"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
The name of Gopabandhu Das was wrong. I corrected it.
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଦେୱାନ ର ବନାନଟି ଭୁଲ ଥିଲା . ମୁ ଠିକ କଲି.
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୩୩ କ ଧାଡ଼ି:
ବାରବାଟୀ ସ୍କୁଲରୁ ନିଜର ଶିକ୍ଷକତା ଜୀବନ ଆରମ୍ଭ କରିଥିବା ଫକୀରମୋହନ ପରବର୍ତ୍ତୀ ସମୟରେ ଖ୍ରୀଷ୍ଟୀଆନ ମିଶନ ସ୍କୁଲର ପ୍ରଧାନଶିକ୍ଷକ ରୂପେ ନିଜୁକ୍ତି ପାଇଥିଲେ । ସେହି ସମୟରେ ଓଡ଼ିଆ ଛାତ୍ରମାନେ ସମସ୍ତ ପାଠ ବଙ୍ଗଳାରେ ପଢ଼ୁଥିଲେ, ତେଣୁ ସେ ଓଡ଼ିଆରେ ବିଭିନ୍ନ ବିଷୟରେ ପାଠ୍ୟପୁସ୍ତକମାନ ରଚନା କରଥିଲେ । ଜଣେ ଗର୍ବିତ ଓଡ଼ିଆ ଭାବରେ ସେ ଓଡ଼ିଆରେ ପାଠ୍ୟପୁସ୍ତକ ସବୁକୁ ଅନୁବାଦ କରି [[ଓଡ଼ିଶା]]ର ଏବଂ [[ଓଡ଼ିଆ]] ଭାଷାର ସମ୍ମାନ ବ‌ହୁତ ଉପରକୁ କରିଦେଇଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref> ଖ୍ରୀଷ୍ଟୀଆନ ମିଶନ ସ୍କୁଲରେ ସେ ୧୮୭୧ ଯାଏ କାର୍ଯ୍ୟ କରିଆସିଥିଲେ ।<ref name=ଫକୀରମୋହନ></ref>
 
ଏହି ସୂତ୍ରରେ ତାଙ୍କର ପରିଚୟ ହୁଏ ବାଲେଶ୍ୱରର ତତ୍କାଳୀନ କଲେକ୍ଟର ଜନ୍ ବିମ୍ସଙ୍କ ସହ । ’ସୁନା ଚିହ୍ନେ ବଣିଆ, ଗୁଣ ଚିହ୍ନେ ଗୁଣିଆ’ ପରି ବିମ୍ସ ସାହେବ ଯିଏ ନିଜେ ଜଣେ ପଣ୍ଡିତ ଥିଲେ, ଫକୀରମୋହନଙ୍କ ଅନ୍ତର୍ନିହିତ ପାଣ୍ଡିତ୍ୟକୁ ଚିହ୍ନିପାରିଥିଲେ । ଏହି କାଳରେ ବିମ୍ସ ସାହେବ ବିଭିନ୍ନ ଭାରତୀୟ ଭାଷାର ତୁଳନାତ୍ମକ ବ୍ୟାକରଣ ଉପରେ ଗୋଟିଏ ପୁସ୍ତକ ରଚନା କରୁଥିଲେ । ସେ ଫକୀରମୋହନଙ୍କଠାରୁ ଏଥିଲାଗି ଓଡ଼ିଆ ଶିକ୍ଷା କରିଥିଲେ । ଫକୀରମୋହନଙ୍କ ପାଣ୍ଡିତ୍ୟରେ ପ୍ରଭାବିତ ବିମ୍ସ ସାହେବ ତାଙ୍କୁ ନୀଳଗିରିର ଦିୱାନଦେୱାନ ପଦ ଗ୍ରହଣ କରିବା ଲାଗି ଆଗ୍ରହ କଲେ । ଫକୀରମୋହନ ମଧ୍ୟ ଏହି ପ୍ରସ୍ତାବ ଗ୍ରହଣ କଲେ । ତାଙ୍କର ମାସିକ ଦରମା ରହିଲା ୧୦୦୦ ଟଙ୍କା । ଏହା ପରେ ସେ ଓଡ଼ିଶାର ବିଭିନ୍ନ ସ୍ଥାନମାନଙ୍କରେ ଦିୱାନ ଦାୟିତ୍ୱ ତୁଲାଇଥିଲେ । ୧୮୭୧ରୁ ୧୮୭୫ ଯାଏଁ ନୀଳଗିରିରେ, ୧୮୭୬-୭୭ ଯାଏଁ ଡମପଡାରେ, ୧୮୭୭-୮୩ ଯାଏଁ ଢେଙ୍କାନାଳରେ, ୧୮୮୪-୮୬ ଯାଏଁ ଦଶପଲ୍ଲାରେ, ୧୮୮୬-୮୭ ଯାଏଁ ପାଲଲହଡ଼ାରେ, ୧୮୮୭-୯୨ ଯାଏଁ କେଉଁଝରରେ ଓ ୧୮୮୪-୮୬ ଯାଏଁ ପୁନର୍ବାର ଡମପଡାରେ ସେ ଏହି ଦାୟିତ୍ୱ ତୁଲାଇଥିଲେ । <ref>http://orissa.gov.in/e-magazine/Orissareview/2008/feb-march-2008/engpdf/56-61.pdf</ref>
 
୧୮୯୬ରୁ ୧୯୦୫ ଯାଏଁ ସେ କଟକରେ ଅବସ୍ଥାନ କରିଥିଲେ ଓ ବିଭିନ୍ନ ସାହିତ୍ୟିକ ଅନୁଷ୍ଠାନମାନଙ୍କରେ ଅଂଶଗ୍ରହଣ କରିଥିଲେ । ଏତଦ୍ପରେ ସେ ମୃତ୍ୟୁ ପର୍ଯ୍ୟନ୍ତ ବାଲେଶ୍ୱରରେ ଅବସ୍ଥାନ କରିଥିଲେ ।