"ବିଦ୍ୟୁତ୍,ଚୁମ୍ବକତ୍ବ," ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
ବଦଳ ସାରକଥା ଲୁଚାଇଦିଅନ୍ତୁ
ଟିକେ (Regular Character Changes)
ଟିକେ
'''ବିଦ୍ୟୁତ୍-ଚୁମ୍ଵକତ୍ଵ''' ବା '''ବିଦ୍ୟୁତ୍-ଚୁମ୍ଵକୀୟ ପ୍ରଭାବ''' ଭୌତିକ ବିଜ୍ଞାନର ଏକ ପ୍ରମୁଖ ଶାଖା । ବିଦ୍ୟୁତ୍-ଚୁମ୍ଵକୀୟ ବଳ ଓ ତାହାର ପ୍ରଭାବର ଅନୁଶୀଳନ ଏହି ଶାଖାର ଭିତ୍ତିଭୂମି । ବୈଦୁତିକ ଚାର୍ଜ୍ ବହନ କରୁଥିବା ବସ୍ତୁମାନଙ୍କ ମଧ୍ୟରେ ବଳ ସୃଷ୍ଟି ହୁଏ, ତାହାକୁ ବିଦ୍ୟୁତ୍-ଚୁମ୍ଵକୀୟ ବଳ ବୋଲି କୁହାଯାଏ । ବିଦ୍ୟୁତ୍-ଚୁମ୍ଵକୀୟ ବଳ, ବିଦ୍ୟୁତ୍-ଚୁମ୍ଵକୀୟ କ୍ଷେତ୍ର (ବୈଦୁତିକ କ୍ଷେତ୍ର, ଚୁମ୍ଵକୀୟ କ୍ଷେତ୍ର, ଆଲୋକ) ସହିତ ଓତଃପ୍ରୋତ ଭାବେ ଜଡ଼ିତ । ଆଧୁନିକ ଭୌତିକ ବିଜ୍ଞାନରେ ବିଦ୍ୟୁତ୍-ଚୁମ୍ଵକୀୟ ବଳକୁ ପାରମାଣବିକ ବସ୍ତୁ (ଈଂରାଜୀରେ Atomic Particles)ଙ୍କ ମଧ୍ୟରେ ଥିବା ଏକ ମୌଳିକ ପାରସ୍ପରିକ ବଳ ଭାବେ ଗଣନା କରାଯାଏ । ସାଧାରଣତଃ ପାରମାଣବିକ ବସ୍ତୁମାନଙ୍କ ମଧ୍ୟରେ ଥିବା ୪ଟି ମୌଳିକ ପାରସ୍ପରିକ ବଳ ହେଲା: ଶକ୍ତିଶାଳୀ ବଳ (ଈଂରାଜୀରେ Strong Force), ଶକ୍ତିହୀନ ବଳ (ଈଂରାଜୀରେ Weak Force), ମହାକର୍ଷଣୀୟ (ଈଂରାଜୀରେ Gravitational) ଏବଂ ବିଦ୍ୟୁତ୍-ଚୁମ୍ଵକତ୍ଵ (ଈଂରାଜୀରେ Electro-Magnetic) । <ref>{{cite book|last1=Ravaioli|first1=Fawwaz T. Ulaby, Eric Michielssen, Umberto|title=Fundamentals of applied electromagnetics|date=2010|publisher=Prentice Hall|location=Boston|isbn=978-0-13-213931-1|page=13|edition=6th|ref=Ulaby13}}<!--|accessdate=6 November 2014--></ref>ବିଦ୍ୟୁତ୍-ଚୁମ୍ଵକତ୍ଵକୁ ବିଦ୍ୟୁତ୍-ଚୁମ୍ଵକୀୟ ବଳ (ଲୋରେଞ୍ଜ୍ ବଳ)ର ପ୍ରଭାବଦ୍ଵାରା ପରିପ୍ରକାଶ କରାଯାଏ । ବିଦ୍ୟୁତ୍-ଚୁମ୍ଵକୀୟ ବଳରେ ବୈଦୁତିକ ବଳ ଓ ଚୁମ୍ଵକତ୍ଵ ସମାହିତ । [[File:Lightning.0257.jpg|thumb|ବିଜୁଳି ମାରିଲେ ଦୁଇଟି ଚାର୍ଜିତ ସ୍ଥାନ ମଧ୍ୟରେ ବିଦ୍ୟୁତ୍ ପ୍ରବହିତ ହୁଏ]]
 
