"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ରେ +ରେ )
ଟିକେ Bot: Automated text replacement (- ରୁ +ରୁ , - କୁ +କୁ )
୩୪ କ ଧାଡ଼ି:
ବାରବାଟୀ ସ୍କୁଲରୁ ନିଜର ଶିକ୍ଷକତା ଜୀବନ ଆରମ୍ଭ କରିଥିବା ଫକୀରମୋହନ ପରବର୍ତ୍ତୀ ସମୟରେ ଖ୍ରୀଷ୍ଟୀଆନ ମିଶନ ସ୍କୁଲର ପ୍ରଧାନଶିକ୍ଷକ ରୂପେ ନିଜୁକ୍ତି ପାଇଥିଲେ । ସେହି ସମୟରେ ଓଡ଼ିଆ ଛାତ୍ରମାନେ ସମସ୍ତ ପାଠ ବଙ୍ଗଳାରେ ପଢ଼ୁଥିଲେ, ତେଣୁ ସେ ଓଡ଼ିଆରେ ବିଭିନ୍ନ ବିଷୟରେ ପାଠ୍ୟପୁସ୍ତକମାନ ରଚନା କରଥିଲେ । ଜଣେ ଗର୍ବିତ ଓଡ଼ିଆ ଭାବରେ ସେ ଓଡ଼ିଆରେ ପାଠ୍ୟପୁସ୍ତକ ସବୁକୁ ଅନୁବାଦ କରି [[ଓଡ଼ିଶା]]ର ଏବଂ [[ଓଡ଼ିଆ]] ଭାଷାର ସମ୍ମାନ ବ‌ହୁତ ଉପରକୁ କରିଦେଇଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref> ଖ୍ରୀଷ୍ଟୀଆନ ମିଶନ ସ୍କୁଲରେ ସେ ୧୮୭୧ ଯାଏ କାର୍ଯ୍ୟ କରିଆସିଥିଲେ ।<ref name=ଫକୀରମୋହନ></ref>
 
ଏହି ସୂତ୍ରରେ ତାଙ୍କର ପରିଚୟ ହୁଏ ବାଲେଶ୍ୱରର ତତ୍କାଳୀନ କଲେକ୍ଟର ଜନ୍ ବିମ୍ସଙ୍କ ସହ । ’ସୁନା ଚିହ୍ନେ ବଣିଆ, ଗୁଣ ଚିହ୍ନେ ଗୁଣିଆ’ ପରି ବିମ୍ସ ସାହେବ ଯିଏ ନିଜେ ଜଣେ ପଣ୍ଡିତ ଥିଲେ, ଫକୀରମୋହନଙ୍କ ଅନ୍ତର୍ନିହିତ ପାଣ୍ଡିତ୍ୟକୁ ଚିହ୍ନିପାରିଥିଲେ । ଏହି କାଳରେ ବିମ୍ସ ସାହେବ ବିଭିନ୍ନ ଭାରତୀୟ ଭାଷାର ତୁଳନାତ୍ମକ ବ୍ୟାକରଣ ଉପରେ ଗୋଟିଏ ପୁସ୍ତକ ରଚନା କରୁଥିଲେ । ସେ ଫକୀରମୋହନଙ୍କଠାରୁ ଏଥିଲାଗି ଓଡ଼ିଆ ଶିକ୍ଷା କରିଥିଲେ । ଫକୀରମୋହନଙ୍କ ପାଣ୍ଡିତ୍ୟରେ ପ୍ରଭାବିତ ବିମ୍ସ ସାହେବ ତାଙ୍କୁ ନୀଳଗିରିର ଦିୱାନ ପଦ ଗ୍ରହଣ କରିବା ଲାଗି ଆଗ୍ରହ କଲେ । ଫକୀରମୋହନ ମଧ୍ୟ ଏହି ପ୍ରସ୍ତାବ ଗ୍ରହଣ କଲେ । ତାଙ୍କର ମାସିକ ଦରମା ରହିଲା ୧୦୦୦ ଟଙ୍କା । ଏହା ପରେ ସେ ଓଡ଼ିଶାର ବିଭିନ୍ନ ସ୍ଥାନମାନଙ୍କରେ ଦିୱାନ ଦାୟିତ୍ୱ ତୁଲାଇଥିଲେ । ୧୮୭୧ ରୁ୧୮୭୧ରୁ ୧୮୭୫ ଯାଏଁ ନୀଳଗିରିରେ, ୧୮୭୬-୭୭ ଯାଏଁ ଡମପଡାରେ, ୧୮୭୭-୮୩ ଯାଏଁ ଢେଙ୍କାନାଳରେ, ୧୮୮୪-୮୬ ଯାଏଁ ଦଶପଲ୍ଲାରେ, ୧୮୮୬-୮୭ ଯାଏଁ ପାଲଲହଡ଼ାରେ, ୧୮୮୭-୯୨ ଯାଏଁ କେଉଁଝରରେ ଓ ୧୮୮୪-୮୬ ଯାଏଁ ପୁନର୍ବାର ଡମପଡାରେ ସେ ଏହି ଦାୟିତ୍ୱ ତୁଲାଇଥିଲେ । <ref>http://orissa.gov.in/e-magazine/Orissareview/2008/feb-march-2008/engpdf/56-61.pdf</ref>
 
