"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
No edit summary ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit |
Arnabkumar01 (ଆଲୋଚନା | ଅବଦାନ) →ଜୀବନ କାଳ: ଫିକ୍ସଡ଼ ବନାନ ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit |
||
୨୨ କ ଧାଡ଼ି:
ଫକୀରମୋହନଙ୍କ ପ୍ରକୃତ ନାମ ଥିଲା ବ୍ରଜମୋହନ । ବାଲ୍ୟକାଳରେ ସେ ପ୍ରାୟତଃ ଅସୁସ୍ଥ ରହୁଥିବାରୁ ତାଙ୍କ ଜେଜେ ତାଙ୍କୁ ଫକୀରମାନଙ୍କ ପାଖକୁ ନେଇଯାଉଥିଲେ । ସେହି ଫକୀରମାନଙ୍କ ସମ୍ମାନାର୍ଥେ ତାଙ୍କ ଜେଜେମା’ ତାଙ୍କ ନାଁ ବଦଳାଇ କରିଦେଲେ ଫକୀରମୋହନ ।
ଫକୀରମୋହନଙ୍କର ଦାଦା ପୁରୁଷୋତ୍ତମ ସେନାପତି ଅତ୍ୟନ୍ତ ଇର୍ଷାପରାୟଣୀ ବ୍ୟକ୍ତି ଥିଲେ । ସେ ଫକୀରମୋହନଙ୍କୁ ପାଠ ପଢ଼ିବାର ଅନୁମତି ଦେଉ ନ ଥିଲେ । ଫକୀରମୋହନ ବାଲ୍ୟକାଳରେ ସବୁବେଳେ ଅସୁସ୍ଥ ରହୁଥିବାରୁ, ସେ ୯ବର୍ଷ ବୟସରେ ଫଳା ଶିଖିବା ଆରମ୍ଭ କରିଥିଲେ । ପାଠ ପଢ଼ି ପଇସା ଦେବାର କ୍ଷମତା ନ ଥିବାରୁ ସେ ଶିକ୍ଷକଙ୍କ ଘରେ କାମ କରି ପଢ଼ୁଥିଲେ । ବିଦ୍ୟା ଆହରାଣ କରିବାରେ ସେ କେବେ ସନ୍ତୁଷ୍ଟ ନ ଥିଲେ । ଯେତେ ବିଦ୍ୟା ଅଧ୍ୟୟନ କଲେ ବି ସେ ଆହୁରି ଆଧିକ ଜ୍ଞାନ ପ୍ରାପ୍ତ କରିବାରେ ଲାଗୁଥିଲେ । ନିଜ ମାତୃଭାଷାରେ ଜ୍ଞାନକୋଷ ଭରିବା ସହିତ ସେ
ମାଇନର ପାଶ୍ କଲା ପରେ ସେ ବାଲେଶ୍ୱରର ବାରବାଟୀ ସ୍କୁଲରେ ବିଦ୍ୟାଧ୍ୟୟନ ଜାରି ରଖିଥିଲେ । ସେଠାରେ ସେ ଇତିହାସ, ଭୂଗୋଳ ଏବଂ ଗଣିତ ଶିକ୍ଷା କରୁଥିଲେ । ସେ ନିଜର ପାରଦର୍ଶିତା ଯୋଗୁଁ ଶିକ୍ଷକ ମାନଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ । ତେବେ ଆର୍ଥିକ ଦୁରବସ୍ଥା ଯୋଗୁଁ ବିଦ୍ୟାଳୟର ମାସିକ ଖର୍ଚ୍ଚ ୨୫ ପଇସା ଦେଇ ନ ପାରି ତାଙ୍କୁ ପାଠପଢ଼ା ତ୍ୟାଗ କରିବାକୁ ପଡ଼ିଥିଲା ଏବଂ ସେହି ବାରବାଟୀ ସ୍କୁଲରେ ତାଙ୍କୁ ମାସିକ ୨.୫୦ ଟଙ୍କା ଦରମାରେ ଶିକ୍ଷକ ଚାକିରୀ କରିବାକୁ ହୋଇଥିଲା ।<ref name="ଫକୀର ମୋହନ ସେନପତି ଜୀବନୀ"></ref> ସେଠାରେ ସେ ଇତିହାସ, ଭୂଗୋଳ ଏବଂ ଗଣିତରେ ଶିକ୍ଷାଦାନ ଆରମ୍ଭ କରିଦେଲେ । ଏହି ସବୁ ବିଷୟରେ ସେ ନିଜେ ନିଜର ଜ୍ଞାନକୁ ପ୍ରଗାଢ଼ କରିପାରିଥିଲେ । ବାଲେଶ୍ୱର କଲେକ୍ଟରେଟ୍ରେ କିଛି କାଳ ପାଇଁ ସେ କିରାଣୀ ଚାକିରି କରିଥିଲେ । ପରବର୍ତ୍ତୀ କାଳରେ ସେ ବାଲେଶ୍ୱର ମିଶନ ସ୍କୁଲରେ ୧୮୭୧ ଯାଏଁ ଶିକ୍ଷକତା କରିଥିଲେ ।
|