"କ୍ଷୁଦ୍ରକଣ ବିଜ୍ଞାନର ଆଦର୍ଶ ମାନଦଣ୍ଡ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେ Regular Character Changes
୨ କ ଧାଡ଼ି:
[[Image:Standard Model of Elementary Particles.svg|thumb|375px|କ୍ଷୁଦ୍ରକଣ ବିଜ୍ଞାନର ଆଦର୍ଶ ମାନଦଣ୍ଡ]]
 
ପାରମ୍ପରିକ [[ଭୌତିକ ବିଜ୍ଞାନ]] ଅନୁସାରେ ପ୍ରତ୍ୟେକ ପରମାଣୁ [[ଇଲେକ୍‌ଟ୍ରୋନ|ଇଲେକ୍ଟ୍ରନ୍]], ନିଉଟ୍ରନ୍ ଓ [[ପ୍ରୋଟୋନ|ପ୍ରୋଟୋନ୍]] ଆଦିଙ୍କ ଦ୍ଵାରାଆଦିଙ୍କଦ୍ଵାରା ଗଠିତ ବୋଲି କୁହାଯାଇଛି । ଅନେକ ଦିନ ପର୍ଯ୍ୟନ୍ତ ଇଲେକ୍ଟ୍ରନ୍, ପ୍ରୋଟୋନ୍ ଆଦି ପଦାର୍ଥର କ୍ଷୁଦ୍ରତମ ଅଂଶ ବୋଲାଉଥିଲେ । କିନ୍ତୁ ପରବର୍ତ୍ତୀ ସମୟରେ ପରୀକ୍ଷା ଦ୍ଵାରାପରୀକ୍ଷାଦ୍ଵାରା ଜଣାପଡିଲା ଯେ ପରମାଣୁର ଏହି ତିନୋଟି ଅଂଶଙ୍କୁ ମୌଳିକ କ୍ଷୁଦ୍ରତମ କଣିକା ବୋଲି କୁହାଯାଇପାରିବ ନାହିଁ । ସେଥିପାଇଁ ଭୌତିକ ବିଜ୍ଞାନରେ ଏକ ମାନକ ମଡ଼େଲ୍ ‍(ଈଂରାଜୀରେ Standard Model) ପ୍ରସ୍ତୁତ କରାଗଲା । ଏହି ମାନକ ମଡ଼େଲର ବ୍ୟବହାର କରି ଅଦ୍ୟାବଧି ଆବିଷ୍କୃତ ବିଭିନ୍ନ ପ୍ରକାରର ମୌଳିକ କ୍ଷୁଦ୍ରକଣିକା ଓ ୩ ପ୍ରକାରର ମୌଳିକ ବଳଙ୍କ ବିଷୟରେ ବର୍ଣ୍ଣନା କରାଯାଇଛି । ସମଗ୍ର ବିଶ୍ଵରେ ଗବେଷଣାରତ ବୈଜ୍ଞାନିକମାନେ କ୍ରମାଗତ ଭାବେ ଏହି ମଡ଼େଲର ବିକାଶରେ ସହଯୋଗ କରିଛନ୍ତି । ୧୯୭୦ର ଦଶନ୍ଧିରେ ପ୍ରଥମେ କ୍ଵାର୍କ୍, ୧୯୯୫ ମସିହାରେ ଉର୍ଦ୍ଧ୍ଵ କ୍ଵାର୍କ୍, ୨୦୦୦ ମସିହାରେ ଟାଉ ନ୍ୟୁଟ୍ରିନୋ ଓ ୨୦୧୩ ମସିହାରେ ହିଗ୍ସ୍ ବୋଜୋନ୍ ଭଳି କ୍ଷୁଦ୍ରକଣମାନଙ୍କ ଆବିଷ୍କାର ଏହି ମଡ଼େଲକୁ ବଳିଷ୍ଠ କରିଛି । 
 
== ମାନକ ମଡ଼େଲର କ୍ଷୁଦ୍ରକଣିକା ସମୂହ ==
୧୬ କ ଧାଡ଼ି:
 
