"ଅଇଘରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ବ/ୱ ଫଳା ବଦଳ
No edit summary
୩ କ ଧାଡ଼ି:
'''ଅଇଘରା''' ବା '''ଅଇଘରା ପୁନେଇଁ''' ଏକ ପାରମ୍ପାରିକ ଓଡ଼ିଆ ଗଣପର୍ବ । ଏହି ଦିନ ଅଗ୍ନିଦେବଙ୍କର ପୂଜା ଉତ୍ସବ ପାଳିତ ହୋଇଥାଏ । [[ଓଡ଼ିଶା]] ସମେତ ଭାରତର ଅନେକ ରାଜ୍ୟରେ ଏହି ଉତ୍ସବ ଅଲଗା ଅଲଗା ଢଙ୍ଗରେ ପାଳନ କରାଯାଇଥାଏ । ଏଥିରେ ଗାଁ ମୁଣ୍ଡରେ ଏକ ଉନ୍ମୁକ୍ତ ପ୍ରାଙ୍ଗଣରେ ବାଉଁଶ ଅଗି ସ୍ଥାପନ କରାଯାଇ ସେଥିରେ ନଡ଼ା କୁଟାରେ ଛପର କରାଯାଇ ଅଗ୍ନି ଦେବଙ୍କୁ ସ୍ଥାପନ କରାଯାଏ । କମାରଶାଳର ଶାଣ ଦେହରୁ ଉଦ୍ଭବ ଅଗ୍ନିଶିଖାକୁ ଶୋଲରେ ସଂଗ୍ରହ କରି ନଡ଼ା କୁଟାରେ ପ୍ରସ୍ତୁତ ଅଟାରେ ସାଇତି ରଖାଯାଇଥାଏ । ଏଥି ନିମନ୍ତେ ଗ୍ରାମର କମାର ତାଙ୍କ ଶାଳକୁ ଲିପା ପୋଛା କରି ଏବଂ ଶାଣ ଯନ୍ତ୍ରକୁ ଭୋଗ ଦେଇ ପୂଜା କରିବା ପରେ ଅଗ୍ନି ସଂଗ୍ରହ କରାଯାଏ । ସନ୍ଧ୍ୟା ସମୟରେ ଅଗ୍ନି ଉତ୍ସବ କାଳରେ ବ୍ରାହ୍ମଣ ପୁରୋହିତ ଅଗ୍ନିଦେବଙ୍କୁ ପୂଜା କରି କମାର ଯୋଗାଇଥିବା ଶାଣ ଅଗ୍ନିଦ୍ୱାରା ପ୍ରସ୍ତୁତ ଅଗିରାରେ ଅଗ୍ନି ସଂଯୋଗ କରିଥାଆନ୍ତି । ଅଗି ଜଳି ଉଠିବା ସହିତ ନାନାଦି ଭୋଗ ଅଗ୍ନିରେ ସମର୍ପଣ କରାଯାଏ । ଭକ୍ତମାନେ ଖୋଳ କୀର୍ତ୍ତନ କରି ଅଗ୍ନିର ଚତୁଃପାଶ୍ୱର୍ ପ୍ରଦକ୍ଷିଣ କରିବା ସହିତ ଅଗ୍ନିରେ ଆଳୁ, ବାଇଗଣ ଆଦି ଫଳ ନିକ୍ଷେପ କରିଥାଆନ୍ତି । ଲୋକମାନଙ୍କର ବିଶ୍ୱାସ ରହିଛି ଯେ; ଏଥିରେ ପୋଡ଼ା ଯାଇଥିବା ଫଳ ଖାଇଲେ ମନୁଷ୍ୟ ଦେହରେ ଚର୍ମରୋଗ ହୁଏନାହିଁ । ଆଉ ମଧ୍ୟ ବିଶ୍ୱାସ ରହିଛି ଅଗ୍ନି ନିଅାଁ ଯେଉଁ ଦିଗକୁ ଢଳିଥାଏ ସେହି ଦିଗରେ ଧାନ ଫସଲ ଭଲ ଉତ୍ପାଦନ ହୋଇଥାଏ ।
 
ମାଘ ପୂର୍ଣ୍ଣମୀର ଏହି ଅଗ୍ନ୍ୟୁତ୍ସବ ଏକ କୃଷିଭିତ୍ତିକ ପର୍ବ । କାରଣ କୃଷି କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ କରାଯାଉଥିବା [[ଲଙ୍ଗଳ]] ଲୁହା, [[ଶାବଳ]], [[କୋଡ଼ି]], କୋଦାଳ ଓ ଦାଆ ଆଦି କମାର ଶାଳରେ ଅଗ୍ନିଦାହ ମଧ୍ୟରେ ପ୍ରସ୍ତୁତ ହୁଏ । ତେଣୁ କମାର ଶାଳର ଅଗ୍ନି କମାରର ଇଷ୍ଟ ଦେବତା । ମାଘ ପୂର୍ଣ୍ଣମୀ ପରେ ଅଗ୍ନ୍ୟୁତ୍ସବ ପାଳି ଅଗ୍ନି ଦେବଙ୍କର ପୂଜା ଅର୍ଚ୍ଚନା ପରେ ଗ୍ରାମର ଲୋକମାନେ ସେମାନଙ୍କର ଘରରର ଚାଳ ଛପର କାର୍ଯ୍ୟ କରିଥାଆନ୍ତି । କଥାରେ ଅଛି-'ଘର ପୋଡ଼ିଠାରୁ ବିପତ୍ତି ନାହିଁ ।’ ତେଣୁ ଗୃହକୁ ଅଗ୍ନିଦାହରୁ ସୁରକ୍ଷା ଦେବା ନିମନ୍ତେ ଅଗ୍ନି ଦେବତାଙ୍କର ସନ୍ତୋଷ ବିଧାନ ନିମନ୍ତେ ମାଘ ପୂର୍ଣ୍ଣମୀ ଦିନ ଅଗ୍ନି ଉତ୍ସବ ପାଳିତ ହୋଇଥାଏ ।<ref>{{cite news|title=ମାଘ ପୂର୍ଣ୍ଣମୀ-ଅଗ୍ନ୍ୟୁତ୍ସବ|accessdate=2 February 2015|newspaper=ଶୃତି|date=2 February 2015}}</ref>
 
== ଅଞ୍ଚଳ ଭେଦରେ ପାଳନ ==
"https://or.wikipedia.org/wiki/ଅଇଘରା"ରୁ ଅଣାଯାଇଅଛି