ପାରମ୍ପରିକ ଭୌତିକ ବିଜ୍ଞାନର ଅନୁସାରେ ବିଦ୍ୟୁତ୍ ଚାର୍ଜ୍ ଓ ବିଦ୍ୟୁତ୍ ବିଭବ ଯୋଗୁଁ ବୈଦ୍ୟୁତିକ କ୍ଷେତ୍ର ସୃଷ୍ଟି ହୋଇଥାଏ । ମାଇକେଲ୍ ଫାରାଡ଼େଙ୍କ ନିୟମାନୁସାରେ ଚୁମ୍ଵକୀୟ କ୍ଷେତ୍ର, ବିଦ୍ୟୁତ୍-ଚୁମ୍ଵକୀୟ ଉପପାଦନ (ଈଂରାଜୀରେ Electromagnetic Induction) ଓ ଚୁମ୍ଵକତ୍ଵ ସହିତ ସମ୍ପୃକ୍ତ । ବୈଦୁତିକ କ୍ଷେତ୍ରରେ ଚାର୍ଜ୍ ଓ ପ୍ରବାହ, ଚୁମ୍ଵକୀୟ କ୍ଷେତ୍ର ପରସ୍ପରକୁ କିପରି ଭାବେ ପ୍ରଭାବିତ କରନ୍ତି ମାକ୍ସୱେଲଙ୍କ ସମୀକରଣରେ ଦର୍ଶିତ ହୋଇଛି ।  ବିଦ୍ୟୁତ୍-ଚୁମ୍ଵକତ୍ଵର ପରୀକ୍ଷଣଦ୍ଵାରା ଶୂନ୍ୟରେ ଆଲୋକର ବେଗ ନିରୂପିତ ହୋଇପାରିଲା ଓ ଏହା ଆଇନ୍ ଷ୍ଟାଇନଙ୍କଆଇନଷ୍ଟାଇନଙ୍କ ବିଶେଷ ଆପେକ୍ଷିକ ତତ୍ତ୍ଵର ଭିତ୍ତିଭୂମି । 
 
== ଇତିହାସ ==
[[File:Ørsted.jpg|thumb|140px|ହାନ୍ସ୍ ଖ୍ରୀଷ୍ଟିୟାନ୍ ଓରଷ୍ଟେଡ୍]]
ପୂର୍ବେ ବିଜ୍ଞାନ ଜଗତରେ ବୈଦୁତିକ ପ୍ରଭାବ ଓ ଚୁମ୍ବକତ୍ଵ ଭିନ୍ନ ଭିନ୍ନ ବଳ ବୋଲି ଧାରଣା ଥିଲା । ୧୮୭୩ ମସିହାରେ ଜେମ୍ସ୍ କ୍ଲାର୍କ ମାକ୍ସୱେଲଙ୍କ ବିଦ୍ୟୁତ୍ ଓ ଚୁମ୍ଵକତ୍ଵ ସମ୍ଵନ୍ଧୀୟ ଲେଖ ପରେ ଏହି ଧାରଣା ବଦଳିଲା । ଯେତେବେଳେ ଯୁକ୍ତ ଚାର୍ଜ୍ ଓ ବିଯୁକ୍ତ ଚାର୍ଜ୍ ପରସ୍ପରର ପ୍ରଭାବରେ ଆସନ୍ତି ସେତେବେଳେ׃
 
