"ତ୍ରିବେଣୀ ଅମାବାସ୍ୟା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
୨୦ କ ଧାଡ଼ି:
}}
 
[[ମାଘ]] ମାସର [[ଅମାବାସ୍ୟା]]କୁ ମୌନୀ ଅମାବାସ୍ୟା ବା ତ୍ରିବେଣୀ ଅମାବାସ୍ୟା କହାଯାଏ । ଏହି ଦିନ [[କୁମ୍ଭ ମେଳା]]ର ପବିତ୍ର ସ୍ଥାନରେ ବୁଡ଼ ପକାଇବାକୁ ଶ୍ରଦ୍ଧାଳୁମାନେ ଅଧିକ ପସନ୍ଦ କରନ୍ତି । ଅନେକ ଧାର୍ମିକ ବ୍ୟକ୍ତି ଏହିଦିନ ତ୍ରିବେଣୀ ସଙ୍ଗମରେ ସ୍ନାନ ପୂର୍ବକ ମୌନବ୍ରତ ପାଳନ କରନ୍ତି । ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମୌନୀ ଅମାବାସ୍ୟାରେ ଆମ ମନ ଓ ଭାବର ଦେବତା ଚନ୍ଦ୍ର ଦେଖାଯା’ନ୍ତି ନାହିଁ ଏବଂ ଦୁର୍ବଳ ରହନ୍ତି । ତେଣୁ ବ୍ୟକ୍ତି କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଏହିଦିନ ନେଇପାରେ ନାହିଁ । ତା'ଛଡ଼ା ବର୍ଷକରେ ଥରେ ମକର ରାଶିକୁ ଗମନ କରନ୍ତି ରବି ବା ସୂର୍ଯ୍ୟ । ଶନି ହେଉଛନ୍ତି ମକରର ସ୍ୱାମୀ ବା ପ୍ରଭୁ ଏବଂ ଚନ୍ଦ୍ରଙ୍କ ବିରୋଧୀ । ମକରରେ ରବିଙ୍କ ଅବସ୍ଥାନ ଦ୍ୱାରାଅବସ୍ଥାନଦ୍ୱାରା ମକର ଓ ଶନିଙ୍କ ପ୍ରଭାବ ବୃଦ୍ଧିପାଏ । ଫଳରେ ଚନ୍ଦ୍ର ଆହୁରି ଦୁର୍ବଳ ହୋଇଯାଆନ୍ତି । ଚନ୍ଦ୍ରଙ୍କ ଦ୍ୱାରାଚନ୍ଦ୍ରଙ୍କଦ୍ୱାରା ଆମର ମନ ଓ ଭାବ ନିୟନ୍ତ୍ରଣ ହୋଇଥାଏ । ତେଣୁ ଆମର ଚିନ୍ତା କରିବା ଏବଂ ନିଷ୍ପତ୍ତି ନେବାର ଶକ୍ତି ଅପେକ୍ଷାକୃତ ଦୁର୍ବଳ ହୁଏ । ତେଣୁ ମୌନୀ ଅମାବାସ୍ୟା ଦିନ ଅଧିକ କଥାବାର୍ତ୍ତା ନକରି ମୌନବ୍ରତ ଅବଲମ୍ବନ କରିବା ଭଲ । ମାଘସ୍ନାନ ଦ୍ୱାରାମାଘସ୍ନାନଦ୍ୱାରା ପୁଣ୍ୟ ଅର୍ଜନ ହୁଏ ବୋଲି ବିଶ୍ୱାସ ରହିଛି । ମୌନୀ ଅମାବାସ୍ୟାରେ ତୀର୍ଥସ୍ଥଳରେ ବୁଡ଼, ଉପବାସ ପାଳନ ଓ ବିଷ୍ଣୁଙ୍କୁ ପୂଜା କଲେ ମହାପୁଣ୍ୟ ମିଳେ । ପିପଳ ବୃକ୍ଷକୁ ଏହିଦିନ ପ୍ରଦକ୍ଷଣ କରିବାର ମଧ୍ୟ ବିଧି ରହିଛି । ମକର ମାସସାରା ପ୍ରୟାଗର ସଙ୍ଗମ ସ୍ଥଳରେ ହିନ୍ଦୁ ଭକ୍ତ ଓ ଶ୍ରଦ୍ଧାଳୁମାନେ ସ୍ନାନ, ଦାନ ଓ ପୂଜାର୍ଚ୍ଚନା ବା ‘କଳ୍ପବାସ’ କରି ମୌନି ଅମାବାସ୍ୟାକୁ ଅପେକ୍ଷା କରି ରହିଥାନ୍ତି । ମାସବ୍ୟାପୀ କେତେକ ସାଧୁସନ୍ଥ କେବଳ ଜଳପାନ କରନ୍ତି ଏବଂ ଆଉ କେତେକ ଦିନକୁ ଥରେ [[ହବିଷ]] ପାଳନ କରନ୍ତି । ଏକଥା ମଧ୍ୟ କୁହାଯାଏ ଯେ ସୃଷ୍ଟିର ଆରମ୍ଭରେ ସବୁ ଶାନ୍ତ, ନିରବ ଥିଲା । ତାପରେ ସୃଷ୍ଟିହେଲା ଶବ୍ଦ ଏବଂ ଏହି ଶବ୍ଦ ଥିଲା ଓଁ ବା ବ୍ରହ୍ମନାଦ । ପ୍ରତ୍ୟେକ ଶବ୍ଦରେ ଅଛି ଶକ୍ତି ଏବଂ ଏହି ଶକ୍ତି ହିଁ ଚତୁଃପାର୍ଶ୍ୱର ସ୍ଥିତିକୁ ପରିବର୍ତ୍ତନ କରିପାରେ । ମୌନୀ ଅମାବାସ୍ୟାରେ ମୌନ ରହିଲେ ଶରୀରରେ ପ୍ରାଣ ସଂରକ୍ଷିର ହୋଇ ରହେ । ଏହା ଶକ୍ତି, ସାମର୍ଥ୍ୟ ପ୍ରଦାନ କରେ I<ref> [[ସମ୍ବାଦ (ଖବରକାଗଜ)|ସମ୍ବାଦ]], ୧୨ଫେବୃଆରୀ ୨୦୧୩, ମଙ୍ଗଳବାର, ପୃଷ୍ଠା: ୨</ref>
== ଆଧାର ==
{{ଆଧାର}}