"ଉପେନ୍ଦ୍ର ଭଞ୍ଜ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ବଦଳ ସାରକଥା ଲୁଚାଇଦିଅନ୍ତୁ
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
No edit summary
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ
ଉପେନ୍ଦ୍ରଙ୍କର ବାଲ୍ୟଶିକ୍ଷା ଚାହାଳୀରେ ଆରମ୍ଭ ହୋଇଥିଲା । ବାପା ନୀଳକଣ୍ଠ ଓ ଜେଜେ ଧନଞ୍ଜୟଙ୍କଠାରୁ ସେ ବିଭିନ୍ନ ଶାସ୍ତ୍ର ପଢ଼ିଥିଲେ । ଧନଞ୍ଜୟ ଭଞ୍ଜ ଜଣେ କବି ହୋଇଥିବାରୁ ତାଙ୍କ ଦରବାରକୁ ଅନେକ କବି, ପଣ୍ଡିତ, ସାଧୁସନ୍ଥ ବିଭିନ୍ନ ସମୟରେ ଆସୁଥିଲେ ଓ ସେଠାରେ ରହି ସାହିତ୍ୟ ସଙ୍ଗୀତ ବିଷୟରେ ଚର୍ଚ୍ଚା କରୁଥିଲେ । ଉପେନ୍ଦ୍ର ମଧ୍ୟ ଜେଜେଙ୍କ ପାଖରେ ବସି ସେଗୁଡିକ ଶୁଣୁଥିଲେ ଓ ଧୀରେ ଧୀରେ ସେମାନଙ୍କଦ୍ୱାରା ପ୍ରଭାବିତ ହୋଇ ସେ ଶାସ୍ତ୍ରମାନ ଆୟତ୍ତ କରିଥିଲେ । ଚାହାଳୀରେ ପଢୁଥିବା ସମୟରେ ଉପେନ୍ଦ୍ର କବିତା ଲେଖିବା ଆରମ୍ଭ କରି ଦେଇଥିଲେ ଯାହା ଜେଜେ ଧନଞ୍ଜୟ ବେଶ୍ ପସନ୍ଦ କରିଥିଲେ ଓ ନାତିକୁ ଆହୁରି ଲେଖିବାକୁ ପ୍ରେରଣା ଦେଲେ । ଉପେନ୍ଦ୍ର ଯାହା ଯେତେବେଳେ ଲେଖୁଥିଲେ ଜେଜେଙ୍କୁ ନେଇ ଦେଖାଉଥିଲେ ଓ ତାଙ୍କର ପରାମର୍ଶ ନେଉଥିଲେ । ସେ ଜେଜେଙ୍କୁ ନିଜର କାବ୍ୟଗୁରୁ ଭାବରେ ବିଚାର କରି ନିଜ ସାଧନାରେ ଆଗେଇ ଯାଉଥିଲେ ।
 
ରାଜା ଧନଞ୍ଜୟଙ୍କ ଦରବାରକୁ ଥରେ ରଘୁନାଥ ନାମରେ ଜଣେ ସିଦ୍ଧପୁରୁଷ ସନ୍ୟାସୀ ଅସିଥିଲେଆସିଥିଲେ । ସେ ଉପେନ୍ଦ୍ରଙ୍କର ପାଠପଢ଼ା ଓ କବିତା ଲେଖିବାର ଆଗ୍ରହ ଦେଖି ତାଙ୍କୁ "ରାମ ତାରକ ମନ୍ତ୍ର" ବୋଲି ଏକ ସିଦ୍ଧ ମନ୍ତ୍ର ଶିଖାଇ ଏହାକୁ କେମିତି ସାଧନା କରିବାକୁ ହେବ ବତାଇଦେଲେ । ମନ୍ତ୍ରଟି ଶିଖିବା ପାଇଁ ଉପେନ୍ଦ୍ର କୁଲାଡ଼ଗଡ଼ ଛାଡ଼ି ଅଳ୍ପ ଦୂରରେ ଥିବା ଏକ ନିର୍ଜନ ସ୍ଥାନକୁ ଚାଲିଗଲେ । ହିଂସ୍ରଜନ୍ତୁପୂର୍ଣ୍ଣ ଓ ପାହାଡ ପର୍ବତଘେରା ସେହି ସ୍ଥାନରେ ଗୋଟିଏ ଗୁମ୍ଫା ଭିତରେ ବସି କିଛିଦିନ ଗୁରୁମନ୍ତ୍ର ସାଧନା କରିବାପରେ ସିଦ୍ଧିଲାଭ କରି ସେ ରାଜପ୍ରସାଦକୁ ଫେରି ଆସିଲେ । ସେହି ସ୍ଥାନଟି ଏବେ "ବାଘବଲି" ଓ "ଡାମଣ ଝୋଲି" ନାମରେ ପରିଚିତ ।
 
ସାଧନା କରି ଫେରିବା ପରେ ଉପେନ୍ଦ୍ରଙ୍କର ଆଗ ଅପେକ୍ଷା ଆହୁରି କାବ୍ୟ ଲେଖିବା ଓ କାବ୍ୟକବିତା ବିଷୟରେ ଜାଣିବାରେ ଆଗ୍ରହ ବୃଦ୍ଧି ପାଇବାରେ ଲାଗିଲା । କାବ୍ୟ ଆଲୋଚନା ପାଇଁ ସେ ଜେଜେ ଧନଞ୍ଜୟ ଭଞ୍ଜଙ୍କ ସହିତ ସମୟ ବିତାଉଥିଲେ । ଦିନେ ସାହିତ୍ୟ ଆଲୋଚନା ହେଉଥିଲା ବେଳେ ଧନଞ୍ଜୟ ନିଜର ଶ୍ରେଷ୍ଠ କାବ୍ୟ 'ରଘୁନାଥ ବିଳାସ' ଉପେନ୍ଦ୍ରଙ୍କୁ ଦେଲେ ଓ କିଛି ଦୋଷତୃଟି ଥିଲେ ନିର୍ଭୟରେ ତାଙ୍କୁ ଜଣେଇବାକୁ କହିଲେ । ଉପେନ୍ଦ୍ର କାବ୍ୟଟିକୁ ମନଦେଇ ପଢ଼ିସାରିଲାପରେ ଅଳଙ୍କାରର ପ୍ରୟୋଗ କରିଥିଲେ ଆହୁରି ଭଲ ହୋଇଥାନ୍ତା ବୋଲି କହିଲେ, ଧନଞ୍ଜୟ ଭଞ୍ଜ ଏକଥା ଶୁଣି ଖୁସି ହେଲେ ।
ବେନାମି ସଭ୍ୟ