୩. ଏକ ତାରରେ ପ୍ରବାହିତ ବିଦ୍ୟୁତ୍ ସ୍ରୋତ ନିଜ ଚାରିପଟେ ଏକ ଚୁମ୍ଵକୀୟ କ୍ଷେତ୍ର ସୃଷ୍ଟି କରିଥାଏ । ବିଦ୍ୟୁତ୍ ପ୍ରବାହର ଦିଗ ଚୁମ୍ବକୀୟ କ୍ଷେତ୍ରର ଦିଗ ନିରୂପଣ କରିଥାଏ (ଏହାକୁ “ଡାହାଣ ହାତ ପାପୁଲି ନିୟମ” ମଧ୍ୟ କୁହନ୍ତି । ଡାହାଣ ହାତର ପାପୁଲିକୁ ଖୋଲାକରି ରଖାଯାଉ ଯେପରିକି ବୁଢ଼ା ଆଙ୍ଗୁଠି ଓ ଅନ୍ୟ ଚାରି ଆଙ୍ଗୁଠି ପରସ୍ପର ପ୍ରତି ୯୦ ଡିଗ୍ରୀରେ ରହିବେ । ଯଦି ବୁଢ଼ା ଆଙ୍ଗୁଠି ତାରରେ ବିଦ୍ୟୁତ୍ ପ୍ରବାହର ଦିଗ ଦର୍ଶାଏ, ତେବେ ବାକି ଚାରି ଆଙ୍ଗୁଠି ମୁଠେଇ ଆଣିଲେ ଯେଉଁ ଦିଗ ନିରୂପଣ ହୁଏ ତାହା ଚୁମ୍ଵକୀୟ କ୍ଷେତ୍ରର ଦିଗ) ।
 
୪. ଏକ ତାର କୁଣ୍ଡଳୀକୁ ଚୁମ୍ଵକୀୟ କ୍ଷେତ୍ର ପାଖକୁ ବା ତା’ଠାରୁ ଦୂରକୁ ନେଲେ ସେଥିରେ ବିଦ୍ୟୁତ୍ ପ୍ରବାହ ହୋଇଥାଏ । ବିଦ୍ୟୁତ୍ ପ୍ରବାହର ଦିଗ ଚୁମ୍ବକ ଆଡକୁ ବା ତାହାଠାରୁ ଦୂରକୁ ଯାଉଥିବା ତାର କୁଣ୍ଡଳୀର ଗତିର ଦିଗ ଉପରେ ନିର୍ଭର କରେ ।[[File:Andre-marie-ampere2.jpg|thumb|140px|left|ଆଣ୍ଡ୍ରେ ମେରି ଆମ୍ପିୟର୍]] 
[[File:SS-faraday.jpg|thumb|140px|ମାଇକେଲ୍ ଫାରାଡ଼େ]]
 
