"ସାରଳା ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଆଉ ଟିକେ ସଠିକ୍ କରିବା ପାଇଁ
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ନୂତନ ତଥ୍ୟ ଯୋଡାଗଲା
ଟ୍ୟାଗସବୁ: ଭିଜୁଆଲ ସମ୍ପାଦନା ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
୩୧ କ ଧାଡ଼ି:
 
== ସାହିତ୍ୟ ସର୍ଜନା ==
ସେ ପ୍ରଥମେ ବିଲଙ୍କା ରାମାୟଣ , ଦ୍ବିତୀୟରେ ମହାଭାରତ ଓ ତୃତୀୟରେ ଚଣ୍ଡୀପୁରାଣ ବା ଶିରୀ ଭାଗବତ ରଚନା କରିଛନ୍ତି । କବିଙ୍କ ଭାଷାରେ :-
* ବିଲଙ୍କା ରାମାୟଣ
 
* [[ସାରଳା ମହାଭାରତ|ମହାଭାରତ]]
"ପ୍ରଥମେ ଶ୍ରୀ ରାମାୟଣ ଦ୍ବିତୀୟେ ଭାରତ
 
ତୃତୀୟେ ଲିଖନ କଲି ଶିରୀ ଭାଗବତ" ।
 
 
ଏଠାରେ ରାମାୟଣ ଅର୍ଥ 'ବିଲଙ୍କା ରାମାୟଣ' , ଭାରତ ଅର୍ଥ 'ମହାଭାରତ' ଏବଂ ଶିରୀ ଭାଗବତ ଅର୍ଥ 'ଦେବୀ ଭାଗବତ' ବା 'ଚଣ୍ଡୀପୁରାଣ' । କେହି କେହି ଗବେଷକ ଶ୍ରୀ ରାମାୟଣ ଅର୍ଥ ବିଚିତ୍ର ରାମାୟଣ ବୋଲି ମତପୋଷଣ କରନ୍ତି । କିନ୍ତୁ ଏହା ଏପର୍ଯ୍ଯନ୍ତ ଏକ ବିବଦମାନ ବିଷୟ ହୋଇରହିଛି ।
 
ତାଙ୍କ ଦ୍ବାରା ରଚିତ ପ୍ରମୁଖ ଗ୍ରନ୍ଥଗୁଡିକ ହେଲା :-
 
* ବିଲଙ୍କା ରାମାୟଣ
* [[ସାରଳା ମହାଭାରତ|ମହାଭାରତ]]
* ଚଣ୍ଡୀପୁରାଣ <ref>{{cite web |url= http://www.orissadiary.com/personality/poet/SARALA_DAS%20.asp |title=SARALA DAS |work=orissadiary.com |quote=In a clear statement the poet declares the Vilanka Ramayana, the Mahabharat and the Chandi Purana to be respectively the first, second and third of his compositions |accessdate=11 April 2013}}</ref>
*ଲକ୍ଷ୍ମୀନାରାୟଣ ବଚନିକା
 
