"ଚଉଷଠି ଯୋଗିନୀ ମନ୍ଦିର, ହୀରାପୁର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
Fixed typo
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୨୦ କ ଧାଡ଼ି:
|state/province = [[ଓଡ଼ିଶା]]
|district = [[ଖୋର୍ଦ୍ଧା ଜିଲା|ଖୋର୍ଦ୍ଧା]]
|locale = ହୀରାପୁର, [[ଭୁବନେଶ୍ଵରଭୁବନେଶ୍ବର]]
|elevation_m =
|elevation_footnotes =
୩୫ କ ଧାଡ଼ି:
}}
 
'''ଚଉଷଠି ଯୋଗିନୀ ମନ୍ଦିର''' [[ଓଡ଼ିଶା]]ର [[ଭୁବନେଶ୍ଵରଭୁବନେଶ୍ବର]]ସ୍ଥିତ ହୀରାପୁର ଗାଆଁରେ ଥିବା ଏକ ପୁରାତନ ଯୋଗିନୀ ପୀଠ (ତନ୍ତ୍ରପୀଠ) । ସ୍ଥାନୀୟ ଅଞ୍ଚଳରେ ଏହା ମହାମାୟା ମନ୍ଦିର ନାମରେ ମଧ୍ୟ ଜଣା । ତନ୍ତ୍ର ସଂସ୍କୃତିରେ ଯୋଗିନୀମାନଙ୍କ ସମ୍ପର୍କରେ ବିଶେଷ ଭୂମିକା ଅନ୍ତର୍ନିହିତ ଅଛି । ତେଣୁ ହୀରାପୁରର ଚଉଷଠୀ ଯୋଗିନୀ ପୀଠକୁ ତନ୍ତ୍ରପୀଠ କୁହାଯାଏ । ଏହି ମନ୍ଦିର ୧୯୫୩ ମସିହାରେ [[ଓଡ଼ିଶା ରାଜ୍ୟ ସଂଗ୍ରହାଳୟ]]ର ମୁଖ୍ୟ ଓ ପ୍ରତ୍ନତତ୍ୱବିଦ [[କେଦାରନାଥ ମହାପାତ୍ର]]ଙ୍କଦ୍ଵାରାଙ୍କଦ୍ବାରା ଲୋକଲୋଚନକୁ ଆସିଥିଲା । ଏହି ଦେଉଳର ଉପରିଭାଗ ଖୋଲା । ମନ୍ଦିରର କେନ୍ଦ୍ରସ୍ଥଳରେ ଅଷ୍ଟକୋଣୀ ବିଶାଳ ଲିଙ୍ଗ ରହିଛି । ଦେଉଳ ମଧ୍ୟଭାଗରେ ପରବର୍ତ୍ତୀ ସମୟରେ ଏକ ଚଣ୍ଡୀମଣ୍ଡପ ସ୍ଥାପିତ । ଏଥିରେ ଚାରୋଟି ଶିବ ଓ ଯୋଗିନୀଙ୍କ ପ୍ରତିମା ସ୍ଥାପିତ । <ref name =samaja>ରମାକାନ୍ତ ମହାନନ୍ଦ, ସମାଜ, ୧୮.୬.୨୦୦୯</ref>
 
ଦେବୀ ମହାମାୟା ଏହି ପୀଠ ଓ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ରୂପେ ପୂଜିତା । ଏହି ପୀଠଟି ଓଡ଼ିଶାର ରାଜଧାନୀ ଭୁବନେଶ୍ୱରଠାରୁ ପ୍ରାୟ ୧୦ କି.ମି ଦୂରରେ ବାଲିଅନ୍ତା ଥାନା ଓ ପଞ୍ଚାୟତ ସମିତି ଅନ୍ତର୍ଗତ ବାଳକାଟିଠାରୁ ୨/୩ କି.ମି ଦୂରରେ ପୁଣ୍ୟତୋୟା [[ଭାର୍ଗବୀ ନଦୀ]] ତଟ ଦେଶରେ ହୀରାପୁର ଗ୍ରାମର ଦକ୍ଷିଣ ଓ ପୂର୍ବ ଦିଗରେ ରହିଛି । ଏହି ପୀଠର ସମ୍ମୁଖରେ ଗୋଟିଏ ପୁଷ୍କରିଣୀ ଅବସ୍ଥିତ । ପୁଷ୍କରିଣୀର ମଧ୍ୟଭାଗରେ ଏକ ଦୀପଦାଣ୍ଡି ରହିଛି ।
୪୫ କ ଧାଡ଼ି:
 
== ଦେବଦେବୀ ==
ଚଉଷଠି ଯୋଗିନୀ ପୀଠରେ ଦଶଭୁଜା ମହାମାୟାଙ୍କ ପ୍ରତିମା ଇଷ୍ଟଦେବୀ ଭାବେ ପୂଜିତ । ପୀଠର ବୃତ୍ତାକାର ଶକ୍ତିକେନ୍ଦ୍ରରେ ଅଷ୍ଟଭୁଜା ମହାମାୟାଙ୍କ ପ୍ରତିମା ପୂଜା ପାଉଥିବା ବେଳେ ତାଙ୍କ ସହିତ ୬୪ଯୋଗିନୀ ମୂର୍ତ୍ତି ଲାଗି ରହିଛନ୍ତି। ଏହି ଯୋଗିନୀଗଣ ଦେଉଳ କାନ୍ଥରେ ଥିବା ୬୪ଠାଣିରେ ସେମାନଙ୍କ ବାହନ ଉପରେ ବିରାଜମାନ । ସେମାନେ ସୁନ୍ଦର ବେଶଭୂଷା ସହିତ ନାନାଦି ଅସ୍ତ୍ରଶସ୍ତ୍ର ଧାରଣ କରିଛନ୍ତି । ୬୪ ଯୋଗିନୀଙ୍କ କେଶ ବିନ୍ୟାସ ଭିନ୍ନ ଭିନ୍ନ । ଏଠାରେ ପୂଜିତ ୬୪ ଯୋଗିନୀ ମୂର୍ତ୍ତିମାନଙ୍କର ଉଚ୍ଚତା ୨ଫୁଟରୁ ୨.୫ଫୁଟ ଏବଂ ଏଗୁଡ଼ିକ କଳା ମୁଗୁନି ପଥରରେ ନିର୍ମିତ । ଦେଉଳ ପରିସରରେ ସଙ୍କଟେଶ୍ଵରସଙ୍କଟେଶ୍ବର ଶିବ ମନ୍ଦିର ରହିଛି । ଏଠାରେ ପୂଜିତ ହେଉଥିବା ଶିବଲିଙ୍ଗଟି ପାତାଳଫୁଟ । <ref name =samaja/>
 
== ଇତିହାସ ==
ଖ୍ରୀଷ୍ଟୀୟ ସପ୍ତମ ଓ ଅଷ୍ଟମ ଶତାବ୍ଦୀରେ ଭୌମ୍ୟ ବଂଶୀୟ ଶାନ୍ତା ନାମକ ଜଣେ ରାଜା ଏଠାରେ ରାଜୁତି କରୁଥିଲେ । ତାଙ୍କର ହୀରାବତୀ ନାମକ ଜଣେ ପାଟରାଣୀ ଥିଲେ । ରାଣୀଙ୍କ ନାମାନୁସାରେ ଏହି ଗ୍ରାମର ନାମ ହୀରାପୁର ହୋଇଅଛି ବୋଲି କିମ୍ବଦନ୍ତୀ କୁହେ । ରାଣୀ ହୀରାବତୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେତତ୍ତ୍ବାବଧାନରେ ଚଉଷଠି ଯୋଗିନୀ ପୀଠ ହୋଇଥିଲା । ସ୍ଥାପତ୍ୟ ଓ ଭାସ୍କର୍ଯ୍ୟଶୈଳୀରୁ ମଧ୍ୟ ଚଉଷଠି ଯୋଗିନୀ ମନ୍ଦିରଟି ନବମ ଶତାବ୍ଦୀରେ ନିର୍ମାଣ କରାଯାଇଥିବା ଅନୁମିତ । ଏହା [[ଭୌମ ରାଜବଂଶ|ଭୌମ]] ଓ ସୋମ ରାଜବଂଶୀଙ୍କ ସମୟରେ ପ୍ରତିଷ୍ଠିତ ହୋଇଥିବାର ଜଣାଯାଏ । ଏହା ଏକ ଶକ୍ତିପୀଠ ହୋଇଥିବାରୁ ତନ୍ତ୍ର ସାଧନା ପାଇଁ ଏଠାକୁ ବହୁ ତନ୍ତ୍ର ସାଧକଙ୍କ ଆଗମନ ହେଉଥିଲା ।<ref name =samaja/> [[ମଧ୍ୟ ପ୍ରଦେଶ]]ର [[ଖଜୁରାହୋ]] ଓ [[ଜବଲପୁର]] ଏବଂ ଓଡ଼ିଶାର ହୀରାପୁର ଓ ରାଣୀପୁର- ଝରିଆଲର ୬୪ଯୋଗିନୀ ମନ୍ଦିର ଢାଞ୍ଚାରେ ଭାରତୀୟ ସଂସଦ ନିର୍ମାଣ କରାଯାଇଥିବା ଅନୁମାନ କରାଯାଏ । ସଂସଦ ଭବନର ଗୋଲାକାର ନକ୍ସା ଚଉଷଠି ଯୋଗିନୀ ମନ୍ଦିରରୁ ପ୍ରସ୍ତୁତ କରାଯାଇଛି ବୋଲି ବିଶେଷଜ୍ଞ ମତ ଦିଅନ୍ତି ।{{cn|ନଭେମ୍ବର ୨୦୧୪}} ନିଜ ରାଜତ୍ଵରାଜତ୍ବ କାଳରେ [[କଳାପାହାଡ଼]] ଏହି ମନ୍ଦିର ଭାଙ୍ଗିଛି ଓ ବର୍ତ୍ତମାନ ତାହାର ଭଗ୍ନାବଶେଷ ପ୍ରତୀୟମାନ ବୋଲି ଗ୍ରାମବାସୀ କହନ୍ତି । ଦୀର୍ଘବର୍ଷ ପରେ ମନ୍ଦିରଟି ସାଧାରଣ ଲୋକଙ୍କ ପାଇଁ ଉନ୍ମୁକ୍ତ କରାଯାଇଥିଲା ବୋଲି ସେମାନେ କୁହନ୍ତି । <ref name =samaja/>
 
== ଉପାସନା ==
୫୮ କ ଧାଡ଼ି:
[[ଚଣ୍ଡୀ ପୁରାଣ]] ଓ [[ଦେବୀ ପୁରାଣ]]ରେ ଚଉଷଠି ଯୋଗିନୀମାନଙ୍କର ଆବିର୍ଭାବ ସମ୍ପର୍କରେ ଉଲ୍ଲେଖ ଅଛି । ମହିଷାସୁରର ଅତ୍ୟାଚାରରେ ତ୍ରିଭୁବନ ପ୍ରକମ୍ପିତ ହେବା ସଙ୍ଗେ ସଙ୍ଗେ ଦେବତାମାନଙ୍କର ଆସନ ଟଳମଳ ହୋଇଥିଲା । ସର୍ବଦେବଙ୍କର ଶକ୍ତି ବଳରେ ଦୁର୍ଗା ଆବିର୍ଭୂତା ହୋଇଥିଲେ । ଦୁର୍ଗା ଦେବୀ ମହିଁଷାସୁର ଅସୁର ସହିତ ଯୁଦ୍ଧ କରିବା ଅବସରରେ ରକ୍ତବୀର୍ଯ୍ୟ ନାମକ ଏକ ପ୍ରତାପୀ ଦାନବର ରକ୍ତବିନ୍ଦୁମାନ ତଳେ (ମାଟିରେ) ପଡ଼ି ସେଥିରୁ ସହସ୍ର ସହସ୍ର ଦାନବ ସୃଷ୍ଟି ହୋଇ ଦୁର୍ଗାଙ୍କ ସହିତ ଯୁଦ୍ଧ କରିଥିଲେ । ଏହିସବୁ ଦାନବଙ୍କୁ ନିହତ କରିବା ପାଇଁ ଦୁର୍ଗା ତାଙ୍କ ପ୍ରଖର ବିଶ୍ୱାସରୁ ଯୋଗିନୀମାନ ସୃଷ୍ଟି କରିଥିଲେ । ସେହି ଯୋଗିନୀମାନେ ରକ୍ତବୀର୍ଯ୍ୟ ଅସୁରର ଶରୀରରୁ ନିର୍ଗତ ହେଉଥିବା ରକ୍ତବିନ୍ଦୁକୁ ତଳେ ପକାଇ ନଦେଇ ପିଇଦେଲେ । ଫଳରେ ଆଉ ଦାନବଗଣ ସୃଷ୍ଟି ହେଲେନାହିଁ । ତେଣୁ ଦୁର୍ଗା ରକ୍ତବୀର୍ଯ୍ୟ ସହିତ ସମସ୍ତ ଅସୁରଙ୍କୁ ନିହତ କରିଥିଲେ । ଏହା ଫଳରେ ଧରାପୃଷ୍ଠରେ ଶାନ୍ତି ପ୍ରତିଷ୍ଠା ହୋଇଥିଲା । କାଳକ୍ରମେ ସେହି ଯୋଗିନୀମାନେ ବିଭିନ୍ନ ପୀଠରେ ପୂଜା ପାଉଛନ୍ତି । ସେହି ଯୋଗିନୀମାନଙ୍କ ମଧ୍ୟରୁ ହୀରାପୁରଠାରେ ଚଉଷଠି ଯୋଗିନୀ ରୂପେ ପୂଜା ପାଉଛନ୍ତି, ଯାହାକି ଆଜି ସେହି ଯୋଗିନୀ ପୀଠ ହୀରାପୁର ରୂପେ ବିଦ୍ୟମାନ । ହିନ୍ଦୁ ତନ୍ତ୍ରରେ ଚଉଷଠି ଯୋଗିନୀମାନଙ୍କର ଉତ୍ପତ୍ତି ସମ୍ପର୍କରେ [[ସ୍କନ୍ଧ ପୁରାଣ]] ଓ କାଳିକା