"ଫୁଲ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ଙ୍କ +ଙ୍କ )
ଟିକେ Regular Character Changes
୩ କ ଧାଡ଼ି:
'''ଫୁଲ''' ବା '''ପୁଷ୍ପ''' କ୍ଷୁଦ୍ର ଆକାର, କଅଁଳ ପାଖୁଡା, ବିଭିନ୍ନ ରଙ୍ଗ, ଭିନ୍ନ ବାସ୍ନାର ରହିଛି । ଫୁଲମାନଙ୍କର ବହୁତ ପ୍ରକାରର ଆବଶ୍ୟକତା ରହିଛି । ବିଭିନ୍ନ ଉଦ୍ଦେଶ୍ୟରେ ଫୁଲମାନେ ବି ବ୍ୟବହୃତ ହୁଅନ୍ତି - ଜନ୍ମ ଦିନରେ, ସଭାସମିତିରେ, ଦେବାଳୟରେ, ପକେଟରେ, ଶଯ୍ୟାରେ, ମୃତ୍ୟୁ ଶଯ୍ୟାରେ ଏମିତି ବହୁତ ଯାଗାରେ ।
 
ଶାନ୍ତି ଓ ସମୃଦ୍ଧି ପାଇଁ ପୁଷ୍ପମାନ ଇଶ୍ଵରଙ୍କଠାରେ ଅର୍ପିତ । ଆକାଶକୁ ତାରାମାନ ସଜାଇବା ଭଳି ରଙ୍ଗବେରଙ୍ଗର ଫୁଲ ମାନ ପ୍ରକୃତିରାଣୀକୁ ସଜାଇଥାନ୍ତି । ସୃଷ୍ଟିକର୍ତ୍ତାଙ୍କ ଦ୍ଵାରାସୃଷ୍ଟିକର୍ତ୍ତାଙ୍କଦ୍ଵାରା ସୃଷ୍ଟ ପ୍ରତ୍ୟେକ ପଦାର୍ଥକୁ ପ୍ରଥମେ ତାଙ୍କୁ ହିଁ ନିବେଦନ କରାଯାଇଥାଏ । ଏହା ଆର୍ଯ୍ୟ ପରମ୍ପରା । ଶାସ୍ତ୍ର ମତ, ବୃକ୍ଷରେ ଫୁଲମାନେ ଯେଭଳି ଫୁଟିଥାନ୍ତି ପ୍ରଭୁଙ୍କୁ ସେହି ଭଳି ସଜାଇବା ଦରକାର । ଫୁଲ ଓଲଟାଇ ଈଶ୍ଵରରଙ୍କୁ ଅର୍ପଣ କଲେ ଫଳ କିଛି ମିଳେ ନାହିଁ । ପୁନଶ୍ଚ, ପୁଷ୍ପ ଚୟନ ସମୟରେ ଫୁଲଗଛଟିକୁ ସମ୍ପୁର୍ଣ୍ଣ ପୁଷ୍ପଶୂନ୍ୟ (ଲଣ୍ଡିତ) ନକରି ପ୍ରକୃତିର ଉପଭୋଗପାଇଁ କେତୋଟି ପୁଷ୍ପ ଛାଡ଼ିଦେବା ବିଧେୟ । ଏତଦ୍ଵାରା ଫୁଲ ଗୁଡ଼ିକୁ ଧାରଣ କରିଥିବା ଗଛଟି ସୁନ୍ଦର ଦେଖାଯିବା ସହିତ ପ୍ରକୃତିରାଣୀ ଅପରୂପ ଶୋଭାରେ ବିମଣ୍ଡିତ ହୋଇଥାଏ । ସୌନ୍ଦର୍ଯ୍ୟ ହିଁ ପରମା ପ୍ରକୃତି । ସେଥି ପାଇଁ ମାତୃବନ୍ଦନାରେ ଯଥାର୍ଥରେ କୁହାଯାଇଛି "ଓଁ ସୌନ୍ଦର୍ଯ୍ୟମୟୀ ପରମେ, ଓଁ ଆନନ୍ଦମୟୀ ପରମେ, ଓଁ ସତ୍ୟମୟୀ ପରମେ '' - ଅର୍ଥାତ; ସୌନ୍ଦର୍ଯ୍ୟ ହିଁ ଶ୍ରେଷ୍ଠ । ଅନ୍ୟ ଅର୍ଥରେ ଶ୍ରେଷ୍ଠତ୍ଵ ପ୍ରତିପାଦନ କରୁଥିବା ବ୍ୟକ୍ତିତ୍ଵ ହିଁ ଦୁନିଆକୁ ସୁନ୍ଦର ଦେଖାଯାଏ । ଫୁଲମାନଙ୍କ ଠାରୁ ଏହି ସନ୍ଦେଶ ଆମକୁ ମିଳେ ।
 
== ପୁଷ୍ପ ଚୟନ ==
"https://or.wikipedia.org/wiki/ଫୁଲ"ରୁ ଅଣାଯାଇଅଛି