"ଓଡ଼ିଆ ଭାଗବତ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୨୯ କ ଧାଡ଼ି:
==ଇତିହାସ ==
ବ୍ୟାସଦେବ ରଚିତ ସଂସ୍କୃତ ଭାଗବତ ଓଡ଼ିଆ ଭାଷାଭାଷୀଙ୍କ ନିକଟରେ ଆଦୃତ ହୋଇପାରିନଥିଲା । ଜଗନ୍ନାଥ ଦାସଙ୍କ ପିତା ଭଗବାନ ଦାସ ବଡ଼ଦେଉଳରେ ପୁରାଣପଣ୍ଡା ଥିଲେ । ତାଙ୍କ ପରେ ଜଗନ୍ନାଥ ଦାସ ପୁରାଣପଣ୍ଡା ହେଲେ । ସେ ସଂସ୍କୃତ ଭାଗବତକୁ ସରଳଭାଷାରେ ବୁଝାଇ ଦେଉଥିଲେ । ଜଗନ୍ନାଥଙ୍କ ବୋଉ ଓଡ଼ିଆ ଭାଷାରେ ପଦ୍ୟରୂପରେ ଶୁଣିବା ପାଇଁ ପୁଅକୁ ନିର୍ଦ୍ଦେଶ ଦିଅନ୍ତି । ବିଧବା ମା’ ବାର୍ଦ୍ଧକ୍ୟର ପୁଣ୍ୟ ସଞ୍ଚୟ ଆଶାରେ କୃଷ୍ଣଚରିତ ଶୁଣିବାକୁ ଆଶାୟୀ ହେବାରୁ ଜଗନ୍ନାଥ ଦାସ ଜନନୀର ଅଭିଳାଷ ପୂରଣ ନିମନ୍ତେ ଅଧ୍ୟାୟେ ଅଧ୍ୟାୟେ ପଦ୍ୟାନୁବାଦ ଶୁଣାଇବାକୁ ଲାଗିଲେ । ସେହି ପଦ୍ୟାନୁବାଦ ଭାଗବତ ଗ୍ରନ୍ଥର ରୂପ ନେଲା । ସେ ଓଡ଼ିଆ ଭାଷାରେ ନବାକ୍ଷରୀ ଛନ୍ଦରେ ଏହାର ଭାବାନୁବାଦ କରିଥିଲେ ।<ref>ଧରିତ୍ରୀ ଛୁଟିଦିନ ୭-୧୩ଜୁନ ୨୦୧୫</ref> ଜଗନ୍ନାଥଙ୍କ ମନ୍ଦିର ବେଢ଼ାରେ ନିତି ଭାଗବତ ପାଠ ହୁଏ ଓ ଭକ୍ତଗଣ ଶୁଣିବାକୁ ଆସନ୍ତି ।
=== ଭାଗବତ ଗ୍ରନ୍ଥ ବିଷୟରେ ===
ଓଡିଆ ଭାଗବତ ମୁଖ୍ୟତଃ ମୂଳ ସଂସ୍କୃତ ଭାଗବତର ଓଡିଆ ମର୍ମାନୁବାଦ । ମୂଳ ସଂସ୍କୃତ ଭାଗବତ ଭଳି ଏହା ବାର ସ୍କନ୍ଧ ବିଶିଷ୍ଟ । ତେବେ କେତେକ ରଚନାରେ ତ୍ରୟୋଦଶ ସ୍କନ୍ଧର ବର୍ଣ୍ଣନା ଦେଖିବାକୁ ମିଳେ । ବୈଦିକ ସାହିତ୍ୟର ରୀତି ଅନୁସାରେ ବୈଦିକ ସାହିତ୍ୟର ରଚନା ପୂର୍ବରୁ ମଙ୍ଗଳାଚରଣ ସହିତ ଗ୍ରନ୍ଥ ରଚନା ଆରମ୍ଭ ହୁଏ । ତେବେ ଜଗନ୍ନାଥ ଦାସଙ୍କ ଭାଗବତରେ ମୂଳ ସଂସ୍କୃତ ଭଗବତର ମଙ୍ଗଳାଚରଣ ସ୍ଥାନ ପାଇବା ଦେଖିବାକୁ ମିଳେ ।
 
::ମଙ୍ଗଳାଚରଣ
'''ବାଗୀଶା ଯସ୍ୟ ବଦନେ ଲକ୍ଷ୍ମୀର୍ଯସ୍ୟ ଚ ବକ୍ଷସି''' ।
 
'''ଯସ୍ୟାସ୍ତେ ହୃଦୟେ ସଂବିତ୍ ତଂ ନୃସିଂହମହଂ ଭଜେ''' || ୧ ||
(ଭାବାର୍ଥ:- ଯାହାଙ୍କ ମୁଖରେ ସରସ୍ୱତୀ, ବକ୍ଷସ୍ଥଳରେ ଲକ୍ଷ୍ମୀ ଏବଂ ହୃଦୟରେ ଜ୍ଞାନ ବିରାଜମାନ, ସେହି ନୃସିଂହ ଭଗବାନଙ୍କୁ ମୁଁ ବନ୍ଦନା କରୁଛି ।)
 
'''ବିଶ୍ୱସର୍ଗବିସର୍ଗାଦିନବଲକ୍ଷଣଲକ୍ଷିତମ୍'''
 
