"ରଥଯାତ୍ରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
୨୬ କ ଧାଡ଼ି:
'''ରଥଯାତ୍ରା''' ('''ରଥ''', '''ଘୋଷଯାତ୍ରା''' ଓ '''ଶ୍ରୀଗୁଣ୍ଡିଚା''' ନାମରେ ମଧ୍ୟ ଜଣା) [[ଓଡ଼ିଶା]]ର [[ପୁରୀ]]ଠାରେ ପାଳିତ ଓ [[ଜଗନ୍ନାଥ]]ଙ୍କ ସହ ସମ୍ବନ୍ଧିତ ଏକ [[ହିନ୍ଦୁ ଧର୍ମ|ହିନ୍ଦୁ]] [[ଶ୍ରୀମନ୍ଦିରରେ ପାଳିତ ପର୍ବପର୍ବାଣୀ#ଦ୍ୱାଦଶ ଯାତ୍ରା|ପର୍ବ]] । ଓଡ଼ିଶାର ମୁଖ୍ୟ ଯାତ୍ରା ରୂପେ [[ପୁରୀ]]ର ରଥଯାତ୍ରା ସର୍ବପ୍ରସିଦ୍ଧ । ଏହା [[ଜଗନ୍ନାଥ ମନ୍ଦିର]]ରେ ପାଳିତ ଦ୍ୱାଦଶ ଯାତ୍ରାର ମଧ୍ୟରେ ପ୍ରଧାନ । ଏହି ଯାତ୍ରା [[ଆଷାଢ଼]] ଶୁକ୍ଳ ଦ୍ୱିତୀୟା [[ତିଥି]] ଦିନ ପାଳିତ ହୋଇଥାଏ । ଏହି ଯାତ୍ରା ଘୋଷ ଯାତ୍ରା, ମହାବେଦୀ ମହୋତ୍ସବ, ପତିତପାବନ ଯାତ୍ରା, ଉତ୍ତରାଭିମୁଖୀ ଯାତ୍ରା, ନବଦିନ ଯାତ୍ରା, ଦଶାବତାର ଯାତ୍ରା, ଗୁଣ୍ଡିଚା ମହୋତ୍ସବ ଓ ଆଡ଼ପ ଯାତ୍ରା ନାମରେ ବିଭିନ୍ନ ଶାସ୍ତ୍ର, [[ପୁରାଣ]] ଓ ଲୋକ କଥାରେ ଅଭିହିତ । ପୁରୀ ବ୍ୟତୀତ ରଥଯାତ୍ରା ପ୍ରାୟ ୬୦ରୁ ଅଧିକ ସ୍ଥାନରେ ପାଳିତ ହେଉଛି ।
 
ବିଭିନ୍ନ ମତରେ ରଥଯାତ୍ରାର ୮ଟି ଅଙ୍ଗ ରହିଛି, ଯାହାକୁ ଅଷ୍ଟାଙ୍ଗ ବିଧି କୁହାଯାଏ । ୧. [[ଦେବ ସ୍ନାନ ପୂର୍ଣ୍ଣିମା|ସ୍ନାନ ଉତ୍ସବ]], ୨. [[ଅଣସର|ଅନବସର]], ୩. ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ, ୪. ଶ୍ରୀଗୁଣ୍ଡିଚା, ୫. [[ହେରାପଞ୍ଚମୀ]], ୬. ଆଡ଼ପ ପର୍ବ, ୭. [[ବାହୁଡ଼ା ଯାତ୍ରା]] ଓ ୮. ନୀଳାଦ୍ରି ବିଜେ । ପୁନଶ୍ଚ ରଥଯାତ୍ରା ୫ ଭାଗରେ ବିଭକ୍ତ। ଯଥା ୧. ଅନ୍ତର୍ବେଦୀ, ୨. ମହାବେଦୀ ମହୋତ୍ସବ, ୩. ଆଡ଼ପ ଉତ୍ସବ, ୪. ଦକ୍ଷିଣାମୁଖୀ ଉତ୍ସବ ଓ ୫. ନୀଳାଦ୍ରି ବିଜୟ । ଏହାକୁ ଗୁଣ୍ଡିଚା ପଞ୍ଚକ କୁହଯାଏ ।
 
