"ରଥଯାତ୍ରା" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
→‎ସ୍କନ୍ଧ ପୁରାଣ: ଫିକ୍ସଡ଼ ବନାନ, ବ୍ୟାକରଣ ସଜାଡ଼ିଲେ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
୭୩ କ ଧାଡ଼ି:
ବୈଶାଖ ଶୁକ୍ଳ ତୃତୀୟା ରୋହିଣୀ ନକ୍ଷତ୍ର ଦିନ ରାଜା ସଂକଳ୍ପ କରିବେ। ଆଚାର୍ଯ୍ୟ ବରଣ କରିବେ । କାର୍ଯ୍ୟଦକ୍ଷ ଅବିଦିତ ଜଣେ ବା ତିନିଜଣ ସୂତ୍ରଧରଙ୍କୁ ବନକୁ ଯିବାପାଇଁ ବସନ, ଭୂଷଣ ଦେଇ ବରଣ କରିବେ। ଯେଉଁ ବନରେ ଅତ୍ୟୁତ୍ତମ ତରୁ ବିଦ୍ୟାମାନ ସେଠାକୁ ଯାଇ ରାଜା ମନ୍ତ୍ର ଉଚ୍ଚାରଣ କରି ଅଗ୍ନି ସ୍ଥାପନ କରିବେ। ଆଜ୍ୟଧାରଯୁକ୍ତ ଅଷ୍ଟୋତ୍ତର ଶତ ଆହୁତି ଦେବେ। ପ୍ରତି ବୃକ୍ଷ ମୂଳରେ ଆଜ୍ୟଧାରା ଦେବେ। ଦିଗପାଳମାନଙ୍କୁ ଯଥାବିଧି ବଳି ଦେବେ। କ୍ଷେତ୍ରପାଳମାନଙ୍କୁ ପଶୁବଳି ଦେବେ। ବୃକ୍ଷର ପ୍ରୀତି ପାଇଁ ଶ୍ହେ ଦୁଗ୍ଧାନ୍ନ ଆହୁତି ଦେବେ । ଆଚାର୍ଯ୍ୟ ପତଗଧ୍ୱଜ ଭଗବାନଙ୍କୁ ଧ୍ୟାନକରି କୁଠାରଧରି ମନ୍ତ୍ର ଉଚ୍ଚାରଣ କରି ବୃକ୍ଷର ମୂଳକୁ ଅଳ୍ପ ଅଳ୍ପ କରି କାଟିବେ। ସେଠାରେ ମଙ୍ଗଳଧ୍ୱନି କରାଇବେ । ସୂତ୍ରଧରଙ୍କୁ ଗଛକାଟି କାର୍ଯ୍ୟରେ ନିଯୁକ୍ତ କରି ଆଚାର୍ଯ୍ୟ ସ୍ୱଗୃହକୁ ଫେରିବେ । ଯଦି ରଥ ନିର୍ମାଣ ଉପଯୁକ୍ତ ସ୍ୱଗୃହ ନିକଟରେ ମିଳିବ ତାହା ହେଲେ ବିଧାନ ଅନୁସାରେ କାଷ୍ଠ ସଂସ୍କାର କରିବେ ।
 
ସ୍କନ୍ଧ ପୁରାଣ ଅନୁସାରେ - ଜଗନ୍ନାଥଙ୍କ ରଥ ଚକ ସଂଖ୍ୟା ୧୬ (ଷୋହଳ), ବେଦୀ ଉପରୁ ରଥର ଉଚ୍ଚତା ୨୩ (ତେଇଶି) ହାତ, ଚାରୋଟି ତୋରଣ ହେବ । ଗରୁଡଧ୍ୱଜ ରକ୍ତ ଚନ୍ଦନ କାଠରେ ହେବ। ବଳଦେବଙ୍କ ରଥର ୧୪ (ଚଉଦ)ଟି ଚକ, ବେଦୀ ଉପରୁ ରଥର ଉଚ୍ଚତା ୨୨ (ବାଇଶ) ହାତ। ସୁଭଦ୍ରା ଦେବୀଙ୍କ ରଥର ଚକ ସଂଖ୍ୟା ୧୨(ବାର), ବେଦୀ ଉପରୁ ଉଚ୍ଚତା ୨୧ (ଏକୋଇଶ) ହାତ। ଏହି ରଥଯାତ୍ରାକୁ '''ନବଦିନାତ୍ମିକାନବଦିନାତ୍ମକ ଯାତ୍ରା''' କୁହାଯାଏ। ଏହାର ତିନୋଟି ଅଙ୍ଗ । ପ୍ରଥମ ଅଙ୍ଗ -ପୂର୍ବ ଯାତ୍ରା, ଦ୍ୱିତୀୟ ଯାତ୍ରା- ଗୁଣ୍ଡିଚା ମଣ୍ଡପରେ ଅବସ୍ଥାନ ବା ଆଡ଼ପ, ତୃତୀୟ ଅଙ୍ଗ- ବାହୁଡା ଯାତ୍ର।ଯାତ୍ରା।
 
