"ବୀର ସୁରେନ୍ଦ୍ର ସାଏ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Replacing region
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
୧୭ କ ଧାଡ଼ି:
}}
 
'''ସୁରେନ୍ଦ୍ର ସାଏ''' (୨୩ ଜାନୁଆରୀ ୧୮୦୯ - ୨୮ ଫେବୃଆରୀ ୧୮୮୪)<ref>{{cite web|url=http://www.vssut.ac.in/history.php|title=History|publisher=|accessdate=28 February 2016}}</ref>, [[ଭାରତ]]ର ଜଣେ ଅଗ୍ରଣୀ ସ୍ୱାଧୀନତା ସଂଗ୍ରାମୀ ଥିଲେ । ୧୮୫୭ ସିପାହୀ ବିଦ୍ରୋହର ୩୦ ବର୍ଷ ପୂର୍ବରୁ ରାଜଗାଦିର ଉତ୍ତରାଧିକାରିତ୍ଵଉତ୍ତରାଧିକାରିତ୍ବ ନେଇ ବ୍ରିଟିଶ ସରକାର ବିରୋଧରେ ‘ଉଲଗୁଲାନ’ (ଆନ୍ଦୋଳନ) ଆରମ୍ଭ କରିଥିଲେ । ତାଙ୍କ ମୋଟ ଜୀବନ କାଳ ୭୫ ବର୍ଷ ମଧ୍ୟରୁ ୩୬ ବର୍ଷକାଳ ସେ କାରାଗାରରେ କାଟିଥିଲେ । <ref name=sai2>{{cite web |url= http://www.123orissa.com/person/person.asp?sno=15&cat=f |title=Eminent Persons -123orissa.com |first= |last= |work=123orissa.com |quote=.He had spent thirty-six years in jail out of his 75 years life span. |accessdate=23 January 2013}}</ref> ଏହା ସ୍ଵାଧୀନତାସ୍ବାଧୀନତା ସଂଗ୍ରାମୀଙ୍କ ଜେଲରେ ରହିବା ସମୟ ତୁଳନାରେ ସର୍ବାଧିକ ଥିଲା ।<ref>{{cite web |url= http://www.telegraphindia.com/1050907/asp/jamshedpur/story_5204824.asp |title=The Telegraph - Calcutta : Jamshedpur |first= |last= |work=telegraphindia.com |year=2005 |quote=The British put Surendra Sai in jail for 37 years, surpassing any known record for any jail sentences of freedom fighters. |accessdate=23 January 2013}}</ref>
ସେ ୧୮୨୭-୧୮୬୪ ମସିହା ଜାନୁଆରୀ ୨୩ ତାରଖି ପର୍ଯ୍ୟନ୍ତ ବିଦ୍ରୋହର ବହ୍ନିକୁ ପ୍ରଜ୍ଜ୍ୱଳତି କରି ରଖିଥିଲେ । ସୁରେନ୍ଦ୍ର ସାଏ ୧୮୨୭ରୁ ୧୮୪୦ ପର୍ଯ୍ୟନ୍ତ ୧୩ ବର୍ଷ ଓ ୧୮୫୭ରୁ ୧୮୬୪ ପର୍ଯ୍ୟନ୍ତ ୭ ବର୍ଷ ଏହିପରି ଦୁଇଟି ପର୍ଯ୍ୟାୟରେ ମୋଟରେ ୨୦ ବର୍ଷ ଇଂରେଜ ସରକାରଙ୍କ ବିରୁଦ୍ଧରେ ନିରବଚ୍ଛିନ୍ନ ଭାବରେ ଲଢ଼େଇ କରିଥିଲେ । ପ୍ରଥମ ପର୍ଯ୍ୟାୟରେ ଇଂରେଜମାନଙ୍କ ବିରୁଦ୍ଧରେ ତାଙ୍କର ସଂଗ୍ରାମ ୧୮୨୭-୧୮୪୦ ମସିହା ପର୍ଯ୍ୟନ୍ତ ବିକ୍ଷିପ୍ତ ଏବଂ ସୀମିତ ଥିଲା । କିନ୍ତୁ ଦ୍ୱିତୀୟ ପର୍ଯ୍ୟାୟରେ ଏହା ଅଧିକ ସୁସଙ୍ଗଠିତ, ସୁସଂହତ ତଥା ବୀରତ୍ୱପୂର୍ଣ୍ଣ ଥିଲା ।<ref name=sai/> ତାଙ୍କର ଅଦ୍ଭୁତ ସଂଗଠନ ଶକ୍ତି, ଅସୀମ ପରାକ୍ରମ, ଅସାଧାରଣ ରଣକୌଶଳ ବ୍ରିଟିଶ୍ ଶାସକ ଓ ସୈନ୍ୟବାହିନୀକୁ ଆଶ୍ଚର୍ଯ୍ୟାନ୍ୱିତ କରିଥିଲା ।
 
== ପ୍ରାରମ୍ଭିକ ଜୀବନ ==
୨୩ ଜାନୁଆରୀ ୧୮୦୯<ref>{{cite web |url= http://sambalpur.nic.in/ |title=Official Web Site Of Sambalpur District |first= |last= |work=sambalpur.nic.in |quote= Born on 23rd January, 1809 |accessdate=23 January 2013}}</ref> ମସିହାରେ ସମ୍ବଲପୁର ସହରର ଉତ୍ତରକୁ ପ୍ରାୟ ୨୧ ମାଇଲ ଦୂରରେ ଅବସ୍ଥିତ ବରଗାଁ ବା ଖିଣ୍ଡା ଗ୍ରାମରେ ଚୌହାନ ରାଜବଂଶର ଧରମ ସିଂହ ଓ ରେବତୀ ଦେବୀଙ୍କ ଔରସରୁ ସୁରେନ୍ଦ୍ର ସାଏ ଜନ୍ମଗ୍ରହଣ କରିଥିଲେ । ତାଙ୍କର ଛଅ ଭାଇ ଓ ଜଣେ ଭଉଣୀ ଥିଲେ । ପିତା ଧରମ ସିଂହଙ୍କ ମୃତ୍ୟୁ ପରେ କାକା ବଳରାମ ସିଂହଙ୍କ ତତ୍ତ୍ଵାବଧାନରେତତ୍ତ୍ବାବଧାନରେ ଘୋଡ଼ା ଚଢ଼ା, ଖଣ୍ଡା ଓ ତୀରଚାଳନା ସମେତ ଅନ୍ୟାନ୍ୟ ପ୍ରଶିକ୍ଷଣ ନେଇଥିଲେ । ସୁରେନ୍ଦ୍ର ସାଏ ଗାଙ୍ଗପୁର ରାଜ୍ୟର ହାତିବାରୀ ଜମିଦାରଙ୍କ କନ୍ୟା ସୁବର୍ଣ୍ଣକୁମାରୀଙ୍କୁ ବିବାହ କରିଥିଲେ । ତାଙ୍କର ଗୋଟିଏ ପୁତ୍ର 'ମିତ୍ରଭାନୁ ସାଏ' ଓ ଗୋଟିଏ କନ୍ୟା ଥିଲେ ।<ref name=sai>{{cite web|last=[http://orissa.gov.in/e-magazine/utkalprasanga/2014/Jan/janoriya.htm ଉତ୍କଳ ପ୍ରସଙ୍ଗ]|title=ବୀର ସୁରେନ୍ଦ୍ର ସାଏ|url=http://orissa.gov.in/e-magazine/utkalprasanga/2014/Jan/oriyapdf/98-100.pdf|accessdate=7 June 2014}}</ref>
 
== ବିଦ୍ରୋହ ==
୨୮ କ ଧାଡ଼ି:
 
=== ପ୍ରଥମ ପର୍ଯ୍ୟାୟ ବିଦ୍ରୋହ ===
ସେତେବେଳେ କ୍ୟାପ୍ଟେନ୍ ହିଗ୍ନସ୍‌ଙ୍କ ଅଧିନାୟକତ୍ୱରେ ସମ୍ବଲପୁରରେ ଇଂରେଜମାନଙ୍କ ରାମଗଡ଼ ବାଟାଲିୟନ୍ ଅବସ୍ଥାପିତ ହୋଇଥାନ୍ତି । ସୁରେନ୍ଦ୍ର ସାଏଙ୍କ ପକ୍ଷରୁ ତାଙ୍କ ଅନୁଗାମୀମାନେ ଧନୁଶର ଧରି ଗରିଲା ଯୁଦ୍ଧ କରିଥିବାରୁ ଇଂରେଜ ସୈନ୍ୟମାନେ ତାର ମୁକାବିଲା କରିପାରି ନଥିଲେ । ପରେ ହଜାରୀବାଗ୍‌ର କ୍ୟାପ୍ଟେନ୍ ଉଇଲକିନସନ୍‌ଙ୍କ ନିର୍ଦ୍ଦେଶରେ ଆଉ ଏକ ସୈନ୍ୟବାହିନୀ ସମ୍ବଲପୁରରେ ଆସି ଯୋଗ ଦେଲେ । ଏହାପରେ ବିଦ୍ରୋହ କିଛି ମାତ୍ରାରେ ଦମନ ହୋଇଥିଲେ ମଧ୍ୟ ସମ୍ପୂର୍ଣ୍ଣ ପ୍ରଶମିତ ହୋଇପାରି ନଥିଲା । ଇଂରେଜମାନେ ବାଧ୍ୟ ହୋଇ ରାଣୀ ମୋହନ କୁମାରୀଙ୍କୁ ଗାଦିଚ୍ୟୁତ କରି ପୁନର୍ବାର ରାଜବଂଶର ଦୂର ସମ୍ପର୍କୀୟ ବ୍ୟକ୍ତି ନାରାୟଣ ସିଂହଙ୍କୁ ସମ୍ବଲପୁର ରାଜଗାଦି ପ୍ରଦାନ କଲେ । ମାତ୍ର ସେ ଥିଲେ ସମ୍ପୂର୍ଣ୍ଣ ଅଯୋଗ୍ୟ । ଏହା ଫଳରେ ପୁଣି ବିଦ୍ରୋହ ମୁଣ୍ଡ ଟେକିଲା । ୧୮୩୭ ଖ୍ରୀଷ୍ଟାବ୍ଦରେ ରାସପୂର୍ଣ୍ଣିମା ମଧ୍ୟରାତ୍ରିରେ ଦେବ୍ରୀଗଡ଼ଠାରେ ସୁରେନ୍ଦ୍ର ସାଏ, ଉଦ୍ଦ୍ୟନ୍ତ ସାଏ, ବଳରାମ ସିଂହ ଓ ଲୋଚନପୁର ଜମିଦାର ବଳଭଦ୍ର ଦେଓ ମିଳିତ ହୋଇ ଭବିଷ୍ୟତ କାର୍ଯ୍ୟପନ୍ଥା ନିର୍ଦ୍ଧାରଣ କରୁଥିବା ସମୟରେ ଇଂରେଜମାନେ ଅଚାନକ ସେଠାରେ ପହଞ୍ଚି ବଳଭଦ୍ର ଦେଓଙ୍କୁ ହତ୍ୟା କଲେ <ref name=sai/>। ସୌଭାଗ୍ୟକ୍ରମେ ସୁରେନ୍ଦ୍ର ସାଏ ତାଙ୍କ ଭାଇମାନଙ୍କ ସହ କୌଶଳ କରି ଖସି ଯାଇଥିଲେ । ଇଂରେଜଶାସନର ନିଷ୍ପତ୍ତି ବିରୋଧରେ ସୁରେନ୍ଦ୍ର ସାଏ ତାଙ୍କ ସମର୍ଥକମାନଙ୍କୁ ଧରି ସ୍ଵରସ୍ବର ଉତ୍ତୋଳନ କରିବା ହେତୁ ୧୮୪୦ ମସିହାରେ ଦକ୍ଷିଣ-ପଶ୍ଚିମ ସୀମାନ୍ତର ତତ୍କାଳୀନ ଇଂରେଜ ଏଜେଣ୍ଟ କର୍ଣ୍ଣେଲ ଆଉସ୍ଳେଙ୍କ ସହାୟତାରେ [[ସମ୍ବଲପୁର]]ର ଦେହୁରୀପାଲିରୁ ସୁରେନ୍ଦ୍ର ସାଏ, ଉଦ୍ଦ୍ୟନ୍ତ ସାଏ ଓ କାକା ବଳରାମ ସିଂହଙ୍କୁ ଇଂରେଜମାନେ ଗିରଫ କରିଥିଲେ । ସୁରେନ୍ଦ୍ରଙ୍କୁ ପାଞ୍ଚବର୍ଷ ଓ ଅନ୍ୟମାନଙ୍କୁ ୭ ବର୍ଷ କାରାଦଣ୍ଡରେ ଦଣ୍ଡିତ କରି ହଜାରୀବାଗ ଜେଲରେ ରଖାଯାଇଥିଲା । ଏହିଠାରେ ସୁରେନ୍ଦ୍ର ସାଏଙ୍କ ପ୍ରଥମ ପର୍ଯ୍ୟାୟ ସଂଗ୍ରାମର ଯବନିକା ପଡ଼ିଲା ।
 
=== ଦ୍ଵିତୀୟଦ୍ବିତୀୟ ପର୍ଯ୍ୟାୟ ବିଦ୍ରୋହ ===
କାରାଦଣ୍ଡର ଅବଧି ସରିବା ପରେ ମଧ୍ୟ ଇଂରେଜମାନେ ସୁରେନ୍ଦ୍ରଙ୍କୁ ମୁକ୍ତ କରିନଥିଲେ । ୧୮୪୯ ସେପ୍ଟେମ୍ବରରେ ବ୍ରିଟିଶଦ୍ଵାରାବ୍ରିଟିଶଦ୍ବାରା ଅବସ୍ଥାପିତ ରାଜା ନାରାୟଣ ସିଂହଙ୍କ ମୃତ୍ୟୁ ପରେ ମଧ୍ୟ ସୁରେନ୍ଦ୍ର ସାଏଙ୍କୁ ଇଂରେଜମାନେ ଗାଦିରୁ ବଞ୍ଚିତ କରିଥିଲେ । ୧୮୫୭ରେ ଭାରତର ସିପାହୀମାନେ ଇଂରେଜ ସରକାରଙ୍କ ବିରୁଦ୍ଧରେ ପ୍ରଥମ ସ୍ୱାଧୀନତା ସଂଗ୍ରାମ ([[ସିପାହୀ ବିଦ୍ରୋହ]]) ଆରମ୍ଭ କରିଥିଲେ । ସେହିବର୍ଷ ଜୁଲାଇ ମାସ ୩୦ ତାରିଖ ଦିନ ରାମଗଡ଼ରୁ ଆସିଥିବା ଯବାନ ମାନେ ‘ଛୋଟା ବର୍ଦ୍ଧମାନର ପଲଟନ’ ସହ ମିଶି ହଜାରିବାଗ ଜେଲ ଭାଙ୍ଗି ସୁରେନ୍ଦ୍ର ସାଏଙ୍କ ସମେତ ୩୨ ଜଣ ବନ୍ଦୀଙ୍କୁ ମୁକ୍ତ କରି ଦେଇଥିଲେ । ଦୀର୍ଘ ୧୭ବର୍ଷ ପରେ ସୁରେନ୍ଦ୍ର ଓ ତାଙ୍କ ଭାଇ ଉଦନ୍ତ ସାଏ ମୁକ୍ତ ହୋଇଥିଲେ । ସୁରେନ୍ଦ୍ର ପୁନଶ୍ଚ ବନ୍ଦୀ କରିବା ପାଇଁ ଇଂରେଜ ସରକାର ତାଙ୍କୁ ଧରିବା ପାଇଁ ୨୫୦ ଟଙ୍କାର ପୁରସ୍କାର ଘୋଷଣା କରିବା ସହ ଗୁପ୍ତଚର ନିୟୋଜିତ କରିଥିଲେ ।
 
ମୁକ୍ତି ପାଇ ସୁରେନ୍ଦ୍ର ସାଏ ସଙ୍ଗେ ସଙ୍ଗେ ସମ୍ବଲପୁର ଫେରି ଆସିଲେ ଏବଂ ସମ୍ବଲପୁରବାସୀଙ୍କୁ ସୁସଙ୍ଗଠିତ କରି ପୁନର୍ବାର ସଂଗ୍ରାମ କରିବାକୁ ଆଗେଇ ଆସିଲେ । ଦେବ୍ରୀଗଡ଼ ହେଲା ସୁରେନ୍ଦ୍ରଙ୍କ ସଂଗ୍ରାମର କେନ୍ଦ୍ରସ୍ଥଳ । କୌଶଳକ୍ରମେ ସୁରେନ୍ଦ୍ର ସାଏ ପ୍ରଥମେ ସମ୍ବଲପୁର ଅଞ୍ଚଳରେ ଥିବା ଇଂରେଜମାନଙ୍କର ବାହ୍ୟ ଯୋଗାଯୋଗ ସମ୍ପର୍କ ଛିନ୍ନ କଲେ । ବଡ଼ ବଡ଼ ପଥର ଖଣ୍ଡ ରଖି ରାସ୍ତା ଅବରୋଧ କରିବା ସହ ପାହାଡ଼ ଉପରେ ଥିବା ଶିଆଳୀ ଲତାରେ ବଡ଼ ବଡ଼ ପଥରକୁ ବାନ୍ଧିରଖି ଆବଶ୍ୟକ ସ୍ଥଳେ ଲତାକୁ କାଟି ଦେଉଥିଲେ । ଫଳରେ ପଥରଖଣ୍ଡମାନ ପଡ଼ି ଇଂରେଜମାନଙ୍କୁ ଆଘାତ ଦେଉଥିଲା । ଅନ୍ୟ ପକ୍ଷରେ ଇଂରେଜମାନଙ୍କ ଗୁଳିଗୁଳା ଘଞ୍ଚ ଜଙ୍ଗଲରେ ଥିବା ଗଛଗୁଡ଼ିକରେ ବାଜି ସବୁ ନଷ୍ଟଭ୍ରଷ୍ଟ ହୋଇଯାଉଥିଲା । ପାହାଡ଼ ମଧ୍ୟସ୍ଥ ଘଞ୍ଚ ଜଙ୍ଗଲରେ ସୁରେନ୍ଦ୍ରଙ୍କ ପକ୍ଷର ଆକ୍ରମଣକାରୀମାନେ ଲୁଚିଛପି ଗରିଲା ଯୁଦ୍ଧ କରିବା ପାଇଁ ବେଶ୍ ସୁବିଧା ପାଉଥିଲେ । ଇଂରେଜମାନଙ୍କ ଅତ୍ୟାଧୁନିକ ଅସ୍ତ୍ରଶସ୍ତ୍ର ଆଗରେ ସମ୍ବଲପୁରବାସୀଙ୍କ ଧନୁତୀର, ବର୍ଚ୍ଛା, ଖଣ୍ଡା, ନିଆଁଧରା ବନ୍ଧୁକ ଆଦି ବିଶେଷ କିଛି କାମ ଦେବ ନାହଁ ବୋଲି ସେ ଗରିଲା ଯୁଦ୍ଧର ଆଶ୍ରୟ ନେଇଥିଲେ । ୧୮୬୧ରେ ମେଜର ଇମ୍ପେଙ୍କୁ ସମ୍ବଲପୁରର ଡେପୁଟୀ କମିଶନର ରୂପେ ନିଯୁକ୍ତି ଦିଆଗଲା । ମେଜର ଇମ୍ପେ ଯୁଦ୍ଧନୀତି ପରିତ୍ୟାଗ କରି ଶାନ୍ତି ନୀତି ଅନୁସରଣ କଲେ । ସୁରେନ୍ଦ୍ର ସାଏଙ୍କ ବିରୁଦ୍ଧରେ ଯୁଦ୍ଧ ବନ୍ଦ ଘୋଷଣା କଲେ । ଆତ୍ମସମର୍ପଣ କରିଥିବା ବିଦ୍ରୋହୀମାନଙ୍କୁ କ୍ଷମା ପ୍ରଦାନ କରି ସେମାନଙ୍କର ବାଜ୍ୟାପ୍ତ ସମ୍ପତ୍ତି ଫେରସ୍ତ କରି ଦିଆଯିବାର ନିଷ୍ପତ୍ତି ନେଲେ । ଏହାପରେ ସୁରେନ୍ଦ୍ରଙ୍କର ଭାଇ ଓ ପୁତ୍ର ଆତ୍ମସମର୍ପଣ କରିଥିଲେ । ସେମାନଙ୍କୁ ଇମ୍ପେ ସମ୍ମାନର ସହ ଖିଣ୍ଡା ଗ୍ରାମରେ ଆଶ୍ରୟ ଦେଇଥିଲେ । ପରେ ପରେ ୧୮୬୨ ମସିହା ମଇ ମାସ ୧୬ ତାରିଖ ଦିନ ରାତିରେ ଘୋର ଜଙ୍ଗଲ ମଧ୍ୟରେ ଇମ୍ପେ ସାହେବଙ୍କ ସହ ସୁରେନ୍ଦ୍ର ସାଏଙ୍କର ସାକ୍ଷାତ ହେଲା ଏବଂ ସେହିଠାରେ ସୁରେନ୍ଦ୍ର ସାଏ ଆତ୍ମସମର୍ପଣ କରିଥିଲେ । ୧୮୬୩ରେ ଇମ୍ପେ ସାହେବଙ୍କର ମୃତ୍ୟୁ ହେବାରୁ ସମ୍ବଲପୁରର ରାଜନୈତିକ ପରିସ୍ଥିତି ବଦଳିଗଲା । ମେଜର ଇମ୍ପେଙ୍କ ସ୍ଥାନରେ କ୍ୟାପ୍ଟେନ୍ କମ୍ବରଲେଜ୍ ନିଯୁକ୍ତି ପାଇଲେ । କମ୍ବରଲେଜ୍ ଉଚ୍ଚ ପୋଲିସ୍ ଅଫିସର କ୍ୟାପ୍ଟେନ୍ ଷ୍ଟୁଆର୍ଟ ଓ ମିଷ୍ଟର ବେରିଲ୍‌ଙ୍କ ସହାୟତାରେ ୧୮୬୪ ମସିହା ଜାନୁଆରୀ ୨୩ ତାରିଖ ରାତ୍ର ୧୧ ଘଣ୍ଟା ସମୟରେ ସୁରେନ୍ଦ୍ର ସାଏ ଓ ତାଙ୍କ ପରିବାରବର୍ଗ ଶୋଇଥିବା ସମୟରେ ତାଙ୍କ ଘର ଉପରେ ଚଡ଼ାଉକରି ସେମାନଙ୍କୁ ବନ୍ଦୀ କଲେ । ସେହି ରାତ୍ରିରେ ସେମାନଙ୍କୁ ରାୟପୁର ନିଆଗଲା । ପରେ ସେମାନଙ୍କୁ ନାଗପୁର ଜେଲ୍ ଓ ଆଜୀବନ ଦେଶାନ୍ତର ଦଣ୍ଡରେ ଦଣ୍ଡିତ କରାଯାଇ ୧୮୬୬ ମସିହାରେ ଅସୀରଗଡ଼ ଦୁର୍ଗକୁ ପଠାଇ ଦିଆଗଲା ।
