"ଦୁର୍ଗା ପୂଜା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ →‎୨୦୧୭ ତାରିଖ: ୨୬ ସେପ୍ଟେମ୍ବର - ୩୦ ସେପ୍ଟେମ୍ବର
ଟିକେ Regular Character Changes
୧୯ କ ଧାଡ଼ି:
}}
 
'''ଦୁର୍ଗା ପୂଜା''' ଆଶ୍ଵିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ [[ବ୍ରହ୍ମା]]ଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀ[[ବିଷ୍ଣୁ]] ଓ [[ଶିବ]]ଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜ ଦ୍ଵାରାବୀଜଦ୍ଵାରା [[ଦୁର୍ଗା]]ଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳ ଦ୍ଵାରାଶୂଳଦ୍ଵାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗ ଦ୍ଵାରାଖଡ୍ଗଦ୍ଵାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ ।
ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ [[ରାମ|ରାମଚନ୍ଦ୍ର]] [[ଚୈତ୍ର]] ବଦଳରେ [[ଆଶ୍ଵିନ]]ରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ଵିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କ ଦ୍ଵାରାଦେବତାମାନଙ୍କଦ୍ଵାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ସୂଚାଏ । <ref>http://www.theholidayspot.com/durgapuja/akalbodhan.htm</ref>
 
== କିମ୍ବଦନ୍ତୀ ==
୩୪ କ ଧାଡ଼ି:
ଶରତକାଳୀନ ପୂଜା ଏବଂ ବାସନ୍ତୀପୂଜା ବ୍ୟତୀତ ଦକ୍ଷିଣ ଓଡ଼ିଶାରେ ଅନ୍ୟ ଦିନରେ ମା’ଙ୍କର ସ୍ୱପ୍ନାଦେଶ ଅଥବା ଆଜ୍ଞାମାଳ ପରିପ୍ରେକ୍ଷୀରେ ବିଧିବ୍ୟବସ୍ଥା ଅନୁଯାୟୀ ମଧ୍ୟ ମା’ଙ୍କର ପୂଜା ଅର୍ଚ୍ଚନା କରାଯାଏ । ଏଠାରେ ମଧ୍ୟ ଘଟ ସ୍ଥାପନ ଏବଂ ଘଟପୂଜା ଦେଖିବାକୁ ମିଳେ I ଏପରିକି ଘଟକୁ ମୁଣ୍ଡରେ ଧରି ପରିକ୍ରମା କରାଯିବାର ବିଧି ରହିଛି ।
