"ଦଶାବତାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଵ ବଦଳରେ ବ, as per https://or.wikipedia.org/wiki/topic:Up86qjal0bt4nlce
ଟିକେ ବ/ୱ ଫଳା ବଦଳ
୩୦ କ ଧାଡ଼ି:
 
===[[କଚ୍ଛପ]]===
ଦ୍ବିତୀୟଦ୍ୱିତୀୟ ଅବତାରରେ କଚ୍ଛପ ରୁପେ ଆବିର୍ଭୁତ ହୋଇ ସମୁଦ୍ର ମନ୍ଥନ ବେଳେ ମନ୍ଦର ପର୍ବତକୁ ନିଜ ପୃଷ୍ଠରେ ଧାରଣ କରିଥିଲେ । ଦୁର୍ବାସାଙ୍କ ଶାପରୁ ଇନ୍ଦ୍ର ଶ୍ରୀହୀନ ହେବାରୁ ଲକ୍ଷ୍ମୀ ସ୍ବର୍ଗରୁସ୍ୱର୍ଗରୁ ଯାଇ ସମୁଦ୍ର ଗର୍ଭରେ ବାସ କଲେ । ବ୍ରହ୍ମାଙ୍କ ଉପଦେଶ ଅନୁସାରେ ମନ୍ଦର ପର୍ବତକୁ ମନ୍ଥନ ଦଣ୍ଡ ଓ ବାସୁକୀକୁ ମନ୍ଥନ ରଜ୍ଜୁ କରି ରଜ୍ଜୁର ଏକ ପାଖକୁ ଦେବତାଗଣ ଓ ଅନ୍ୟ ପାଖକୁ ଅସୁର ମାନେ ଟାଣି ସମୁଦ୍ରକୁ ମୋହିଁଲେ । ମନ୍ଥନ ଫଳରେ ପ୍ରଥମେ ହଳାହଳ ବିଷ ବାହାରିଲା । ଏ ବିଷର ଜ୍ବାଳାରେଜ୍ୱାଳାରେ ସମସ୍ତେ ଅସ୍ଥିର ହୋଇ [[ମହାଦେବ]]ଙ୍କୁ ସ୍ତବ କରିବାରୁ ସେ ସନ୍ତୁଷ୍ଟ ହୋଇ ଉକ୍ତ ବିଷକୁ ପାନ କଲେ । ତତ୍ପରେ ପୁଣି ମନ୍ଥନ କରିବାରୁ ସମୁଦ୍ର ମଧ୍ୟରୁ ଚନ୍ଦ୍ର, ପାରିଜାତ, ଉଚ୍ଚୈଃଶ୍ରବା ଅଶ୍ବଅଶ୍ୱ, ଐରାବତ ଗଜ, ସୁରଭୀ ଗାଈ, ଲକ୍ଷ୍ମୀ ଓ ଧନ୍ବନ୍ତରୀଧନ୍ୱନ୍ତରୀ ଅମୃତଭାଣ୍ଡ ସହିତ ବାହାରିଲେ । ଅସୁରମାନେ ଅମୃତଭାଣ୍ଡ ହରଣ କରିବାକୁ ଉଦ୍ୟତ ହେବାରୁ [[ବିଷ୍ଣୁ]] ମୋହିନୀରୂପ ଧରି ଅସୁରମାନଙ୍କୁ ବଞ୍ଚନା କରି ଦେବତାମାନଙ୍କୁ ଉକ୍ତ ଅମୃତ ଦେଲେ । ଏଥିଯୋଗୁଁ ଦେବ ଓ ଅସୁରମାନଙ୍କ ମଧ୍ୟରେ ଭୟଙ୍କର ଯୁଦ୍ଧ ଲାଗିଲା । ନାରଦ ସେହି ଯୁଦ୍ଧ ନିବାରଣ କରିଥିଲେ । ଦେବତାମାନଙ୍କଦ୍ବାରାଦେବତାମାନଙ୍କଦ୍ୱାରା ହତ ଅସୁରମାନଙ୍କୁ ଅସୁରଗୁରୁ [[ଶୁକ୍ରାଚାର୍ଯ୍ୟ]] ବଞ୍ଚାଇଥିଲେ ।
 