ପୁରାଣରେ ଉଲ୍ଲେଖ ଅଛି । ସେହି ଆଠଟି ଆଦିଶକ୍ତି ହେଲେ - ଉଗ୍ରଚଣ୍ଡୀ, ଭଦ୍ରକାଳୀ, ଦୁର୍ଗା, ଉଗ୍ରତାରା, କୌଶିକା, କାଳୀ, ଶିବଦୂତୀ ଓ ଚଣ୍ଡିକା । ହୀରାପୁର ଚଉଷଠି ଯୋଗିନୀ ପୀଠର ଅନତି ଦୂରରେ ପୁରାତନ ଉତ୍କଳର ରାଜଧାନୀ [[ଶିଶୁପାଳଗଡ଼]] ଅବସ୍ଥିତ ।
 
ସେହିପରି ମହା ଭାଗବତ ପୁରାଣରେ ଉଲ୍ଲେଖ ଅଛି ଯେ, [[କାଳୀ]] ରହୁଥିବା ଏକ ପ୍ରଶସ୍ତ ସ୍ଥାନକୁ ବେଳେବେଳେ [[ଶିବ]] ବୁଲି ଆସୁଥିଲେ । ସେହି ପ୍ରଶସ୍ତସ୍ଥଳୀର ୪ଦିଗରେ ୪ଟି ଦ୍ଵାରଦ୍ବାର ଥିଲା ଓ ଏହାକୁ ୬୪ ଯୋଗିନୀ ଓ ଭୈରବୀମାନେ ଜଗୁଥିଲେ । କିମ୍ବଦନ୍ତୀ ଅନୁସାରେ ଦୁର୍ଗା ଦାନବ ସଂହାର ନିମନ୍ତେ ୬୪ଟି ରୂପ ନେଇଥାନ୍ତି । ଯୁଦ୍ଧ ପରେ ଯୋଗିନୀ ମାନେ ଦୁର୍ଗାଙ୍କୁ ଏହି ମନ୍ଦିର ତିଆରି କରିବା ପାଇଁ ଅନୁରୋଧ କରିଥିଲେ ।<ref name =samaja/>
 
== ମନ୍ଦିର ==
ମନ୍ଦିରଟିର ଗଠନଶୈଳୀ ବୈଚିତ୍ର୍ୟମୟ, ଯାହାକି ନଦେଖିଲେ ବର୍ଣ୍ଣନା କରିବା ଅସମ୍ଭବ । ଅଧିଷ୍ଠାତ୍ରୀ ଦେବୀ ମହାମାୟା ଓ ଯୋଗିନୀମାନେ ଏକ ପୁରାତନ ପଥରରେ ନିର୍ମିତ ମନ୍ଦିରରେ ପୂଜା ପାଉଛନ୍ତି । ମନ୍ଦିରର ଆକାର ଗୋଲାକାର କିନ୍ତୁ ଛାତ ଶୂନ୍ୟ । ମନ୍ଦିରର ପ୍ରବେଶ ପଥର ଦ୍ୱାରଦେଶଟି ଏକ ତୋରଣ ପରି ପଥରରେ ନିର୍ମିତ । ଏହାର ଦୁଇ ପାଶ୍ୱର୍ରେ ଦୁଇଟି ଭୈରବ ମୂର୍ତ୍ତି ବିଦ୍ୟମାନ । ସେହି ଦୁଇଟି ମୂର୍ତ୍ତିର ନାମ କାଳ ଓ ବିକାଳ । ଏହି ତୋରଣର ଉପର ଅଂଶରେ ଦୁଇଟି ଦ୍ୱାରପାଳ ମୂର୍ତ୍ତି ବିଦ୍ୟମାନ । ମନ୍ଦିରର ବାହାର କାନ୍ଥରେ ନଅଟି କାତାୟନୀ ମୂର୍ତ୍ତି ବିଦ୍ୟମାନ । ସେମାନେ ହସ୍ତରେ ପାନପତ୍ର ଆୟୁଧ ଧରି ଦଣ୍ଡାୟମାନ । ପୀଠର ମଧ୍ୟଭାଗରେ ଚତୁଃଷ୍କୋଣ ବିଶିଷ୍ଟ କୃତି । ଚାରି କୋଣରେ ଚାରୋଟି ପ୍ରତିମା ଦଣ୍ଡାୟମାନ । ସେଥିମଧ୍ୟରୁ ଗୋଟିଏ ସ୍ଥାନରେ ମୂର୍ତ୍ତି ଶୂନ୍ୟ । ବର୍ତ୍ତମାନ ତିନୋଟି ପ୍ରତିମାର ମଧ୍ୟଭାଗରେ ଅଦୈକ ପାଦ ଭୈରବ । କ୍ରୋଟର ଚକ୍ଷୁ, ନୃମୁଣ୍ଡମାଳୀ ଓ ଖଡ଼୍ଗଧାରୀ ଅଟନ୍ତି । ଅଧିଷ୍ଠାତ୍ରୀ ମହାମାୟାଙ୍କ ଦୁଇ ପାଶ୍ୱର୍ରେ ଅନ୍ୟ ସମସ୍ତ ମା' ଯୋଗିନୀ ଦେବୀ ସେମାନଙ୍କର ବାହନମାନଙ୍କ ଉପରେ ଆସ୍ଥାନ ବିମଣ୍ଡିତ । ଏହି ପ୍ରତିମାଗୁଡିକ କଳା ମୁଗୁନି ପଥରରେ ନିର୍ମିତ ।
 
ଏହି ଗୋଲାକାର ମନ୍ଦିରର ପରିଧି ୨୭.୪ମିଟର ଓ ଉଚ୍ଚତା ୨.୪ମିଟର । ଏହିମନ୍ଦିର ସମ୍ମୁଖଭାଗ ଉଦ୍‌ଗତଯୁକ୍ତ, ଯାହାକି ଏକ ଗୌରୀପଟ୍ଟ ସଦୃଶ ପ୍ରତୀୟମାନ । ମନ୍ଦିରର କାନ୍ଥସବୁ ସ୍ଥାନୀୟ ଅଞ୍ଚଳରେ ମିଳୁଥିବା [[ବାଲି ପଥର]]ରେ ତିଆରି । ଚଉଷଠି ଯୋଗିନୀ ପୀଠର ଚାରିପଟେ ସାଧକଙ୍କ ସୁରକ୍ଷା ନିମନ୍ତେ ୯ଟି [[ଯକ୍ଷ|ଯକ୍ଷିଣୀ]] ଥିବାବେଳେ ଦୁଇଟି କ୍ଷେତ୍ରୀୟ ଓ ଯକ୍ଷ ଦ୍ଵାରପାଳଦ୍ବାରପାଳ ରହିଛନ୍ତି । ଏହାବ୍ୟତୀତ ପୀଠ ଭିତରକୁ ଯିବା ପାଇଁ ଥିବା ପ୍ରବେଶପଥ ପାର୍ଶ୍ଵରେପାର୍ଶ୍ବରେ ଦୁଇଟି ବେତାଳ ରହିଛନ୍ତି । ପ୍ରତିମାଗୁଡିକ କଳାମୁଗୁନି ପଥରରେ ଖୋଦିତ ଓ ବାଲୁକା ପ୍ରସ୍ତରରେ ନିର୍ମିତ । ନବକାତ୍ୟାୟିନୀଙ୍କ ପ୍ରତିମାମାନ ଦେଉଳ ବାହାରେରେ ମଣ୍ଡିତ । <ref name =samaja/> ଦେଉଳ କାନ୍ଥର ଭିତର ଭାଗରେ [[ଚଉଷଠି ଯୋଗିନୀଙ୍କ ନାମ|ଯୋଗିନୀ]]ମାନଙ୍କ କଳାମୁଗୁନି ପଥରରେ ତିଆରି ୫୬ ଗୋଟି ମୂର୍ତ୍ତି ରହିଛି । ମନ୍ଦିର ମଝି ଭାଗରେ ଏକ ଛୋଟ ଘରେ ୮ଗୋଟି ମୂର୍ତ୍ତି ଚାରି ଦିଗକୁ ମୁହଁ କରିଛନ୍ତି ।
 
ଏଠାରେ ଥିବା ସଙ୍କଟେଶ୍ୱର ଶିବ ମନ୍ଦିରରେ ପୂଜିତ ଶିବଲିଙ୍ଗର ଉଚ୍ଚତା ବୃଦ୍ଧିପାଉଥିବା ଗ୍ରାମବାସୀ ମତ ଦିଅନ୍ତି । ୨୦୧୩ ମସିହାରେ ପୂଜକ ସନ୍ତୋଷ ତ୍ରିପାଠୀ ଲିଙ୍ଗର ଉଚ୍ଚତା ୧.୫ ଫୁଟ ବଢ଼ିବା ଉଲ୍ଲେଖ କରିଥିଲେ । <ref name =samaja/>
==ପୂଜା ପଦ୍ଧତି ଓ ପର୍ବପର୍ବାଣୀ==
ମନ୍ଦିରର ଦୈନନ୍ଦିନ ପୂଜା ପଦ୍ଧତି ପାଇଁ ଗ୍ରାମର ଦୁଇଟି [[ବ୍ରାହ୍ମଣ]]ପରିବାର ବହୁ କାଳରୁ ସେବାୟତ ରୂପେ କାର୍ଯ୍ୟ କରି ଆସୁଛନ୍ତି । ସେହିପରି ମାଳି, ବାରିକ ଇତ୍ୟାଦି ଗ୍ରାମର ସେବାୟତମାନେ ସେମାନଙ୍କର କାର୍ଯ୍ୟ ଯଥା ସମୟରେ କରିବାର ସୁବନ୍ଦୋବସ୍ତ ହୋଇଅଛି । କିନ୍ତୁ ବଡ଼ ବଡ଼ ମେଳା ମହୋତ୍ସବ, ହୋମ ଯଜ୍ଞ ଇତ୍ୟାଦି ସମୟରେ ଅନ୍ୟ ପୂଜକଙ୍କ ସହଯୋଗରେ କାର୍ଯ୍ୟ ସମ୍ପାଦନ ହୋଇଥାଏ । ଅତୀତରେ ପୁଷ୍କରିଣୀର