"ବୀର ସୁରେନ୍ଦ୍ର ସାଏ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (- ଠାରେ +ଠାରେ )
ଟିକେ Regular Character Changes
୩୨ କ ଧାଡ଼ି:
 
=== ଦ୍ଵିତୀୟ ପର୍ଯ୍ୟାୟ ବିଦ୍ରୋହ ===
କାରାଦଣ୍ଡର ଅବଧି ସରିବା ପରେ ମଧ୍ୟ ଇଂରେଜମାନେ ସୁରେନ୍ଦ୍ରଙ୍କୁ ମୁକ୍ତ କରିନଥିଲେ । ୧୮୪୯ ସେପ୍ଟେମ୍ବରରେ ବ୍ରିଟିଶ ଦ୍ଵାରାବ୍ରିଟିଶଦ୍ଵାରା ଅବସ୍ଥାପିତ ରାଜା ନାରାୟଣ ସିଂହଙ୍କ ମୃତ୍ୟୁ ପରେ ମଧ୍ୟ ସୁରେନ୍ଦ୍ର ସାଏଙ୍କୁ ଇଂରେଜମାନେ ଗାଦିରୁ ବଞ୍ଚିତ କରିଥିଲେ । ୧୮୫୭ରେ ଭାରତର ସିପାହୀମାନେ ଇଂରେଜ ସରକାରଙ୍କ ବିରୁଦ୍ଧରେ ପ୍ରଥମ ସ୍ୱାଧୀନତା ସଂଗ୍ରାମ ([[ସିପାହୀ ବିଦ୍ରୋହ]]) ଆରମ୍ଭ କରିଥିଲେ । ସେହିବର୍ଷ ଜୁଲାଇ ମାସ ୩୦ ତାରିଖ ଦିନ ରାମଗଡ଼ରୁ ଆସିଥିବା ଯବାନ ମାନେ ‘ଛୋଟା ବର୍ଦ୍ଧମାନର ପଲଟନ’ ସହ ମିଶି ହଜାରିବାଗ ଜେଲ ଭାଙ୍ଗି ସୁରେନ୍ଦ୍ର ସାଏଙ୍କ ସମେତ ୩୨ ଜଣ ବନ୍ଦୀଙ୍କୁ ମୁକ୍ତ କରି ଦେଇଥିଲେ । ଦୀର୍ଘ ୧୭ବର୍ଷ ପରେ ସୁରେନ୍ଦ୍ର ଓ ତାଙ୍କ ଭାଇ ଉଦନ୍ତ ସାଏ ମୁକ୍ତ ହୋଇଥିଲେ । ସୁରେନ୍ଦ୍ର ପୁନଶ୍ଚ ବନ୍ଦୀ କରିବା ପାଇଁ ଇଂରେଜ ସରକାର ତାଙ୍କୁ ଧରିବା ପାଇଁ ୨୫୦ ଟଙ୍କାର ପୁରସ୍କାର ଘୋଷଣା କରିବା ସହ ଗୁପ୍ତଚର ନିୟୋଜିତ କରିଥିଲେ ।
 
ମୁକ୍ତି ପାଇ ସୁରେନ୍ଦ୍ର ସାଏ ସଙ୍ଗେ ସଙ୍ଗେ ସମ୍ବଲପୁର ଫେରି ଆସିଲେ ଏବଂ ସମ୍ବଲପୁରବାସୀଙ୍କୁ ସୁସଙ୍ଗଠିତ କରି ପୁନର୍ବାର ସଂଗ୍ରାମ କରିବାକୁ ଆଗେଇ ଆସିଲେ । ଦେବ୍ରୀଗଡ଼ ହେଲା ସୁରେନ୍ଦ୍ରଙ୍କ ସଂଗ୍ରାମର କେନ୍ଦ୍ରସ୍ଥଳ । କୌଶଳକ୍ରମେ ସୁରେନ୍ଦ୍ର ସାଏ ପ୍ରଥମେ ସମ୍ବଲପୁର ଅଞ୍ଚଳରେ ଥିବା ଇଂରେଜମାନଙ୍କର ବାହ୍ୟ ଯୋଗାଯୋଗ ସମ୍ପର୍କ ଛିନ୍ନ କଲେ । ବଡ଼ ବଡ଼ ପଥର ଖଣ୍ଡ ରଖି ରାସ୍ତା ଅବରୋଧ କରିବା ସହ ପାହାଡ଼ ଉପରେ ଥିବା ଶିଆଳୀ ଲତାରେ ବଡ଼ ବଡ଼ ପଥରକୁ ବାନ୍ଧିରଖି ଆବଶ୍ୟକ ସ୍ଥଳେ ଲତାକୁ କାଟି ଦେଉଥିଲେ । ଫଳରେ ପଥରଖଣ୍ଡମାନ ପଡ଼ି ଇଂରେଜମାନଙ୍କୁ ଆଘାତ ଦେଉଥିଲା । ଅନ୍ୟ ପକ୍ଷରେ ଇଂରେଜମାନଙ୍କ ଗୁଳିଗୁଳା ଘଞ୍ଚ ଜଙ୍ଗଲରେ ଥିବା ଗଛଗୁଡ଼ିକରେ ବାଜି ସବୁ ନଷ୍ଟଭ୍ରଷ୍ଟ ହୋଇଯାଉଥିଲା । ପାହାଡ଼ ମଧ୍ୟସ୍ଥ ଘଞ୍ଚ ଜଙ୍ଗଲରେ ସୁରେନ୍ଦ୍ରଙ୍କ ପକ୍ଷର ଆକ୍ରମଣକାରୀମାନେ ଲୁଚିଛପି ଗରିଲା ଯୁଦ୍ଧ କରିବା ପାଇଁ ବେଶ୍ ସୁବିଧା ପାଉଥିଲେ । ଇଂରେଜମାନଙ୍କ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଆଗରେ ସମ୍ବଲପୁରବାସୀଙ୍କ ଧନୁତୀର, ବର୍ଚ୍ଛା, ଖଣ୍ଡା, ନିଆଁଧରା ବନ୍ଧୁକ ଆଦି ବିଶେଷ କିଛି କାମ ଦେବ ନାହଁ ବୋଲି ସେ ଗରିଲା ଯୁଦ୍ଧର ଆଶ୍ରୟ ନେଇଥିଲେ । ୧୮୬୧ରେ ମେଜର ଇମ୍ପେଙ୍କୁ ସମ୍ବଲପୁରର ଡେପୁଟୀ କମିଶନର ରୂପେ ନିଯୁକ୍ତି ଦିଆଗଲା । ମେଜର ଇମ୍ପେ ଯୁଦ୍ଧନୀତି ପରିତ୍ୟାଗ କରି ଶାନ୍ତି ନୀତି ଅନୁସରଣ କଲେ । ସୁରେନ୍ଦ୍ର ସାଏଙ୍କ ବିରୁଦ୍ଧରେ ଯୁଦ୍ଧ ବନ୍ଦ ଘୋଷଣା କଲେ । ଆତ୍ମସମର୍ପଣ କରିଥିବା ବିଦ୍ରୋହୀମାନଙ୍କୁ କ୍ଷମା ପ୍ରଦାନ କରି ସେମାନଙ୍କର ବାଜ୍ୟାପ୍ତ ସମ୍ପତ୍ତି ଫେରସ୍ତ କରି ଦିଆଯିବାର ନିଷ୍ପତ୍ତି ନେଲେ । ଏହାପରେ ସୁରେନ୍ଦ୍ରଙ୍କର ଭାଇ ଓ ପୁତ୍ର ଆତ୍ମସମର୍ପଣ କରିଥିଲେ । ସେମାନଙ୍କୁ ଇମ୍ପେ ସମ୍ମାନର ସହ ଖିଣ୍ଡା ଗ୍ରାମରେ ଆଶ୍ରୟ ଦେଇଥିଲେ । ପରେ ପରେ ୧୮୬୨ ମସିହା ମଇ ମାସ ୧୬ ତାରିଖ ଦିନ ରାତିରେ ଘୋର ଜଙ୍ଗଲ ମଧ୍ୟରେ ଇମ୍ପେ ସାହେବଙ୍କ ସହ ସୁରେନ୍ଦ୍ର ସାଏଙ୍କର ସାକ୍ଷାତ ହେଲା ଏବଂ ସେହିଠାରେ ସୁରେନ୍ଦ୍ର ସାଏ ଆତ୍ମସମର୍ପଣ କରିଥିଲେ । ୧୮୬୩ରେ ଇମ୍ପେ ସାହେବଙ୍କର ମୃତ୍ୟୁ ହେବାରୁ ସମ୍ବଲପୁରର ରାଜନୈତିକ ପରିସ୍ଥିତି ବଦଳିଗଲା । ମେଜର ଇମ୍ପେଙ୍କ ସ୍ଥାନରେ କ୍ୟାପ୍ଟେନ୍ କମ୍ବରଲେଜ୍ ନିଯୁକ୍ତି ପାଇଲେ । କମ୍ବରଲେଜ୍ ଉଚ୍ଚ ପୋଲିସ୍ ଅଫିସର କ୍ୟାପ୍ଟେନ୍ ଷ୍ଟୁଆର୍ଟ ଓ ମିଷ୍ଟର ବେରିଲ୍‌ଙ୍କ ସହାୟତାରେ ୧୮୬୪ ମସିହା ଜାନୁଆରୀ ୨୩ ତାରିଖ ରାତ୍ର ୧୧ ଘଣ୍ଟା ସମୟରେ ସୁରେନ୍ଦ୍ର ସାଏ ଓ ତାଙ୍କ ପରିବାରବର୍ଗ ଶୋଇଥିବା ସମୟରେ ତାଙ୍କ ଘର ଉପରେ ଚଡ଼ାଉକରି ସେମାନଙ୍କୁ ବନ୍ଦୀ କଲେ । ସେହି ରାତ୍ରିରେ ସେମାନଙ୍କୁ ରାୟପୁର ନିଆଗଲା । ପରେ ସେମାନଙ୍କୁ ନାଗପୁର ଜେଲ୍ ଓ ଆଜୀବନ ଦେଶାନ୍ତର ଦଣ୍ଡରେ ଦଣ୍ଡିତ କରାଯାଇ ୧୮୬୬ ମସିହାରେ ଅସୀରଗଡ଼ ଦୁର୍ଗକୁ ପଠାଇ ଦିଆଗଲା ।