ଠାକୁରମାନେ ଗୁଣ୍ଡିଚା ମଣ୍ଡପ ଉପରେ ଥିବା ସମୟରେ ବନ ଜାଗରଣ ବ୍ରତ ପାଳନ କଲେ ମହାପୁଣ୍ୟ ହୁଏ। ଶୁକ୍ଳ ଦ୍ୱିତୀୟା ଦିନ ଇନ୍ଦ୍ରଦ୍ୟୁମ୍ନ ସରୋବରରେ ସ୍ନାନକରି [[ନୃସିଂହ]]ଙ୍କଠାରେ ସଂକଳ୍ପ ବ୍ରତ ଆରମ୍ଭ କଲେ ମହାପୂଣ୍ୟ ହୋଇଥାଏ। ଏହାକୁ ମହାବେଦୀ ମହୋତ୍ସବ ବ୍ରତ କୁହାଯାଏ। ଅଷ୍ଟମ ଦିବସରେ ବ୍ରତ ଶେଷ ହୁଏ। ମହାବେଦୀରେ ଶ୍ରୀଜଗନ୍ନାଥଙ୍କ ଅବସ୍ଥିତିକୁ ମହାବେଦୀ ଯୋଗ କୁହାଯାଏ । ଏହା ଅତି ପବିତ୍ର ସମୟ । ଆଷାଢ଼ ଶୁକ୍ଳ ପଞ୍ଚମୀ ତିଥି, ମଘା ନକ୍ଷତ୍ର, ଜଗନ୍ନାଥଙ୍କ ମହା ସମାଗମ ଏ ତିନି ମହାବେଦୀ ଯୋଗର ତ୍ରିପାଦ ସ୍ୱରୂପ। ଏହା ସହିତ ଇନ୍ଦ୍ରଦ୍ୟୁମ୍ନ ସରୋବର ମିଳିତ ହେଲେ ଚତୁସ୍ପାଦ ଯୋଗ ହୁଏ। ଏହା ପୂର୍ଣ୍ଣଯୋଗ ଏବଂ ପିତୃମାନଙ୍କର ମୁକ୍ତିପଦ। <ref>ଶ୍ରୀଜଗନ୍ନାଥ ମନ୍ଦିର ଓ ଜଗନ୍ନାଥ ତତ୍ତ୍ୱ- ପଣ୍ଡିତ ସୂର୍ଯ୍ୟନାରାୟଣ ଦାଶ (ପୃ-୪,୫,୬,୭) ସ୍କନ୍ଧ ପୁରାଣ, ଉତ୍କଳ ଖଣ୍ଡ ୩୩ ଅଧ୍ୟାୟରୁ ୩୫ ଅଧ୍ୟାୟ</ref>
 
===ଚୈତନ୍ୟ ଚରିତାମୃତ===
ଚୈତନ୍ୟ ଚରିତାମୃତ ଗ୍ରନ୍ଥର ରଚୟିତା କବିରାଜ କୃଷ୍ଣ ଦାସ ଉକ୍ତ ଗ୍ରନ୍ଥରେ ଶ୍ରୀକ୍ଷେତ୍ରରେ ପାଳିତ ରଥଯାତ୍ରାର ଯେଉଁ ବିବରଣ ପ୍ରଦାନ କରିଛନ୍ତି, ତାହା ଦୀର୍ଘ ପାଞ୍ଚ ଶହ ବର୍ଷ ପୂର୍ବର ଅଟେ। ସେ ଚୈତନ୍ୟଙ୍କ ଶିଷ୍ୟ ରଘୁନାଥ ଦାସ ଗୋସ୍ୱାମୀଙ୍କ ଶିଷ୍ୟ ଥିଲେ ।
"https://or.wikipedia.org/wiki/ରଥଯାତ୍ରା"ରୁ ଅଣାଯାଇଅଛି