"ବିଶ୍ୱକର୍ମା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Regular Character Changes
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୧୩ କ ଧାଡ଼ି:
| Mount = ହଂସ/ ହାତୀ
}}
ଦେବଶିଳ୍ପୀ '''ବିଶ୍ୱକର୍ମା''' ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କ କୁଳଦେବତା ।<ref>{{cite web |url=http://www.culturalindia.net/indian-architectu mre/ancient-architecture/cave-architecture.html |title=Cave Architecture |publisher=|accessdate=2007-02-15}}</ref>ପୁରାଣମତେ ସେ ଅଷ୍ଟମ ବସୁଦେବତା ପ୍ରଭାସଙ୍କ ଔରସରେ ଯୋଗସିଦ୍ଧାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ମତାନ୍ତରେ ପ୍ରଜାପିତା ବ୍ରହ୍ମାଙ୍କ ନାଭି କମଳରୁ ଦେବଶିଳ୍ପୀ ବିଶ୍ୱକର୍ମାଙ୍କ ଜନ୍ମ । ଚତୁର୍ଭୁଜ ବିଶ୍ଵକର୍ମାବିଶ୍ବକର୍ମା, ବାମ ଉପର ହାତରେ ବଟାଳି ଓ ବାମ ତଳ ହାତରେ ମାର୍ତ୍ତୁଲି, ଦକ୍ଷିଣ ଉପର ହାତରେ ଚକ୍ର ଓ ତଳ ହାତରେ ଆଶୀର୍ବାଦ କରୁଥିବାର ଦୃଷ୍ଟିଗୋଚର ହେଇଥାନ୍ତି । ଦିବ୍ୟ ବସ୍ତ୍ର ପରିହିତ ଗଳାରେ ରତ୍ନହାର, ଅନୁପମ ରତ୍ନଅଳଙ୍କାରରେ ବିଭୂଷିତ, କର୍ଣ୍ଣରେ ମକର କୁଣ୍ଡଳ । ସେ ଜ୍ଞାନ ଓ ଅବସ୍ଥାରେ ସମୃଦ୍ଧ ହୋଇଥିଲେ ମଧ୍ୟ କିଶୋର ପରି ପ୍ରତିଭାତ । ଅତ୍ୟନ୍ତ ସୁନ୍ଦର ତେଜସ୍ୱୀ କାମଦେବଙ୍କ ପରି କାନ୍ତିମାନ ଅଟନ୍ତି । ବିଶ୍ୱକର୍ମା ସକଳ ଶିଳ୍ପକଳାର ଜନକ । [[ବ୍ରହ୍ମା]]ଙ୍କ ନିର୍ଦ୍ଦେଶରେ ବିଶ୍ୱକର୍ମା ସମଗ୍ର ସୃଷ୍ଟି ରଚନା କରିଥିଲେ । ଦେବତାମାନଙ୍କର ସମସ୍ତ ଶସ୍ତ୍ର ବିମାନ ଆଦି ଏହାଙ୍କଦ୍ୱାରା ବିନିର୍ମିତ । ସ୍ୱର୍ଗର ଅମରାବତୀ ହିଁ ତାଙ୍କ ନିର୍ମାଣର ଶ୍ରେଷ୍ଠ ନିଦର୍ଶନ ।
 