[[ଫାଇଲ:Barabati Gosani.jpg|thumb|320x320_ପିକସେଲ|ପୁରୀ ଗୋସାଣୀ ଯାତର ସର୍ବ ବୃହତ୍ତମ ଦୂର୍ଗା ମୂରତି, '''ବାରବାଟୀ ଗୋସାଣୀ''' ]]
ମୂର୍ତ୍ତିପୂଜା ମାତ୍ର ଦୁଇଶହ ବର୍ଷ ଭିତରେ ଦେଖିବାକୁ ମିଳିଲା । ତେବେ ପ୍ରଥମେ ଧାତୁ ନିର୍ମିତ ମୂର୍ତ୍ତି ଦେଖିବାକୁ ମିଳୁଥିଲା ବେଳେ ମାତ୍ର ୧୦୦ରୁ ୧୫୦ ବର୍ଷ ମଧ୍ୟରେ ମାଟି ନିର୍ମିତ ମୂର୍ତ୍ତିର ବ୍ୟାପକ ପ୍ରସାର ଘଟିଛି । କିନ୍ତୁ ପ୍ରାରମ୍ଭରୁ ପ୍ରଚଳିତ ଘଟପୂଜା ଏବେ ବି ଅନୁଷ୍ଠିତ ହେଉଛି । ଆମର ସଂସ୍କୃତି ଅନୁଯାୟୀ ବିଭିନ୍ନ ପୂଜା ପଞ୍ଚଭୂତ ଉପରେ ଆଧାରିତ । ତାହା ହେଉଛି କ୍ଷିତ୍, ଅପ୍, ମରୁତ୍ ଏବଂ ବ୍ୟୋମ୍ । ମନୁଷ୍ୟ ପ୍ରଥମେ ମାଟିକୁ ପୂଜାକଲା । କାରଣ ଏହି ମାଟି ତାକୁ ରହିବା ପାଇଁ ଆଶ୍ରୟ ଦେଲା ଏବଂ ସେହିମାଟିରୁ ଉତ୍ପାଦିତ ଫଳ ଖାଇ ସେ ବଞ୍ଚିଲା । ସେହିପରି [[ଜଳ]] (ଅପ୍)କୁ ଜୀବନ ବୋଲି କହିଲା । ସେ ଜାଣିଥିଲା ଜଳ ବିନା ଜୀବନ ଅସମ୍ଭବ । ତେଣୁ ଭିନ୍ନ ଭିନ୍ନ ଜଳାଶୟ ବା ନଦୀକୂଳରେ ଗଢିଉଠିଲା ଜନବସତି । ପରବର୍ତ୍ତୀ ସମୟରେ କେତେକ ନଦୀ ତୀର୍ଥକ୍ଷେତ୍ର ରୂପେ ପରିଗଣିତ ହେଲେ । ତେଜର ମୂର୍ତ୍ତିମନ୍ତ ରୂପ ସୂର୍ଯ୍ୟଙ୍କୁ ଈଶ୍ୱର ଭାବେ ଗ୍ରହଣ କରାଗଲା । ଅବଶ୍ୟ ଅଗ୍ନିକୁ ଗ୍ରହଣ କଲା ଏହାପରେ । ପବନ (ମରୁତ) ଏବଂ ଆକାଶ (ବ୍ୟୋମ)କୁ ମଧ୍ୟ ନିଜର ପୂଜ୍ୟ ଭାବେ ସ୍ୱୀକୃତି ଦିଆଗଲା । ସମୟର ଧାରାରେ ଏହି ପଞ୍ଚଭୂତ ଯାହା ସହ ସମ୍ପର୍କିତ ସେମାନଙ୍କୁ ମଧ୍ୟ ଈଶ୍ୱରୀୟ ସତ୍ତାର ଅଂଶ ବା ଈଶ୍ୱର ଭାବେ ଗ୍ରହଣ କରାଯାଇଛି । ଯେପରି ବୃକ୍ଷକୁ ବୃକ୍ଷଦେବତା ଏବଂ ଶିଳା, ଧାତୁ ପ୍ରଭୃତି ପୂଜନୀୟ ହେଲେ । ଏହି ମହାପଞ୍ଚଭୂତମନଙ୍କ ଧର୍ମଗତ ସ୍ୱଭାବ ହେଲା- ଶବ୍ଦ, ସ୍ପର୍ଶ, ରୂପ, ରସ ଏବଂ ଗନ୍ଧ । ପୁନଃ ଏଗୁଡ଼ିକ ଆମର ପଞ୍ଚଇନ୍ଦ୍ରୀୟ ଅର୍ଥାତ୍ କର୍ଣ୍ଣ, ଚର୍ମ, ଚକ୍ଷୁ, [[ଜିହ୍ଵା]] ଓ ନାସା ଦ୍ୱାରାନାସାଦ୍ୱାରା ଗୃହିତ ହୋଇଥାନ୍ତି ।
 
