"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ରୁ +ରୁ , - କୁ +କୁ )
ଟିକେ Regular Character Changes
୪୭ କ ଧାଡ଼ି:
 
=== କ୍ଷୁଦ୍ରଗଳ୍ପ ===
୧୮୬୦ରେ ଫକୀରମୋହନଙ୍କ ରଚିତ କ୍ଷୁଦ୍ରଗଳ୍ପ ’ଲଛମନିଆ’, ତାଙ୍କରି ଦ୍ୱାରାତାଙ୍କରିଦ୍ୱାରା ସମ୍ପାଦିତ ଓ ବାଲେଶ୍ୱରରୁ ପ୍ରକାଶିତ ବୋଧଦାୟିନୀ ପତ୍ରିକାରେ ପ୍ରକାଶିତ ହୋ‍ଇଥିଲା । ତେବେ ଦୁର୍ଭାଗ୍ୟବଶତଃ ତାଙ୍କର ଆତ୍ମଜୀବନୀରେ ଏହା ବିଷୟରେ ସାମନ୍ୟ ଟିକିଏ ବର୍ଣ୍ଣନା ବ୍ୟତୀତ ଏହି ଗଳ୍ପର ସ୍ରୋତ ସମ୍ୱନ୍ଧରେ ଅନ୍ୟ କୌଣସି ଖିଅ ମିଳେନାହିଁ, ନଚେତ୍ ସମଗ୍ର ଭାରତବର୍ଷରେ ଏହି ସାହିତ୍ୟିକ ବିଭାଗର ସ୍ରଷ୍ଟା ରୂପେ ସେ ବିବେଚିତ ହୋ‍ଇଥା’ନ୍ତେ । ୧୮୯୮ରେ ତାଙ୍କ ରଚିତ ’[http://www.ameodia.com/odia-kathaa/odia-story/odia-story-rebati-fakir-mohan-senapati/ ରେବତୀ]’ ପ୍ରଥମ ଓଡ଼ିଆ ଗଳ୍ପର ମାନ୍ୟତା ପାଏ । ’ରେବତୀ’ ଗଳ୍ପଟିରେ ଗୋଟିଏ ଛୋଟ ଝିଅର ପାଠ ପଢିବାର ଉତ୍ସାହ ଓ ଏଥିରେ ତା’ର ଅନ୍ତରାୟ ସାଜୁଥିବା ପାରମ୍ପରିକ ଅନ୍ଧବିଶ୍ୱାସପୂର୍ଣ୍ଣ ଗ୍ରାମୀଣ ସମାଜର ଚିତ୍ରଣ କରାଯାଇଛି । ପରେ ଯେବେ ଗାଁରେ ମହାମାରୀ ବ୍ୟାପିଛି ଏଥିପାଇଁ ତା’ର ଅଧ୍ୟୟନକୁ ଦାୟୀ କରାଯାଇଛି । ଫକୀରମୋହନଙ୍କ ଅନ୍ୟାନ୍ୟ କ୍ଷୁଦ୍ରଗଳ୍ପଗୁଡ଼ିକ ହେଉଛି ’ପେଟେଣ୍ଟ ମେଡ଼ିସିନ’, ’ଡ଼ାକମୁନସି’, ’ଅଧର୍ମ ବିତ୍ତ’, ’ରାଣ୍ଡି ପୁଅ ଅନନ୍ତା’; 'ସଭ୍ଯ ଜମିଦାର ' ଇତ୍ୟାଦି ।
 
=== କବିତା ===
ଫକୀରମୋହନଙ୍କ ପ୍ରଥମ କବିତା ସଙ୍କଳନ ’ଉତ୍କଳ ଭ୍ରମଣ’ ପ୍ରକାଶ ପାଏ ୧୮୯୨ରେ । ତାଙ୍କର ଅନ୍ୟାନ୍ୟ ପଦ୍ୟ କୃତିମାନଙ୍କ ମଧ୍ୟରେ ’ପୁଷ୍ପମାଳା’, ’ଉପହାର’, ’ପୂଜା ଫୁଲ’, ’ପ୍ରାର୍ଥନା’ ଓ ’ଧୂଳି’ ପ୍ରଧାନ । ନିଜସ୍ୱ କୃତି ବ୍ୟତୀତ ସେ ମଧ୍ୟ ସଂସ୍କୃତ ’ମହାଭାରତ’ ଓ ’ରାମାୟଣ’କୁ ଓଡ଼ିଆରେ ଅନୁବାଦ କରିଥିଲେ । ଏ ଦୁଇଟିଯାକ ଆକ୍ଷରିକ ଅନୁବାଦ ନୁହେଁ ବରଂ ଭାବାନୁବାଦ । ତାଙ୍କର ପ୍ରଥମ ସ୍ତ୍ରୀ ରୋଗଶଯ୍ୟାରେ ଥିବାବେଳେ ରାମାୟଣ ଓ ମହାଭାରତକୁ ଓଡ଼ିଆରେ ଶୁଣିବାକୁ ଇଚ୍ଛା କରିବାରୁ ସେ ଏହି ଅନୁବାଦ ଦ୍ୱୟ କରିଥିଲେ । ତେବେ ତାଙ୍କର ଏହି ରଚନା ଦ୍ୱୟ ଓଡ଼ିଆ ସାହିତ୍ୟକୁ ସମୃଦ୍ଧ କରିଥିବାରୁ ତାଙ୍କର ଏହି ମହତ ପ୍ରଚେଷ୍ଟା ଲାଗି ତାଙ୍କୁ ବ୍ୟାସକବିର ଆଖ୍ୟା ଦିଆଯା‍ଇଛି । ତତ୍କାଳୀନ ବାମରାର ରାଜାଙ୍କ ଦ୍ୱାରାରାଜାଙ୍କଦ୍ୱାରା ସେ ମଧ୍ୟ "ସରସ୍ୱତୀ" ଉପାଧିରେ ଭୂଷିତ ହୋ‍ଇଥିଲେ ।
 
=== ପତ୍ରପତ୍ରିକା ଓ ସଙ୍ଗଠନ ===