୧୮୯୬ ରୁ୧୮୯୬ରୁ ୧୯୦୫ ଯାଏଁ ସେ କଟକରେ ଅବସ୍ଥାନ କରିଥିଲେ ଓ ବିଭିନ୍ନ ସାହିତ୍ୟିକ ଅନୁଷ୍ଠାନମାନଙ୍କରେ ଅଂଶଗ୍ରହଣ କରିଥିଲେ । ଏତଦ୍ପରେ ସେ ମୃତ୍ୟୁ ପର୍ଯ୍ୟନ୍ତ ବାଲେଶ୍ୱରରେ ଅବସ୍ଥାନ କରିଥିଲେ ।
 
=== ବ୍ୟକ୍ତିଗତ ଜୀବନ ===
୪୪ କ ଧାଡ଼ି:
 
=== ଉପନ୍ୟାସ ===
ସାହିତ୍ୟର ବିଭିନ୍ନ ବିଭାଗ ଯଥା ଅନୁବାଦ ସାହିତ୍ୟ (ସଂସ୍କୃତରୁ), କାବ୍ୟ-କବିତା ଇତ୍ୟାଦିରେ ସେ ସାହିତ୍ୟ ସୃଜନ କରିଥିଲେ ହେଁ ସେ ମୁଖ୍ୟତଃ ଓଡ଼ିଆ ଉପନ୍ୟାସ ସାହିତ୍ୟର ସୃଷ୍ଟିକର୍ତ୍ତା ରୂପେ ସୁପରିଚିତ । ୧୮୯୭ ରୁ୧୮୯୭ରୁ ୧୯୧୫ ମଧ୍ୟରେ ରଚିତ ତାଙ୍କର ଚାରୋଟି ଉପନ୍ୟାସ - ’ଛ’ ମାଣ ଆଠ ଗୁଣ୍ଠ’, ’ମାମୁଁ’, ’ପ୍ରାୟଶ୍ଚିତ’ ଓ ’ଲଛମା’ ତତ୍କାଳୀନ ଅଷ୍ଟାଦଶ ଓ ଊନବିଂଶ ଶତାବ୍ଦୀର ଓଡ଼ିଶାର ସାମାଜିକ ଅବସ୍ଥାର ନିଚ୍ଛକ ଦର୍ପଣ । ଛ’ ମାଣ ଆଠ ଗୁଣ୍ଠ ଉପନ୍ୟାସରେ ଜମିଦାରମାନଙ୍କ ଦେଇ ଗରିବ ଚାଷୀମାନଙ୍କର ଶୋଷଣର କାହାଣୀ ବର୍ଣ୍ଣିତ ହୋ‍ଇଛି । ଓଡ଼ିଆର ପ୍ରଥମ ଆତ୍ମଜୀବନୀର ମଧ୍ୟ ସେ ଥିଲେ ରଚୟିତା । ଏହାର ନାମ ଥିଲା ’ଆତ୍ମ ଜୀବନ ଚରିତ’ ।
 
=== କ୍ଷୁଦ୍ରଗଳ୍ପ ===
୫୦ କ ଧାଡ଼ି:
 
=== କବିତା ===
ଫକୀରମୋହନଙ୍କ ପ୍ରଥମ କବିତା ସଙ୍କଳନ ’ଉତ୍କଳ ଭ୍ରମଣ’ ପ୍ରକାଶ ପାଏ ୧୮୯୨ରେ । ତାଙ୍କର ଅନ୍ୟାନ୍ୟ ପଦ୍ୟ କୃତିମାନଙ୍କ ମଧ୍ୟରେ ’ପୁଷ୍ପମାଳା’, ’ଉପହାର’, ’ପୂଜା ଫୁଲ’, ’ପ୍ରାର୍ଥନା’ ଓ ’ଧୂଳି’ ପ୍ରଧାନ । ନିଜସ୍ୱ କୃତି ବ୍ୟତୀତ ସେ ମଧ୍ୟ ସଂସ୍କୃତ ’ମହାଭାରତ’ ଓ ’ରାମାୟଣ’ କୁ’ରାମାୟଣ’କୁ ଓଡ଼ିଆରେ ଅନୁବାଦ କରିଥିଲେ । ଏ ଦୁଇଟିଯାକ ଆକ୍ଷରିକ ଅନୁବାଦ ନୁହେଁ ବରଂ ଭାବାନୁବାଦ । ତାଙ୍କର ପ୍ରଥମ ସ୍ତ୍ରୀ ରୋଗଶଯ୍ୟାରେ ଥିବାବେଳେ ରାମାୟଣ ଓ ମହାଭାରତକୁ ଓଡ଼ିଆରେ ଶୁଣିବାକୁ ଇଚ୍ଛା କରିବାରୁ ସେ ଏହି ଅନୁବାଦ ଦ୍ୱୟ କରିଥିଲେ । ତେବେ ତାଙ୍କର ଏହି ରଚନା ଦ୍ୱୟ ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିଥିବାରୁ ତାଙ୍କର ଏହି ମହତ ପ୍ରଚେଷ୍ଟା ଲାଗି ତାଙ୍କୁ ବ୍ୟାସକବିର ଆଖ୍ୟା ଦିଆଯା‍ଇଛି । ତତ୍କାଳୀନ ବାମରାର ରାଜାଙ୍କ ଦ୍ୱାରା ସେ ମଧ୍ୟ "ସରସ୍ୱତୀ" ଉପାଧିରେ ଭୂଷିତ ହୋ‍ଇଥିଲେ ।
 
=== ପତ୍ରପତ୍ରିକା ଓ ସଙ୍ଗଠନ ===