"ବାଜି ରାଉତ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
117.197.144.75 (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ Md. Golam Mukit Khanଙ୍କ ଦେଇ କରାଯାଇଥିବା ଶେଷ ବଦଳକୁ ଫେରାଇ ଦିଆଗଲା
ଟିକେ (117.197.144.75 (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ Md. Golam Mukit Khanଙ୍କ ଦେଇ କରାଯାଇଥିବା ଶେଷ ବଦଳକୁ ଫେରାଇ ଦିଆଗଲା)
ଟ୍ୟାଗ: Rollback
ଇଂରେଜ ସରକାରଙ୍କ ରାଜତ୍ୱ କାଳରେ ଭାରତବର୍ଷରେ ଅନ୍ୟାନ୍ୟ ରାଜ୍ୟ ଭଳି ଓଡ଼ିଶାରେ ସାଧାରଣ ପ୍ରଜାମାନେ ବିଭିନ୍ନ ଭାବରେ ଶୋଷଣ ଓ ଅତ୍ୟାଚାରିତରେ ଜର୍ଜରିତ ହେଉଥିଲେ । ସେତେବେଳେ ଇଂରେଜ ସରକାର ତାଙ୍କର ଶାସନ ପ୍ରଣାଳୀକୁ ସରଳ କରିବା ଉଦ୍ଦେଶ୍ୟରେ ସମଗ୍ର ଓଡ଼ିଶାକୁ ଦୁଇ ଭାଗରେ ବିଭକ୍ତ କରି ମୋଗଲବନ୍ଦୀ ଏବଂ ଗଡ଼ଜାତ ଅଞ୍ଚଳ ଭାବରେ ନାମିତ କରିଥିଲେ । ମୋଗଲବନ୍ଦୀ ଅଞ୍ଚଳଗୁଡ଼ିକରେ ଜମିଦାରମାନେ ଏବଂ ଗଡଜାତ ଅଞ୍ଚଳମାନଙ୍କରେ ରାଜାମାନେ ଶାସନ ନାମରେ ପ୍ରଜାମାନଙ୍କ ଉପରେ ଅକଥନୀୟ ଅତ୍ୟାଚାର କରୁଥିଲେ । ଏହି ଦୁଇଭାଗ ମଧ୍ୟରୁ ଗଡଜାତ ଅଞ୍ଚଳର ପ୍ରଜାମାନଙ୍କ ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡୁଥିଲା । ଗଡଜାତ ରାଜ୍ୟର ରାଜା ତଥା ପାରିଷାଦବର୍ଗଙ୍କ ଯାବତିୟ ଅନ୍ୟାୟ, ଅତ୍ୟାଚାର, ଶୋଷଣ, ବେଠି, ବେଘାରି, ଯୋରଜବରଦସ୍ତ ଟିକସ ଅସୁଲ, ମନମୁଖିଶାସନ, ମିଥ୍ୟା ମୋକଦ୍ଦମା ପ୍ରଭୁତିରେ ଜର୍ଜରିତ ହେଉଥିଲେ ଗଡଜାତବାସୀ । ସମୟେ ସମୟେ ଗଡଜାତ ଅଞ୍ଚଳରେ ଏହି ଶୋଷଣ କଷଣରେ ଫଳସ୍ୱରୁପ ପୁଞ୍ଜୀଭୁତ ଅସନ୍ତୋଷ କ୍ରମଶଃ ବୃଦ୍ଧି ପାଇ ବିସ୍ପୋରଣର ରୁପ ଧାରଣ କରୁଥିଲା, କିନ୍ତୁ ଇଂରେଜ ସରକାର ତାହାକୁ କଳେବଳେ କୌଶଳେ ଦମନ କରୁଥିଲେ । ଏହିସବୁ ଗଡଜାତ ଆନ୍ଦୋଳନ ସେତେବେଳେ ସମଗ୍ର ଭାରତବର୍ଷରେ ଆଲୋଡନ ସୃଷ୍ଟି କରିଥିଲା ।
 
