"ଲତା ମଙ୍ଗେସକର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ରେ +ରେ )
ଟିକେ Bot: Automated text replacement (- ଙ୍କ +ଙ୍କ )
୨୩ କ ଧାଡ଼ି:
 
==ସଙ୍ଗୀତ ଜୀବନ==
ପରିବାରର ଭରଣପୋଷଣ ନିମନ୍ତେ ସେ ଗୀତ ଗାଇବା ଆରମ୍ଭ କରିଥିଲେ । ଲତା ୧୯୪୨ ରୁ ୧୯୪୮ ମଧ୍ୟରେ ପାଖାପାଖି ଆଠୋଟି ହିନ୍ଦୀ ଓ ମରାଠୀ ଚଳଚ୍ଚିତ୍ରରେ କଣ୍ଠଦାନ କରିଥିଲେ । ୧୯୪୨ ମସିହାରେ ମରାଠୀ ଚଳଚ୍ଚିତ୍ର 'କିଟ୍ଟି ହାସଲ'ରୁ ସେ ଗାୟିକା ଭାବେ କ୍ୟାରିୟର ଆରମ୍ଭ କରିଥିଲେ । [[ମୁମ୍ବାଇ]]ରେ ଏକ ଲୋକାଲ୍ ଟ୍ରେନ୍ରେ ଯାତ୍ରା କରୁଥିବା ସମୟରେ ତାଙ୍କୁ 'ଆପ୍ କି ସେବା ମେଁ'ରେ ପ୍ରଛଦପଟ ଗାୟିକା ହେବାର ସୁଯୋଗ ମିଳିଥିଲା । ପରେ ତାଙ୍କୁ 'ମଜବୁର୍' ଓ 'ବେଦର୍ଦ୍' ନାମକ ଦୁଇଟି ଚଳଚ୍ଚିତ୍ରରେ ଗୀତ ଗାଇବାର ସୁଯୋଗ ମିଳିଲା । ଏହି ଦୁଇଟି ଚଳଚ୍ଚିତ୍ର ଦ୍ୱାରା ସେ ସଙ୍ଗୀତ ଜଗତରେ କିଛି ମାତ୍ରାରେ ପରିଚିତ ହେଲେ । କିନ୍ତୁ ପରେ ଅନ୍ଦାଜ୍, ବରସାତ୍ ଓ ମହଲ୍ ଚଳଚ୍ଚିତ୍ରଦ୍ୱାରା ସେ ସଙ୍ଗୀତ ମହଲରେ ପୁରାପୁରି ଭାବେ ଛାଇଗଲେ । ୧୯୬୩ରେ ଭାରତ - [[ଚୀନ]] ଯୁଦ୍ଧ ସମୟରେ ଲତାଙ୍କର ଦେଶାତ୍ମବୋଧକ ଗୀତ 'ଏ ମେରେ ୱତନ୍ କେ ଲୋଗୋଁ'ରେ ସେତେବେଳର ପ୍ରଧାନମନ୍ତ୍ରୀ [[ଜବାହରଲାଲ ନେହେରୁ]] ଭାବ ବିହ୍ୱଳ ହୋଇଯାଇଥିଲେ । ତାଙ୍କୁ ଏହି ଗୀତ ପାଇଁ [[ପଦ୍ମଭୂଷଣ]] ସମ୍ମାନରେ ସମ୍ମାନିତ କରାଯାଇଥିଲା । ୧୯୭୦ ରୁ ୧୯୮୦ ମଧ୍ୟରେ ଲତା ତିନି ଜଣ ପ୍ରମୁଖ ସଙ୍ଗୀତ ନିର୍ଦ୍ଦେଶକ ଲକ୍ଷ୍ମୀକାନ୍ତ ପ୍ୟାରେଲାଲ୍, କଲ୍ୟାଣଜୀ ଆନନ୍ଦଜୀ ଓ ଆର ଡି ବର୍ମନ୍ ଙ୍କବର୍ମନ୍ଙ୍କ ସହ କାମ କରିଥିଲେ । ସେ 'ହମ୍ ଆପକେ ହେ କୌନ୍', 'ବୀରଜାରା' ପରି ରୋମାଣ୍ଟିକ୍ ଚଳଚ୍ଚିତ୍ରରେ ମଧ୍ୟ କଣ୍ଠଦାନ କରିଥିଲେ । ସେ ରେହେମାନ୍ ଙ୍କରେହେମାନ୍ଙ୍କ ଭଳି ନୂଆ ନିର୍ଦ୍ଦେଶକଙ୍କ ସହ ମଧ୍ୟ କାମ କରିଛନ୍ତି । ଲତା ତାଙ୍କର ସମଗ୍ର ଜୀବନକୁ ସଙ୍ଗୀତ ପାଇଁ ସମର୍ପିତ କରିଛନ୍ତି । ଏବେବି ସେ ରେକର୍ଡିଂ ପାଇଁ ଗଲେ ଷ୍ଚୁଡିଓ ବାହାରେ ଯୋତା ରଖିଥାନ୍ତି । ଗୁଲଜାର୍‌ଙ୍କ ରଚିତ ଓ ସେ ନିଜେ ଗାଇଥିବା ଏକ ଗୀତ 'ନାମ୍ ଗୁମ୍ ଯାଏଗା , ଚେହେରା ୟେ ବଦଲ୍ ଯାଏଗା , ମେରି ଆୱାଜ୍ ହି ମେରି ପେହେଚାନ୍ ହୈ.. 'କେବଳ ଲତାଙ୍କ ପାଇଁ ଲେଖାଯାଇଛି ବୋଲି ତାଙ୍କର ଅଗଣିତ ପ୍ରଶଂସକ କୁହନ୍ତି ।
 
==ମାନ ସମ୍ମାନ==