାସ୍ତ୍ରବିତ୍ ଓରଷ୍ଟେଡଙ୍କ ଭଳି ପରୀକ୍ଷଣ କରି  ଦିଗବାରେଣୀ ଯନ୍ତ୍ରର ସୂଚୀ ବିକ୍ଷେପିତ ହେବା କଥା ପ୍ରକାଶ କରିଥିଲେ ଓ ଏକ ଈଟାଲୀୟ ସମ୍ବାଦ ପତ୍ର ଏହାକୁ ପ୍ରକାଶ କରିଥିଲା । କିନ୍ତୁ ରୋମାଗ୍ନୋସି ବିଜ୍ଞାନ ସହ ଜଡିତ ନ ଥିବାରୁ ତାଙ୍କର ଏହି ପରୀକ୍ଷା ପ୍ରତି କେହି ବିଶେଷ ଧ୍ୟାନ ଦେଇନଥିଲେ । 
୩୪ କ ଧାଡ଼ି:
 
== ପାରମ୍ପରିକ ପରିଭାଷା ==
୧୬୦୦ ମସିହାରେ ୱିଲିୟମ୍ ଗିଲବର୍ଟ୍ ପ୍ରଥମେ ପ୍ରସ୍ତାବ ଦେଇଥିଲେ ଯେ ଉଭୟ ବୈଦୁତିକ ଶକ୍ତି ଓ ଚୁମ୍ଵକୀୟ ଶକ୍ତି ଯୋଗୁଁ ପଦାର୍ଥମାନଙ୍କ ମଧ୍ୟରେ ଆକର୍ଷଣ ଓ ବିକର୍ଷଣ ହୋଇଥାଏ । କିନ୍ତୁ ଦୁହେଁ ଭିନ୍ନ ଭିନ୍ନ ବଳ । ସେ କାଳରେ ସମୁଦ୍ରରେ ଯାତ୍ରା କରୁଥିବା ନାବିକମାନେ ଅନୁଧ୍ୟାନ କରିଥିଲେ ଯେ ବଜ୍ରପାତ ସମୟରେ ଦିଗବାରେଣୀ ଯନ୍ତ୍ରର ସୂଚୀ ବିକ୍ଷେପିତ ହୋଇଥାଏ । କିନ୍ତୁ ଏହାର କାରଣ କେହି ଜାଣି ନଥିଲେ । ୧୭୫୨ ମସିହାରେ ବେଞ୍ଜାମିନ୍ ଫ୍ରାଙ୍କଲିନ୍ ଙ୍କଫ୍ରାଙ୍କଲିନ୍ଙ୍କ ପରୀକ୍ଷାପରେ ଜଣା ପଡ଼ିଲା ଯେ ବଜ୍ରପାତ ସମୟରେ ବିଦ୍ୟୁତ୍-ପ୍ରବାହ ହୋଇଥାଏ।  ୧୮୦୨ରେ ରୋମାଗ୍ନୋସି ପ୍ରଥମେ ଏହାର କାରଣ ଆକସ୍ମିକ ଭାବେ ଜାଣିପାରି ତାହା ପ୍ରକାଶ କଲେ । କିନ୍ତୁ ୧୮୨୦ରେ ଓରଷ୍ଟେଡ୍ ନିଜ ବୈଜ୍ଞାନିକ ପରୀକ୍ଷାଦ୍ଵାରା ଏହାକୁ ସର୍ବବିଦିତ କରାଇଲେ । ତାଙ୍କ ଗବେଷଣାକୁ ବ୍ୟବହାର କରି ଆମ୍ପିୟର୍ ବିଦ୍ୟୁତ୍ ପରିବାହକ ଓ ଚୁମ୍ଵକୀୟ ବଳ ମଧ୍ୟରେ ଗାଣିତିକ ସୂତ୍ରର ନିରୂପଣ କରିଥିଲେ ।
 
୧୮୨୦ ରୁ ୧୮୭୩ ମସିହା ମଧ୍ୟରେ ଏହି ତତ୍ତ୍ଵର ବିକାଶରେ ଅନେକ ବୈଜ୍ଞାନିକ ଭାଗୀ ହେଲେ । ସେହି ସମୟରେ ଜେମସ୍ କ୍ଲାର୍କ୍ ମାକ୍ସୱେଲ ସମସ୍ତ ଗବେଷଣାକୁ ଏକ ସୂତ୍ରରେ ବାନ୍ଧିବାରେ ସମର୍ଥ ହେଲେ ଓ ଆଲୋକର ବିଦ୍ୟୁତ୍-ଚୁମ୍ବକୀୟ ପ୍ରକୃତିର ଆବିଷ୍କାର କରିଥିଲେ । ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵରେ ବିଦ୍ୟୁତ୍-ଚୁମ୍ଵକୀୟ କ୍ଷେତ୍ରର ଗୁଣ ମାକ୍ସୱେଲଙ୍କ ସମୀକରଣ ଦ୍ଵାରା ଓ ବିଦ୍ୟୁତ୍-ଚୁମ୍ଵକୀୟ ବଳର ମାପ ଲୋରେଞ୍ଜ୍ ବଳ ନିୟମ ଦ୍ଵାରା ନିରୂପିତ ହୋଇଥାନ୍ତି । 
 
ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵର ପାରମ୍ପରିକ ଯାନ୍ତିକ ବିଜ୍ଞାନ ସହିତ ମତାନ୍ତର ରହିଛି । କିନ୍ତୁ ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵ ବିଶେଷ ଆପେକ୍ଷିକ ତତ୍ତ୍ଵକୁ ସମର୍ଥନ କରେ । ମାକ୍ସୱେଲଙ୍କ ସମୀକରଣ ଅନୁସାରେ ଶୂନ୍ୟରେ ଆଲୋକର ବେଗ ସ୍ଥିର ଓ ଅପରିବର୍ତ୍ତନୀୟ । ଏହା କେବଳ ଶୂନ୍ୟର ବୈଦୁତିକ ଅନୁଜ୍ଞତା ଓ ବିଶିଷ୍ଟ ଚୁମ୍ଵକଶୀଳତା ଉପରେ ନିର୍ଭରଶୀଳ । କିନ୍ତୁ ସେ ସମୟରେ ଅନେକ ଦିନରୁ ଭୌତିକ ବିଜ୍ଞାନର ଭିତ୍ତିଭୂମି ସାଜିଥିବା ଗାଲିଲିଓଙ୍କ ନିଶ୍ଚରତା ନିୟମକୁ ଏହା ବିରୋଧ କରୁଥିଲା ।  ଉଦାହରଣ ସ୍ଵରୂପ: ପାରମ୍ପରିକ ବିଜ୍ଞାନ ଅନୁସାରେ ଏକ ସ୍ଥିର ବା ଗତିଶୀଳ ଉତ୍ସରୁ ବାହାରୁଥିବା ଆଲୋକର ବେଗ ସମାନ ହୋଇପାରିବ ନାହିଁ । ତେଣୁ ପାରମ୍ପରିକ ବିଜ୍ଞାନର ସହମତି ପାଇଁ ଶୂନ୍ୟରେ ଇଥର୍ ନାମକ ଏକ ମାଧ୍ୟମ ରହିଛି ଏବଂ ଆଲୋକ ଇଥର୍ ମାଧ୍ୟମରେ ଗତି କରେ ବୋଲି କୁହାଗଲା । କିନ୍ତୁ ସେତେବେଳେ ହୋଇଥିବା ସମସ୍ତ ପରୀକ୍ଷାରୁ ଏହା ସତ୍ୟ ବୋଲି ପ୍ରମାଣିତ ହୋଇପାରିଲା ନାହିଁ । ହେଣ୍ଡେରିକ୍ ଲୋରେଞ୍ଜ୍ ଓ ହେନେରି ପୋଇନକେର୍ ଙ୍କପୋଇନକେର୍ଙ୍କ ସହାୟତାରେ ୧୯୦୫ ମସିହାରେ ଆଇନ୍ ଷ୍ଟାଇନ୍ ବିଶେଷ ଆପେକ୍ଷିକ ତତ୍ତ୍ଵର ଆବିଷ୍କାର କଲେ ଓ ଏହି କାଳ୍ପନିକ ମାଧ୍ୟମ ଇଥର ସମ୍ଵନ୍ଧୀୟ ପ୍ରହେଳିକାର ଅନ୍ତ ହେଲା । ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵ ପାରମ୍ପରିକ ଯାନ୍ତ୍ରିକ ବିଜ୍ଞାନର ସମର୍ଥନ କଲାନାହିଁ କିନ୍ତୁ ବିଶେଷ ଆପେକ୍ଷିକ ତତ୍ତ୍ଵର ପରିଧୀରେ ଗୃହିତ ହେଲା ।  
 
ଆପେକ୍ଷିକ ତତ୍ତ୍ଵର ଏକ ସିଦ୍ଧାନ୍ତ ଅନୁସାରେ ଗତିଶୀଳ ପରିବେଶରେ ଚୁମ୍ବକୀୟ କ୍ଷେତ୍ରରେ ପରିବର୍ତ୍ତନ ହୋଇ ସେଥିରେ ଏକ ବୈଦୁତିକ ଅଂଶର ଉଦ୍ଭବ ହୁଏ । ସେହିପରି ଗତିଶୀଳ ବୈଦୁତିକ କ୍ଷେତ୍ରରେ ଚୁମ୍ଵକୀୟ ପ୍ରକୃତି ଦେଖାଦିଏ । ତେଣୁ ବୈଦୁତିକ କ୍ଷେତ୍ର ଓ ଚୁମ୍ଵକୀୟ କ୍ଷେତ୍ର ଦୁଇଟି ଭିନ୍ନ ଭିନ୍ନ କ୍ଷେତ୍ର ନୁହେଁ, ବରଂ ଏକ ମୁଦ୍ରାର ଦୁଇ ପାର୍ଶ୍ଵ ଭଳି ।