"ଦଶାବତାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
No edit summary
୩ କ ଧାଡ଼ି:
 
==ମତ୍ସ୍ୟ==
ବିଷ୍ଣୁଙ୍କର ପ୍ରଥମ ଅବତାର ୤ ଏହି ଅବତାରରେ ବିଷ୍ଣୁ ମହାପ୍ରଳୟ ସମୟରେ ଅତଳ ଗଭୀର ସମୁଦ୍ର ମଧ୍ୟରେ ବୁଡ଼ି ଯାଇଥିବା ‘ବେଦ’‘[[ବେଦ]]’ ଗ୍ରନ୍ଥକୁ ଉଦ୍ଧାର କରିଥିଲେ ୤
 
==କଚ୍ଛପ==
ଦ୍ବିତୀୟ ଅବତାରରେ କଚ୍ଛପ ରୁପେ ଆବିର୍ଭୁତ ହୋଇ ସମୁଦ୍ର ମନ୍ଥନ ବେଳେ ମନ୍ଦର ପର୍ବତକୁ ନିଜ ପୃଷ୍ଠରେ ଧାରଣ କରିଥିଲେ ୤ ଦୁର୍ବାସାଙ୍କ ଶାପରୁ ଇନ୍ଦ୍ର ଶ୍ରୀହୀନ ହେବାରୁ ଲକ୍ଷ୍ମୀ ସ୍ବର୍ଗରୁ ଯାଇ ସମୁଦ୍ର ଗର୍ଭରେ ବାସ କଲେ ୤ ବ୍ରହ୍ମାଙ୍କ ଉପଦେଶ ଅନୁସାରେ ମନ୍ଦର ପର୍ବତକୁ ମନ୍ଥନ ଦଣ୍ଡ ଓ ବାସୁକୀ କୁ ମନ୍ଥନ ରଜ୍ଜୁ କରି ରଜ୍ଜୁର ଏକ ପାଖକୁ ଦେବତାଗଣ ଓ ଅନ୍ୟ ପାଖକୁ ଅସୁର ମାନେ ଟାଣି ସମୁଦ୍ରକୁ ମୋହିଁଲେ ୤ ମନ୍ଥନ ଫଳରେ ପ୍ରଥମେ ହଳାହଳ ବିଷ ବାହାରିଲା ୤ ଏ ବିଷର ଜ୍ବାଳାରେ ସମସ୍ତେ ଅସ୍ଥିର ହୋଇ ମହାଦେବଙ୍କୁ ସ୍ତବ କରିବାରୁ ସେ ସନ୍ତୁଷ୍ଟ ହୋଇ ଉକ୍ତ ବିଷକୁ ପାନ କଲେ ୤ ତତ୍ପରେ ପୁଣି ମନ୍ଥନ କରିବାରୁ ସମୁଦ୍ର ମଧ୍ୟରୁ ଚନ୍ଦ୍ର, ପାରିଜାତ, ଉଚ୍ଚୈଃଶ୍ରବା ଅଶ୍ବ, ଐରାବତ ଗଜ, ସୁରଭୀ ଗାଈ, ଲକ୍ଷ୍ମୀ ଓ ଧନ୍ବନ୍ତରୀ ଅମୃତଭାଣ୍ଡ ସହିତ ବାହାରିଲେ ୤ ଅସୁରମାନେ ଅମୃତଭାଣ୍ଡ ହରଣ କରିବାକୁ ଉଦ୍ୟତ ହେବାରୁ ବିଷ୍ଣୁ ମୋହିନୀରୂପ ଧରି ଅସୁରମାନଙ୍କୁ ବଞ୍ଚନା କରି ଦେବତାମାନଙ୍କୁ ଉକ୍ତ ଅମୃତ ଦେଲେ ୤ ଏଥିଯୋଗୁଁ ଦେବ ଓ ଅସୁରମାନଙ୍କ ମଧ୍ୟରେ ଭୟଙ୍କର ଯୁଦ୍ଧ ଲାଗିଲା ୤ ନାରଦ ସେହି ଯୁଦ୍ଧ ନିବାରଣ କରିଥିଲେ ୤ ଦେବତାମାନଙ୍କ ଦ୍ବାରା ହତ ଅସୁରମାନଙ୍କୁ ଅସୁରଗୁରୁ ଶୁକ୍ର ବଞ୍ଚାଇଥିଲେ ୤
"https://or.wikipedia.org/wiki/ଦଶାବତାର"ରୁ ଅଣାଯାଇଅଛି