"ବିଶ୍ୱକର୍ମା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
୧୩ କ ଧାଡ଼ି:
| Mount = ହଂସ/ ହାତୀ
}}
ଦେବଶିଳ୍ପୀ '''ବିଶ୍ୱକର୍ମା''' ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା ।<ref>{{cite web |url=http://www.culturalindia.net/indian-architectu mre/ancient-architecture/cave-architecture.html |title=Cave Architecture |publisher=|accessdate=2007-02-15}}</ref>ପୁରାଣମତେ ସେ ଅଷ୍ଟମ ବସୁଦେବତା ପ୍ରଭାସଙ୍କ ଔରସରେ ଯୋଗସିଦ୍ଧାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ମତାନ୍ତରେ ପ୍ରଜାପିତା ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ । ଚତୁର୍ଭୁଜ ବିଶ୍ଵକର୍ମା, ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ ଚକ୍ର ଓ ତଳ ହାତରେ ଆଶୀର୍ବାଦ କରୁଥିବାର ଦୃଷ୍ଟିଗୋଚର ହେଇଥାନ୍ତି । ଦିବ୍ୟ ବସ୍ତ୍ର ପରିହିତ ଗଳାରେ ରତ୍ନହାର, ଅନୁପମ ରତ୍ନଅଳଙ୍କାରରେ ବିଭୂଷିତ, କର୍ଣ୍ଣରେ ମକର କୁଣ୍ଡଳ । ସେ ଜ୍ଞାନ ଓ ଅବସ୍ଥାରେ ସମୃଦ୍ଧ ହୋଇଥିଲେ ମଧ୍ୟ କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ ଅଟନ୍ତି । ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । [[ବ୍ରହ୍ମା]]ଙ୍କ ନିର୍ଦ୍ଦେଶରେ ବିଶ୍ୱକର୍ମା ସମଗ୍ର ସୃଷ୍ଟି ରଚନା କରିଥିଲେ । ଦେବତାମାନଙ୍କର ସମସ୍ତ ଶସ୍ତ୍ର ବିମାନ ଆଦି ଏହାଙ୍କ ଦ୍ୱାରାଏହାଙ୍କଦ୍ୱାରା ବିନିର୍ମିତ । ସ୍ୱର୍ଗର ଅମରାବତୀ ହିଁ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ ।
 
ମଣିଷର କାର୍ଯ୍ୟର ପାର୍ଥକ୍ୟରେ ଯେପରି ଜାତିର ସୃଷ୍ଟି ସେହିପରି ଭଗବାନଙ୍କୁ ନାନା ରୂପରେ କଳ୍ପନା କରାଯାଇଛି । ଯେତେବେଳେ ସୃଷ୍ଟି କରନ୍ତି ସେତେବେଳେ ସେ ବ୍ରହ୍ମା, ଯେତେବେଳେ ପାଳନ କରନ୍ତି ସେତେବେଳେ [[ବିଷ୍ଣୁ]], ଯେତେବେଳେ ସଂହାର କରନ୍ତି ସେତେବେଳେ ସେ [[ମହାଦେବ|ରୁଦ୍ର]] ସେହିପରି ସେ ଯେତେବେଳେ ଶିଳ୍ପୀ ସେତେବେଳେ ସେ ବିଶ୍ୱକର୍ମା ବୋଲି ପରିଚିତ ହୁଅନ୍ତି ।
୩୫ କ ଧାଡ଼ି:
ଜାତୋଦ୍ଧପତ୍ୟ କପିତ୍ୱାତ୍ ଚ ବିଶ୍ୱକର୍ମଣ୍ୟପ୍ୟପ୍ୟୁତ୍ୱାତ୍ । (ବାମନ ପୁରାଣ - ୬୫ / ୧୫୪)
</poem>
