"ଓଡ଼ିଆ ଭାଗବତ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
୩୦ କ ଧାଡ଼ି:
ବ୍ୟାସଦେବ ରଚିତ ସଂସ୍କୃତ ଭାଗବତ ଓଡ଼ିଆ ଭାଷାଭାଷୀଙ୍କ ନିକଟରେ ଆଦୃତ ହୋଇପାରିନଥିଲା । ଜଗନ୍ନାଥ ଦାସଙ୍କ ପିତା ଭଗବାନ ଦାସ ବଡ଼ଦେଉଳରେ ପୁରାଣପଣ୍ଡା ଥିଲେ । ତାଙ୍କ ପରେ ଜଗନ୍ନାଥ ଦାସ ପୁରାଣପଣ୍ଡା ହେଲେ । ସେ ସଂସ୍କୃତ ଭାଗବତକୁ ସରଳଭାଷାରେ ବୁଝାଇ ଦେଉଥିଲେ । ଜଗନ୍ନାଥଙ୍କ ବୋଉ ଓଡ଼ିଆ ଭାଷାରେ ପଦ୍ୟରୂପରେ ଶୁଣିବା ପାଇଁ ପୁଅକୁ ନିର୍ଦ୍ଦେଶ ଦିଅନ୍ତି । ବିଧବା ମା’ ବାର୍ଦ୍ଧକ୍ୟର ପୁଣ୍ୟ ସଞ୍ଚୟ ଆଶାରେ କୃଷ୍ଣଚରିତ ଶୁଣିବାକୁ ଆଶାୟୀ ହେବାରୁ ଜଗନ୍ନାଥ ଦାସ ଜନନୀର ଅଭିଳାଷ ପୂରଣ ନିମନ୍ତେ ଅଧ୍ୟାୟେ ଅଧ୍ୟାୟେ ପଦ୍ୟାନୁବାଦ ଶୁଣାଇବାକୁ ଲାଗିଲେ । ସେହି ପଦ୍ୟାନୁବାଦ ଭାଗବତ ଗ୍ରନ୍ଥର ରୂପ ନେଲା । ସେ ଓଡ଼ିଆ ଭାଷାରେ ନବାକ୍ଷରୀ ଛନ୍ଦରେ ଏହାର ଭାବାନୁବାଦ କରିଥିଲେ ।<ref>ଧରିତ୍ରୀ ଛୁଟିଦିନ ୭-୧୩ଜୁନ ୨୦୧୫</ref> ଜଗନ୍ନାଥଙ୍କ ମନ୍ଦିର ବେଢ଼ାରେ ନିତି ଭାଗବତ ପାଠ ହୁଏ ଓ ଭକ୍ତଗଣ ଶୁଣିବାକୁ ଆସନ୍ତି ।
=== ଭାଗବତ ଗ୍ରନ୍ଥ ବିଷୟରେ ===
ଓଡିଆ ଭାଗବତ ମୁଖ୍ୟତଃ ମୂଳ ସଂସ୍କୃତ ଭାଗବତର ଓଡିଆ ମର୍ମାନୁବାଦ । ମୂଳ ସଂସ୍କୃତ ଭାଗବତ ଭଳି ଏହା ବାର ସ୍କନ୍ଧ ବିଶିଷ୍ଟ । (ତେବେ କେତେକ ରଚନାରେ ତ୍ରୟୋଦଶ ସ୍କନ୍ଧର ବର୍ଣ୍ଣନା ଦେଖିବାକୁ ମିଳେ) । ବୈଦିକ ସାହିତ୍ୟର ରୀତି ଅନୁସାରେ ବୈଦିକ ସାହିତ୍ୟର ରଚନା ପୂର୍ବରୁ ମଙ୍ଗଳାଚରଣ ସହିତ ଗ୍ରନ୍ଥ ରଚନା ଆରମ୍ଭ ହୁଏ । ତେବେ ଜଗନ୍ନାଥ ଦାସଙ୍କ ଭାଗବତରେ ମୂଳ ସଂସ୍କୃତ ଭାଗବତର ମଙ୍ଗଳାଚରଣ ସ୍ଥାନ ପାଇବା ଦେଖିବାକୁ ମିଳେ । <ref>ଜଗନ୍ନାଥ ଦାସ କୃତ, ଗୀତା ପ୍ରେସ, ଗୋରଖପୁର ଦ୍ୱାରା ପ୍ରକାଶିତ, ଶ୍ରୀମଦ୍‌ଭାଗବତ ମହାପୁରାଣ, Odia Section3-2 back:</ref>
 
::ମଙ୍ଗଳାଚରଣ