"ରିତେଶ ଅଗ୍ରୱାଲ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
ଟିକେNo edit summary
୮ କ ଧାଡ଼ି:
 
ରାଜ୍ୟର ବିଭିନ୍ନ ସ୍ଥାନରେ ଅଟକି ରହିଥିବା ବାହାର ରାଜ୍ୟର ଶ୍ରମଜୀବୀମାନଙ୍କୁ ସବୁ ପ୍ରକାର ସହାୟତା ଯୋଗାଇଦେବା ସହ ସେମାନଙ୍କୁ ଅତିଥି ଭାବେ ବ୍ୟବହାର କରିବାକୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି । ସେମାନଙ୍କ ରହିବା ଏବଂ ଖାଦ୍ୟପେୟ ପାଇଁ ଅସ୍ଥାୟୀ ଶିବିର ଖୋଲାଯାଇଛି
 
ବର୍ତ୍ତମାନ ସୁଦ୍ଧା ୨୫୨ଟି ଅସ୍ଥାୟୀ ଶିବିରରେ ପ୍ରାୟ ୧୮,୦୦୦ ଶ୍ରମଜୀବୀଙ୍କୁ ରଖାଯାଇଛି । ସେମାନଙ୍କ ପାଇଁ ୨୪ ଘଣ୍ଟିଆ ହେଲପୁଲାଇନ୍ ୧୮୦୦୩୪୫୬୭୦୩ କାର୍ଯ୍ୟ କରୁଛି ।
 
। ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ରାଜ୍ୟର ୨୨୬୧ଟି ଗ୍ରାମ ପଞ୍ଚାୟତରେ ୧, ୨୫,୨୩୭ ଜଣ ଓ ୮୦ଟି ପୌରାଞ୍ଚଳରେ ୧୯,୮୮୬ ଜଣ ନିରାଶ୍ରୟ ଓ ଅସହାୟମାନଙ୍କୁ ରନ୍ଧାଖାଦ୍ୟ ଯୋଗାଇ ଦିଆଯାଇଛି । ସେମାନେ ଏହି ରନ୍ଧାଖାଦ୍ୟ ଘରକୁ ନେଇପାରିବେ । ପରିସ୍ଥିତିକୁ ଦୃଷ୍ଟିରେ ରଖୁ ଏହି କାର୍ଯ୍ୟକ୍ରମ ବଳବତ୍ତର ରହିବ ।
 
ପୂର୍ବରୁ ରାଜ୍ୟକୁ ଫେରିଥିବା ବ୍ୟକ୍ତିବିଶେଷଙ୍କ ନିମନ୍ତେ ଅସ୍ଥାୟୀ ସ୍ଵାସ୍ଥ୍ୟ ଶିବିର ଖୋଲା ଯାଇଛି, ଯେଉଁଠାରେ ସେମାନେ ସଙ୍ଗରୋଧରେ ରହିପାରିବେ ।
 
ସାମାଜିକ ସୁରକ୍ଷା ଯୋଜନା ଅନ୍ତର୍ଭୁକ୍ତ ସମସ୍ତ ହିତାଧିକାରୀଙ୍କୁ ୪ ମାସର ଅଗ୍ରୀମ ପେସନ୍ ଦିଆଯାଉଛି । ବର୍ତ୍ତମାନ ସୁଦ୍ଧା ୬୦ ପ୍ରତିଶତ ହିତାଧିକାରୀଙ୍କୁ ପେନ୍ସନ୍ ବଣ୍ଟା ସରିଥିବାବେଳେ ଅବଶିଷ୍ଟ ହିତାଧିକାରୀଙ୍କୁ ପେନ୍ସନ୍ ଦିଆଯିବାର ପ୍ରକ୍ରିୟା ଜାରି ରହିଛି ।
 
ରାଜ୍ୟରେ କ୍ଷୀର ଓ ପନିପରିବା ସମେତ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ଯଥେଷ୍ଟ ପରିମାଣରେ ମହଜୁଦ୍ ଅଛି । ଏଥି ପାଇଁ ବିଚଳିତ ନହୋଇ ପ୍ରତି ସପ୍ତାହରେ ଥରେ ମାତ୍ର ଏହି ସାମଗ୍ରୀସବୁ ସଂଗ୍ରହ କରିବା ପାଇଁ ବାହାରକୁ ଆସିବା ନିମନ୍ତେ ଜନସାଧାରଣଙ୍କୁ ପରାମର୍ଶ ଦିଆଯାଇଛି । ଏହା ଫଳରେ ସାମାଜିକ ଦୂରତା ବଜାୟ ରହିବ ଏବଂ କରୋନା ମହାମାରୀ ସଂକ୍ରମଣକୁ ପ୍ରତିହତ କରାଯାଇପାରିବ ।
 
ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଲକ୍ ଡାଉନ୍ ସମୟରେ ରାଜ୍ୟର ୫ଟି ମହାନଗର ନିଗମ ଓ ୪୮ଟି ପୌରସଂସ୍ଥା ଅଞ୍ଚଳରେ ବୁଲା ଜୀବଜନ୍ତୁମାନଙ୍କୁ ଖାଦ୍ୟ ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୫୪ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ।
 
ରାଜ୍ୟରେ କୋଭିତ୍ —୧୯ ନିୟମ ଏବଂ ମାର୍ଗଦର୍ଶିକା ଉଲ୍ଲଙ୍ଘନ କରିଥିବା ଅଭିଯୋଗରେ ୨୯ ମାର୍ଚ୍ଚରୁ ୩୦ ମାର୍ଚ୍ଚ ସକାଳ ପର୍ଯ୍ୟନ୍ତ ୨୪ ଘଣ୍ଟା ମଧ୍ୟରେ ୨୨୪ଟି ମାମଲା ଦାୟର କରାଯାଇଛି । ଏଥି ମଧ୍ୟରେ ୩ଟି ମାମଲା ହୋମ୍ ଦ୍ୱାରାଣ୍ଟାଇନ୍ ଉଲ୍ଲଘନ ଅଭିଯୋଗରେ ଦାୟର ହୋଇଛି ।