ମଣିଷର କାର୍ଯ୍ୟର ପାର୍ଥକ୍ୟରେ ଯେପରି ଜାତିର ସୃଷ୍ଟି ସେହିପରି ଭଗବାନଙ୍କୁ ନାନା ରୂପରେ କଳ୍ପନା କରାଯାଇଛି । ଯେତେବେଳେ ସୃଷ୍ଟି କରନ୍ତି ସେତେବେଳେ ସେ ବ୍ରହ୍ମା, ଯେତେବେଳେ ପାଳନ କରନ୍ତି ସେତେବେଳେ [[ବିଷ୍ଣୁ]], ଯେତେବେଳେ ସଂହାର କରନ୍ତି ସେତେବେଳେ ସେ [[ମହାଦେବ|ରୁଦ୍ର]] ସେହିପରି ସେ ଯେତେବେଳେ ଶିଳ୍ପୀ ସେତେବେଳେ ସେ ବିଶ୍ୱକର୍ମା ବୋଲି ପରିଚିତ ହୁଅନ୍ତି ।
୨୮ କ ଧାଡ଼ି:
ସୁକେଶୀ ମଞ୍ଜୁଘୋଷାଦ୍ୟା କଥ୍ୟନ୍ତେଦ୍ଧସ୍ପରସୋ ବୁଧୈଃ ।
</poem>
ବ୍ରହ୍ମବୈବର୍ତ୍ତ ପୁରାଣମତେ ଏକଦା ଘୃତାଚୀ ବେଶଭୂଷା ହୋଇ କାମଦେବଙ୍କ ନିକଟକୁ ରମଣାର୍ଥେ ପୁଷ୍କର ତୀର୍ଥକୁ ଗମନ କରୁଥିଲେ । ସେହି ସମୟରେ ଦେବଶିଳ୍ପୀ ବିଶ୍ୱକର୍ମା ସ୍ୱର୍ଗଲୋକରୁ ପ୍ରତ୍ୟାବର୍ତ୍ତନ କରୁଥିବା ଅବସ୍ଥାରେ ଘୃତାଚୀଙ୍କୁ ଭେଟିଥିଲେ । ଘୃତାଚୀ ସୌନ୍ଦର୍ଯ୍ୟରେ ବିମୁଗ୍ଧ ହୋଇ ବିଶ୍ୱକର୍ମା ଆସକ୍ତ ମାନସିକତାରେ ଉପନୀତ ହୋଇଥିଲେ । ଘୃତାଚୀ କିନ୍ତୁ କାମଦେବଙ୍କ ସହ ରମଣ ଉଦ୍ଦେଶ୍ୟରେ ଗମନ କରୁଥିଲେ । ଏଣୁ ସେ ବିଶ୍ୱକର୍ମାଙ୍କୁ ପ୍ରବୃତ୍ତିରୁ ନିବୃତ୍ତି ହେବାକୁ ପରାମର୍ଶ ଦେଲେ । କହିଲେ “ହେ ଦେବଶିଳ୍ପୀ, ସ୍ୱର୍ଗର ନିୟମ ଅନୁସାରେ ଯେଉଁ ଦିନ ଦେବତାଙ୍କ ପ୍ରତି ସ୍ୱର୍ଗବେଶ୍ୟାମାନଙ୍କ ଅଭିଳାଷ ଥାଏ ସେଦିନ ସେହି ନିର୍ଦ୍ଦିଷ୍ଟ ଦେବତା ହିଁ ପତି ସ୍ୱରୂପ । ଏଣୁ କାମଦେବ ମୋ ପକ୍ଷେ ଆଜି ଦିନର ପତି ସ୍ୱରୂପ । ତୁମେ ବିଶ୍ୱକର୍ମା ମଧ୍ୟ କାମଦେବଙ୍କ ଶିଷ୍ୟ ଅଟ । ଏଣୁ ଗୁରୁପତ୍ନୀ ହରଣ କରିବା ଅବିଧେୟ । ଆସନ୍ତାକାଲି ତୁମେ ମୋର ପତି ହେବ ନିଶ୍ଚୟ ।” ଘୃତାଚୀଙ୍କ ଘୋର ବାରଣ ହେତୁ ବିଶ୍ୱକର୍ମା ଅତ୍ୟନ୍ତ କ୍ରୋଧାନ୍ୱିତ ହୋଇ ଘୃତାଚୀଙ୍କୁ ମର୍ତ୍ତ୍ୟରେ ଶୂଦ୍ରନାରୀ ଭାବେ ଜନ୍ମହେବାକୁ ଅଭିଶାପ ଦେଲେ । ଘୃତାଚୀ ମଧ୍ୟ ବିଶ୍ୱକର୍ମାଙ୍କୁ ମର୍ତ୍ତ୍ୟରେ ମାନବ ହୋଇ ଜନ୍ମହେବାକୁ ପ୍ରତି ଅଭିଶାପ ଦେଲେ । ବିଶ୍ୱକର୍ମା ଘୃତାଚୀର ଅଭିଶାପ ପ୍ରସଙ୍ଗ ସୃଷ୍ଟିକର୍ତ୍ତା ବ୍ରହ୍ମାଙ୍କୁ ଜଣାଇଲେ ଓ ତାହାର ନିରାକରଣ ବିଷୟରେ ପ୍ରଶ୍ନକଲେ । କିନ୍ତୁ ବ୍ରହ୍ମା ଘୃତାଚୀର ଭିନ୍ନ ବୃତ୍ତି ସତ୍ତ୍ୱେ ସ୍ୱର୍ଗରେ ପତିବ୍ରତା ସତୀର ମାନ୍ୟତା ଦେବାରୁ ତାହାର ଅଭିଶାପ ନିଷ୍ଫଳ ନୁହେଁ ବୋଲି ବିଶ୍ୱକର୍ମାଙ୍କୁ ଅବଗତ କରିଥିଲେ । ପରବର୍ତ୍ତୀ କାଳରେ ବିଶ୍ୱକର୍ମା ବ୍ରାହ୍ମଣ କୂଳରେ ଜନ୍ମ ନେଇଥିଲେ ଓ ତାଙ୍କର ଜାତିସ୍ମର ଥିବାରୁ ସେ ସବୁକଥା ଜାଣିପାରୁଥିଲେ । ରାଜାଙ୍କ ଆଦେଶରେ ସେ ପ୍ରୟାଗ ତୀର୍ଥରେ ଅନେକ ଦେବାଦେବୀଙ୍କ ମନ୍ଦିର ନିର୍ମାଣ କରୁଥିବା ବେଳେ ଏକଦା ସେହି ସମୟରେ ଗଙ୍ଗାରେ ସ୍ନାନ କରୁକରୁ ଏକ ଅନିନ୍ଦ୍ୟ ରୂପବତୀ କନ୍ୟାକୁ ଦେଖିଲେ ଓ ଅନୁଭବ କରି ଜାଣିପାରିଲେ ଯେ, ସେ ଘୃତାଚୀ ବୋଲି । ଘୃତାଚୀ ମଧ୍ୟ ବିଶ୍ୱକର୍ମାଙ୍କୁ ଜାଣିପାରିଲେ । ବ୍ରହ୍ମାଙ୍କ କଥା ଅନୁସାରେ ଉଭୟ ଗଙ୍ଗାତୀରସ୍ଥ ମଳୟ ବନରେ ବିବାହ କରି ଏକାଠି ବାରବର୍ଷ ବିତାଇଲେ । ତାଙ୍କଠାରୁ ନଅଟି ସନ୍ତାନ ଉତ୍ପତ୍ତି ହୋଇଥିଲେ । ପୁତ୍ରମାନଙ୍କ ମଧ୍ୟରେ ମାଳାକାର, କର୍ମକାର, କଂସାରି, ଶଙ୍ଖାରି, କୁମ୍ଭକାର, କୁନ୍ଦବିକ, ସୂତ୍ରଧର, ସ୍ୱର୍ଣ୍ଣକାର ଓ ଚିତ୍ରକର । ସେହି ପୁତ୍ରଙ୍କ ମଧ୍ୟରୁ ମାଳାକାରଙ୍କୁ ପୁଷ୍ପଶିଳ୍ପ, କର୍ମକାରଙ୍କୁ ଲୌହ ଶିଳ୍ପ, କାଂସ୍ୟକାରଙ୍କୁ କଂସା ଶିଳ୍ପ, ସୂତ୍ରଧରଙ୍କୁ କାଠ ଶିଳ୍ପ, <!