"ଜଗନ୍ନାଥ ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଇନଫୋବକ୍ସ ମୂଳ ବିଗ୍ରହ ଛବି
+ ଅନ୍ୟ ଏକ ଛବି
୫୨ କ ଧାଡ଼ି:
 
== ଜଗନ୍ନାଥ ଦାସ ଓ ମଠ ==
[[ଫାଇଲ:Atibadi Jagannatha Dasa (cropped).jpg|thumb|ଭୁବନେଶ୍ୱର ଭଞ୍ଜ କଳାମଣ୍ଡପ ସମ୍ମୁଖରେ ଥିବା ଅତିବଡ଼ିଙ୍କ ଆଧୁନିକ ପ୍ରତିକୃତି]]
ଦିନେ ଉତ୍କଳର ମହାରାଜା ପ୍ରତାପରୁଦ୍ର ଦେବ ଜଗନ୍ନାଥ ଦର୍ଶନ କରିବାକୁ ଯାଇଥିଲେ, ଏମନ୍ତ ସମୟରେ ଶ୍ରୀଚୈତନ୍ୟଙ୍କ ସଙ୍ଗେ ମନ୍ଦିରରେ ତାଙ୍କର ଭେଟ ହେଲା ମହାରାଜ ଶ୍ରୀଚୈତନଙ୍କୁ ପଚାରିଲେ, "ଜଗନ୍ନାଥ ମୂର୍ତ୍ତିରେ କିପରି ରାଧାକୃଷ୍ଣଙ୍କର ଯୁଗଳମୂର୍ତ୍ତି ଭାବ ଉପଲବ୍ଧି କରି ପାରିବି, ଏହା ମୋତେ ଅନୁଗ୍ରହ କରି ବୁଝାଇ ଦିଅନ୍ତୁ" । ଏହା ଶୁଣି ଶ୍ରୀଚୈତନ୍ୟ ଦେବ ଉତ୍ତର ଦେଲେ 'ଆମ୍ଭ ଅତିବଡ଼ି ସ୍ଵାମୀ ତାହା ଆପଣଙ୍କୁ ସ୍ପଷ୍ଟଭାବେ ବୁଝାଇ ଦେବେ" । ତହୁଁ ଅତିବଡ଼ି ସ୍ଵାମୀ ଶ୍ରୀ ଜଗନ୍ନାଥ ଦାସ ମହାରାଜ ପ୍ରତାପରୁଦ୍ର ଦେବଙ୍କୁ ତାହା ବୁଝାଇ ଦେବାରୁ ରାଜା ତାଙ୍କଠାରେ ଅତ୍ୟନ୍ତ ସନ୍ତୁଷ୍ଟ ହୋଇ ତାଙ୍କର ଭକ୍ତ ଓ ବଶୀଭୂତ ହେଲେ ଶ୍ରୀ ଜଗନ୍ନାଥ ମନ୍ଦିରର ବାୟୁ କୋଣରେ ମାର୍କଣ୍ଡେୟ ତୀର୍ଥର ଅନତିଦୂର ଦକ୍ଷିଣରେ ନିଜ ରାଣୀଙ୍କର ଶ୍ରୀକ୍ଷେତ୍ରରେ ଅବସ୍ଥାନ ନିମନ୍ତେ ମହାରାଜାଙ୍କର ଯେଉଁ ରାଜପ୍ରସାଦ ନିର୍ମିତ ହୋଇଥିଲା, ତହିଁରେ ଜଗନ୍ନାଥ ଦାସଙ୍କୁ ରହିବାକୁ ମହାରାଜ ପ୍ରାର୍ଥନା କଲେ । ଅତିବଡ଼ି ପ୍ରଥମେ ସେଠାରେ ରହିବାକୁ ଅନିଚ୍ଛୁକ ଥିଲେ ସୁଦ୍ଧା ମହରାଜଙ୍କର ସେବାରେ ଓ ଭକ୍ତିରେ ସନ୍ତୁଷ୍ଟ ହୋଇ କିଛି କାଳ ସେଠାରେ ଅବସ୍ଥାନ କଲେ ବର୍ତ୍ତମାନ ତାହା ଓଡ଼ିଆମଠ ନାମରେ ଖ୍ୟାତ ।