"ଗୁଣ୍ଡିଚା ମନ୍ଦିର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୪୫ କ ଧାଡ଼ି:
[[ରଥଯାତ୍ରା]] ସମୟରେ ଶ୍ରୀଜୀଉମାନେ ଏଠାରେ ସାତଦିନ ଅବସ୍ଥାନ କରନ୍ତି । ଶ୍ରୀଗୁଣ୍ଡିଚା ମନ୍ଦିରର ଯେଉଁ ସିଂହାସନରେ ତିନି ଠାକୁର ବିଜେ କରନ୍ତି ତାକୁ ଆଡ଼ପମଣ୍ଡପ ବୋଲି କୁହାଯାଏ । ଏହାର ଅର୍ଥ ଆଡ଼ମ୍ବରପୂର୍ଣ୍ଣ ମଣ୍ଡପ, ଏହାକୁ ମହାବେଦୀ ବା ଯଜ୍ଞବେଦୀ ବୋଲି ମଧ୍ୟ କହାଯାଏ। ତିନି ରଥ ଗୁଣ୍ଡିଚା ମନ୍ଦିର ନିକଟରେ ପହଞ୍ଚିବା ପରେ ଆଡ଼ପ ମଣ୍ଡପକୁ ଠାକୁରମାନଙ୍କର ପହଣ୍ଡି ବିଜେ ହୁଏ । ଗୁଣ୍ଡିଚା ମନ୍ଦିର ପ୍ରବେଶଠାରୁ ପ୍ରତ୍ୟାବର୍ତ୍ତନ ପର୍ଯ୍ୟନ୍ତ ମନ୍ଦିରରେ ଯେଉଁ ପ୍ରସାଦ ହୁଏ, ତାକୁ ଆଡ଼ପ ଅବଢ଼ା କୁହାଯାଏ ।
== କିମ୍ବଦନ୍ତୀ ==
ଶ୍ରୀଗୁଣ୍ଡିଚା ମନ୍ଦିରକୁ ମନ୍ଦିର ବୋଲି କେତକ ଗ୍ରହଣ ନ କରି ଗୁଣ୍ଡିଚାଘର ହିସାବରେ ମାନନ୍ତି । <ref>[http://www.shreekhetra.com/sreegundicha.html shreekhetra.com]</ref> କିମ୍ବଦନ୍ତୀ ତଥା ପୌରାଣିକ ଆଖ୍ୟାୟିକା ଅନୁଯାୟୀ, ଜାରା ଶବର ଶରରେ ପ୍ରାଣ ଛାଡ଼ିଲେ ଦ୍ବାରକାଧିପତିଦ୍ୱାରକାଧିପତି ଶ୍ରୀ[[କୃଷ୍ଣ]] । ଶେଷତମ ଆତ୍ମୀୟ ଭାବରେ [[ପାଣ୍ଡବ]]ଗଣ ସଖା ଶ୍ରୀକୃଷ୍ଣଙ୍କ ଶରୀରକୁ ଦାହ କରିବା ପାଇଁ ଚେଷ୍ଟାକରି ବିଫଳ ହେଲେ, କାରଣ ଅଗ୍ନିର ଦାହିକା ଶକ୍ତି ନିକଟରେ ପୂର୍ଣ୍ଣବ୍ରହ୍ମ ସ୍ବରୂପସ୍ୱରୂପ ଶ୍ରୀକୃଷ୍ଣଙ୍କ ଶରୀରକୁ ପଞ୍ଚଭୂତରେ ବିଲୀନ କରିବାର ସାମର୍ଥ୍ୟ ନ ଥିଲା । ଶୂନ୍ୟବାଣୀ ହେଲା- କୃଷ୍ଣଙ୍କର ନାଭିକମଳ ଅଗ୍ନିରେ ଭସ୍ମ ହେବନାହିଁ, ତୁମେମାନେ ତାହାକୁ ମହୋଦଧିରେ ବିସର୍ଜନ କରିଦିଅ । ପାଣ୍ଡବମାନେ ତାହାହିଁ କଲେ ।
 
ଶ୍ରୀକୃଷ୍ଣଙ୍କର ଅର୍ଦ୍ଧଦଗ୍ଧ ପିଣ୍ଡ ଦାରୁରୂପରେ ବାଙ୍କୀ ମୁହାଣରେ ଆବିର୍ଭାବ ହେଲା । ସମୁଦ୍ରରେ ଭାସୁଥିବା ସେହି ଦାରୁକୁ ଆଣି ରାଜା ଇନ୍ଦ୍ରଦ୍ୟୁମ୍ନ ଶ୍ରୀଗୁଣ୍ଡିଚା ମନ୍ଦିରରେ ରଖିଥିଲେ । ସ୍ବୟଂସ୍ୱୟଂ ମହାପ୍ରଭୁ ଜଣେ ବୃଦ୍ଧ ବେଶରେ ଆସି ସେହି ଦାରୁରେ ମୂର୍ତ୍ତି ପ୍ରସ୍ତୁତ କଲେ। ସର୍ତ୍ତ ଥିଲା ମୂର୍ତ୍ତି ସମ୍ପୂର୍ଣ୍ଣ ନହେବା ଯାଏ ଦ୍ବାରଦ୍ୱାର ଖୋଲାଯିବ ନାହିଁ । ମାତ୍ର ପନ୍ଦର ଦିନ ପରେ ଦ୍ବାରଦ୍ୱାର ଖୋଲାଗଲା । ମୂର୍ତ୍ତିନିର୍ମାଣ କରୁଥିବା ବୃଦ୍ଧ ଉଭାନ ହୋଇଗଲେ । କେବଳ ଅଧାଗଢା ମୂର୍ତ୍ତି ରହିଗଲା । ଅଧାଗଢ଼ା ମୂର୍ତ୍ତିକୁ [[ଶ୍ରୀମନ୍ଦିର]]ରେ ପ୍ରତିଷ୍ଠା କରାଗଲା । ସେହି ସମୟରେ ମହାପ୍ରଭୁ କହିଥିଲେ ‘ହେ ରାଜା, ବର୍ଷକୁ ଥରେ ଜନ୍ମଭୂମିକୁ ଆଣିବ’ । ସେଥିପାଇଁ ଶ୍ରୀଜୀଉମାନେ ଗୁଣ୍ଡିଚାଘରକୁ ବୁଲି ଯାଆନ୍ତି ଓ ବାହୁଡ଼ନ୍ତି ।
 
== ଆଧାର ==