ରଥଯାତ୍ରା ବହୁ ପ୍ରାଚୀନ ବୋଲି ଗବେଷକମାନେ ମତ ପ୍ରଦାନ କରିଛନ୍ତି । ଋକ୍ ବେଦ ଓ [[ଅଥର୍ବ ବେଦ]] ଇତ୍ୟାଦିରେ '''ରଥ''' ଶବ୍ଦର ପ୍ରୟୋଗ ଦେଖାଯାଏ । ପରବର୍ତ୍ତୀ କାଳରେ ଶତପଥ ବ୍ରାହ୍ମଣ ଗ୍ରନ୍ଥରେ ମଧ୍ୟ ଏହାର ଆଭାସ ମିଳିଥାଏ । ଖ୍ରୀଷ୍ଟପୂର୍ବ ଦ୍ୱିତୀୟ ଶତାଦ୍ଦୀରୁ ଖ୍ରୀଷ୍ଟପୂର୍ବ ପ୍ରଥମ ଶତାଦ୍ଦୀ ମଧ୍ୟରେ ଖୋଦିତ ହୋଇଥିବା କେତେକ ପ୍ରାଚୀନ ଭାସ୍କର୍ଯ୍ୟକୁ ଅନୁଧ୍ୟାନ କଲେ [[ସୂର୍ଯ୍ୟ]]ଙ୍କ ରଥଯାତ୍ରାର ସମ୍ୟକ୍ ନିଦର୍ଶନ ମିଳିଥାଏ । ତେଣୁ ସୂର୍ଯ୍ୟଙ୍କ ରଥଯାତ୍ରାର ପରବର୍ତ୍ତୀ ପରିକଳ୍ପନା ହେଉଛି ପୁରୁଷୋତ୍ତମ କ୍ଷେତ୍ରସ୍ଥ ମହାପ୍ରଭୁଙ୍କ ରଥଯାତ୍ରା। ଯେଉଁ ସବୁ ରଥଯାତ୍ରାର ଉଲ୍ଲେଖ ହେଇଛି ସେଥି ମଧ୍ୟରେ ପୁରୀର [[ଜଗନ୍ନାଥ|ଶ୍ରୀଜଗନ୍ନାଥ]]ଙ୍କ ରଥଯାତ୍ରା ହେଉଛି ସବୁଠାରୁ ଅଧିକ ଜନାଦୃତ ଓ ପ୍ରସାରିତ । କେତେକ ଗବେଷକ ଶ୍ରୀଜଗନ୍ନାଥଙ୍କ ରଥଯାତ୍ରା [[ବୌଦ୍ଧ ଧର୍ମ|ବୌଦ୍ଧ ପରମ୍ପରା]]ରୁ ସୃଷ୍ଟି ହୋଇଛି ବୋଲି ଅନୁମାନ କରନ୍ତି । କାରଣ ଖ୍ରୀଷ୍ଟୀୟ ପଞ୍ଚମ ଶତାଦ୍ଦୀର ପ୍ରାରମ୍ଭରେ [[ଚୀନ]] ପରିବ୍ରାଜକ ଫାଇୟାନ୍ ଖୋଟାନରେ ଅନୁଷ୍ଠିତ ରଥଯାତ୍ରାର ଯେଉଁ ବିବରଣୀ ଲିପିବଦ୍ଧ କରିଛନ୍ତି, ତାହା ଆଜିସୁଦ୍ଧା ପ୍ରଚଳିତ ଜଗନ୍ନାଥଙ୍କ ସ୍ନାନଯାତ୍ରା ଓ ରଥଯାତ୍ରା ସହ ମେଳ ଖାଉଛି ।<ref>ବୈଦିକ ସଂସ୍କୃତିରୁ ରଥଯାତ୍ରାର ପରମ୍ପରା-ଦାମୋଦର ସାହୁ, ଉତ୍କଳ ପ୍ରସଙ୍ଗ, ଜୁଲାଇ-୧୯୯୭, ପୃ-୨୫</ref>
"https://or.wikipedia.org/wiki/ରଥଯାତ୍ରା"ରୁ ଅଣାଯାଇଅଛି