 
ଆଲୋଚନା:-
 
ଆଦିକବି ଶାରଳା ଦାସ ନିଜ ଗ୍ରନ୍ଥମାନଙ୍କରେ ନିଜକୁ ମୁର୍ଖ, ଅଜ୍ଞାନ ତଥା କେବଳ ମା ଶାରଳାଙ୍କ ଆଶୀର୍ବାଦ ଯୋଗୁ କାବ୍ୟ ଲେଖିଛ୍ହନ୍ତି ବୋଲି ବର୍ଣ୍ଣନା କରିଛନ୍ତି; ତେଣୁ କିଛି ସମାଲୋଚକ ତାଙ୍କୁ ମହାମୁର୍ଖ ବୋଲି ବର୍ଣ୍ଣନା କରିଛନ୍ତି । ତେବେ ଯେକୌଣସି ପାଠକ ଯଦି ତାଙ୍କ ସାହିତ୍ୟ ପଢିବ, ତାହାହେଲେ ସେ ନିଶ୍ଚୟ ଅନୁଭବ କରିବ ଯେ ଶାରଳା ଦାସ ମୋଟେ ଗଜମୁର୍ଖ ନ ଥିଲେ । ବରଂ ସେ ଥିଲେ ବିଭିନ୍ନ ଶାସ୍ତ୍ରର ପଣ୍ଡିତ, ତେଣୁ ସେ ତତ୍କାଳୀନ ସମାଜର ବୁଦ୍ଧିଜୀବିମାନଙ୍କୁ ମୂର୍ଖ ବନାଇ ଦେଉଥିଲେ । ଶାରଳା ଦାସ ଅବଶ୍ୟ ମା ଶାରଳାଙ୍କର ଅନୁଗ୍ରହ ଲାଭ କରିଥିଲେ, କିନ୍ତୁ ତାଙ୍କର ବହୁ ଶାସ୍ତ୍ର ପୁରାଣରେ ପ୍ରବେଶ ଥିଲା । ଅନେକ ଗ୍ରନ୍ଥ ଅଧ୍ୟୟନ କରିଥିବାରୁ ତାଙ୍କର ଅସୀମ ଜ୍ଞାନ ଥିଲା । ସେ କପିଳେନ୍ଦ୍ରଦେବଙ୍କର ସୈନ୍ୟବାହିନୀରେ ଯୋଗଦେଇ ଅନେକବର୍ଷ ବିଭିନ୍ନ ସ୍ଥାନ ଭ୍ରମଣ କରିଥିଲେ, ଏଣୁ ତାଙ୍କର ଭୌଗଳିକ ଜ୍ଞାନ ମଧ୍ୟ ବହୁତ ଥିଲା । ବିଭିନ୍ନ ଲୋକଙ୍କ ସହ ସିଧାସଳଖ ସଂସ୍ପର୍ଶରେ ଆସିବାଦ୍ୱାରା ସେ ଲୋକଚରିତ୍ର କଣ ଅନୁଭବ କରିପାରିଥିଲେ । ଏତେ ସବୁ ସତ୍ତ୍ୱେ ସେ ସେତେବେଳର ସମାଜକୁ ଭୟ କରୁଥିଲେ, ତେଣୁ ସାଧାରଣ ଲୋକମାନେ ବୁଝିବା ଭଳି ଭାବ ଭାଷାରେ ସେ ଓଡ଼ିଆରେ କେଖୁଥିଲେ । ତତ୍କାଳୀନ ବ୍ରାହ୍ମଣପ୍ରଧାନ ସମାଜ ଓ ସସ୍କୃତପ୍ରେମୀ ଜନତା କାଳେ ତାଙ୍କ ସାହିତ୍ୟକୁ ଅନାଦର କରିବେ, ଏଇ ଭୟରେ ସେ ଚତୁରତାର ସହ ପ୍ରଚାର କଲେ ଯେ ସେ କିଛି ଲେଖିନାହାନ୍ତି । ଯାହା ମା ଶାରଳା କୁହନ୍ତି, ତାକୁ ସେ ଲେଖନ୍ତି । ମା ଶାରଳାଙ୍କ ନାମକୁ ନେଇ କବି ତାଙ୍କ ରଚନାକୁ ସମାଜରେ ପ୍ରତିଷ୍ଠିତ କରି ପାରିଥିଲେ । ଓଡ଼ିଆ ଭାଷା ସାହିତ୍ୟର ସେ ଜଣେ ବିରଳ ପ୍ରତିଭା । ତାଙ୍କର ପ୍ରମୁଖ ଗ୍ରନ୍ଥଗୁଡିକ ମଧ୍ୟରେ "ବିଲଙ୍କା ରାମାୟଣ", "ମହାଭାରତ", "ଚଣ୍ଡି ପୁରାଣ" ଏବଂ "ଲକ୍ଷ୍ମୀନାରାୟଣ ବଚନିକା ନାମକ ଏକ କ୍ଷୁଦ୍ର ଗ୍ରନ୍ଥ ରଚନା ଅନ୍ତର୍ଭୁକ୍ତ । ଆହୁରି ଅନେକ ଗ୍ରନ୍ଥ ଶାରଳାଙ୍କଦ୍ୱାରା ରଚିତ ବୋଲି ଲେଖାଥିଲେ ମଧ୍ୟ ତାହା ପ୍ରକୃତରେ ଆଦିକବିଙ୍କଦ୍ୱାରା ଲେଖା ଯାଇଛି କି ନାହିଁ ପ୍ରମାଣ ହୋଇପାରି ନାହିଁ ।