"ପରଶୁରାମ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୩୫ କ ଧାଡ଼ି:
 
== ଜାନୁଘଣ୍ଟିଆ ==
{{main|ଜାନୁଘଣ୍ଟିଆ}}
{{main|ଜାନୁଘଣ୍ଟିଆ}}ଓଡ଼ିଶାର ଦକ୍ଷିଣାଞ୍ଚଳରେ ପରଶୁରାମ ଗୋତ୍ରୀ ବ୍ରାହ୍ମଣମାନେ ବସବାସ କରନ୍ତି । ସେମାନେ ଅଧିକାଂଶ ସମୟରେ ଭିକ୍ଷାନ୍ନ ଉପରେ ନିର୍ଭର କରି ଜୀବିକା ନିର୍ବାହ କରନ୍ତି । ତେବେ ସେମାନେ ସାଧାରଣ ଭିକ୍ଷୁକ ବା ଯୋଗୀ ଭିକାରି ପରି ଭିକ୍ଷା ମାଗନ୍ତି ନାହିଁ । ଦୁଇଜଣ ଏକାଠି ଆସନ୍ତି । ଜଣେ ରାମ ବେଶରେ ଆଉ ଜଣେ ପରଶୁରାମ ବେଶରେ ଆସନ୍ତି । ରାମଙ୍କ ହାତରେ ଥାଏ ଧନୁଶର ଓ ପରଶୁରାମଙ୍କ ହାତରେ ଥାଏ ପରଶୁ କୁଠାର । ଗ୍ରାମର ବା ସାହିର ଦୁଇମୁଣ୍ଡରୁ ଦୁଇଜଣ ପ୍ରବେଶ କରନ୍ତି । ଯେଉଁଠାରେ ଭେଟହୁଏ ସେଠାରେ ଯୁଦ୍ଧର ଆହ୍ୱାନ ଭଳି ଅଭିନୟ କରନ୍ତି । ଦୁଇଜଣଙ୍କ ମଧ୍ୟରେ ବାକ୍ ଯୁଦ୍ଧ ଚାଲେ । ଶେଷରେ ପରଶୁରାମ ବେଶଧାରୀ ଭିକ୍ଷୁ ହାରିଯାଇ ଶ୍ରୀରାମ ବେଶଧାରୀ ଭିକ୍ଷୁଙ୍କ ନିକଟରେ ଶରଣ ପଶନ୍ତି । ଏହି ଦୃଶ୍ୟ ଦେଖିବାକୁ ବହୁଲୋକ ରୁଣ୍ଡ ହୁଅନ୍ତି । ସେମାନେ ରାମ ଓ ପରଶୁରାମ ବେଶଧାରୀ ବ୍ରାହ୍ମଣଙ୍କୁ ଭିକ୍ଷା ଦିଅନ୍ତି । ଦୁଇଜଣଙ୍କ ହାତରେ ଲାଉତୁମ୍ବାର ପାତ୍ର ଥାଏ । ଏଥିରେ ସୁନ୍ଦର ଦଶାବତାର ଚିତ୍ର ଅଙ୍କିତ ହୋଇଥାଏ । ଦୁହେଁ ମୁଣ୍ଡରେ ଖିଡ଼୍‌କୀ ପାଗ ଓ ଚିତା ପୋଷାକ ପିନ୍ଧିଥାନ୍ତି । ପରଶୁରାମଙ୍କ ଜଙ୍ଘରେ ଗୋଟିଏ ଘିର ବନ୍ଧା ହୋଇଥାଏ । କଥିତ ଅଛି ପରଶୁରାମ ପୃଥିବୀରୁ ଏକବିଂଶବାର କ୍ଷତ୍ରିୟଙ୍କୁ ନିପାତ କରିବା ସମୟରେ ଜାନୁରେ ଘଣ୍ଟି ବାନ୍ଧିଥିଲେ । ସେହି ଘିର ଶବ୍ଦ ଶୁଣିଲେ ଶତ୍ରୁମାନେ ଭୟରେ ଶିହରୀ ଉଠୁଥିଲେ । ତେଣୁ ତାଙ୍କୁ ଜାନୁଘଣ୍ଟ ପରଶୁରାମ କୁହାଯାଉଥିଲା । ଏହି ପରମ୍ପରାର ଜାନୁଘଣ୍ଟ ପରଶୁରାମ ଭିକ୍ଷୁକ କ୍ଷତ୍ରିୟୋଚିତ ସ୍ୱାଭିମାନ ନେଇ କାହାକୁ କିଛି ମାଗନ୍ତି ନାହିଁ । କାହା ଦୁଆରେ ଛିଡ଼ା ହୁଅନ୍ତି ନାହିଁ । କାହାରି ଛାତ ତଳକୁ ଯାଆନ୍ତି ନାହିଁ । ଗାଁଗହଳରେ ଏମାନଙ୍କୁ ''ଜାନୁଘଣ୍ଟିଆ'' କୁହାଯାଏ ।
 
== ପରଶୁରାମାଷ୍ଟମୀ ବ୍ରତ ==
"https://or.wikipedia.org/wiki/ପରଶୁରାମ"ରୁ ଅଣାଯାଇଅଛି