"ଉପେନ୍ଦ୍ର ଭଞ୍ଜ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ 2401:4900:3134:220:0:58:B3F:B801 (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ Jnanabotଙ୍କ ଦେଇ କରାଯାଇଥିବା ଶେଷ ବଦଳକୁ ଫେରାଇ ଦିଆଗଲା
ଟ୍ୟାଗ: Rollback
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
୧୧୬ କ ଧାଡ଼ି:
===ଲାବଣ୍ୟବତୀ===
ଉପେନ୍ଦ୍ରଙ୍କ ପତ୍ନୀ ଲାବଣ୍ୟବତୀଙ୍କର ଭାଇ ପୁରୁଷୋତ୍ତମ ଜଣେ ପ୍ରସିଦ୍ଧ କବି ଓ ଭାଉଜ ଶୋଭାବତୀ ଜଣେ ବିଦୁଷୀ ନାରୀ ଥିଲେ । ଥରେ ପୁରୁଷୋତ୍ତମ "ଶୋଭାବତୀ" ନାମରେ କାବ୍ୟଟିଏ ଲେଖି ଉପେନ୍ଦ୍ରଙ୍କ ପାଖକୁ ପଠାଇଥିଲେ । ଉପେନ୍ଦ୍ର କାବ୍ୟଟିକୁ ନେଇ ଲାବଣ୍ୟବତୀଙ୍କୁ ଦେଖାଇଲେ, କବିତାଟି ପଢି ଲାବଣ୍ୟବତୀ ମନେ ମନେ ଭାଉଜଙ୍କୁ ଈର୍ଷା କଲେ । ଭାଉଜଙ୍କଠାରୁ ସେ ଥିଲେ ବହୁତ ସୁନ୍ଦର, ହେଲେ ତାଙ୍କ ନାଁରେ କଣ ଏମିତି ଗୋଟାଏ କାବ୍ୟ ତାଙ୍କ ସ୍ୱାମୀ ଲେଖି ପାରିବେ? ଲାବଣ୍ୟବତୀ ଅଭିମାନରେ ନିଜ ଶୋଇବା ଘରେ ମୁହଁମାଡି ଶୋଇଲେ. ଉପେନ୍ଦ୍ର ସ୍ତ୍ରୀଙ୍କ ମନଦୁଃଖ ହୋଇଥିବା କଥା ଜାଣିପାରି ତାଙ୍କୁ କହିଲେ "କିଛିଦିନ ସମୟ ଦିଅ. ତୁମକୁ ମୁଁ ଏହାଠାରୁ ଅଧିକ ସୁନ୍ଦର ଓ ଉନ୍ନତମାନର କାବ୍ୟଟିଏ ଲେଖି ଉପହାର ଦେବି"। ସ୍ୱାମୀଙ୍କଠାରୁ ଭରସା ପାଇ ଲାବଣ୍ୟବତୀ ଅଭିମାନ ଛାଡି ଉଠିଲେ । ମାତ୍ର ଦୁଇ ମାସ ପରେ ଉପେନ୍ଦ୍ର "ଲାବଣ୍ୟବତୀ" ନାମରେ କାବ୍ୟଟିଏ ଲେଖି ଆଣି ସ୍ତ୍ରୀଙ୍କ ହାତରେ ଅର୍ପଣ କଲେ । ଲାବଣ୍ୟବତୀ ନିଜ ନାମରେ ଲେଖା ଯାଇଥିବା କାବ୍ୟଟିକୁ ହାତରେ ପାଇ ନିଜକୁ ଗର୍ବିତ ମନେ କଲେ. ଉପେନ୍ଦ୍ର ସେହି କାବ୍ୟରୁ ଗୋଟିଏ ପୋଥି ନିଜ ଶଳା ଓ ଶଳା ଭାଉଜଙ୍କ ପାଖକୁ ମଧ୍ୟ ପଠାଇଲେ.
ଏକ କାଳ୍ପନିକ ବିଷୟବସ୍ତୁକୁ ନେଇ ଲେଖାଯାଇଥିବା "ଲାବଣ୍ୟବତୀ" କାବ୍ୟଟିକୁ ପଢି ରସପ୍ରେମୀ ପାଠକମାନେ ମୁଗ୍ଧ ହୋଇଯାଆନ୍ତି । ବିଷୟବସ୍ତୁ, ଅଳଙ୍କାର, ଶବ୍ଦ ବିନ୍ୟାସ କୌଣସି କ୍ଷେତ୍ରରେ କାବ୍ୟଟି କମ୍ ନୁହେଁ.ନୁହେଁ। ଓଡ଼ିଶାର ପୁରପଲ୍ଲୀର ଚିତ୍ର ଓ ପ୍ରାକୃତିକ ସୌନ୍ଦର୍ଯ୍ୟର ବର୍ଣ୍ଣନାରେ କାବ୍ୟଟିର ବିଷୟବସ୍ତୁ ପ୍ରତ୍ୟେକ ପାଠକର ମନକୁ ହରି ନେଇଥାଏ.ନେଇଥାଏ। କାବ୍ୟଟି ଯଦିଓ କାଳ୍ପନିକ ବିଷୟବସ୍ତୁକୁ ନେଇ ଆଧାରିତ ତଥାପି ଏଥିରେ ନାରୀ ଚରିତ୍ରର ସମସ୍ତ ଗୁଣ ଅତି ସୁନ୍ଦର ଭାବେ ବର୍ଣ୍ଣନା କରାଯାଇଛି.କରାଯାଇଛି। ତେଣୁ ଏହା ତତ୍କାଳିନ କବିସମାଜକୁ ନତମସ୍ତକ ହେବାକୁ ବାଧ୍ୟ କରିଥିଲା.କରିଥିଲା।
 
=== ବୈଦେହୀଶ ବିଳାସ ===