-- କୁ/ଦ୍ବବିକ --> ତନ୍ତୀଙ୍କୁ ବୟନଶିଳ୍ପ, କୁମ୍ଭକାରଙ୍କୁ ମୃତ୍ତିକା ଶିଳ୍ପ, ସ୍ଵର୍ଣ୍ଣକାରଙ୍କୁସ୍ବର୍ଣ୍ଣକାରଙ୍କୁ ଅଳଙ୍କାର ଓ ଚିତ୍ରକାରଙ୍କୁ ଅଙ୍କନ ଶିଳ୍ପ ବିଦ୍ୟା ଶିକ୍ଷା ଦେଇ ବିଶ୍ଵକର୍ମାବିଶ୍ବକର୍ମା ସେମାନଙ୍କୁ ସୁଶିକ୍ଷିତ କରାଇଥିଲେ । କନ୍ୟା ଚିତ୍ରାଙ୍ଗଦା ମଧ୍ୟ ପିତାଙ୍କ ଠାରୁ ଶିଲେଇ ଶିଳ୍ପ ଶିକ୍ଷାଦାନ ପାଇଥିଲେ ।
 
ପୁନଶ୍ଚ ଉକ୍ତ ପୁରାଣରେ ଉଲ୍ଲେଖ ଅନୁସାରେ ପୁତ୍ରମାନଙ୍କ ମଧ୍ୟରୁ ଜଣେ ବ୍ରାହ୍ମଣର ସୁନା ଚୋରୀ କରିବାରୁ ସ୍ୱର୍ଣ୍ଣକାର ପତିତ ରୂପେ ବିବେଚିତ ହେଲେ । ସେହିପରି ଯଜ୍ଞ ସମୟରେ ସୂତ୍ରଧର କାଠ ଯୋଗାଣରେ ବିଳମ୍ବ କରି ମଧ୍ୟ ପତିତ ହୋଇଥିଲେ । (ବୈଦିକ ଜାଗଯଜ୍ଞରେ ବଢ଼େଇଙ୍କ ବାରିସୀ ହଣା କାଠର ବ୍ୟବହାର ଏବେବି ପ୍ରଚଳନ ରହିଛି ) । ଚିତ୍ରକାର ଏକ ଶୂଦ୍ର ବେଶ୍ୟା ସହ ଆଶକ୍ତ ହୋଇ ଅଟ୍ଟାଳିକାର (ରାଜମିସ୍ତ୍ରୀ) ରୂପେ ଆର୍ବିଭୂତ ହୋଇଥିଲେ । ଏଣୁ ସମସ୍ତ ଶ୍ରେଣୀର ଶିଳ୍ପୀ ଓ କାରିଗର ଜାତି ବିଶ୍ୱକର୍ମାଙ୍କ ବଂଶଧର ଅଟନ୍ତି । ‘ବାମନ ପୁରାଣ’ ଉଲ୍ଲେଖ ଅନୁସାରେ ଦେବଶିଳ୍ପୀ ବିଶ୍ୱକର୍ମା ଅଭିଶପ୍ତ ହୋଇ ଦାନବ ରୂପ ଧାରଣ କରିଥିଲେ । ଋଷି ଋତୁଧ୍ୱଜଙ୍କ ଠାରୁ ବର ଲାଭକରି ଘୃତାଚୀଙ୍କ ସହ ସଂପର୍କ ରଖି 'ନଳ'ଙ୍କୁ ଜନ୍ମକରି ଶାପମୁକ୍ତ ହୋଇଥିଲେ-
୫୨ କ ଧାଡ଼ି:
:* ବାନର ସେନାପତି ନଳ, ଘୃତାଚୀ ଅପ୍ସରୀର ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ଏ ଯେଉଁ ପଥର ଖଣ୍ଡକୁ ସ୍ପର୍ଶ କରୁଥିଲେ, ତାହା ହାଲୁକା ହୋଇ ପାଣିରେ ଭାସୁଥିଲା । ଏ ପଥରମାନଙ୍କୁ ସ୍ପର୍ଶ କରିବାରୁ ସେହି ଭାସମାନ ପଥରଦ୍ୱାରା ରାମଚନ୍ଦ୍ର ସମୁଦ୍ରରେ ସେତୁବନ୍ଧ ବନ୍ଧାଇ ସମୁଦ୍ରକୁ ପାର ହୋଇ ଲଙ୍କା ଗଡ଼ରେ ପହଞ୍ଚିଥିଲେ ।
 
