"ବାଏର୍ଣ୍ଣ ମ୍ୟୁନିକ୍ ଫୁଟବଲ କ୍ଲବ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେNo edit summary
୫୨ କ ଧାଡ଼ି:
}}
 
'''ବାଏର୍ଣ୍ଣ ମ୍ୟୁନିକ୍ ଫୁଟବଲ କ୍ଲବ୍''' (ମୂଳ ଜର୍ମାନ ନାମ '''Fußball-Club Bayern München e.V.''', କଥିତ ଜର୍ମାନ ଭାଷାରେ '''FC Bayern München''') [[ଜର୍ମାନୀ]]ର ବଭାରିଆ ଅଞ୍ଚଳସ୍ଥିତ ମ୍ୟୁନିକ୍ ସହରର ଏକ ପ୍ରଖ୍ୟାତ ବୃତ୍ତିଗତବ୍ୟବସାୟିକ ଫୁଟବଲ କ୍ଲବ । '''ଏଫ୍‍ସିବି''', '''ବାଏର୍ଣ୍ଣ ମ୍ୟୁନିକ୍''' ବା '''ଏଫ୍‍ସି ବାଏର୍ଣ୍ଣ''' ନାମରେ ଜଣାଶୁଣା ଏହି କ୍ଲବ୍ ଜର୍ମାନୀର ଜାତୀୟ ବୁଣ୍ଡେସ୍ ଲିଗା ପ୍ରତିଯୋଗିତାରେ ଖେଳିଥାଏ । ଜର୍ମାନ ଫୁଟବଲ ଇତିହାସରେ ବାଏର୍ଣ୍ଣ ମ୍ୟୁନିକ୍ ସଫଳତମ ଫୁଟବଲ କ୍ଲବ୍ । ଏହି କ୍ଲବ୍ ସର୍ବାଧିକ ୩୦ ଥର ଜର୍ମାନ ଜାତୀୟ ଫୁଟବଲ ଚାମ୍ପିୟନ୍ ହେବାର ଗୌରବ ଲାଭ କରିଛି । ତା’ ସହ ୨୦୧୩ରୁ ୨୦୨୦ ପର୍ଯ୍ୟନ୍ତ ୮ ବର୍ଷ କ୍ରମାଗତ ଭାବେ ଏହା ବୁଣ୍ଡେସଲିଗା ଜାତୀୟ ପ୍ରତିଯୋଗିତା ଜିତି ଆସୁଛି ।<ref>{{Cite web|url=https://www.90min.com/posts/bayern-munich-s-8-consecutive-bundesliga-titles-ranked|title=Bayern Munich's 8 Consecutive Bundesliga Titles - Ranked|website=90min.com}}</ref> ଏହି କ୍ଲବ୍ ୨୦ ଥର ଡଏସର୍ ଫୁସ୍‍ବଲ୍ ବୁଣ୍ଡ୍ ଜାତୀୟ କପରେ ମଧ୍ୟ ବିଜୟ ଲାଭ କରିଛି ।<ref>{{cite web |url=https://www.fifa.com/classicfootball/clubs/club=30993/index.html |title=Bayern München |publisher=[[FIFA]] |access-date=10 May 2012 |url-status=dead |archive-url=https://web.archive.org/web/20090221115857/http://www.fifa.com/classicfootball/clubs/club%3D30993/index.html |archive-date=21 February 2009 }}</ref>
 
ଫ୍ରାଂଜ୍ ଜନ୍‍ଙ୍କ ନେତୃତ୍ଵରେ ୧୧ ଜଣ ଫୁଟବଲ ଖେଳାଳୀ ୧୯୦୦ ମସିହାରେ ବାଏର୍ଣ୍ଣ ମ୍ୟୁନିକ୍ ଦଳର ପ୍ରତିଷ୍ଠା କରିଥିଲେ ।<ref name="fcbbook1stch">{{cite book | last = Schulze-Marmeling | first = Dietrich | title = Die Bayern. Die Geschichte des deutschen Rekordmeisters | language = de | publisher = Die Werkstatt | year = 2003 | pages = 17–33 | isbn = 3-89533-426-X}}</ref> ଯଦିଓ ବାଏର୍ଣ୍ଣ ନିଜର ପ୍ରଥମ ଜାତୀୟ ଚାମ୍ପିୟନ୍‍ସିପ୍ ୧୯୩୨ ମସିହାରୁ ଜିତି ସାରିଥିଲା<ref name="bayernhistory0045">{{cite