"ଗୋପବନ୍ଧୁ ଦାସ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
ଟିକେ Bot: Automated text replacement (- ଙ୍କ +ଙ୍କ ) |
ଟିକେ Regular Character Changes |
||
୩୪ କ ଧାଡ଼ି:
== ପିଲା ବେଳ ଓ ଛାତ୍ରାବସ୍ଥା ==
ଗୋପବନ୍ଧୁ, ୧୮୭୭ ମସିହା ଅକ୍ଟୋବର ମାସ ୯ ତାରିଖରେ ପିତା ଦୈତାରି ଦାସ ଓ ମାତା ସ୍ଵର୍ଣ୍ଣମୟୀ ଦେବୀଙ୍କ ସନ୍ତାନ ଭାବେ [[ପୁରୀ ଜିଲ୍ଲା]]ର [[ସୁଆଣ୍ଡୋ]] ଗ୍ରାମରେ ଜନ୍ମ ଗ୍ରହଣ କରିଥିଲେ । ମାତାଙ୍କ ମୃତ୍ୟୁ ପରେ, ୧୮୯୩ ମସିହାରେ ପୁରୀ ଜିଲ୍ଲା ସ୍କୁଲରେ ନାମ ଲେଖାଇଲେ । ସେଠାରେ ତାଙ୍କର ଗୁରୁ ମୁକ୍ତିଆର [[ରାମଚନ୍ଦ୍ର ଦାଶ]]ଙ୍କ ସହିତ ପରିଚୟ ହେଲା, ଯାହଙ୍କ ଠାରୁ ପରେ ସେ ଦେଶ ସେବାର ଶିକ୍ଷା ପାଇଲେ ।
ପଣ୍ଡିତେ ମାତ୍ର ୧୨ ବର୍ଷ ବୟସରେ ଅପତୀ ଦେବୀଙ୍କୁ ବିବାହ କରିଥିଲେ । ବିବାହ ପରେ ମଧ୍ୟ ସେ ପାଠ ପଢ଼ା ଜାରିରଖିଥିଲେ । ପୁରୀରୁ ମାଟ୍ରିକ ପାସ କରି, ସେ [[କଟକ]]ର [[ରେଭେନ୍ସା ମହାବିଦ୍ୟାଳୟ]]ରେ ଅଧ୍ୟୟନ କଲେ । ଏହି ସମୟରେ ତାଙ୍କର ପିତୃବିୟୋଗ ଘଟିଥିଲା । କଟକରେ ଅଧ୍ୟୟନ ସମୟରେ [[ଓଡ଼ିଆ ଭାଷା]]ର ବିଲୋପ ଚକ୍ରାନ୍ତ ବିରୋଧରେ ଆନ୍ଦୋଳନ ଆରମ୍ଭ ହୋଇଥିଲା । ଗୋପବନ୍ଧୁ, 'କର୍ତବ୍ୟ ବୋଧିନୀ ସମିତି' ଗଠନ କରି ଓଡ଼ିଆ ଭାଷା ବିଲୋପର ତୀବ୍ର ପ୍ରତିବାଦ କଲେ । ତାଙ୍କର ଆହ୍ଵାନ ଥିଲା, 'ପ୍ରତ୍ୟେକ ବ୍ୟକ୍ତି ଓ ଜାତିର ପରିଚୟ ହେଉଛି ତାହାର ଭାଷା । ଭାଷାହିଁ ଜାତିର ପ୍ରାଣସ୍ପନ୍ଦନ ।' [[ରମ୍ଭା]]ଠାରେ ରାମଚନ୍ଦ୍ର ଦାଶ ଓ ଗୋପବନ୍ଧୁଙ୍କ ଉଦ୍ୟମରେ [[ଉତ୍କଳ ସମ୍ମିଳନୀ]]ର ପ୍ରଥମ ଅଧିବେଶନ ଅନୁଷ୍ଠିତ ହେଲା । ୧୯୦୩ରେ ଉତ୍କଳ ଗୌରବ [[ମଧୁସୂଦନ ଦାସ]]
== କର୍ମଜୀବନ ==
|