==ଜଗନ୍ନାଥଙ୍କ ଦାରୁ ମୂର୍ତ୍ତି ଓ ବିଶ୍ଵକର୍ମାବିଶ୍ବକର୍ମା==
କିମ୍ବଦନ୍ତୀ ଅନୁଯାୟୀ [[ଜଗନ୍ନାଥ]]ଙ୍କ ଦାରୁ ମୂର୍ତ୍ତି ବିଶ୍ୱକର୍ମା ନିର୍ମାଣ କରିଥିଲେ । ଇନ୍ଦ୍ରଦ୍ୟୁମ୍ନ ରାଜା [[ବାଙ୍କି ମୁହାଣ]]ରୁ ସଂଗ୍ରହ କରିଥିବା ଦାରୁରେ ଜଗନ୍ନାଥଙ୍କ ମୂର୍ତ୍ତି ନିର୍ମାଣ କରିବାକୁ ନାନା ଦେଶରୁ ଦକ୍ଷ ଶିଳ୍ପୀମାନଙ୍କୁ ଅଣାଇ କାମରେ ଲଗାଇଥିଲେ କିନ୍ତୁ ସେମାନଙ୍କ ନିହାଣ ମୁନରେ ସେ ଦାରୁ ଖୋଳାଯାଇ ପାରିଲା ନାହିଁ, ବରଂ ସେଗୁଡ଼ିକର ଧାର ଓଲଟି ଗଲା । ମୂର୍ତ୍ତି ଗଢ଼ିବାରେ ବିଫଳ ହୋଇ ସମସ୍ତେ ଫେରିବାରେ ଲାଗିଲେ ଓ ଦିନକୁ ଦିନ ରାଜା ରାଣୀଙ୍କ ମନରେ ଭାଳେଣି ପଡ଼ିଲା । କିଛିଦିନ ଗତ ହେବା ପରେ ଦିନେ ଜଣେ ବୁଢ଼ା ବଢ଼େଇ ଆସି ମୂର୍ତ୍ତି ନିର୍ମାଣ କରିବାକୁ ଆଗ୍ରହ ପ୍ରକାଶ କଲା । ପରିଶେଷରେ ବୁଢ଼ା ବଢ଼େଇକୁ ନିର୍ମାଣ ଦାୟିତ୍ୱ ଦିଆଗଲା । ବୁଢ଼ା ବଢ଼େଇର ସର୍ତ୍ତ ରଖିଲା ୨୧ଦିନ ପର୍ଯ୍ୟନ୍ତ ମନ୍ଦିର ଦ୍ୱାର ଫିଟିବ ନାହିଁ, ସେ ଉପବାସ ରହି ମୂର୍ତ୍ତି ନିର୍ମାଣ କରିବ । ଏଥିରେ ରାଜା ରାଜି ହୋଇ ମନ୍ଦିର ଦ୍ୱାର ବନ୍ଦ କଲେ । ପ୍ରତ୍ୟେକ ଦିନ ରାଜା ଭିତରର ଠକ୍‌ ଠକ୍‌ ଶବ୍ଦ ଶୁଣିବାର ବ୍ୟବସ୍ଥା କରିଥାନ୍ତି । କିଛିଦିନପରେ ଭିତରୁ ଶବ୍ଦ ଆସିବା ବନ୍ଦ ହୋଇଯିବା ପରେ ଗୁଣ୍ଡିଚା ରାଣୀ ଧୈର୍ଯ୍ୟ ଧରି ରହିପାରିଲେ ନାହିଁ । ବୁଢ଼ା ବଢ଼େଇ ଉପବାସରେ ମୃତ୍ୟୁବରଣ କରିଛି ବୋଲି ସେ ଭାବିଲେ ଓ ରାଜାଙ୍କୁ ଦ୍ୱାର ଖୋଲିବାକୁ ଅନୁରୋଧ କଲେ । ଦ୍ୱାର ଉନ୍ମୁକ୍ତ କଲାପରେ ଦେଖାଗଲା ଯେ ବୁଢ଼ା ବଢ଼େଇ ଅନ୍ତର୍ଦ୍ଧ୍ୟାନ ହୋଇଯାଇଛି, ଅଛି କେବଳ ଦରଗଢ଼ା