ବାନର ସେନାପତି ନଳ, ଯେଉଁ ପଥର ଖଣ୍ଡକୁ ସ୍ପର୍ଶ କରୁଥିଲେ, ତାହା ହାଲୁକା ହୋଇ ପାଣିରେ ଭାସୁଥିଲା । ନଳ ପଥରମାନଙ୍କୁ ସ୍ପର୍ଶ କରିବାପରେ ସେହି ଭାସମାନ ପଥର ଦ୍ୱାରାପଥରଦ୍ୱାରା ରାମଚନ୍ଦ୍ର ସମୁଦ୍ରରେ ସେତୁବନ୍ଧ ବନ୍ଧାଇ ସମୁଦ୍ରକୁ ପାର ହୋଇ ଲଙ୍କା ଗଡ଼ରେ ପହଞ୍ଚିଥିଲେ । ବିଶ୍ୱକର୍ମାଙ୍କର ଏକପୁତ୍ରୀ ଚିତ୍ରଙ୍ଗଦା ରାଜା ସୁରଥଙ୍କୁ ବିବାହ କରିଥିଲେ । ପୌରାଣିକ କଥା ଅନୁସାରେ ଦେବଶିଳ୍ପୀ ବିଶ୍ୱକର୍ମା ବା ତ୍ୱଷ୍ଟାଙ୍କୁ ଅଗ୍ନିଦେବତା ଭାବେ ସ୍ୱୀକାର କରାଯାଇଥାଏ । ଯାହାଙ୍କର ତ୍ରିଶିରା ନାମକ ପୁତ୍ର ତଥା ସଂଜ୍ଞା ନାମକ କନ୍ୟା ଥିଲେ । ସଂଜ୍ଞାଙ୍କୁ ସୂର୍ଯ୍ୟଙ୍କ ସହ ସେ ବିବାହ ସଂପନ୍ନ କରାଇଥିଲେ । ସୂର୍ଯ୍ୟଙ୍କ ପ୍ରଚଣ୍ଡ ତେଜରାଶିକୁ ସଂଜ୍ଞା ସହି ନପାରିବାରୁ ତ୍ୱଷ୍ଟା ବିଶ୍ୱକର୍ମା ୧୦୮ ସୂର୍ଯ୍ୟସ୍ତୋତ୍ର ପାଠକରି ସୂର୍ଯ୍ୟଙ୍କୁ ପ୍ରସନ୍ନ କରିଥିବା କଥା ନରସିଂହ ପୁରାଣରେ ବର୍ଣ୍ଣିତ ହୋଇଛି ।
<poem>
ତେନୈବମୁକ୍ତୋ ଦିନ କୃତ୍ ତଥେତି
୪୭ କ ଧାଡ଼ି:
ଯତ୍ନୋଲିଖିତୋ ବିଭାତି । (ରଘୁ - ୬ / ୩୨)
</poem>
ରାମାୟଣ ବର୍ଣ୍ଣନା ଅନୁସାରେ [[ରାବଣ]]ର ସ୍ୱର୍ଣ୍ଣ ଲଙ୍କାପୁର, ହରିବଂଶ ବର୍ଣ୍ଣନା ଅନୁସାରେ ଦ୍ୱାରିକାଧାମ, ସ୍କନ୍ଦପୁରାଣ ବର୍ଣ୍ଣନା ଅନୁସାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀ ବିଗ୍ରହ ଆଦି ବିଶ୍ୱକର୍ମାଙ୍କ ଦ୍ୱାରାବିଶ୍ୱକର୍ମାଙ୍କଦ୍ୱାରା ବିନିର୍ମିତ ।<ref> ଲଛମନ ରାଉତ, ସଂଚାର, ପୃଷ୍ଠା-୧୪, ମଙ୍ଗଳବାର ୧୭ ସେପ୍ଟେମ୍ବର ୨୦୧୩ </ref>
* ବିଶ୍ୱକର୍ମାଙ୍କର କନ୍ୟା ସଂଜ୍ଞା ଓ ପୁତ୍ର ନଳ ନାମକ ବାନର।
:* ସଂଜ୍ଞା ବିଶ୍ୱକର୍ମାଙ୍କ କନ୍ୟା । ସୂର୍ଯ୍ୟଦେବ ଏହାଙ୍କ ପାଣି ଗ୍ରହଣ କରିଥିଲେ । ସଂଜ୍ଞାଙ୍କ ଗର୍ଭରେ ସୂର୍ଯ୍ୟଙ୍କ ଔରସରେ ବୈବସ୍ୱତ ମନୁ, ଯମ, ଯମୁନା ଓ ଅଶ୍ୱିନୀ-କୁମାର ଦ୍ୱୟ ଜନ୍ମ ଗ୍ରହଣ କରିଥିଲେ ।
:* ବାନର ସେନାପତି ନଳ, ଘୃତାଚୀ ଅପ୍ସରୀର ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ଏ ଯେଉଁ ପଥର ଖଣ୍ଡକୁ ସ୍ପର୍ଶ କରୁଥିଲେ, ତାହା ହାଲୁକା ହୋଇ ପାଣିରେ ଭାସୁଥିଲା । ଏ ପଥରମାନଙ୍କୁ ସ୍ପର୍ଶ କରିବାରୁ ସେହି ଭାସମାନ ପଥର ଦ୍ୱାରାପଥରଦ୍ୱାରା ରାମଚନ୍ଦ୍ର ସମୁଦ୍ରରେ ସେତୁବନ୍ଧ ବନ୍ଧାଇ ସମୁଦ୍ରକୁ ପାର ହୋଇ ଲଙ୍କା ଗଡ଼ରେ ପହଞ୍ଚିଥିଲେ ।
 
==ଜଗନ୍ନାଥଙ୍କ ଦାରୁ ମୂର୍ତ୍ତି ଓ ବିଶ୍ଵକର୍ମା==