"ଦଶାବତାର" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଛବି+
୫୧ କ ଧାଡ଼ି:
===କଳ୍କି===
ପୃଥିବୀରେ ଅଧର୍ମ ଅତି ବେଶି ହେଲେ, ବିଷ୍ଣୁ କଳ୍କି ଅବତାର ଗ୍ରହଣ କରି ମ୍ଳେଚ୍ଛସଂହାରାର୍ଥ ଖଡ୍ଗଧାରଣ କରିବେ – ଏହା ମାଳିକାରେ ଲିଖିତ ତଥା ପଣ୍ଡିତମାନଙ୍କର ବିଶ୍ବାସ ୤ ପ୍ରଚଳିତ ବିଶ୍ବାସମତେ ପୂର୍ବୋକ୍ତ ଦଶ ଅବତାର ଛଡ଼ା ବିଷ୍ଣୁ ଅନ୍ୟାନ୍ୟ ଅନେକ ଅବତାର ଧରି ଥିଲେ ୤
[[File:Dasavatar, 19th century.jpg|thumb|650px|center|ଦଶ ଅବତାର]]
 
[[File:Dasavatar, 19th century.jpg|thumb|650px|ଦଶ ଅବତାର]]
==ଅଲଗାଭାବେ==
ଡାରୱିନ୍ (Darwin) ଙ୍କର ବିବର୍ତ୍ତନ ବାଦ (Evolution theory) ସଙ୍ଗେ ହିନ୍ଦୁମାନଙ୍କର ଦଶ ଅବତାର ତୁଳନା କଲେ ଜୀବସୃଷ୍ଟିରେ ବିବର୍ତ୍ତନର ଭିନ୍ନ ଭିନ୍ନ ଅନୁରୂପ କ୍ରମିକ ସୋପାନ ଦେଖାଯାଏ ୤ ଯଥା – ‘ମତ୍ସ୍ୟ’ ପ୍ରଥମ ପୂର୍ଣ୍ଣ ଜଳଚର ୤ ‘ମତ୍ସ୍ୟ’ରୁ ବିବର୍ତ୍ତନ ଦ୍ବାରା ଉଭୟଚର (ବେଶି ସମୟ ଜଳରେ ଓ ଅଳ୍ପ ସମୟ ସ୍ଥଳରେ ବିଚରଣ କରୁଥିବା) ‘କଚ୍ଛପ’ ୤ ତତ୍ପରେ ସ୍ଥଳଚର (ଅଧିକାଂଶ ସମୟ ସ୍ଥଳରେ ଓ ଅତି ଅଳ୍ପକାଳ ଜଳ ବା ପଙ୍କରେ ବିଚରଣକାରୀ) ‘ବରାହ’ (ପଶୁ ସୃଷ୍ଟିର ଆରମ୍ଭ) ୤ ‘ବରାହ’ ପରେ ‘ନୃସିଂହ’ (ଅଧା ପଶୁ ଓ ଅଧା ମନୁଷ୍ୟ ଓ ତାହାର ଅସ୍ତ୍ର ଦନ୍ତ ଓ ନଖ) ୤ ତତ୍ପରେ ‘ବାମନ’ (ଅର୍ଥାତ ସମସ୍ତ ଅଙ୍ଗବିଶିଷ୍ଟ କିନ୍ତୁ ମନୁଷ୍ୟର ପୂର୍ଣ୍ଣାକାର ପ୍ରାପ୍ତ ହୋଇ ନ ଥିବା ମନୁଷ୍ୟ) ୤ ତତ୍ପରେ ‘ପର୍ଶୁରାମ’ (ଅର୍ଥାତ ପୂର୍ଣ୍ଣ ସଭ୍ୟତା ପାଇ ନ ଥିବା ଓ ଯୁଦ୍ଧପ୍ରିୟ ଆଦିମ ଅବସ୍ଥାର ମନୁଷ୍ୟ; ତାହାର ଅସ୍ତ୍ର ଗୋଟିଏ ଲୌହମୟ କୁଠାର) ୤ ତତ୍ପରେ ‘ରାମ’ (ସମାଜ ଓ ରାଜ୍ୟ ପରିଚାଳନରେ ଦକ୍ଷ କିନ୍ତୁ କୃଷି ବିଦ୍ୟାରେ ନିପୁଣତା ଲାଭ କରି ନ ଥିବା ଅବସ୍ଥା) ୤ ତତ୍ପରେ ‘ବଳରାମ’ (କୃଷିଜୀବୀ ଓ ସଂସାର କର୍ମରତ ମନୁଷ୍ୟ) ୤ ତତ୍ପରେ ‘[[ଗୌତମ ବୁଦ୍ଧ|ବୁଦ୍ଧ]]’ ଧର୍ମପ୍ରାଣତା ଯୁକ୍ତ ଓ ଆଧ୍ୟାତ୍ମିକତା (spirituality) ଯୁକ୍ତ ମନୁଷ୍ୟ ଓ ପରିଶେଷରେ କଳ୍କୀ ଅବତାର (ଯାହା ଏ ପର୍ଯ୍ୟନ୍ତ ହୋଇନାହିଁ); ଏ ଜନ ସମାଜରେ ବିପ୍ଳବ ଓ ଭୟଙ୍କର ଗଣ୍ଡଗୋଳ ଓ ରକ୍ତପାତ ଘଟାଇବା ବ୍ୟକ୍ତି୤
"https://or.wikipedia.org/wiki/ଦଶାବତାର"ରୁ ଅଣାଯାଇଅଛି