ମୂର୍ତ୍ତି । ଏଥିରେ ରାଜା ରାଣୀ ଘୋର ଚିନ୍ତାରେ ପଡ଼ିବାରୁ ଶୂନ୍ୟବାଣୀ ହେଲାଯେ- “ମୋର ଯେଉଁ ରୂପରେ ଆବିର୍ଭାବ ହେବାର ଇଚ୍ଛା ମୁଁ ସେହି ରୂପରେ ହିଁ ଆବିର୍ଭାବ ହୋଇଛି, ତେଣୁ ଏଥିରେ ଶୋଚନା କରିବାର କିଛି ନାହିଁ । ଏହି ବୁଢ଼ା ବଢ଼େଇ ଥିଲେ ସ୍ୱୟଂ ଦେବଶିଳ୍ପୀ ବିଶ୍ୱକର୍ମା” ।
 
ଭକ୍ତର ଭଗବାନ ସ୍ୱୟଂ ବଢ଼େଇ ରୂପରେ ଭକ୍ତର ମନୋବାଞ୍ଛା ପୂରଣ କରିବା ପାଇଁ ଆସି ନିଜର ମୂର୍ତ୍ତିକୁ ନିଜେ ଗଢ଼ିଥିଲେ ବୋଲି, [[ଓଡ଼ିଶା]]ରେ ସାଧାରଣତଃ ଏହି ବୁଢ଼ା ବଢ଼େଇ ରୂପକୁ ହିଁ ବିଶ୍ୱକର୍ମାଙ୍କ ରୂପ ବୋଲି କଳ୍ପନା କରାଯାଏ ।
 
==ବିଶ୍ଵକର୍ମାବିଶ୍ବକର୍ମା ପୂଜା==
ଗଣେଷ ପୂଜାର ଅବ୍ୟବହିତ ପରେ/ ପୂର୍ବରୁ, ଭାଦ୍ରବ ମାସ, କନ୍ୟା ସଂକ୍ରାନ୍ତି ( ସେପ୍ଟେମ୍ବର) <!-- [[ଆଶ୍ୱିନ]] ସଂକ୍ରାନ୍ତି --> ଦିନ ବିଶ୍ୱକର୍ମାଙ୍କ ଚତୁର୍ଭୁଜ ମୂର୍ତ୍ତି ପୂଜା ପାଳନ କରାଯାଏ । ପୁରାଣର ପ୍ରସିଦ୍ଧ ଯନ୍ତ୍ରୀ ଦେବଶିଳ୍ପୀ ବିଶ୍ଵକର୍ମାଙ୍କବିଶ୍ବକର୍ମାଙ୍କ ପ୍ରତି କୃତଜ୍ଞତା ଓ ଶ୍ରଦ୍ଧାଞ୍ଜଳୀର ନିଦର୍ଶନ ସ୍ଵରୂପସ୍ବରୂପ ଏଇ ଉତ୍ସବ ପାଳନ କରାଯାଏ । । ଶିଳ୍ପପ୍ରଧାନ ଅଞ୍ଚଳ ଯଥା [[ନାଲକୋନଗର]], [[ହୀରାକୁଦ]], [[ପାରାଦ୍ଵୀପପାରାଦ୍ବୀପ]] ଓ [[ରାଉରକେଲା]] ଆଦି ସହର ତଥା ଓଡ଼ିଶାର ସର୍ବତ୍ର ପ୍ରତ୍ୟେକ ଶିଳ୍ପାନୁଷ୍ଠାନରେ ଦେବଶିଳ୍ପୀ ବିଶ୍ଵକର୍ମାଙ୍କରବିଶ୍ବକର୍ମାଙ୍କର ମୃଣ୍ମୟ ମୂର୍ତ୍ତି ପୂଜା କରାଯାଏ।
== ଆଧାର ==
{{ଆଧାର}}
{{Authority control}}
[[ଶ୍ରେଣୀ:ହିନ୍ଦୁ ଧର୍ମ]]
[[ଶ୍ରେଣୀ:ହିନ୍ଦୁ ପୁରାଣ ବ୍ୟକ୍ତିତ୍ଵବ୍ୟକ୍ତିତ୍ବ]]
[[ଶ୍ରେଣୀ:ଲୋକକଥା ଓ ପୁରାଣ ଚରିତ୍ର]]
[[ଶ୍ରେଣୀ:ମହାଭାରତର ଚରିତ୍ର]]