web | title = 1900 bis 1932: Von Beginn an erfolgreich | trans-title = 1900 to 1932: Successful from the start | publisher = FC Bayern Munich Official Website | access-date = 28 September 2014 | url = http://fcb-erlebniswelt.de/de/historie/meilensteine-ab-1900/1900-1932/index.php | language = de | url-status=live | archive-url = https://web.archive.org/web/20141028114211/http://fcb-erlebniswelt.de/de/historie/meilensteine-ab-1900/1900-1932/index.php | archive-date = 28 October 2014 | df = dmy-all }}</ref> ତଥାପି ଉଦଘାଟନୀ ବର୍ଷ ୧୯୬୩ ମସିହାରେ ଏହାକୁ ବୁଣ୍ଡେସଲିଗାରେ ସ୍ଥାନ ମିଳିନଥିଲା ।<ref name="nobl">{{cite book | last = Schulze-Marmeling | first = Dietrich | title = Die Bayern. Die Geschichte des deutschen Rekordmeisters | language = de | publisher = Die Werkstatt | year = 2003 | page = 134 | isbn = 3-89533-426-X}}</ref> ୧୯୭୦ ଦଶନ୍ଧିର ମଧ୍ୟ ଭାଗରେ ଫ୍ରାଂଜ୍ ବେକେନ୍‍ବାଉଅର୍‍ଙ୍କ ନେତୃତ୍ଵରେ ବାଏର୍ଣ୍ଣ ଦଳ ୩ ଥର କ୍ରମାଗତ ୟୁଇଫା ଚାମ୍ପିୟନ୍ସ ଲିଗ୍ ପ୍ରତିଯୋଗିତା ଜିତି ଅଭୂତପୂର୍ବ ସଫଳତା ଲାଭ କରିଥିଲା । ଏଯାବତ (୨୦୨୦ ମସିହା ପର୍ଯ୍ୟନ୍ତ) ବାଏର୍ଣ୍ଣ ଦଳ ୧୧ ଥର ୟୁଇଫା ଚାମ୍ପିୟନ୍ସ ଲିଗର ଫାଇନାଲ ଖେଳିବାର ଯୋଗ୍ୟତା ଲାଭ କରିପାରିଛି ଓ ୨୦୨୦ରେ ୬ଷ୍ଠ ଥର ପାଇଁ ୟୁଇଫା ଚାମ୍ପିୟନ୍ସ ଲିଗ୍ ବିଜେତା ମଧ୍ୟ ହୋଇଅଛି । ଦୁଇ ଥର ମହାଦେଶୀୟ ତ୍ରି-ବିଜୟୀ (continental treble) ହେବାରେ ବାଏର୍ଣ୍ଣ ମ୍ୟୁନିକ୍ ଦ୍ଵିତୀୟ ୟୁରୋପୀୟ କ୍ଲବ୍ ଦଳ ।<ref name=":0" /> ଏହା ଛଡ଼ା ବାଏର୍ଣ୍ଣ ଦଳ ଥରେ ୟୁଇଫା ୟୁରୋପା ଲିଗ୍, ଥରେ ୟୁଇଫା କପ ୱିନର୍ସ କପ, ଦୁଇ ଥର ୟୁଇଫା ସୁପର କପ, ଥରେ ଫିଫା କ୍ଲବ୍ ବିଶ୍ଵକପ ଓ ଦୁଇଟି ଆନ୍ତଃ-ମହାଦେଶୀୟ କପ ମଧ୍ୟ ଜିତିଛି । ବୁଣ୍ଡେସଲିଗା ଆରମ୍ଭ ହେବା ପରଠାରୁ ୩୦ ଥର ବିଜେତା ହୋଇଥିବାରୁ ବାଏର୍ଣ୍ଣ ମ୍ୟୁନିକ୍‍କୁ ଏହାର ସଫଳତମ ଦଳ ବୋଲି କୁହାଯାଇପାରିବ । ବଭାରିଆ ଅଞ୍ଚଳର ଅନ୍ୟ ଫୁଟବଲ ଦଳ ଯଥା – ୧୮୬୦ ମ୍ୟୁନିକ୍ ଓ ଏଫ୍‍ସି ନୁର୍ଣ୍ଣବର୍ଗ୍ ଏହି ଦଳର ପାରମ୍ପରିକ ପ୍ରତିଦ୍ଵନ୍ଦୀ । ୧୯୯୦ ଦଶନ୍ଧିର ମଧ୍ୟ ଭାଗରୁ ଜର୍ମାନୀର ଅନ୍ୟ ଏକ ଫୁଟବଲ କ୍ଲବ୍ [[ବୋରୁସିଆ ଡୋର୍ଟମୁଣ୍ଡ]] ସହିତ ବାଏର୍ଣ୍ଣର ପ୍ରତିଦ୍ଵନ୍ଦିତା ଆରମ୍ଭ ହୋଇଥିଲା ।