୧୮୨୦ ମସିହାରେ '''ହାନ୍ସ୍ ଖ୍ରୀଷ୍ଟିୟାନ୍ ଓରଷ୍ଟେଡ୍''' ପରୀକ୍ଷା କରି ଦେଖିଥିଲେ ଯେ ସ୍ଵିଚ୍ ଖୋଲି ବା ବନ୍ଦ କରି, ଏକ ତାରରେ ବିଦ୍ୟୁତ୍ ପ୍ରବାହ ହେଲେ ତାହା ପାଖରେ ଥିବା ଏକ ଦିଗବାରେଣୀ ଯନ୍ତ୍ରର ସୂଚୀ ବିକ୍ଷେପିତ ହୋଇଥାଏ । ବିଦ୍ୟୁତ୍ ପ୍ରବାହ ହେଲେ ତା’ ଚାରିପଟେ ସୃଷ୍ଟି ହୋଇଥିବା ଚୁମ୍ଵକୀୟ କ୍ଷେତ୍ରର ପ୍ରଭାବରେ ଏପରି ହୋଇଥାଏ କିନ୍ତୁ ସେ ଏହି ବିକ୍ଷୟରେ ଆଉ ଅଧିକ ବିବରଣୀ ଦେଇପାରିଲେ ନାହିଁ । ପରେ ଅଧିକ ପରୀକ୍ଷା କରି ସେ ବୈଦ୍ୟୁତିକ କ୍ଷେତ୍ର ଓ ଚୁମ୍ଵକୀୟ କ୍ଷେତ୍ର ମଧ୍ୟରେ ଘନିଷ୍ଠ ସମ୍ପର୍କ ରହିଥିବା କଥା ପ୍ରକାଶ କରିଥିଲେ । ବିଦ୍ୟୁତ୍-ଚୁମ୍ଵକତ୍ଵ କ୍ଷେତ୍ରରେ ଅବଦାନ ପାଇଁ ତାଙ୍କରି ନାମରେ ବିଦ୍ୟୁତ୍-ଚୁମ୍ଵକୀୟ ଉପପାଦନର ମାତ୍ରକକୁ ନାମିତ କରାଯାଇଛି । ଆହୁରି ମଧ୍ୟ ତାଙ୍କ ଗବେଷଣାକୁ ବ୍ୟବହାର କରି '''ଆଣ୍ଡ୍ରେ ମେରି ଆମ୍ପିୟର୍''' ବିଦ୍ୟୁତ୍ ପରିବାହକ ଓ ଚୁମ୍ଵକୀୟ ବଳ ମଧ୍ୟରେ ଗାଣିତିକ ସୂତ୍ରର ନିରୂପଣ କରିଥିଲେ । ଆମ୍ପିୟରଙ୍କ ନାମରେ ବିଦ୍ୟୁତ୍ ସ୍ରୋତର ମାତ୍ରକ ନାମିତ ହୋଇଅଛି ।
 
ଓରଷ୍ଟେଡଙ୍କ ଗବେଷଣା ଯୋଗୁଁ ପରବର୍ତ୍ତୀ ସମୟରେ '''ଏକକ ଶକ୍ତି ତତ୍ତ୍ଵ''' (ଈଂରାଜୀରେ Unified Concept of Energy)ର ସଂକଳ୍ପନା ସମ୍ଭବପର ହୋଇପାରିଲା । ପ୍ରଥମେ ମାଇକେଲ୍ ଫାରାଡ଼େ, ତା’ପରେ ମାକ୍ସୱେଲ୍, ପରବର୍ତ୍ତୀ ସମୟରେ ଓଲିଭର୍ ହିଭିସାଇଡ୍ ଓ ହାଇନରିଖ୍ ହର୍ଜ୍ଙ୍କ ଗବେଷଣା ଯୋଗୁଁ ଏକକ ଶକ୍ତି ତତ୍ତ୍ଵ ସମ୍ପୂର୍ଣ୍ଣ ଭାବେ ବିକଶିତ ହେଲା । ଏହାକୁ ଉନବିଂଶ ଶତାବ୍ଦୀରେ ଗାଣିତିକ ଭୌତିକ ବିଜ୍ଞାନର ଏକ ବୃହତ୍ ଉପଲବ୍ଧି ବୋଲି କୁହାଯାଇପାରେ ।  ଆଲୋକର ପ୍ରକୃତି କଣ ତାହା ଜାଣିବାରେ ଏହି ତତ୍ତ୍ଵ ସହାୟକ ହେଲା । ସେହି ସମୟରେ ପ୍ରସ୍ତାବିତ ବିଦ୍ୟୁତ୍-ଚୁମ୍ଵକତ୍ଵଠାରୁ ଏହା ଏକପଦ ଅଗ୍ରଗାମୀ ହୋଇ ଏକ ସାଧାରଣ ତତ୍ତ୍ଵର ବିକାଶ ହେଲା । ଆଲୋକ ଏବଂ ଅନ୍ୟ ବିଦ୍ୟୁତ୍-ଚୁମ୍ଵକୀୟ ତରଙ୍ଗ ପ୍ରମାତ୍ରିକ ରୂପ (ଈଂରାଜୀରେ Quantised Form) ଧାରଣ କରି '''ଫୋଟୋନ୍''' (ଈଂରାଜୀରେ Photon) ନାମରେ ଅଭିହିତ ହୁଅନ୍ତି । ଏହି ଫୋଟୋନ୍ ଦୋଳାୟମାନ ବିଦ୍ୟୁତ୍-ଚୁମ୍ଵକୀୟ କ୍ଷେତ୍ରର ଏକ ଅବ୍ୟବସ୍ଥା ଓ ଏହା ଯେ କୌଣସି ମାଧ୍ୟମରେ ସ୍ଵତଃ ପ୍ରସାରିତ ହୋଇଥାଏ । ଏହି ଦୋଳନର ଆବୃତ୍ତି ବିଭିନ୍ନ ପ୍ରକାରର ବିଦ୍ୟୁତ୍-ଚୁମ୍ଵକୀୟ ବିକୀରଣର ସୂଚକ । ନିମ୍ନ ଆବୃତ୍ତିରେ ଏହା ରେଡିଓ ତରଙ୍ଗ, ମଧ୍ୟମ ଆବୃତ୍ତିରେ ଏହା ଆଲୋକ ଓ ଉଚ୍ଚ ଆବୃତ୍ତିରେ ଏହା ଗାମା କିରଣର ରୂପ ନେଇଥାଏ। 
 
