"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Bot: Automated text replacement (-ମ୍ୱ +ମ୍ବ)
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୨୦ କ ଧାଡ଼ି:
୧୩ ଜାନୁଆରୀ ୧୮୪୩ରେ ଅବିଭକ୍ତ [[ବାଲେଶ୍ୱର ଜିଲ୍ଲା|ବାଲେଶ୍ୱର ଜିଲ୍ଲାର]] ମଲ୍ଲିକାଶପୁର ଗାଆଁର ଲକ୍ଷ୍ମଣ ଚରଣ ସେନାପତି ଓ ତୁଳସୀ ଦେବୀ ସେନାପତିଙ୍କ ଔରସରୁ ଜନ୍ମଗ୍ରହଣ କରିଥିଲେ । ତାଙ୍କୁ ଏକ ବର୍ଷ ପାଞ୍ଚ ମାସ ବୟସ ବେଳେ ତାଙ୍କ ପିତା ଲକ୍ଷ୍ମଣ ଚରଣ ସେନାପତିଙ୍କର ମୃତ୍ୟୁ ଘଟିଲା । ଏହାର ମାତ୍ର ୧୪ ମାସ ପରେ ତାଙ୍କ ମାତା ତୁଳସୀ ଦେବୀ ସେନାପତି ମଧ୍ୟ ଈହଧାମ ତ୍ୟାଗ କରିଥିଲେ । ବାଲ୍ୟକାଳରୁ ତାଙ୍କର ଲାଳନପାଳନ ଭାର ତାଙ୍କର ଜେଜେମା ସମ୍ଭାଳିଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref>
 
ଫକୀରମୋହନଙ୍କSubhasmita ପ୍ରକୃତ ନାମ ଥିଲା ବ୍ରଜମୋହନlisha । ବାଲ୍ୟକାଳରେ ସେ ପ୍ରାୟତଃ ଅସୁସ୍ଥ ରହୁଥିବାରୁ ତାଙ୍କ ଜେଜେ ତାଙ୍କୁ ଫକୀରମାନଙ୍କ ପାଖକୁ ନେଇଯାଉଥିଲେ । ସେହି ଫକୀରମାନଙ୍କ ସମ୍ମାନାର୍ଥେ ତାଙ୍କ ଜେଜେମା’ ତାଙ୍କ ନାଁ ବଦଳାଇ କରିଦେଲେ ଫକୀରମୋହନ ।
 
ଫକୀରମୋହନଙ୍କର ଦାଦା ପୁରୁଷୋତ୍ତମ ସେନାପତି ଅତ୍ୟନ୍ତ ଇର୍ଷାପରାୟଣୀ ବ୍ୟକ୍ତି ଥିଲେ । ସେ ଫକୀରମୋହନଙ୍କୁ ପାଠ ପଢ଼ିବାର ଅନୁମତି ଦେଉ ନ ଥିଲେ । ଫକୀରମୋହନ ବାଲ୍ୟକାଳରେ ସବୁବେଳେ ଅସୁସ୍ଥ ରହୁଥିବାରୁ, ସେ ୯ବର୍ଷ ବୟସରେ ଫଳା ଶିଖିବା ଆରମ୍ଭ କରିଥିଲେ । ପାଠ ପଢ଼ି ପଇସା ଦେବାର କ୍ଷମତା ନ ଥିବାରୁ ସେ ଶିକ୍ଷକଙ୍କ ଘରେ କାମ କରି ପଢ଼ୁଥିଲେ । ବିଦ୍ୟା ଆହରାଣ କରିବାରେ ସେ କେବେ ସନ୍ତୁଷ୍ଟ ନ ଥିଲେ । ଯେତେ ବିଦ୍ୟା ଅଧ୍ୟୟନ କଲେ ବି ସେ ଆହୁରି ଆଧିକ ଜ୍ଞାନ ପ୍ରାପ୍ତ କରିବାରେ ଲାଗୁଥିଲେ । ନିଜ ମାତୃଭାଷାରେ ଜ୍ଞାନ‌କୋଷ ଭରିବା ସ‌ହିତ ସେ ପ୍ୟାରିସ ଭାଷା ମଧ୍ୟ ଶିକ୍ଷା କରିଥିଲେ । ପିଲାଦିନେ ସେ ଶ୍ରମିକ ଭାବରେ ବାଲେଶ୍ୱରରେ ଥିବା ବନ୍ଦରରେ ମଧ୍ୟ କାର୍ଯ୍ୟ କରୁଥିଲେ ଏବଂ ସେଠାରେ ସେ ବଙ୍ଗାଳୀ ଓ ସଂସ୍କୃତ ଭାଷା ମଧ୍ୟ ଶିକ୍ଷା କରିଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref>