"ବାଜି ରାଉତ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୧୧ କ ଧାଡ଼ି:
| nationality = ଭାରତୀୟ
| other_names = ବାଜିଆ
| known_for = କନିଷ୍ଠ ସ୍ଵାଧୀନତାସ୍ବାଧୀନତା ସଂଗ୍ରାମୀ
| occupation =
| parents = ହରି ରାଉତ
୨୩ କ ଧାଡ଼ି:
 
== ପ୍ରଜାମଣ୍ଡଳ ଆନ୍ଦୋଳନ ଓ ମୃତ୍ୟ ==
ଇଂରେଜ ସରକାରଙ୍କ ରାଜତ୍ଵରାଜତ୍ବ କାଳରେ ଭାରତବର୍ଷରେ ଅନ୍ୟାନ୍ୟ ରାଜ୍ୟ ଭଳି ଓଡ଼ିଶାରେ ସାଧାରଣ ପ୍ରଜାମାନେ ବିଭିନ୍ନ ଭାବରେ ଶୋଷଣ ଓ ଅତ୍ୟାଚାରିତରେ ଜର୍ଜରିତ ହେଉଥିଲେ । ସେତେବେଳେ ଇଂରେଜ ସରକାର ତାଙ୍କର ଶାସନ ପ୍ରଣାଳୀକୁ ସରଳ କରିବା ଉଦ୍ଦେଶ୍ୟରେ ସମଗ୍ର ଓଡ଼ିଶାକୁ ଦୁଇ ଭାଗରେ ବିଭକ୍ତ କରି ମୋଗଲବନ୍ଦୀ ଏବଂ ଗଡ଼ଜାତ ଅଞ୍ଚଳ ଭାବରେ ନାମିତ କରିଥିଲେ । ମୋଗଲବନ୍ଦୀ ଅଞ୍ଚଳଗୁଡ଼ିକରେ ଜମିଦାରମାନେ ଏବଂ ଗଡଜାତ ଅଞ୍ଚଳମାନଙ୍କରେ ରାଜାମାନେ ଶାସନ ନାମରେ ପ୍ରଜାମାନଙ୍କ ଉପରେ ଅକଥନୀୟ ଅତ୍ୟାଚାର କରୁଥିଲେ । ଏହି ଦୁଇଭାଗ ମଧ୍ୟରୁ ଗଡଜାତ ଅଞ୍ଚଳର ପ୍ରଜାମାନଙ୍କ ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡୁଥିଲା । ଗଡଜାତ ରାଜ୍ୟର ରାଜା ତଥା ପାରିଷାଦବର୍ଗଙ୍କ ଯାବତିୟ ଅନ୍ୟାୟ, ଅତ୍ୟାଚାର, ଶୋଷଣ, ବେଠି, ବେଘାରି, ଯୋରଜବରଦସ୍ତ ଟିକସ ଅସୁଲ, ମନମୁଖିଶାସନ, ମିଥ୍ୟା ମୋକଦ୍ଦମା ପ୍ରଭୁତିରେ ଜର୍ଜରିତ ହେଉଥିଲେ ଗଡଜାତବାସୀ । ସମୟେ ସମୟେ ଗଡଜାତ ଅଞ୍ଚଳରେ ଏହି ଶୋଷଣ କଷଣରେ ଫଳସ୍ଵରୁପଫଳସ୍ବରୁପ ପୁଞ୍ଜୀଭୁତ ଅସନ୍ତୋଷ କ୍ରମଶଃ ବୃଦ୍ଧି ପାଇ ବିସ୍ପୋରଣର ରୁପ ଧାରଣ କରୁଥିଲା, କିନ୍ତୁ ଇଂରେଜ ସରକାର ତାହାକୁ କଳେବଳେ କୌଶଳେ ଦମନ କରୁଥିଲେ । ଏହିସବୁ ଗଡଜାତ ଆନ୍ଦୋଳନ ସେତେବେଳେ ସମଗ୍ର ଭାରତବର୍ଷରେ ଆଲୋଡନ ସୃଷ୍ଟି କରିଥିଲା ।
 