୧୮୦୨ ମସିହାରେ ଜିଆନ୍ ଡୋମେନିକୋ ରୋମାଗ୍ନୋସି ନାମକ ଜଣେ ଈଟାଲୀୟ ନ୍ୟାୟଶାସ୍ତ୍ରବିତ୍ ଓରଷ୍ଟେଡଙ୍କ ଭଳି ପରୀକ୍ଷଣ କରି  ଦିଗବାରେଣୀ ଯନ୍ତ୍ରର ସୂଚୀ ବିକ୍ଷେପିତ ହେବା କଥା ପ୍ରକାଶ କରିଥିଲେ ଓ ଏକ ଈଟାଲୀୟ ସମ୍ବାଦ ପତ୍ର ଏହାକୁ ପ୍ରକାଶ କରିଥିଲା ।<ref>{{cite book|last1=Martins |first1=Roberto de Andrade |title=Nuova Voltiana: Studies on Volta and his Times |chapter=Romagnosi and Volta's Pile: Early Difficulties in the Interpretation of Voltaic Electricity |volume=vol. 3 |editors=Fabio Bevilacqua and Lucio Fregonese (eds) |publisher=Università degli Studi di Pavia |pages=81–102 |url=http://ppp.unipv.it/collana/pages/libri/saggi/nuova%20voltiana3_pdf/cap4/4.pdf |accessdate=2010-12-02 |deadurl=yes |archiveurl=https://web.archive.org/web/20130530200951/http://ppp.unipv.it/Collana/Pages/Libri/Saggi/Nuova%20Voltiana3_PDF/cap4/4.pdf |archivedate=2013-05-30 |df= }}</ref> କିନ୍ତୁ ରୋମାଗ୍ନୋସି ବିଜ୍ଞାନ ସହ ଜଡିତ ନ ଥିବାରୁ ତାଙ୍କର ଏହି ପରୀକ୍ଷା ପ୍ରତି କେହି ବିଶେଷ ଧ୍ୟାନ ଦେଇନଥିଲେ । 
 