===[[ବରାହ]]===
[[ପୌଷ]] [[ଅମାବାସ୍ୟା]] ବା ବକୁଳ ଅମାବାସ୍ୟା ଦିନ ତୃତୀୟ ଅବତାର ବରାହ ରୁପେ ଆବିର୍ଭୁତ ହୋଇଥିଲେ । ହିରଣ୍ୟାକ୍ଷ ନାମକ ଦୈତ୍ୟ ବ୍ରହ୍ମାଙ୍କ ବରରେ ଅତ୍ୟାଚାରୀ ହୋଇ ଦେବତାମାନଙ୍କୁ ପରାସ୍ତ କରି ପୃଥିବୀକୁ ନେଇ ପାତାଳରେ ପ୍ରବେଶ କରିଥିଲେ (ଧରଣୀ ଜଳତଳେ ନିମଗ୍ନ ଥିଲା)। ବିଷ୍ଣୁ ବରାହରୂପରେ ହିରଣ୍ୟାକ୍ଷକୁ ନିପାତ କରି ପୃଥିବୀକୁ ଜଳମଧ୍ୟରୁ ଦନ୍ତଦ୍ବାରାଦନ୍ତଦ୍ୱାରା ଉତ୍ତୋଳନ କରିଥିଲେ । ଏହାଙ୍କ ଔରସରେ ଧରଣୀଙ୍କ ଗର୍ଭରୁ ନରକାସୁର ଜାତ ହୋଇଥିଲେ ।
 
===[[ନୃସିଂହ|ନରସିଂହ/ନୃସିଂହ]] ===
୪୦ କ ଧାଡ଼ି:
 
=== [[ବାମନ]] ===
[[ଭାଦ୍ରବ]] ଶୁକ୍ଳ[[ଦ୍ବାଦଶୀଦ୍ୱାଦଶୀ]] ଦିନ ଅଦିତିଙ୍କ ଗର୍ଭରୁ ଆବିର୍ଭୁତ ହୋଇଥିଲେ ।ଏ ଅବତାରରେ ବିଷ୍ଣୁ ଗୋଟିଏ ଖର୍ବକାୟ ବ୍ରାହ୍ମଣ ରୂପ ଧରି ବଳିରାଜାଙ୍କୁ ଦାନ ମାଗି ତାଙ୍କୁ ନିଜ ଶରୀରରୁ ନିର୍ଗତ ତୃତୀୟ ପାଦରେ ପାତାଳପୁରକୁ ଚାପିଥିଲେ ।
 
=== [[ପର୍ଶୁରାମ]] ===
{{main|ପର୍ଶୁରାମ}}
ବିଷ୍ଣୁଙ୍କ ଷଷ୍ଠ ଅବତାର ରୂପେ ଋଷି ଜମଦଗ୍ନିଙ୍କ ଔରସରୁ ରେଣୁକାଙ୍କ ଗର୍ଭରୁ ଜାତ ହୋଇଥିଲେ । ଏହାଙ୍କର ଅସ୍ତ୍ର ପରଶୁ (କୁଠାର) ଅଟେ। ଏ ଅବତାରରେ ପୃଥିବୀକୁ ୨୧ ବାର ନିକ୍ଷତ୍ରିୟ କରିଥିଲେ । ଏ ପିତ୍ରାଦେଶରେ ସ୍ବୀୟସ୍ୱୀୟ ମାତା ରେଣୁକାଙ୍କୁ ବଧ କରିଥିଲେ ଓ ପରେ ପିତାଙ୍କୁ ସନ୍ତୁଷ୍ଟ କରି ମାତାଙ୍କୁ ପୁରରୁଜ୍ଜୀବିତା କରାଇଥିଲେ । ଏହାଙ୍କ ପିତୃହନ୍ତା କାର୍ତ୍ତବୀର୍ଯ୍ୟାର୍ଜୁନ ବା ସହସ୍ରାର୍ଜୁନଙ୍କୁ ଏ ବଧ କରିଥିଲେ । ରାମଚନ୍ଦ୍ର ବିବାହ ହେଇସାରି ସୀତାଙ୍କୁ ଘେନି ମିଥିଳାରୁ ଫେରିବା ସମୟରେ ଏ ତାଙ୍କୁ ଭେଟି ଧନୁ ପରିକ୍ଷା ନିମନ୍ତେ ରାମଚନ୍ଦ୍ରଙ୍କୁ ଆହ୍ବାନଆହ୍ୱାନ କରିଥିଲେ । ରାମଚନ୍ଦ୍ର ଏହାଙ୍କ ହାତରୁ ଧନୁ ନେବା ସମୟରେ ଏହାଙ୍କ ଦେହରେ ଥିବା ବିଷ୍ଣୁ ତେଜଃ ରାମଚନ୍ଦ୍ରଙ୍କ ଦେହରେ ପ୍ରବେଶ କଲା ଓ ଏ ହତପ୍ରଭ ହୋଇ ତପସ୍ୟା କରିବାକୁ ଗଲେ । ଏହାଙ୍କର ଅନ୍ୟ ଚାରିଭାଇଙ୍କ ନାମ ସମନ୍ବାନସମନ୍ୱାନ, ସୁଷେଣ, ବସୁ ଓ ବିଶ୍ବାବସୁବିଶ୍ୱାବସୁ
 
=== [[ରାମ]] ===
ବିଷ୍ଣୁଙ୍କ ସପ୍ତମ ଅବତାର ରୂପେ ତ୍ରେତାଯୁଗରେ ଅଯୋଧ୍ୟାରେ ଦଶରଥଙ୍କର ଜ୍ୟେଷ୍ଠ ପୁତ୍ରରୂପେ କୌଶଲ୍ୟାଙ୍କ ଗର୍ଭରୁ ଜନ୍ମଗ୍ରହଣ କରିଥିଲେ । ଏହାଙ୍କ ବିଷୟ [[ରାମାୟଣ]]ରେ ବର୍ଣ୍ଣିତ । ବଶିଷ୍ଠ ଋଷି ଏହାଙ୍କ ଗୁରୁ । ଏ ବାଳକ ଥିବାବେଳେ ବିଶ୍ବାମିତ୍ରବିଶ୍ୱାମିତ୍ର ଏହାଙ୍କୁ ଓ ଏହାଙ୍କ ବୈମାତ୍ର ଭାଇ ଲକ୍ଷ୍ମଣଙ୍କୁ ଯାଗରକ୍ଷା କରିବାକୁ ତାଙ୍କ ଆଶ୍ରମକୁ ସାଙ୍ଗରେ ନେଇଥିଲେ ଓ ସେଠାରେ ଏ ଯଜ୍ଞବିଘ୍ନକାରୀ ବହୁ ରାକ୍ଷାସଙ୍କୁ ବଧ କରିଥିଲେ । ଯଜ୍ଞର ନିର୍ବିଘ୍ନ ସମାପ୍ତି ହେବା ପରେ ବିଶ୍ବାମିତ୍ରଙ୍କବିଶ୍ୱାମିତ୍ରଙ୍କ ସଙ୍ଗେ ଏ ଦୁଇଭାଇ ରାଜା ଜନକଙ୍କ ରାଜଧାନୀକୁ ସୀତାଙ୍କ ସ୍ବୟମ୍ବରସ୍ୱୟମ୍ବର ସଭାକୁ ଯାଇଥିଲେ ଓ ଶିବଧନୁକୁ ଭାଙ୍ଗି ସୀତାଙ୍କ ପାଣିଗ୍ରହଣ କଲେ। ବିମାତା ରାଣି କୈକେୟୀଙ୍କ ଅନୁଜ୍ଞା ଅନୁସାରେ ଏ ପିତୃସତ୍ୟ ପାଳନ କରିବାକୁ ଲକ୍ଷ୍ମଣ ଓ ସୀତାଙ୍କୁ ସଙ୍ଗେ ନେଇ ୧୪ବର୍ଷ ବନବାସ କରିଥିଲେ । ବନବାସ କାଳରେ ଦଣ୍ଡକାରଣ୍ୟରେ ରାବଣ ସୀତାଙ୍କୁ ହରଣ କଲା । ଏ ବାନରାଜା ସୁଗ୍ରୀବ ଓ ହନୁମାନ ତଥା ବାନର ସୈନ୍ୟଙ୍କ ସହାୟତାରେ ଲଙ୍କା ଆକ୍ରମଣ କରି ରାବଣକୁ ମାରି ସୀତାଙ୍କୁ ଉଦ୍ଧାର କଲେ ଓ ଅଗ୍ନିପରୀକ୍ଷା ପରେ ସୀତାଙ୍କୁ ଗ୍ରହଣ କଲେ । ୧୪ ବର୍ଷ ବନବାସର କାଳ ପୂରିବାରୁ ସୀତାଙ୍କ ସହ ଅଯୋଧ୍ୟାକୁ ଆସି ରାଜତ୍ବରାଜତ୍ୱ କଲେ । କିଛିଦିନ ପରେ ରାବଣହୃତା ସୀତାଙ୍କ ସତୀତ୍ବସତୀତ୍ୱ ବିଷୟରେ ପ୍ରଜାଙ୍କ ମନରେ ସନ୍ଦେହ ହେବା ଅବଗତ ହୋଇ ଅନ୍ତଃସତ୍ବାଅନ୍ତଃସତ୍ୱା ସୀତାଙ୍କୁ ଏ ନିର୍ବାସିତା କଲେ । ନିର୍ବାସନ କାଳରେ ବାଲ୍ମୀକି ଆଶ୍ରମରେ ସୀତାଙ୍କଠାରୁ ଲବ ଓ କୁଶ ନାମକ ଯମଜ କୁମାର ଜନ୍ମ ହେଲେ । ତତ୍ପରେ ପିତା ଓ ପୁତ୍ରଦ୍ବୟଙ୍କରପୁତ୍ରଦ୍ୱୟଙ୍କର ମିଳନ ହେଲା । ସୀତାଙ୍କୁ ଗ୍ରହଣ କରିବା ପାଇଁ ରାମଚନ୍ଦ୍ର ପୁଣି ଅଗ୍ନିପରିକ୍ଷା ପ୍ରସ୍ତାବ କରିବାରୁ ସୀତା ଏଥିରେ ଅସମ୍ମତା ହୋଇ ନିଜର ମାତା ପୃଥିବୀଙ୍କ ଗର୍ଭରେ ଲୀନ ହେଲେ । ପରେ ଏ ପୁତ୍ରଦ୍ବୟଙ୍କପୁତ୍ରଦ୍ୱୟଙ୍କ ମଧ୍ୟରୁ କୁଶଙ୍କୁ କୋଶଳ ରାଜ୍ୟର ଏବଂ ଲବଙ୍କୁ ଉତ୍ତର କୋଶଳ ରାଜ୍ୟର ଅଧିପତି ପଦରେ ପ୍ରତିଷ୍ଠାପିତ କରି ସରଯୁ ନଦୀରେ ପ୍ରବେଶ ପୂର୍ବକ ଯୋଗାଲମ୍ବନରେ ତନୁ ତ୍ୟାଗ କଲେ ।
 
=== [[ବଳରାମ]] ===
{{main|ବଳରାମ}}