ଜଳ ଠାକୁରାଣୀଙ୍କର ନୀତି କାର୍ଯ୍ୟରେ ବ୍ୟବହାର ହେଉଥିଲା । କିନ୍ତୁ ଜଳ ଦୁଷିତ ହୋଇଯିବାରୁ କୂଅ ଓ ନଳକୂଅର ଜଳ ବ୍ୟବହାର ହେଉଅଛି । ବଡ଼ ବଡ଼ ହୋମ ଓ ମେଳା ମହୋତ୍ସବରେ ଏଠାରେ ରନ୍ଧନ ବ୍ୟବସ୍ଥାମାନ ମଧ୍ୟ ଅଛି । ଏହି ପୀଠରେ [[ବିବାହ]], ବ୍ରତ ଇତ୍ୟାଦି ପବିତ୍ର କାର୍ଯ୍ୟମାନ ମଧ୍ୟ ହୋଇଥାଏ । ମନ୍ଦିରର ପ୍ରାଙ୍ଗଣରେ ଥିବା [[ଫୁଲ]] ଠାକୁରାଣୀଙ୍କ ନିକଟରେ ଲାଗି ହୋଇଥାଏ । ବଡ଼ ବଡ଼ ପର୍ବପର୍ବାଣି ତଥା [[ଦଶହରା]], [[କାର୍ତ୍ତିକ ପୂର୍ଣ୍ଣିମା]] ଇତ୍ୟାଦି କାର୍ଯ୍ୟଗୁଡିକ ଗ୍ରାମବାସୀମାନଙ୍କ ତତ୍ତ୍ଵାବଧାନରେତତ୍ତ୍ବାବଧାନରେ ସୁରୁଖୁରୁରେ ସମ୍ପାଦନା ହୋଇଥାଏ । ପ୍ରତିଦିନ ଦେବୀମାନଙ୍କୁ ସ୍ନାନ କରାଯାଇ ଧୂପ, ଦୀପ ସହିତ ନୈବେଦ୍ୟ ଅର୍ପଣ ହୋଇଥାଏ । ମଧ୍ୟାହ୍ନରେ ରନ୍ଧା ଖାଦ୍ୟ ଓ ସନ୍ଧ୍ୟା ସମୟରେ ଆଳତୀ ସହ ଶୁଖିଲା ଭୋଗ ଲାଗି ହୋଇ ପହୁଡ଼ ପଡିଥାଏ । ଏଠାରେ ବର୍ଷକ ବାର ମାସ ଗ୍ରାମବାସୀଙ୍କର ଶୁଭକାର୍ଯ୍ୟଗୁଡିକର ଅନୁକୂଳ ହୋଇଥାଏ । ସନ୍ଧ୍ୟା ସମୟରେ ଏଠାରେ [[ଓଡ଼ିଆ ଭାଗବତ|ଭାଗବତ]], [[ଭଗବତ ଗୀତା|ଗୀତା]], ପୁରାଣ ଇତ୍ୟାଦି ପାଠ ହୋଇଥାଏ । ନିତ୍ୟ ପୂଜା ବ୍ୟତୀତ ଏହି ପୀଠରେ ବଡ଼ ବଡ଼ ପର୍ବ ପର୍ବାଣିରେ ଦେବୀମାନଙ୍କ ଗହଣା, ହାର, ମାଳ, ମୁକୁଟ ସମେତ ନୂତନ ବସ୍ତ୍ର ବା ପାଟ ଇତ୍ୟାଦି ପରିଧାନ କରାଯାଇଥାଏ । ଦଶହରା ପର୍ବରେ ଦୀର୍ଘ ଷୋହଳ ଦିନ ଗ୍ରାମବାସୀଙ୍କ ତରଫରୁ ମାର୍ଜନା ହୋଇଥାଏ । ଦେବୀଙ୍କୁ ବିଭିନ୍ନ ବେଶରେ ଭୂଷିତ କରାଯାଇ ହୋମ, ଯଜ୍ଞ ସହିତ ଚଣ୍ଡୀପାଠ କରାଯାଇଥାଏ ।
 
ଦୋଳ ପୂର୍ଣ୍ଣିମାରେ [[ଓଡ଼ିଶାର ଦୋଳଯାତ୍ରା|ଦୋଳ ଯାତ୍ରା]] ହେଲା ଦେବୀଙ୍କର ପ୍ରଧାନ ପର୍ବ । [[ଶ୍ରୀପଞ୍ଚମୀ]] ସମୟରେ ଦୀର୍ଘ ୩ଦିନ ଧରି ଏଠାରେ ମହାଯଜ୍ଞ ହୋଇଥାଏ । [[ଚୈତ୍ର]]ପର୍ବ ଅବସରରେ ଦେବୀଙ୍କ ପାଖରେ ଘୃତ ଅନ୍ନ ସହ ଗୋଟା [[ମାଛ]] ପୋଡା ହୋଇ ଭୋଗ ହେବାର ବ୍ୟବସ୍ଥା ଅଛି । ଏହାକୁ ଅମୁହାଁ ଭୋଗ କୁହାଯାଇଥାଏ । ଏହି ଭୋଗ ତା'ପରଦିନ ଗ୍ରାମର ପ୍ରତ୍ୟେକ ଘରେ ବିତରଣ ହୋଇଥାଏ । ଏହିସବୁ ପ୍ରଧାନ ବାର୍ଷିକ ପର୍ବଗୁଡିକରେ ଗ୍ରାମ ଓ ପଡୋଶୀ ଗ୍ରାମର ଶହ ଶହ ଭକ୍ତ ସମବେତ ହୋଇ ଯେ ଯାହାର କାର୍ଯ୍ୟ କରିବା ସଙ୍ଗେ ସଙ୍ଗେ ଶୁଦ୍ଧପୂତ ମନରେ ଦେବୀଙ୍କୁ ଆଶୀର୍ବାଦ ଭିକ୍ଷା ମାଗିଥାନ୍ତି । ଏହିସବୁ ପ୍ରଧାନ ପର୍ବ ବ୍ୟତୀତ ଅନ୍ୟସବୁ ପର୍ବମାନ ମଧ୍ୟ ପାଳନ ହୋଇଥାଏ । ସେଗୁଡିକ ହେଲା [[ରଜ ପର୍ବ]], [[ସାବିତ୍ରୀ ଅମାବାସ୍ୟା]], [[ଚିତାଲାଗି ଅମାବାସ୍ୟା]], [[ରାକ୍ଷୀ ପୂର୍ଣ୍ଣିମା]], [[ରାଧାଷ୍ଟମୀ]], [[ଜନ୍ମାଷ୍ଟମୀ]], [[ଦୀପାବଳୀ]], [[ଅକ୍ଷୟ ତୃତୀୟା]], ମାନସା ପଞ୍ଚମୀ, [[ସୁଦଶା ବ୍ରତ]] ଇତ୍ୟାଦି । ଆଉ ମଧ୍ୟ ମା' ଯୋଗିନୀଙ୍କ ମଙ୍ଗଳା, କାଳିକା ଓ [[ଲକ୍ଷ୍ମୀ]] ଠାକୁରାଣୀଙ୍କ ଉେଦ୍ଦେଶ୍ୟରେ ବହୁ ପ୍ରକାର [[ଓଷା]], ପର୍ବପର୍ବାଣି ପାଳିତ ହୋଇଥାଏ । ଅତୀତରେ ଏହି ପୀଠର ପରିବେଶ ଭଲ ନଥିଲା । କାରଣ ଗମନାଗମନ, ଯୋଗାଯୋଗ, ପ୍ରସାର ଓ ପ୍ରଚାରର ଓ ପରିଚାଳନା ବ୍ୟବସ୍ଥା ଇତ୍ୟାଦି ଅତ୍ୟନ୍ତ ଅବହେଳିତ ହୋଇଥିଲା । ସର୍ବୋପରି ଅସ୍ୱାସ୍ଥ୍ୟକର ତଥା ଅପରିଷ୍କାର ପରିବେଶ ଘେରି ରହିଥିବାରୁ ଏହା ଶ୍ରୀହୀନ ଦେଖାଯାଉଥିଲା । ଦେଶ ସ୍ୱାଧୀନତା ପ୍ରାପ୍ତ ପରେ କ୍ରମଶଃ ଏହି ପୀଠର ଅବସ୍ଥା ଉନ୍ନତି ସାଧନ ହୋଇପାରିଛି । ବର୍ତ୍ତମାନ ଏହି ପୀଠକୁ [[ଭାରତ ସରକାର]]ଙ୍କର ପ୍ରତ୍ନତତ୍ତ୍ଵପ୍ରତ୍ନତତ୍ତ୍ବ ବିଭାଗ ହାତକୁ ନେଇ ସର୍ବାଙ୍ଗୀନ ଉନ୍ନତି ପାଇଁ ଉଦ୍ୟମ ଜାରି ରଖିଛନ୍ତି । ସରକାରୀ ସ୍ତରରେ ଏହି ପୀଠକୁ ଏକ ପର୍ଯ୍ୟଟନସ୍ଥଳୀର ମାନ୍ୟତା ପ୍ରଦାନ କରାଯାଇଛି ।
 
ଏହି ପୀଠଟି [[ପୁରୀ]], [[କୋଣାର୍କ]] ଓ ଭୁବନେଶ୍ୱର ସ୍ୱର୍ଣ୍ଣ ତ୍ରିଭୁଜ ଶକ୍ତି ମଣ୍ଡଳ ମଧ୍ୟରେ ଅବସ୍ଥିତ । ଏହି ସ୍ୱର୍ଣ୍ଣ ତ୍ରିଭୂଜ ମଣ୍ଡଳୀ ପୀଠକୁ ପୃଥିବୀର ବିଭିନ୍ନ ପ୍ରାନ୍ତରୁ ବାର୍ଷିକ ହଜାର ହଜାର ପର୍ଯ୍ୟଟକ ଓ ଭକ୍ତମାନେ ଭ୍ରମଣରେ ଆସିଥାନ୍ତି । ଏହି ପୀଠରେ ଲୁକ୍କାୟିତ ହୋଇ ରହିଥିବା ସୌନ୍ଦର୍ଯ୍ୟ ମାଧୁରୀ, ପ୍ରାକୃତିକ ସୌନ୍ଦର୍ଯ୍ୟ ଓ ପରିବେଶ ଇତ୍ୟାଦିକୁ ଆଧୁନିକ ପ୍ରଣାଳୀର ରୂପ ଦେଲେ ନିଶ୍ଚୟ ଏହି