== ମୌଳିକ ବଳସମୂହ ==
 
== ପାରମ୍ପରିକ ପରିଭାଷା ==
୧୬୦୦ ମସିହାରେ ୱିଲିୟମ୍ ଗିଲବର୍ଟ୍ ପ୍ରଥମେ ପ୍ରସ୍ତାବ ଦେଇଥିଲେ ଯେ ଉଭୟ ବୈଦୁତିକ ଶକ୍ତି ଓ ଚୁମ୍ଵକୀୟ ଶକ୍ତି ଯୋଗୁଁ ପଦାର୍ଥମାନଙ୍କ ମଧ୍ୟରେ ଆକର୍ଷଣ ଓ ବିକର୍ଷଣ ହୋଇଥାଏ । କିନ୍ତୁ ଦୁହେଁ ଭିନ୍ନ ଭିନ୍ନ ବଳ । ସେ କାଳରେ ସମୁଦ୍ରରେ ଯାତ୍ରା କରୁଥିବା ନାବିକମାନେ ଅନୁଧ୍ୟାନ କରିଥିଲେ ଯେ ବଜ୍ରପାତ ସମୟରେ ଦିଗବାରେଣୀ ଯନ୍ତ୍ରର ସୂଚୀ ବିକ୍ଷେପିତ ହୋଇଥାଏ । କିନ୍ତୁ ଏହାର କାରଣ କେହି ଜାଣି ନଥିଲେ । ୧୭୫୨ ମସିହାରେ ବେଞ୍ଜାମିନ୍ ଫ୍ରାଙ୍କଲିନ୍ଙ୍କ ପରୀକ୍ଷାପରେ ଜଣା ପଡ଼ିଲା ଯେ ବଜ୍ରପାତ ସମୟରେ ବିଦ୍ୟୁତ୍-ପ୍ରବାହ ହୋଇଥାଏ।  ୧୮୦୨ରେ ରୋମାଗ୍ନୋସି ପ୍ରଥମେ ଏହାର କାରଣ ଆକସ୍ମିକ ଭାବେ ଜାଣିପାରି ତାହା ପ୍ରକାଶ କଲେ । କିନ୍ତୁ ୧୮୨୦ରେ ଓରଷ୍ଟେଡ୍ ନିଜ ବୈଜ୍ଞାନିକ ପରୀକ୍ଷାଦ୍ଵାରା ଏହାକୁ ସର୍ବବିଦିତ କରାଇଲେ ।<ref name='Oersted'>{{cite web|url=http://www-istp.gsfc.nasa.gov/Education/whmfield.html |title=Magnetic Fields -- History |accessdate=2009-11-27 |last=Stern |first=Dr. David P. |first2=Mauricio |last2=Peredo |date=2001-11-25 |publisher=NASA Goddard Space Flight Center }}</ref> ତାଙ୍କ ଗବେଷଣାକୁ ବ୍ୟବହାର କରି ଆମ୍ପିୟର୍ ବିଦ୍ୟୁତ୍ ପରିବାହକ ଓ ଚୁମ୍ଵକୀୟ ବଳ ମଧ୍ୟରେ ଗାଣିତିକ ସୂତ୍ରର ନିରୂପଣ କରିଥିଲେ ।
 
୧୮୨୦ରୁ ୧୮୭୩ ମସିହା ମଧ୍ୟରେ ଏହି ତତ୍ତ୍ଵର ବିକାଶରେ ଅନେକ ବୈଜ୍ଞାନିକ ଭାଗୀ ହେଲେ । ସେହି ସମୟରେ ଜେମସ୍ କ୍ଲାର୍କ୍ ମାକ୍ସୱେଲ ସମସ୍ତ ଗବେଷଣାକୁ ଏକ ସୂତ୍ରରେ ବାନ୍ଧିବାରେ ସମର୍ଥ ହେଲେ ଓ ଆଲୋକର ବିଦ୍ୟୁତ୍-ଚୁମ୍ବକୀୟ ପ୍ରକୃତିର ଆବିଷ୍କାର କରିଥିଲେ । ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ଵରେ ବିଦ୍ୟୁତ୍-ଚୁମ୍ଵକୀୟ କ୍ଷେତ୍ରର ଗୁଣ ମାକ୍ସୱେଲଙ୍କ ସମୀକରଣଦ୍ଵାରା ଓ ବିଦ୍ୟୁତ୍-ଚୁମ୍ଵକୀୟ ବଳର ମାପ ଲୋରେଞ୍ଜ୍ ବଳ ନିୟମଦ୍ଵାରା ନିରୂପିତ ହୋଇଥାନ୍ତି । 
|ଭୋଲଟ୍
|}
== ଆଧାର ==
{{ଆଧାର}}
୨,୪୪୨

ଗୋଟି ସମ୍ପାଦନା