ବିଷ୍ଣୁଙ୍କ ଅଷ୍ଟମ ଅବତାର ରୂପେ ଦ୍ବାପରଦ୍ୱାପର ଯୁଗରେ ଶ୍ରୀ[[କୃଷ୍ଣ]]ଙ୍କର ବୈମାତୃକ ବଡ଼ ଭାଇ ଭାବେ [[ଶ୍ରାବଣ]] ପୁର୍ଣ୍ଣମୀ ଦିନ ଆବିର୍ଭୁତ ହୋଇଥିଲେ ।
 
=== [[ଗୌତମ ବୁଦ୍ଧ|ବୁଦ୍ଧ]] ===
୫୮ କ ଧାଡ଼ି:
 
=== [[କଳ୍କି]] ===
ପୃଥିବୀରେ ଅଧର୍ମ ଅତି ବେଶି ହେଲେ, ବିଷ୍ଣୁ କଳ୍କି ଅବତାର ଗ୍ରହଣ କରି ମ୍ଳେଚ୍ଛସଂହାରାର୍ଥ ଖଡ୍ଗଧାରଣ କରିବେ – ଏହା ମାଳିକାରେ ଲିଖିତ ତଥା ପଣ୍ଡିତମାନଙ୍କର ବିଶ୍ବାସବିଶ୍ୱାସ
: ପ୍ରଚଳିତ ବିଶ୍ବାସମତେବିଶ୍ୱାସମତେ ପୂର୍ବୋକ୍ତ ଦଶ ଅବତାର ଛଡ଼ା ବିଷ୍ଣୁ ଅନ୍ୟାନ୍ୟ ଅନେକ ଅବତାର ଧରି ଥିଲେ । (ଭାଗବତରେ ବର୍ଣ୍ଣିତ ବିଷ୍ଣୁଙ୍କର ଚବିଶଟି ଅବତାର ହେଲା: ବରାହ, ହରି, କପିଳ, ଦତ୍ତାତ୍ରେୟ, ଚତୁଃସନକ, କଚ୍ଛପ, ନୃସିଂହ, ବାମନ, ହିଂସା, ମନୁ, ଧନ୍ବନ୍ତରୀଧନ୍ୱନ୍ତରୀ, ପର୍ଶୁରାମ, ରାମ, କୃଷ୍ଣ, ବଳରାମ, ବ୍ୟାସ, ବୁଦ୍ଧ, କଳ୍‌କୀ, ଧୃବ ପାଇଁ ଓ ଗଜ ଉଦ୍ଧାରଣ ପାଇଁ ଦୁଇ ଅବତାର । )
[[ଫାଇଲ:Dasavatar, 19th century.jpg|thumb|650px|center|ଦଶ ଅବତାର]]
 
== ଅଲଗାଭାବେ ==
ଡାରୱିନ୍ (Darwin) ଙ୍କର ବିବର୍ତ୍ତନ ବାଦ (Evolution theory) ସଙ୍ଗେ ହିନ୍ଦୁମାନଙ୍କର ଦଶ ଅବତାର ତୁଳନା କଲେ ଜୀବସୃଷ୍ଟିରେ ବିବର୍ତ୍ତନର ଭିନ୍ନ ଭିନ୍ନ ଅନୁରୂପ କ୍ରମିକ ସୋପାନ ଦେଖାଯାଏ । ଯଥା – ‘ମତ୍ସ୍ୟ’ ପ୍ରଥମ ପୂର୍ଣ୍ଣ ଜଳଚର । ‘ମତ୍ସ୍ୟ’ରୁ ବିବର୍ତ୍ତନ ଦ୍ବାରାଦ୍ୱାରା ଉଭୟଚର (ବେଶି ସମୟ ଜଳରେ ଓ ଅଳ୍ପ ସମୟ ସ୍ଥଳରେ ବିଚରଣ କରୁଥିବା) ‘କଚ୍ଛପ’ । ତତ୍ପରେ ସ୍ଥଳଚର (ଅଧିକାଂଶ ସମୟ ସ୍ଥଳରେ ଓ ଅତି ଅଳ୍ପକାଳ ଜଳ ବା ପଙ୍କରେ ବିଚରଣକାରୀ) ‘ବରାହ’ (ପଶୁ ସୃଷ୍ଟିର ଆରମ୍ଭ) । ‘ବରାହ’ ପରେ ‘ନୃସିଂହ’ (ଅଧା ପଶୁ ଓ ଅଧା ମନୁଷ୍ୟ ଓ ତାହାର ଅସ୍ତ୍ର ଦନ୍ତ ଓ ନଖ) । ତତ୍ପରେ ‘ବାମନ’ (ଅର୍ଥାତ ସମସ୍ତ ଅଙ୍ଗବିଶିଷ୍ଟ କିନ୍ତୁ ମନୁଷ୍ୟର ପୂର୍ଣ୍ଣାକାର ପ୍ରାପ୍ତ ହୋଇ ନ ଥିବା ମନୁଷ୍ୟ) । ତତ୍ପରେ ‘ପର୍ଶୁରାମ’ (ଅର୍ଥାତ ପୂର୍ଣ୍ଣ ସଭ୍ୟତା ପାଇ ନ ଥିବା ଓ ଯୁଦ୍ଧପ୍ରିୟ ଆଦିମ ଅବସ୍ଥାର ମନୁଷ୍ୟ; ତାହାର ଅସ୍ତ୍ର ଗୋଟିଏ ଲୌହମୟ କୁଠାର) । ତତ୍ପରେ ‘ରାମ’ (ସମାଜ ଓ ରାଜ୍ୟ ପରିଚାଳନରେ ଦକ୍ଷ କିନ୍ତୁ କୃଷି ବିଦ୍ୟାରେ ନିପୁଣତା ଲାଭ କରି ନ ଥିବା ଅବସ୍ଥା) । ତତ୍ପରେ ‘ବଳରାମ’ (କୃଷିଜୀବୀ ଓ ସଂସାର କର୍ମରତ ମନୁଷ୍ୟ) । ତତ୍ପରେ ‘[[ଗୌତମ ବୁଦ୍ଧ|ବୁଦ୍ଧ]]’ ଧର୍ମପ୍ରାଣତା ଯୁକ୍ତ ଓ ଆଧ୍ୟାତ୍ମିକତା (spirituality) ଯୁକ୍ତ ମନୁଷ୍ୟ ଓ ପରିଶେଷରେ କଳ୍କୀ ଅବତାର (ଯାହା ଏ ପର୍ଯ୍ୟନ୍ତ ହୋଇନାହିଁ); ଏ ଜନ ସମାଜରେ ବିପ୍ଳବ ଓ ଭୟଙ୍କର ଗଣ୍ଡଗୋଳ ଓ ରକ୍ତପାତ ଘଟାଇବା ବ୍ୟକ୍ତି।
==ଦଶାବତାର ଅଷ୍ଟକମ==
ଜୟଦେବଙ୍କ ଗୀତଗୋବିନ୍ଦ କାବ୍ୟର ପ୍ରଥମ ଅଷ୍ଟପଦୀରେ ଦଶାବତାରଙ୍କ ବର୍ଣ୍ଣନା ରହିଅଛି । ପ୍ରତ୍ୟେକ ପଦ 'ଜୟ ଜଗଦୀଶ ହରେ' ଧାଡ଼ିରେ ସମାପ୍ତ ହୁଏ । ଏହି ଅଷ୍ଟପଦୀଟି ଅତ୍ୟନ୍ତ ଲୋକପ୍ରିୟ ଅଟେ । ଅଷ୍ଟପଦୀ ଶେଷରେ କବି କୃଷ୍ଣଙ୍କୁ ସମସ୍ତ ଅବତାରଙ୍କ ସାର ରୂପରେ କଳ୍ପନା କରିଛନ୍ତି ।
"https://or.wikipedia.org/wiki/ଦଶାବତାର"ରୁ ଅଣାଯାଇଅଛି