୩୭ କ ଧାଡ଼ି:
== ଶେଷ ଜୀବନ ==
[[File:Opd.jpg|thumb|250px|ସୁରେନ୍ଦ୍ର ସାଏଙ୍କ ନାମରେ ନାମିତ ବୁର୍ଲା ସ୍ଥିତ "ବୀର ସୁରେନ୍ଦ୍ର ସାଏ ଭେଷଜ ମହାବିଦ୍ୟାଳୟ"]]
ଇଂରେଜମାନଙ୍କୁ କଡ଼ା ଜବାବ ଦେବା ପାଇଁ ୭ ଅକ୍ଟୋବର ୧୮୫୭ରେ ୧୨ଶହ ଲୋକଙ୍କ ସହ ସମ୍ବଲପୁର ସହରରେ ପ୍ରବେଶ କରିଥିଲେ । ବିଶ୍ଵାସଘାତକରବିଶ୍ବାସଘାତକର ଶିକାର ହୋଇଥିବା ସୁରେନ୍ଦ୍ର ତାଙ୍କ ଜନ୍ମଦିନ (୨୩ ଜାନୁଆରୀ ୧୮୬୪)ରେ ଦୁଇଜଣ ସ୍ଥାନୀୟ ଲୋକ ଦୟାନିଧି ମେହର ଓ ମୋହନ ସିଂହଙ୍କ ଯୋଗୁଁ ଦ୍ଵିତୀୟଦ୍ବିତୀୟ ଥର ପାଇଁ ଗିରଫ ହୋଇଥିଲେ । ଗିରଫ ସୁରେନ୍ଦ୍ର ସାଏଙ୍କୁ [[ମଧ୍ୟ ପ୍ରଦେଶ]]ର [[ବୁରହାନପୁର ଜିଲ୍ଲା]]ସ୍ଥ ଅସୀରଗଡ଼ ଦୁର୍ଗରେ ବନ୍ଦୀ କରାଯାଇଥିଲା ।<ref name="Ltd2015">{{cite book|author=Data And Expo India Pvt Ltd|title=RBS Visitors Guide INDIA - Madhya Pradesh: Madhya Pradesh Travel Guide|url=http://books.google.com/books?id=G3I6CQAAQBAJ&pg=PT276|date=1 May 2015|publisher=Data and Expo India Pvt. Ltd.|isbn=978-93-80844-80-0|pages=276–}}</ref>
ସେବେଠାରୁ ଜୀବନର ଶେଷ ନିଶ୍ଵାସନିଶ୍ବାସ ପର୍ଯ୍ୟନ୍ତ ବନ୍ଦୀ ଜୀବନ କାଟିଥିଲେ ସୁରେନ୍ଦ୍ର ସାଏ । ୧୮୮୪ ଫେବୃଆରୀ ୨୮ ତାରିଖରେ ଅସୁରଗଡ଼ ଦୁର୍ଗରେ ହିଁ ସୁରେନ୍ଦ୍ର ସାଏଙ୍କ ପରଲୋକ ହୋଇଥିଲା ।<ref name=sai2/>
 
== ସମ୍ମାନ ==
୫୧ କ ଧାଡ଼ି:
[[ଶ୍ରେଣୀ:୧୮୮୪ ମୃତ୍ୟୁ]]
[[ଶ୍ରେଣୀ:ସମ୍ବଲପୁର ଜିଲ୍ଲାର ଲୋକ]]
[[ଶ୍ରେଣୀ:ଓଡ଼ିଶାର ସ୍ଵାଧୀନତାସ୍ବାଧୀନତା ସଂଗ୍ରାମୀ]]