"ଉପେନ୍ଦ୍ର ଭଞ୍ଜ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
୭୮ କ ଧାଡ଼ି:
ରାଜା ଧନଞ୍ଜୟଙ୍କ ଦରବାରକୁ ଥରେ ରଘୁନାଥ ନାମରେ ଜଣେ ସିଦ୍ଧପୁରୁଷ ସନ୍ୟାସୀ ଆସିଥିଲେ । ସେ ଉପେନ୍ଦ୍ରଙ୍କର ପାଠପଢ଼ା ଓ କବିତା ଲେଖିବାର ଆଗ୍ରହ ଦେଖି ତାଙ୍କୁ "ରାମ ତାରକ ମନ୍ତ୍ର" ବୋଲି ଏକ ସିଦ୍ଧ ମନ୍ତ୍ର ଶିଖାଇ ଏହାକୁ କେମିତି ସାଧନା କରିବାକୁ ହେବ ବତାଇଦେଲେ । ମନ୍ତ୍ରଟି ଶିଖିବା ପାଇଁ ଉପେନ୍ଦ୍ର କୁଲାଡ଼ଗଡ଼ ଛାଡ଼ି ଅଳ୍ପ ଦୂରରେ ଥିବା ଏକ ନିର୍ଜନ ସ୍ଥାନକୁ ଚାଲିଗଲେ । ହିଂସ୍ରଜନ୍ତୁପୂର୍ଣ୍ଣ ଓ ପାହାଡ ପର୍ବତଘେରା ସେହି ସ୍ଥାନରେ ଗୋଟିଏ ଗୁମ୍ଫା ଭିତରେ ବସି କିଛିଦିନ ଗୁରୁମନ୍ତ୍ର ସାଧନା କରିବାପରେ ସିଦ୍ଧିଲାଭ କରି ସେ ରାଜପ୍ରସାଦକୁ ଫେରି ଆସିଲେ । ସେହି ସ୍ଥାନଟି ଏବେ "ବାଘବଲି" ଓ "ଡାମଣ ଝୋଲି" ନାମରେ ପରିଚିତ ।
 
ସାଧନା କରି ଫେରିବା ପରେ ଉପେନ୍ଦ୍ରଙ୍କର ଆଗ ଅପେକ୍ଷା ଆହୁରି କାବ୍ୟ ଲେଖିବା ଓ କାବ୍ୟକବିତା ବିଷୟରେ ଜାଣିବାରେ ଆଗ୍ରହ ବୃଦ୍ଧି ପାଇବାରେ ଲାଗିଲା । କାବ୍ୟ ଆଲୋଚନା ପାଇଁ ସେ ଜେଜେ ଧନଞ୍ଜୟ ଭଞ୍ଜଙ୍କ ସହିତ ସମୟ ବିତାଉଥିଲେ । ଦିନେ ସାହିତ୍ୟ ଆଲୋଚନା ହେଉଥିଲା ବେଳେ ଧନଞ୍ଜୟ ନିଜର ଶ୍ରେଷ୍ଠ କାବ୍ୟ ''ରଘୁନାଥ ବିଳାସ'' ଉପେନ୍ଦ୍ରଙ୍କୁ ଦେଲେ ଓ କିଛି ଦୋଷତୃଟି ଥିଲେ ନିର୍ଭୟରେ ତାଙ୍କୁ ଜଣେଇବାକୁ କହିଲେ । ଉପେନ୍ଦ୍ର କାବ୍ୟଟିକୁ ମନଦେଇ ପଢ଼ିସାରିଲାପରେ ଅଳଙ୍କାରର ପ୍ରୟୋଗ କରିଥିଲେ ଆହୁରି ଭଲ ହୋଇଥାନ୍ତା ବୋଲି କହିଲେ, ଧନଞ୍ଜୟ ଭଞ୍ଜ ଏକଥା ଶୁଣି ଖୁସି ହେଲେ ।
 
ରାଣୀ ମଣ୍ଡାଦେବୀ ତାଙ୍କ ପୁଅ ନୀଳକଣ୍ଠଙ୍କୁ ଭଞ୍ଜବଂଶର ରାଜସିଂହାସନରେ ବସାଇବାକୁ ଚାହୁଁଥିଲେ, ତେଣୁ ସେ ଷଡଯନ୍ତ୍ର କରି ଧନଞ୍ଜୟଙ୍କୁ ବିଷ ଦେଇ ହତ୍ୟା କରାଇଲେ । ନୀଳକଣ୍ଠ ଭଞ୍ଜ ରାଜଗାଦିରେ ବସାଇବାରେ ସଫଳ ହେଲେ ଓ କିଛିଦିନ ପାଇଁ ରାଜ୍ୟଶାସନ କଲେ । ହେଲେ ତାଙ୍କର କାକାପୁଅ ଭାଇ ଘନଭଞ୍ଜ ଧରାକୋଟରେ ଥାଇ ନୀଳକଣ୍ଠଙ୍କ ବିରୁଦ୍ଧରେ ବିଦ୍ରୋହ ଆରମ୍ଭ କରିଦେଲେ ଏବଂ ସୈନ୍ୟସାମନ୍ତ ଧରି ଘୁମୁସରକୁ ଆକ୍ରମଣ କଲେ । ରଣକ୍ଷେତ୍ରରେ ନୀଳକଣ୍ଠ ଘନଭଞ୍ଜଙ୍କଠାରୁ ପରାସ୍ତ ହୋଇ ରାଜ୍ୟ ଛାଡ଼ି ଚାଲିଗଲେ । ନିଜର ସ୍ତ୍ରୀ ଓ ଯୋଗ୍ୟପୁତ୍ର ଉପେନ୍ଦ୍ରଙ୍କୁ ଧରି ନୀଳକଣ୍ଠ ନୟାଗଡ଼ର ମାଳିସାହି ଢେଙ୍କଣା ଗ୍ରାମରେ ଘରଟିଏ କରି ଅତି ସାଧାରଣ ଭାବରେ ଜୀବନ ଅତିବାହିତ କରିବାକୁ ଲାଗିଲେ । ନୀଳକଣ୍ଠ ଭଞ୍ଜ ଏହି ସମୟରେ ଉପେନ୍ଦ୍ରଙ୍କୁ ଘୋଡାଚଢା, ଖଣ୍ଡା, ତରବାରୀ ଚାଳନାରେ ଧୁରନ୍ଧର କରାଇଥିଲେ । ଉପେନ୍ଦ୍ର ଭଞ୍ଜ କାବ୍ୟ କବିତା ରଚନାରେ ଧ୍ୟାନ ଦେଲେ । ମାତ୍ର ୧୫ ବର୍ଷ ବୟସରେ ଉପେନ୍ଦ୍ର ପିତା ନୀଳକଣ୍ଠ ଭଞ୍ଜଙ୍କୁ ହରାଇଲେ ଓ ତାଙ୍କ ମାମୁଙ୍କ ଘରେ ରହିବାକୁ ଲାଗିଲେ ।