"ପାଲା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
→‎ସତ୍ୟନାରାୟଣ ପାଲା: ବନାନ ଶୁଦ୍ଧି
ଟିକେ ସାଧାରଣ ବନାନ ସୁଧାର
୪୩ କ ଧାଡ଼ି:
 
==ସତ୍ୟନାରାୟଣ ପାଲା==
ସତ୍ୟନାରାୟଣଙ୍କ ମାହାତ୍ମ୍ୟ ବର୍ଣ୍ଣନାପୂର୍ବକ ୧୬ ଗୋଟି ପାଲା ବା ଗଳ୍ପକୁ ଗୀତ ଦ୍ୱାରାଗୀତଦ୍ୱାରା ବର୍ଣ୍ଣିତ । ଓଡ଼ିଶାରେ ବୋଲାଯାଉଥିବା 'ପାଲା' ମାନ 'କବିକର୍ଣ୍ଣ' ବିରଚିତ ବଙ୍ଗଳା ପାଞ୍ଚାଳ ଛନ୍ଦରେ ରଚିତ । ବଙ୍ଗଳା ଗୀତର ବିକୃତି ମାତ୍ର ସଂ. ପାଳି, ଓ ପାଳି ବଂ. ପାଲା ଶବ୍ଦର ଅର୍ଥ ପର୍ଯ୍ୟାୟ ବା କ୍ରମ ପାଲା ଶବ୍ଦ ବଙ୍ଗଳା ଭାଷାରୁ ଆନୀତ ଜଣେ 'ଗାୟକ' ଗୀତ ବୋଲନ୍ତି ଓ ତାଙ୍କ ସଙ୍ଗେ ଆଉ ଜଣେ ବାଜା ବଜାନ୍ତି ଓ '''କେତେ ଗୁଡ଼ିଏ ଲୋକ ପାଳି ଧରନ୍ତି ବୋଲି, ଏହାର ନାମ ପାଲା ହୋଇଅଛି''' । 'ଗାୟକ' ଗୀତ ବୋଲନ୍ତି, 'ବାୟକ' ମୃଦଙ୍ଗ ବଜାନ୍ତି । ଗାୟକ ଏକୁଟିଆ ଗୀତର ପ୍ରସଙ୍ଗରେ ଗଲେ ତାଙ୍କୁ ସାହାର୍ଯ୍ୟ କରିବାକୁ କିମ୍ବା ଗୀତର ପ୍ରସଙ୍ଗରେ କଥୋପକଥନ ଛଳରେ ଗାୟକଙ୍କୁ ଉତ୍ତର ଦେବାକୁ ଗାୟକଙ୍କ ସଙ୍ଗେ 'ଶିରୀ ପାଳିଆ' ବା 'ଡାହାଣ ପାଳିଆ' ବା 'ଶ୍ରୀ ପାଳିଆ' ଥାଆନ୍ତି ଗାୟକଙ୍କ ଡାହାଣ ହାତରେ 'ମନ୍ଦିରା' ବା ଗିନି ବନ୍ଧା ହୋଇଥାଏ ଓ କାଖରେ ଚଅଁର ମୁଠାଥାଏ । ଅନ୍ୟ ଶ୍ରୀପାଳିଆ ଝାଞ୍ଜ ଧରିଥାଆନ୍ତି କିନ୍ତୁ ଗାୟକ ଗୀତ ବୋଲିବା ବେଳେ ଶ୍ରୀପାଳିଆ ଝାଞ୍ଜ ବଜାନ୍ତି ନାହିଁ । ପାଳିଆମାନେ ପାଳି ଧରିବା ବେଳେ ଶ୍ରୀପାଳିଆ ଅନ୍ୟ ପାଳିଆମାନଙ୍କ ସହିତ ଝାଞ୍ଜ ବଜାନ୍ତି ଓ ବାୟକ ଗାୟକଙ୍କ ସଙ୍ଗେ ଓ ପାଳିଆଙ୍କ ସଙ୍ଗେ ମୃଦଙ୍ଗ ବଜାନ୍ତି ।<ref>{{cite web |url= http://dsal.uchicago.edu/cgi-bin/philologic/getobject.pl?p.୪0:156.praharaj |title=ପୂର୍ଣ୍ଣଚନ୍ଦ୍ର ଓଡ଼ିଆ ଭାଷାକୋଷ |first=ଗୋପାଳ ଚନ୍ଦ୍ର |last=ପ୍ରହରାଜ |work=dsal.uchicago.edu |quote=ଶ୍ରୀପାଳିଆ ଅନ୍ୟ ପାଳିଆମାନଙ୍କ ସହିତ ଝାଞ୍ଜ ବଜାନ୍ତି ଓ ବାୟକ ଗାୟକଙ୍କ ସଙ୍ଗେ ଓ ପାଳିଆଙ୍କ ସଙ୍ଗ ମୃଦଙ୍ଗ ବଜାନ୍ତି |accessdate=17 April 2013}}</ref>
 
ଗୋଟିଏ ପାଲାଦଳ ଦୁଇଟି ପଞ୍ଝାରେ ବିଭକ୍ତ ଗାୟକଙ୍କ ବୋଲିବା ଗୀତର ପାଳି ଧରିବାକୁ ୨ ଜଣ 'ପାଳିଆ' ଆଥାନ୍ତି । ଗାୟକଙ୍କ ଗୀତର ଶେଷାଂଶ ବା ଢୁଆ ବା ଘୋଷାକୁ ଏମାନେ ବୋଲନ୍ତି ଓ ଝାଞ୍ଜ ବଜାଇଥାନ୍ତି । ପାଲାବାଲାମାନେ ନାନାପ୍ରକାର ବେଶରେ (ଅର୍ଥାତ୍ ମୁଣ୍ଡରେ ପଗଡ଼ି, ଦେହରେ ଚପ୍କନ୍ ପରି ବଡ଼ କୁର୍ତ୍ତା ଅଣ୍ଟାରେ ଘାଗରା ଓ ଗୋଡ଼ରେ ବଳା ବା ଘାଙ୍ଗୁର ପିନ୍ଧି ନାଚିଥାନ୍ତି ।
"https://or.wikipedia.org/wiki/ପାଲା"ରୁ ଅଣାଯାଇଅଛି