==== କ୍ଵାର୍କ୍ ====
କ୍ଵାର୍କ୍ ସାଧାରଣତଃ ୬ ପ୍ରକାରର । ସେମାନେ ହେଲେ u କ୍ଵାର୍କ୍, d କ୍ଵାର୍କ୍, s କ୍ଵାର୍କ୍, c କ୍ଵାର୍କ୍, t କ୍ଵାର୍କ୍ ଓ b କ୍ଵାର୍କ୍ । ଏହି କ୍ଵାର୍କମାନଙ୍କର ୬ଟି ଆଣ୍ଟିକ୍ଵାର୍କ୍ ମଧ୍ୟ ରହିଛନ୍ତି। କ୍ଵାର୍କମାନେ ସମ୍ମିଳିତ ହେବା ଦ୍ଵାରାହେବାଦ୍ଵାରା ଯେଉଁ ଗରିଷ୍ଠ କ୍ଷୁଦ୍ରକଣିକା ସୃଷ୍ଟି ହୁଏ ତାହାକୁ ହାଡ୍ରନ୍ କୁହନ୍ତି । ହାଡ୍ରନ୍ ମାନଙ୍କ ମଧ୍ୟରେ ପ୍ରୋଟୋନ୍ ଓ ନ୍ୟୁଟ୍ରନ୍ ସବୁଠାରୁ ସ୍ଥାୟୀ। ଏହି ଦୁଇଟି ମିଶି ପରମାଣୁର ନାଭି ବା ନ୍ୟୁକ୍ଳିଅସ୍ ଗଠିତ ହୁଏ । କ୍ଵାର୍କ୍ ମାନଙ୍କ ମଧ୍ୟରେ ଯେଉଁସବୁ ପ୍ରକୃତି ନିହିତ ଥାଏ ସେଗୁଡ଼ିକ ହେଲା – ବୈଦୁତିକ ଚାର୍ଜ୍, ରଙ୍ଗ ଚାର୍ଜ୍, ବସ୍ତୁତ୍ଵ ଓ ଆବର୍ତ୍ତନ । କ୍ଵାର୍କମାନେ ସ୍ଵାଧୀନଭାବରେ ରହିପାରନ୍ତି ନାହିଁ । u କ୍ଵାର୍କ୍ ଓ d କ୍ଵାର୍କର ବସ୍ତୁତ୍ଵ ଅନ୍ୟ ସବୁ କ୍ଵାର୍କମାନଙ୍କଠାରୁ କମ୍; ଆଉ ସେଥିପାଇଁ ସେମାନେ ସବୁଠାରୁ ସ୍ଥାୟୀ । ଅସ୍ଥାୟୀ କ୍ଵାର୍କଗୁଡିକ କ୍ଷୁଦ୍ରକଣିକା ଅବକ୍ଷୟ ପ୍ରକ୍ରିୟା ଦ୍ଵାରାପ୍ରକ୍ରିୟାଦ୍ଵାରା u କ୍ଵାର୍କ୍ ଓ d କ୍ଵାର୍କରେ ପରିବର୍ତ୍ତିତ ହେବାକୁ ଚେଷ୍ଟା କରନ୍ତି । କ୍ଵାର୍କର ବିପଦାର୍ଥକୁ ଆଣ୍ଟିକ୍ଵାର୍କ୍ କୁହାଯାଏ । କ୍ଵାର୍କମାନଙ୍କ ମଧ୍ୟରେ ଶକ୍ତିଶାଳୀ ନାଭିକୀୟ ବଳ ଦେଖାଯାଏ । 
 
==== ଲେପ୍ଟନ୍ ====
୨୭ କ ଧାଡ଼ି:
 
==== ଗେଜ୍ ବୋଜୋନ୍ ====
ଗେଜ୍ ବୋଜୋନର ଆଭ୍ୟନ୍ତରୀଣ ଆବର୍ତ୍ତନର ମାତ୍ରା ୧ । ମୌଳିକ କ୍ଷୁଦ୍ରକଣମାନେ ପରସ୍ପର ମଧ୍ୟରେ ଗେଜ୍ ବୋଜୋନ୍ ବିନିମୟ ଦ୍ଵାରାବିନିମୟଦ୍ଵାରା ପରସ୍ପର ଉପରେ ବଳ ପ୍ରୟୋଗ କରିଥାନ୍ତି । ବିଦ୍ୟୁତ୍-ଚୁମ୍ବକୀୟ ବଳର ବାହକ/କାରଣ ହେଲା ଫୋଟୋନ୍ । W ବୋଜୋନ୍ ଓ Z ବୋଜୋନ୍ ଶକ୍ତିହୀନ ନାଭିକୀୟ ବଳର ବାହକ । ଶକ୍ତିଶାଳୀ ନାଭିକୀୟ ବଳର କାରଣ ହେଲା ଗ୍ଲୁଅନ୍ ।
 
