"ଗୌତମ ବୁଦ୍ଧ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
→‎ବୌଦ୍ଧଧର୍ମର ପ୍ରସାର: ଲିଙ୍କ ଯୋଡ଼ିଲେ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
୪୫ କ ଧାଡ଼ି:
 
==ବୌଦ୍ଧଧର୍ମର ପ୍ରସାର==
ଗୌତମ ବୁଦ୍ଧଙ୍କ ପରିନିର୍ମାଣର ଅଳ୍ପ କାଳ ମଧ୍ୟରେ ବୌଦ୍ଧ ଧର୍ମ ସମଗ୍ର ଭାରତବର୍ଷରେ ପ୍ରସାରଲାଭ କରିଥିଲା । ବିଶେଷତଃ ଖ୍ରୀ.ପୂ. ତୃତୀୟ ଶତାବ୍ଦୀରେ ମୌର୍ଯ୍ୟ [[ଅଶୋକ (ସମ୍ରାଟ)|ସମ୍ରାଟ ଅଶୋକ]]ଙ୍କ ପୃଷ୍ଠପୋଷକତାରେ ବୌଦ୍ଧ ଧର୍ମ କେବଳ ଭାରତରେ ନୁହେଁ, ଭାରତ ବାହାରେ ଯଥା, ପଶ୍ଚିମରେ [[ଗ୍ରୀସ]] ଦେଶଠାରୁ ପୂର୍ବରେ [[ବର୍ମା|ବ୍ରହ୍ମଦେଶ (ବର୍ତ୍ତମାନର ମିଆଁମାର)]] ଏବଂ ଦକ୍ଷିଣରେ [[ଶ୍ରୀଲଙ୍କା|ସିଂହଳ (ବର୍ତ୍ତମାନର ଶ୍ରୀଲଙ୍କା)]] ପର୍ଯ୍ୟନ୍ତ ପ୍ରସାରିତ ହୋଇଥିଲା । ଖ୍ରୀଷ୍ଟୀୟ ପ୍ରଥମ ଶତାବ୍ଦୀରେ କୁଶାଣ ବଂଶର ଶ୍ରେଷ୍ଠ ସମ୍ରାଟ କନିଷ୍କଙ୍କ ପ୍ରେରଣାରେ ବୌଦ୍ଧଧର୍ମ [[ଚୀନ]], [[ତିବ୍ୱତ]], [[ଜାପାନ]] ପ୍ରଭୃତି ଦେଶରେ ପ୍ରଚାରିତ ହୋଇଥିଲା । ସପ୍ତମ ଓ ଅଷ୍ଟମ ଶତାବ୍ଦୀରେ [[କନୌଜ]]ର ରାଜା [[ହର୍ଷବର୍ଦ୍ଧନ]]ଙ୍କ ସାହାଯ୍ୟରେ ବୌଦ୍ଧଧର୍ମ ବିଶେଷ ଅଗ୍ରଗତି ଲାଭ କରିଥିଲା । ଏହିପରି ପୃଷ୍ଠପୋଷକତା ଲାଭକରି ବୌଦ୍ଧଧର୍ମ [[ପୃଥିବୀ]]ର ଏକ ମୂଖ୍ୟ ଧର୍ମରେ ପରିଣତ ହୋଇଥିଲା ।<ref>http://www.thebuddhistsociety.org/resources/Spread.html#top</ref> ପ୍ରାଚୀନ।ପ୍ରାଚୀନ ରାଜା ମହାରାଜାମାନଙ୍କଦ୍ୱାରା ଅତି ସୁନ୍ଦର କାରୁକାର୍ଯ୍ୟପୂର୍ଣ୍ଣ ଅସଂଖ୍ୟ ବୌଦ୍ଧଗୁମ୍ଫା, ସ୍ତୂପ, ଚୈତ୍ୟ, ବୌଦ୍ଧବିହାର ଓ ବୌଦ୍ଧମୂର୍ତ୍ତି ଗୁଡ଼ିକ ଭାରତର ବିଭିନ୍ନ ସ୍ଥାନରେ ନିର୍ମିତ ହୋଇଥିଲା, ଯାହା ବୌଦ୍ଧ ଧର୍ମର ପ୍ରଚାର ଏବଂ ପ୍ରସାର ଦିଗରେ ଯଥେଷ୍ଟ ସାହାଯ୍ୟ କରିଥିଲା । ସମ୍ରାଟ ଅଶୋକଙ୍କର ଅନୁଶାସନ ବୌଦ୍ଧଧର୍ମ ପ୍ରସାରର ଏକ ପ୍ରଧାନ କାରଣ ।
 
==ଆହୁରି ଦେଖନ୍ତୁ==