୧୯୩୮ ମସିହା ଅକ୍ଟୋବର ମାସ ୧୧ ତାରିଖ ଅନ୍ଧାରିଆ ରାତିରେ ପ୍ରଜାମଣ୍ଡଳର କେତେଜଣ ସ୍ଵେଚ୍ଛାସେବୀଙ୍କସ୍ବେଚ୍ଛାସେବୀଙ୍କ ସହ ବ୍ରାହ୍ମଣୀ ନଦୀ ଘାଟରେ ଡଙ୍ଗା ଜଗି ରହିଥିଲେ ବାଳକ ବାଜି ରାଉତ । ସେ ପ୍ରଜାମଣ୍ଡଳର ସିପାହୀ ସାଜିଛନ୍ତି । ଘାଟ ଡଙ୍ଗା ଜଗିବା ସେଦିନ ତାଙ୍କର ପାଳିଥିଲା । କାରଣ ପ୍ରଜାମଣ୍ଡଳର ହୁକୁମ ଥିଲା, ନଦୀଘାଟରୁ ଦୁରରେ ଡଙ୍ଗା ଲୁଚେଇ ରଖିବ, ଗୋରା ଫଉଜ ମାନେ ଯେପରି ନଦୀ ପାର ନହୁଅନ୍ତି, ସେମାନଙ୍କ ଗତିବିଧି ଉପରେ ନଜର ରଖି କ୍ୟାମ୍ପକୁ ଖବର ଦେବ, ଆଉ ପ୍ରଜାମଣ୍ଡଳର ସାଥୀଙ୍କୁ ନିରାପଦରେ ପାରି କରାଇବ । ଆଶଙ୍କାକୁ ସତ କରି ପୋଲିସ ମାନେ ପ୍ରଜା ମଣ୍ଡଳ ଆନ୍ଦୋଳନ ଦମନ କରିବାକୁ ଆସିଲେ । ମାତ୍ର ସେମାନଙ୍କ ଆଦେଶ ସତ୍ତ୍ୱେ ବାଜି ରାଉତ ଘାଟରୁ ଡ଼ଙ୍ଗା ଫିଟାଇଲେ ନାହିଁ । ପୋଲିସର ଧମକ ଚମକ ସତ୍ତ୍ୱେ କିଛି ଲାଭ ନହେବାରୁ, ସେମାନେ ତାଙ୍କୁ ସେଇଠି ଗୁଳି କରି ହତ୍ୟା କଲେ । ବାଜି ରାଉତଙ୍କ ଚିତ୍କାରରେ ସେତେବେଳକୁ ଅନେକ ଲୋକ ଆସିଯାଇଥିଲେ । ସେମାନେ ଡଙ୍ଗା ବାନ୍ଧି ପକାଇ ରଖିଲେ । ପୋଲିସ ମାନେ ଆଉ କିଛି ନକରି ଛୁରୀରେ ଡଙ୍ଗା ଦଉଡି କାଟି ମଝି ନଈକୁ ଡଙ୍ଗା ବୋହିନେଲେ । ଡଙ୍ଗା ମଝି ନଈରେ ଥିବା ବେଳେ ସେମାନେ କୂଳରେ ଥିବା ଲୋକଙ୍କୁ ଗୁଳି ଚାଳନା କଲେ । ସେଇଠି ଟଳି ପଡିଲେ ନିଳକଣ୍ଠପୁର ଗାଁର ଆଉ କେତେ ଜଣ - ହୁରୁଷି, ରଘୁ, ଗୁର, ନଟ, ଲକ୍ଷମଣ ଓ ଫଗୁ । ଦେଶ ପାଇଁ ଛୁଆ ବଡ଼ ମିଶି ସାତ ଜଣ ଶହିଦ ହୋଇଗଲେ । ନିଳକଣ୍ଠପୁର ଗୁଳିକାଣ୍ଡର ପରଦିନ ଅର୍ଥାତ୍ ୧୯୩୮ ମସିହା ଅକ୍ଟୋବର ମାସ ୧୨ ତାରିଖ ଦିନ ଦେଶ ପାଇଁ ପ୍ରାଣବଳି ଦେଇଥିବା ସାତଜଣ ବୀରଙ୍କର ପାର୍ଥିବ ଶରୀରକୁ କଟକ ଆଣି ବିରାଟ ପଟୁଆର ହେଲା । ଶେଷରେ ଆଜିର ଖାନ୍ନଗର ମଶାଣିରେ ଗୋଟିଏ ଚିତାରେ ସେମାନଙ୍କୁ ଦାହ କରାଗଲା ।
 
== ଆଧାର ==
୩୬ କ ଧାଡ଼ି:
[[ଶ୍ରେଣୀ:୧୯୩୮ ମୃତ୍ୟୁ]]
[[ଶ୍ରେଣୀ:ଢେଙ୍କାନାଳ ଜିଲ୍ଲାର ଲୋକ]]
[[ଶ୍ରେଣୀ:ଓଡ଼ିଶାର ସ୍ଵାଧୀନତାସ୍ବାଧୀନତା ସଂଗ୍ରାମୀ]]
[[ଶ୍ରେଣୀ:ପ୍ରଜାମଣ୍ଡଳ]]