==== ସ୍କେଲାର୍ ବୋଜୋନ୍ ====
ସ୍କେଲାର୍ ବୋଜୋନର ଆଭ୍ୟନ୍ତରୀଣ ଆବର୍ତ୍ତନର ମାତ୍ରା ୦ ।  ଏକମାତ୍ର ପ୍ରକାରର ସ୍କେଲାର୍ ବୋଜୋନ୍ ଅଦ୍ୟାବଧି ଆବିଷ୍କୃତ ହୋଇଅଛି । ତାହାର ନାମ ହିଗ୍ସ୍ ବୋଜୋନ୍ । ହିଗ୍ସ୍ ବୋଜୋନ୍ ଯୋଗୁଁ W ବୋଜୋନ୍ ଓ Z ବୋଜୋନଙ୍କୁ ବସ୍ତୁତ୍ଵ ମିଳେ । ମାର୍ଚ୍ଚ୍ ୧୪, ୨୦୧୩ରେ ହିଗ୍ସ୍ ବୋଜୋନର ସ୍ଥିତି ସତ୍ୟ ବୋଲି ପ୍ରମାଣିତ ହୋଇଥିଲା ।  ଏହାର ଆବିଷ୍କାର ପାଇଁ ଦୁଇ ବୈଜ୍ଞାନିକ: ପିଟର୍ ହିଗ୍ସ୍ ଓ ଫ୍ରାଙ୍କୋଇ ଏଙ୍ଗଲର୍ଟ୍ ୨୦୧୩ ମସିହାରେ ନୋବେଲ୍ ପୁରସ୍କାର ଦ୍ଵାରାପୁରସ୍କାରଦ୍ଵାରା ସମ୍ମାନିତ ହୋଇଥିଲେ । ହିଗ୍ସ୍ ବୋଜୋନକୁ God Particle ବୋଲି ଅଭିହିତ କରାଯାଇଥିଲା । 
 
== ମାନକ ମଡ଼େଲର ବଳସମୂହ ==
 
=== ଶକ୍ତିଶାଳୀ ନାଭିକୀୟ ବଳ ===
ଶକ୍ତିଶାଳୀ ବଳ ବିଦ୍ୟୁତ୍-ଚୁମ୍ବକୀୟ ବଳଠାରୁ ପ୍ରାୟ ୧୩୭ ଗୁଣ ଓ ଶକ୍ତିହୀନ ବଳର ପ୍ରାୟ ଦଶ ଲକ୍ଷ ଗୁଣ । ସାଧାରଣତଃ ଏହି ବଳ ପଦାର୍ଥରେ ଥିବା କ୍ଵାର୍କ୍ ମାନଙ୍କୁ ପ୍ରୋଟୋନ୍ ଓ ନ୍ୟୁଟ୍ରନ୍ ମଧ୍ୟରେ ବାନ୍ଧି ରଖିଥାଏ । ଏହା ସହିତ ଶକ୍ତିଶାଳୀ ବଳ ପ୍ରୋଟୋନ୍ ଓ ନ୍ୟୁଟ୍ରନଙ୍କୁ ନ୍ୟୁକ୍ଲିୟସ୍ ବା ନାଭି ମଧ୍ୟରେ ବାନ୍ଧିରଖେ । ପ୍ରୋଟୋନ୍ ଓ ନ୍ୟୁଟ୍ରନ୍ ନିଜର ବସ୍ତୁତ୍ଵ ଏହି ଶକ୍ତିଶାଳୀ ବଳ ଦ୍ଵାରାବଳଦ୍ଵାରା ସୃଷ୍ଟ କ୍ଷେତ୍ରର ଶକ୍ତିରୁ ପାଇଥାନ୍ତି । କାରଣ ପ୍ରୋଟୋନ୍ ମଧ୍ୟରେ ଥିବା ସମସ୍ତ କ୍ଵାର୍କର ବସ୍ତୁତ୍ଵର ସମଷ୍ଟି ପ୍ରୋଟୋନର ବସ୍ତୁତ୍ଵର କେବଳ ୧% । 
 
=== ଶକ୍ତିହୀନ ନାଭିକୀୟ ବଳ ===
ଏହି ପ୍ରକାରର ବଳର ପ୍ରଭାବ କ୍ଷେତ୍ର ଓ ବଳର ମାନ ବିଦ୍ୟୁତ୍-ଚୁମ୍ବକୀୟ ବଳ କିମ୍ବା ଶକ୍ତିଶାଳୀ ବଳଠାରୁ ଅପେକ୍ଷାକୃତ ଭାବେ ସୀମିତ । ତେଣୁ ଏହାକୁ ଶକ୍ତିହୀନ ବଳ ବୋଲି କୁହାଯାଏ । ଶକ୍ତିହୀନ ବଳ ହିଁ ନାଭିକୀୟ ଅବକ୍ଷୟର କାରଣ ।  ଫର୍ମିଅନ୍ ପରସ୍ପର ମଧ୍ୟରେ W+ ବୋଜୋନ୍, W- ବୋଜୋନ୍ ଓ Z ବୋଜୋନ୍ ବିନିମୟ ଦ୍ଵାରାବିନିମୟଦ୍ଵାରା ଶକ୍ତିହୀନ ବଳ ଜାତ ହୁଏ । ଏହି ତିନି ପ୍ରକାରର ବୋଜୋନର ବସ୍ତୁତ୍ଵ ପ୍ରୋଟୋନ୍ ବା ନ୍ୟୁଟ୍ରନର ବସ୍ତୁତ୍ଵଠାରୁ ଅଧିକ । ତେଣୁ ଏମାନଙ୍କ ବଳର ପ୍ରଭାବ କ୍ଷେତ୍ର କମ୍ । 
 
=== ବିଦ୍ୟୁତ୍-ଚୁମ୍ବକୀୟ ବଳ ===