'''ଶ୍ରୀକୃଷ୍ଣାଖ୍ୟଂ ପରଂଧାମ ଜଗଦ୍ଧାମ ନମାମ ତତ୍''' || ୨ ||
 
ଭାବାର୍ଥ:- ବିଶ୍ୱର ସର୍ଗ, ବିସର୍ଗ ଆଦି ନବଲକ୍ଷଣ (ସର୍ଗ, ବିସର୍ଗ, ସ୍ଥାନ, ପୋଷଣ, ଉତି, ମନ୍ୱନ୍ତର, ଈଶାନୁକଥା, ନିରୋଧ ଓ ମୁକ୍ତି) ଦ୍ବାରା ଲକ୍ଷିତ, ସମଗ୍ର ଜଗତର ପରମ ଆଶ୍ରୟ ତଥା ବିଶ୍ୱର ଅନ୍ଧକାର ବିନାଶକାରୀ ପରମ ତେଜୋମୟ ଶ୍ରୀକୃଷ୍ଣଙ୍କ ସାକ୍ଷାତ୍ ସ୍ବରୂପ ଶ୍ରୀମଦଭାଗବତକୁ ଆମ୍ଭେମାନେ ନମସ୍କାର କରୁଛୁ ।
 
'''ମାଧବୋମାଧବାବୀଶୌ ସର୍ବସିଦ୍ଧି ବିଧାୟିନୌ''' ।
 
'''ବନ୍ଦେ ପରସ୍ପରାତ୍ମାନୌ ପରସ୍ପରନୁତିପ୍ରିୟୋ''' ।। ୩ ||
 
ଭାବାର୍ଥ:- ସର୍ବସିଦ୍ଧି ପ୍ରଦାୟକ, ପରସ୍ପର ଏକାତ୍ମରୂପ ଏବଂ ପରସ୍ପରର ସ୍ତୁତିରେ ପ୍ରସନ୍ନ ହେଉଥିବା ମାଧବ (ଲକ୍ଷ୍ମୀପତି ବିଷ୍ଣୁ) ଓ ଉମାଧବଙ୍କୁ (ଉମାପତି ଶିବଙ୍କୁ) ଆମ୍ଭେ ବନ୍ଦନା କରୁଛୁ ।
 
'''ମୂକଂ କରୋତି ବାଚାଳଂ ପଙ୍ଗୁଂ ଲଙ୍ଘୟତେ ଗିରିମ୍''' ।
 
'''ଯତ୍ କୃପା ତମହଂ ବନ୍ଦେ ପରମାନନ୍ଦମାଧବମ୍''' | ୪ ||
 
ଭାବାର୍ଥ:- ଯାହାଙ୍କ କୃପା ମୂକକୁ ବାଗ୍ମୀ କରିଦେଇପାରେ, ପଙ୍ଗୁକୁ ଗିରି ଲଂଘନ କରାଇ ଦେଇପାରେ, ସେହି ପରମାନନ୍ଦ ମାଧବଙ୍କୁ ମୁଁ ବନ୍ଦନା କରୁଛି ।
 
'''ଯଂ ବ୍ରହ୍ମାବରୁଣେନ୍ଦ୍ରରୁଦ୍ରମରୁତଃ ସ୍ତୁନ୍ୱନ୍ତି ଦିବୈଃ ସ୍ତବୈ-'''
 
'''ର୍ବେଦୈଃ ସାଙ୍ଗପଦକ୍ରମୋପନିଷଦୈଗାୟନ୍ତି ଯଂ ସାମଗାଃ''' ।
 
'''ଧ୍ୟାନାବତ୍ସିତଦ୍‌ଗତେନ ମନସା ପଶଂନ୍ତି ଯଂ ଯୋଗିନୋ'''
 
'''ଯସ୍ୟାନ୍ତଂ ନ ବିଦୁଃ ସୁରାସୁରଗଣା ଦେବାୟ ତସ୍ମୈ ନମଃ''' || ୫ ||
 
ଯାହାଙ୍କୁ ବ୍ରହ୍ମା, ବରୁଣ, ଇନ୍ଦ୍ର, ରୁଦ୍ର, ମରୁତ ପ୍ରଭୃତି ଦିବ୍ୟ ସ୍ତୋତ୍ର ଦ୍ବାରା ସ୍ତୁତି କରନ୍ତି; ଯାହାଙ୍କ ମହିମା ସାମବେଦ ଗାୟନକାରୀମାନେ ପଦକ୍ରମାନୁସାରେ ବେଦ ଉପନିଷଦ ପ୍ରଭୃତି ଦ୍ବାରା ଗାନ କରନ୍ତି; ଧ୍ୟାନାଭିଭୂତ ମନ ମଧ୍ୟରେ ଯୋଗୀମାନେ ଯାହାଙ୍କୁ ଦର୍ଶନ କରନ୍ତି ଏବଂ ଦେବ ଦାନବଗଣ ଯାହାଙ୍କର ଅନ୍ତ ପାଇ ପାରନ୍ତି ନାହିଁ, ସେହି ଦେବଙ୍କୁ ମୁଁ ନମସ୍କାର କରୁଛି ।
 
'''ନାରାୟଣଂ ନମସ୍କୃତ୍ଂୟ ନରଂ ଚୈବ ନରୋତ୍ତମମ୍''' ।
 
'''ଦେବୀଂ ସରସ୍ଵତୀଂ ବ୍ୟାସଂ ତତୋ ଜୟମୁଦୀରୟେତ୍''' || ୬ ||
 
ଭଗବାନ ନାରାୟଣ, ନରୋତ୍ତମ ନର, ଦେବୀ ସରସ୍ୱତୀ ଓ ମହର୍ଷି ବ୍ୟାସଦେବଙ୍କୁ ନମସ୍କାର କରି ସଂସାର ଓ ଅନ୍ତଃକରଣର ନାନାବିଧ ବିକାର ଉପରେ ବିଜୟ ପ୍ରଦାନ କରାଉଥିବା ଏହି ଶ୍ରୀମଦଭାଗବତ ମହାପୁରାଣକୁ ପାଠ କରିବା ଉଚିତ।
 
== ଲୋକପ୍ରିୟତା ==