"ଇନ୍ଦିରା ଏକାଦଶୀ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎କିମ୍ବଦନ୍ତୀ: ଅଧିକ ତଥ୍ୟ
ଟିକେ Regular Character Changes
୬ କ ଧାଡ଼ି:
ଆଶ୍ୱିନ ମାସ କୃଷ୍ଣପକ୍ଷର ଦଶମୀ ଦିନ ପ୍ରାତଃକାଳରେ ସ୍ନାନ କରିବା ସହିତ ମଧ୍ୟାହ୍ନରେ ପୁଣି ଅବଗାହନ କରି ଭୋଜନ କରିବା ଉଚିତ୍ । ରାତିରେ ଭୂମିରେ ଶୟନ କରିବା ନିୟମ ରହିଛି । ଏକାଦଶୀ ଦିନ ସ୍ନାନ ଶୌଚ ହୋଇ
"ଅଦ୍ୟ ସ୍ଥିତ୍ୱା ନିରାହାରାଃ ସର୍ବଭୋଗ ବିବର୍ଜିତଃ ।
ଶ୍ୱୋ ଭୋକ୍ଷେ ପୁଣ୍ଡରୀକାକ୍ଷ ଶରଣଂ ମେ ଭବାଚ୍ୟୁତ ।।" ମନ୍ତ୍ର ପାଠ କରି ଉପବାସର ନିୟମ ପାଳନ କରିବା ଜରୁରୀ । ଏହିପରି ନିୟମ ଅନୁସରଣ କରି ମଧ୍ୟାହ୍ନ କାଳରେ ପିତରଙ୍କ ପ୍ରସନ୍ନତା ନିମନ୍ତେ ଶାଳଗ୍ରାମ-ଶିଳା ସମ୍ମୁଖରେ ବିଧିପୂର୍ବକ ଶ୍ରାଦ୍ଧ ଦେବା ସହିତ ଦକ୍ଷିଣା ଦ୍ୱାରାଦକ୍ଷିଣାଦ୍ୱାରା ବ୍ରାହ୍ମଣଙ୍କୁ ସତ୍କାର କରି ତାଙ୍କୁ ଭୋଜନ ଦେବା ଉଚିତ୍ । ପିତୃପୁରୁଷଙ୍କୁ ଦିଆଯାଇଥିବା ଅନ୍ନପିଣ୍ଡକୁ ଶୁଙ୍ଘି ଗାଈକୁ ଖୁଆଇ ଦିଆଯାଏ । ପୁଣି ଧୂପ ଓ ଗନ୍ଧ ଦ୍ୱାରାଗନ୍ଧଦ୍ୱାରା ଭଗବାନ୍ ହୃଷିକେଶଙ୍କ ପୂଜା କରି ରାତିରେ ତାଙ୍କ ପାଖରେ ଉଜାଗର ରହିବ । ସକାଳ ହେଲେ ଦ୍ୱାଦଶୀ ଦିନ ପୁଣି ଭକ୍ତିପୂର୍ବକ ଶ୍ରୀହରିଙ୍କର ପୂଜା କରିବ । ଏହା ପରେ ବ୍ରାହ୍ମଣଙ୍କୁ ଭୋଜନ କରାଇ ଭାଇ-ବନ୍ଧୁ ନାତି ଓ ପୁତ୍ରମାନଙ୍କ ସହିତ ସ୍ୱୟଂ ମୌନପୂର୍ବକ ଭୋଜନ କର ।
 
ରାଜା ଇନ୍ଦ୍ରସେନ ନାରଦଙ୍କ କହିବା ଅନୁସାରେ ବ୍ରତ ପାଳନ କଲେ । ବ୍ରତ ପୂର୍ଣ୍ଣ ହେବା ପରେ ଆକାଶରୁ ପୁଷ୍ପ ବୃଷ୍ଟି ହେଲା । ଇନ୍ଦ୍ରସେନଙ୍କ ପିତା ଗରୁଡ଼ରେ ବସି ବିଷ୍ଣୁଧାନକୁ ଚାଲିଗଲେ ଓ ଇନ୍ଦ୍ରସେନ ମଧ୍ୟ ନିଷ୍କଣ୍ଟକ ରାଜ୍ୟ ଭୋଗ କରି ନିଜର ପୁତ୍ରକୁ ରାଜସିଂହାସନରେ ବସାଇ ସ୍ୱର୍ଗକୁ ଚାଲିଗଲେ ।