ବର୍ତ୍ତମାନ ଦେଖିବା ଏହି ଘଟରେ ଆମେ କେଉଁ କେଉଁ ଦେବତାଙ୍କୁ ଆବାହନ କରିଥାଉ । ଅବଶ୍ୟ ଜଳରେ ଗଙ୍ଗା, ଯମୁନା, ଗୋଦାବରୀ, ସରସ୍ୱତୀ, ନର୍ମଦା, ସିନ୍ଧୁ ଏବଂ କାବେରୀର ପବିତ୍ର ଭାବଧାରାକୁ ସମ୍ମିଶ୍ରଣ କରାଯାଏ । ଗୋଟିଏ ଘଟ ମଧ୍ୟରେ ଅର୍ଥାତ ବିନ୍ଦୁ ମଧ୍ୟରେ ସିନ୍ଧୁର ପରିକଳ୍ପନା ହୋଇଥାଏ । ସେହିପରି ବିଘ୍ନ ବିନାଶକ ଗଣନାୟକ, ଜଳର ଦେବତା ବରୁଣ, ଇନ୍ଦ୍ର ଏବଂ ଦଶଦିଗପାଳ, ସୂର୍ଯ୍ୟଙ୍କ ସହ ନବଗ୍ରହ ଏବଂ ଗ୍ରାମଦେବତୀଙ୍କୁ ଆବାହନ କରି ଘଟରେ ସ୍ଥାପନା କରାଯାଇ ପୂଜା କରାଯାଏ । ଅନ୍ୟ ପକ୍ଷରେ ଘଟ ମୁଖରେ ଶିବ, କଣ୍ଠରେ ବିଷ୍ଣୁ, ତଳ ଭାଗରେ ବ୍ରହ୍ମା, ମଧ୍ୟଭାଗରେ ଅଷ୍ଟାଦଶ ମାତୃଗଣ, କୁକ୍ଷୀରେ ସପ୍ତସାଗର, ସପ୍ତଦ୍ୱୀପ ପୃଥିବୀ ଏବଂ ଉଦରରେ ସମସ୍ତ ତୀର୍ଥକୁ ସ୍ମରଣ କରି ପୂଜା କରାଯାଏ ।<ref>[[ଧରିତ୍ରୀ (ଖବରକାଗଜ)|ଧରିତ୍ରୀ]], ତା:୦୭/୧୦/୨୦୦୮, ପୃଷ୍ଠା: ୦୬</ref>
 
==ନବମୀରେ କୁମାରୀ ପୂଜା==
ଶ୍ରୀରାମଚନ୍ଦ୍ର ରାବଣଙ୍କୁ ବଧ କରିବା ପାଇଁ ଶରତ କାଳରେ ଶ୍ରୀ ଶ୍ରୀ ଦୁର୍ଗାପୂଜା କରିଥିଲେ । ଏହାକୁ ‘ଅକାଳବୋଧନ’ କୁହାଯାଏ । କାରଣ ଶରତକାଳ ସୂର୍ଯ୍ୟ ଦକ୍ଷିଣାୟନ କରନ୍ତି । ଶ୍ରାବଣ ମାସରୁ ପୌଷମାସ ସୂର୍ଯ୍ୟଙ୍କ ଦକ୍ଷିଣାୟନ; ମାଘରୁ ଆଷାଢ଼ ସୂର୍ଯ୍ୟଙ୍କର ଉତ୍ତରାୟନ । ଦକ୍ଷିଣାୟନ ଦେବତାଙ୍କର ରାତ୍ରି । ତେଣୁ ଉତ୍ତରାୟନ ଦେବତାଙ୍କ ଆରାଧନାର ପ୍ରକୃଷ୍ଟ ସମୟ । ରାବଣ, ବ୍ରହ୍ମାଙ୍କ ବରରେ ଅପାରଶକ୍ତିର ଆଧିକାରୀ ହୋଇଥିବାରୁ ତାଙ୍କୁ ବଧ କରିବା ନିମନ୍ତେ ଦେବୀଙ୍କ କୃପା ଆବଶ୍ୟକ । ତେଣୁ ବ୍ରହ୍ମା ଶ୍ରୀରାମଚନ୍ଦ୍ରଙ୍କୁ ଶରତ କାଳରେ ଦେବୀଙ୍କ କଳ୍ପାରମ୍ଭ କରିବାକୁ ନିର୍ଦ୍ଦେଶ ଦେଲେ । ଶ୍ରୀରାମଚନ୍ଦ୍ର ଦ୍ୱନ୍ଦ୍ୱରେ ପଡ଼ିଲେ । ସୃଷ୍ଟିକର୍ତ୍ତା ବ୍ରହ୍ମାଙ୍କର ନିର୍ଦ୍ଦେଶ ଓ ଦେବଦେବୀଙ୍କର ଦକ୍ଷିଣାୟନ । ଦେବୀ ଜାଗ୍ରତ ନା ନିଦ୍ରିତ ? ଦେବୀ ଏବେ ଆବିର୍ଭୂତ ହେବେ ତ ? ତେଣୁ ସେ ଧ୍ୟାନମଗ୍ନ ହୋଇ ଜାଣିପାରିଲେ ଦେବୀ ତ୍ରିଶାଖା ବିଲ୍ୱଦଳରେ ‘କୁମାରୀ’ କନ୍ୟା ରୂପେ ଶାୟିତ । ଏହି ଦୃଶ୍ୟ ଅବଲୋକନ କରି ବିଭୋର ହେଲେ ଶ୍ରୀରାମଚନ୍ଦ୍ର । ଦେବୀଙ୍କୁ ଜାଗ୍ରତ କରାଇବେ ।ବ୍ରହ୍ମାଙ୍କ ନିର୍ଦ୍ଦେଶରେ ଷଷ୍ଠୀଦିନ ‘ବିଲ୍ୱାଧିବାସ’ କଲେ ଶ୍ରୀରାମଚନ୍ଦ୍ର । ଷଷ୍ଠୀପରେ ସପ୍ତମୀରେ ଦେବୀଙ୍କୁ ଷୋଡ଼ଶ ଉପଚାରରେ ପୂଜା କଲେ ମଧ୍ୟ ଦେବୀଙ୍କର ନିଦ୍ରାଭଙ୍ଗ ହେଲାନି । ଅଷ୍ଟମୀରେ ଯୋଗିନୀମାନଙ୍କୁ ଡାକି ବିଶେଷ ପୂଜାକରିଲେ ଶ୍ରୀରାମ । ତେଣୁ ଅଷ୍ଟମୀର ଶେଷ ଦଣ୍ଡ ଓ ନବମୀର ପ୍ରଥମ ଦଣ୍ଡ(୨୪+୨୪=୪୮ମିନିଟ) ସନ୍ଧିକ୍ଷଣରେ ପୂଜା କଲେ । ଏହାକୁ ‘ସନ୍ଧିପୂଜା’ କୁହାଯାଏ । ଚାମୁଣ୍ଡା ଦେବୀଙ୍କ ସହାୟତାରେ ଶ୍ରୀରାମଚନ୍ଦ୍ର ଏହି ‘ସନ୍ଧିପୂଜା’ କରିଥିଲେ । ଏହି ପୂଜା ପରେ ଅର୍ଥାତ୍‌ ନବମୀ ଦିନ ଦେବୀ ଜାଗ୍ରତ ହେଲେ ଏବଂ ପୁନର୍ବାର ‘କୁମାରୀ’ ରୂପରେ ଶ୍ରୀରାମଚନ୍ଦ୍ରଙ୍କୁ ଦର୍ଶନ ଦେଲେ । ତେଣୁ ନବମୀ ଦିନ କୁମାରୀ ପୂଜାର ପ୍ରଚଳନ ଅଛି । କୁମାରୀ ସାକ୍ଷାତ ଯୋଗିନୀ, ପରମାଦେବୀ ପୁଣି ପରମପ୍ରକୃତି । ଶ୍ରୀ ଶ୍ରୀ ଚଣ୍ଡୀରେ ଉଲ୍ଲେଖ ଅଛି ‘ସ୍ତ୍ରୀୟା ସମସ୍ତା ସକଳ ଜଗତ ସୁ’ ଅର୍ଥାତ୍‌ ସମସ୍ତ ସ୍ତ୍ରୀ ଜାତି ବ୍ରହ୍ମମୟୀ, ମହାମାୟା ଜଗଜ୍ଜନନୀଙ୍କର ଏକ ଅଂଶ ବିଶେଷ । ପ୍ରତି ନାରୀ ଭଗବତୀଙ୍କ ଅଂଶ ହେଲେ ମଧ୍ୟ କୁମାରୀଙ୍କ ମଧ୍ୟରେ ଭଗବତ୍‌ ସତ୍ତା ବିଶେଷ ଭାବରେ ପ୍ରକାଶିତ । ତନ୍ତ୍ରମତେ ଷୋହଳ ବର୍ଷ ପର୍ଯ୍ୟନ୍ତ ଅବିବାହିତା କନ୍ୟାଙ୍କୁ କୁମାରୀ କୁହାଯାଏ । ଯେତେଦିନ ପର୍ଯ୍ୟନ୍ତ କନ୍ୟା ଋତୁମତୀ ନ ହୁଅନ୍ତି ସେତେଦିନ ପର୍ଯ୍ୟନ୍ତ ‘କୁମାରୀ’ ତାହା କୁସୁମପରି ପବିତ୍ର । ତେଣୁ ସେତେଦିନ ପର୍ଯ୍ୟନ୍ତ କନ୍ୟା ଦେବସେବାରେ ନିବେଦିତ ହୋଇପାରିବେ । ତ୍ରେତୟା ଯୁଗରେ ଶ୍ରୀରାମଚନ୍ଦ୍ର ଦେବୀ ଦୁର୍ଗାଙ୍କୁ କୁମାରୀ ରୂପରେ ଦର୍ଶନ କରିଥିଲେ ଏବଂ ପୂଜା କରିଥିଲେ ମଧ୍ୟ ପରବର୍ତ୍ତୀକାଳରେ ଶ୍ରୀଶ୍ରୀ ରାମକୃଷ୍ଣ ଓ ତାଙ୍କର ଶିଷ୍ୟ ବିବେକାନନ୍ଦ ଏହାର ବହୁଳ ପ୍ରଚାର କରିଥିଲେ ଏବଂ ରାଣୀ ରାସମଣୀ ଦେବୀଙ୍କ ଦ୍ୱାରାଦେବୀଙ୍କଦ୍ୱାରା କୁମାରୀ ପୂଜାକରାଇ ଏହାର ପ୍ରସାର ମଧ୍ୟ କରିଥିଲେ। କାରଣ କୁମାରୀଙ୍କ ମଧ୍ୟରେ ଭଗବତ୍‌ ସତ୍ତା ଅନୁଭବ କରିଥିଲେ । ଏଣୁ ଦୁର୍ଗାପୂଜାର ନବମୀ ରାତ୍ରିରେ କେତେକ ବ୍ରାହ୍ମଣ ବଂଶୀୟ ସାତରୁ ଆଠ ବର୍ଷର କନ୍ୟାକୁ ପାଦରେ ଅଳତା, ଆଖିରେ କଜ୍ଜଳ ଓ କପାଳରେ ଚନ୍ଦନ ଟିପା ଦେଇ ସୁନ୍ଦର ଭାବରେ ସଜାଇ ନୂତନ ଶାଢ଼ି ପରିଧାନ କରାଇ ବିଭିନ୍ନ ଉପଢ଼ୌକନ ଦେଇ ପୂଜା କରାଯାଏ । ଏହାକୁ ‘କୁଆଁରୀ ଲକ୍ଷ୍ମୀ’ ପୂଜା କୁହାଯାଏ । ଓଡ଼ିଶାର ସବୁ ପୂଜାମଣ୍ଡପରେ ନବମୀ ଦିନ କୁମାରୀ ପୂଜା କରା ନ ଗଲେ ମଧ୍ୟ କଟକ ଜିଲ୍ଲାର ପୁନଙ୍ଗ ଗ୍ରାମର ଘୋଷଘର ପୂଜାମଣ୍ଡପରେ ଆବାହମାନକାଳରୁ କୁମାରୀ ପୂଜା ହୋଇଆସୁଛି । କଥିତ ଅଛି, ଯେଉଁମାନେ ଏହି ପୂଜା ଦର୍ଶନ କରନ୍ତି, ସେମାନେ ଚତୁବର୍ଗ ଫଳ ପାଆନ୍ତି । କୁମାରୀ ପୂଜା ହେଉଛି ନାରୀଜାତି ପ୍ରତି ସମ୍ମାନ ପ୍ରଦର୍ଶନର ଏକ ପ୍ରକ୍ରିୟା ମାତ୍ର ।<ref>ସ୍ନିଗ୍ଧା ଗୋସ୍ୱାମୀ, ସମାଜ ରବିବାର, ପୃଷ୍ଠା-୩, ୨୦୧୪ ସେପ୍ଟେମ୍ବର ୨୮-ଅକ୍ଟୋବର ୪</ref>
 
== ପୂଜାବିଧି ==