ପୀଠ ପ୍ରତି ପର୍ଯ୍ୟଟକ ଆକୃଷ୍ଟ ହେବେ, ଏଥିରେ ତିଳେମାତ୍ର ସନ୍ଦେହ ନାହିଁ । ଏହି ପୀଠର ସର୍ବାଙ୍ଗୀନ ଉନ୍ନତି କରିବା ଓ ଏହି ପୀଠର ନାମକୁ ସୁବିସ୍ତୃତ କରିବା ପାଇଁ ୨୦୦୭ ମସିହାରୁ ନୃତ୍ୟ ପ୍ରତିଭା ନାମକ ଭୁବନେଶ୍ୱରର ଏକ ଅନୁଷ୍ଠାନ ରାଜ୍ୟ ସରକାରଙ୍କର ପର୍ଯ୍ୟଟନ ବିଭାଗ, ଜିଲ୍ଲାସ୍ତରୀୟ ବାଲିଅନ୍ତା ପଞ୍ଚାୟତ ସମିତି ଓ ସ୍ଥାନୀୟ ଯୁବକମାନଙ୍କ ଉଦ୍ୟମରେ ଚଉଷଠି ଯୋଗିନୀ ମହୋତ୍ସବ ପାଳିତ ହୋଇ ଆସୁଅଛି । ସେହି ବର୍ଷଠାରୁ ପ୍ରତିବର୍ଷ ଡିସେମ୍ବର ମାସରେ ଏହି ମହୋତ୍ସବ ପାଳନ ହୋଇ ଆଜି ସପ୍ତମ ମହୋତ୍ସବରେ ଉପନୀତ ହୋଇ ପାରିଛି । ଏହି ଉତ୍ସବ ମା' ଯୋଗିନୀଙ୍କ ପୀଠରେ ଦୀର୍ଘ ତିନି ଦିନ ଧରି ମହାସମାରୋହରେ ଓ ଆଲୋକ ସଜାସଜି ହୋଇ ନୃତ୍ୟ ଓ ନାଚ ପରିବେଷଣ ହୋଇଥାଏ । ଓଡ଼ିଶାର ସୁନାମଧନ୍ୟ ନୃତ୍ୟଶିଳ୍ପୀମାନଙ୍କର ନିପୁଣ ନୃତ୍ୟ କଳା ପରିବେଷଣ ମାଧ୍ୟମରେ ପୁରସ୍କାର ପ୍ରଦାନ କରାଯାଇଥାଏ । ପ୍ରତିଦିନ ଓଡ଼ିଶାର ମନ୍ତ୍ରୀ, ବିଧାୟକ ଓ ଶିକ୍ଷାବିତ୍ ଓ କଳାଶିଳ୍ପୀରେ ନିପୁଣତା ଥିବା ଭଦ୍ରବ୍ୟକ୍ତିମାନେ ଅତିଥି ରୂପେ ଯୋଗଦେଇ ପୁରସ୍କାର ବିତରଣ କରିଥାନ୍ତି । ଆଉ ମଧ୍ୟ ପ୍ରତିବର୍ଷ ଏକ ସ୍ମରଣିକା ଉନ୍ମୋଚନ ହୋଇଥାଏ । ଏହାଫଳରେ ଦୈନିକ ପତ୍ର ପତ୍ରିକା ଓ ଗଣମାଧ୍ୟମ ମାଧ୍ୟମରେ ଏହି ପୀଠର ପ୍ରସାର ଓ ପ୍ରଚାର ହୋଇ ପାରୁଛି । ସର୍ବୋପରି ଏହି ଉତ୍ସବର ଶେଷ ଦିବସରେ ନିପୁଣ ପାରଦର୍ଶିତା ଲାଭ କରିଥିବା ନୃତ୍ୟଶିଳ୍ପୀମାନଙ୍କୁ ଚଉଷଠି ଯୋଗିନୀ ନୃତ୍ୟକଳା ମହୋତ୍ସବ ଉପାଧିରେ ସମ୍ମାନିତ କରାଯାଇଥାଏ । ପ୍ରତ୍ନତତ୍ତ୍ଵପ୍ରତ୍ନତତ୍ତ୍ବ ବିଭାଗ ଏହାକୁ ନବୀକରଣ କରାଇବା ପାଇଁ ଗମନାଗମନ ଠାରୁ ନୂତନ ଗୃହ ନିର୍ମାଣ କାମ ଜାରି ରଖିଛନ୍ତି । ଏହି ପୀଠର ପବିତ୍ରତା ଅତୀବ ମହାନ ଓ ଗରିୟସୀ । କାରଣ ଏହି ପୀଠ ସର୍ବଧର୍ମର ଯୋଗ, ତନ୍ତ୍ର ଓ ସଂସ୍କୃତିର କେନ୍ଦ୍ରସ୍ଥଳୀ ରୂପେ ଶାସ୍ତ୍ରାନୁମୋଦିତ । ତେଣୁ ଏହି ପୀଠ[[ଜଗନ୍ନାଥ|ଶ୍ରୀଜଗନ୍ନାଥ]]ଙ୍କ ସଂସ୍କୃତିର କର୍ମଶାଳା ଅର୍ଥାତ୍ ମୂଳ ସାଧନା ପୀଠ ।
 
== ଆଧାର ==