୧୯୩୮ ମସିହା ଅକ୍ଟୋବର ମାସ ୧୧ ତାରିଖ ଅନ୍ଧାରିଆ ରାତିରେ ପ୍ରଜାମଣ୍ଡଳର କେତେଜଣ ସ୍ୱେଚ୍ଛାସେବୀଙ୍କ ସହ ବ୍ରାହ୍ମଣୀ ନଦୀ ଘାଟରେ ଡଙ୍ଗା ଜଗି ରହିଥିଲେ ବାଳକ ବାଜି ରାଉତ । ସେ ପ୍ରଜାମଣ୍ଡଳର ସିପାହୀ ସାଜିଛନ୍ତି । ଘାଟ ଡଙ୍ଗା ଜଗିବା ସେଦିନ ତାଙ୍କର ପାଳିଥିଲା । କାରଣ ପ୍ରଜାମଣ୍ଡଳର ହୁକୁମ ଥିଲା, ନଦୀଘାଟରୁ ଦୁରରେ ଡଙ୍ଗା ଲୁଚେଇ ରଖିବ, ଗୋରା ଫଉଜ ମାନେ ଯେପରି ନଦୀ ପାର ନହୁଅନ୍ତି, ସେମାନଙ୍କ ଗତିବିଧି ଉପରେ ନଜର ରଖି କ୍ୟାମ୍ପକୁ ଖବର ଦେବ, ଆଉ ପ୍ରଜାମଣ୍ଡଳର ସାଥୀଙ୍କୁ ନିରାପଦରେ ପାରି କରାଇବ । ଆଶଙ୍କାକୁ ସତ କରି ପୋଲିସ ମାନେ ପ୍ରଜା ମଣ୍ଡଳ ଆନ୍ଦୋଳନ ଦମନ କରିବାକୁ ଆସିଲେ । ମାତ୍ର ସେମାନଙ୍କ ଆଦେଶ ସତ୍ତ୍ୱେ ବାଜି ରାଉତ ଘାଟରୁ ଡ଼ଙ୍ଗା ଫିଟାଇଲେ ନାହିଁ । ପୋଲିସର ଧମକ ଚମକ ସତ୍ତ୍ୱେ କିଛି ଲାଭ ନହେବାରୁ, ସେମାନେ ତାଙ୍କୁ ସେଇଠି ଗୁଳି କରି ହତ୍ୟା କଲେ । ବାଜି ରାଉତଙ୍କ ଚିତ୍କାରରେ ସେତେବେଳକୁ ଅନେକ ଲୋକ ଆସିଯାଇଥିଲେ । ସେମାନେ ଡଙ୍ଗା ବାନ୍ଧି ପକାଇ ରଖିଲେ । ପୋଲିସ ମାନେ ଆଉ କିଛି ନକରି ଛୁରୀରେ ଡଙ୍ଗା ଦଉଡି କାଟି ମଝି ନଈକୁ ଡଙ୍ଗା ବୋହିନେଲେ । ଡଙ୍ଗା ମଝି ନଈରେ ଥିବା ବେଳେ ସେମାନେ କୂଳରେ ଥିବା ଲୋକଙ୍କୁ ଗୁଳି ଚାଳନା କଲେ । ସେଇଠି ଟଳି ପଡିଲେ ନିଳକଣ୍ଠପୁର ଗାଁର ଆଉ କେତେ ଜଣ - ହୁରୁଷି, ରଘୁ, ଗୁର, ନଟ, ଲକ୍ଷମଣ ଓ ଫଗୁ । ଦେଶ ପାଇଁ ଛୁଆ ବଡ଼ ମିଶି ସାତ ଜଣ ଶହିଦ ହୋଇଗଲେ । ନିଳକଣ୍ଠପୁର ଗୁଳିକାଣ୍ଡର ପରଦିନ ଅର୍ଥାତ୍ ୧୯୩୮ ମସିହା ଅକ୍ଟୋବର ମାସ ୧୨ ତାରିଖ ଦିନ ଦେଶ ପାଇଁ ପ୍ରାଣବଳି ଦେଇଥିବା ସାତଜଣ ବୀରଙ୍କର ପାର୍ଥିବ ଶରୀରକୁ କଟକ ଆଣି ବିରାଟ ପଟୁଆର ହେଲା । ଶେଷରେ ଆଜିର ଖାନ୍ନଗର ମଶାଣିରେ ଗୋଟିଏ ଚିତାରେ ସେମାନଙ୍କୁ ଦାହ କରାଗଲା
 
== ଆଧାର ==
୧୮,୫୬୭

ଗୋଟି ସମ୍ପାଦନା