"ରାଧାନାଥ ରାୟ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟ୍ୟାଗସବୁ: Reverted ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
ଟ୍ୟାଗସବୁ: Reverted ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
୩୮ କ ଧାଡ଼ି:
'''ରାଧାନାଥ ରାୟ''' (୧୮୪୮-୧୯୦୮) [[ଓଡ଼ିଆ ସାହିତ୍ୟ]]ର ଆଧୁନିକ ଯୁଗର ସ୍ରଷ୍ଟା ଭାବରେ ସମ୍ମାନିତ । ସେ ତାଙ୍କର କାବ୍ୟକବିତା ରଚନା ନିମନ୍ତେ '''କବିବର''' ଉପାଧିରେ ଭୂଷିତ ।<ref>http://web.archive.org/web/20091028063820/http://www.geocities.com/varnamala/editorial.html , accessed 25 December 2007</ref>
 
କବିବର ରାଧାନାଥରାୟ==ଜୀବନ କାଳ ==
ଓଡ଼ିଶାର ବାଲେଶ୍ବର ଜିଲ୍ଲାର ସୋର ଅନ୍ତର୍ଗତ କେଦାରପୁର ଗ୍ରାମରେ ୨୮ ସେପ୍ଟେମ୍ବର ୧୮୪୮ (ଆଶ୍ୱିନ ପନ୍ଦରଦିନ, ୧୭୭୧ ଶକାବ୍ଦ) ତାରିଖରେ ଜନ୍ମ ଗ୍ରହଣ କରିଥିଲେ [[]]। ସେ ସୁନ୍ଦରନାରାୟଣ ରାୟ ଓ ତାରିଣୀ ଦାସୀଙ୍କର ଜ୍ୟେଷ୍ଠ ସନ୍ତାନ ଥିଲେ । ସୁନ୍ଦରନାରାୟଣ ଥିଲେ ଦକ୍ଷିଣ ଭାରତୀୟ କାୟସ୍ଥ ଓ ତାଙ୍କ ପୂର୍ବପୁରୁଷ ମେଦିନୀପୁର ଅନ୍ତର୍ଗତ ରାଧାନଗର ଗ୍ରାମରୁ ଆସିଥିଲେ । ତାଙ୍କର ବଂଶଗତ ଉପାଧି ଥିଲା 'ଦେ' । ସୁନ୍ଦରନାରାୟଣ ବାଲେଶ୍ୱର କଲେକ୍ଟୋରେଟ୍‌ରେ ସଦର କାନୁନଗୋ ଥିଲେ।
ଅତି ଶୈଶବରୁ ତାଙ୍କର ମାତୃବିୟୋଗ ଘଟିଥିଲା । ସେ ଶୈଶବରୁ ଅତ୍ୟନ୍ତ ରୋଗପ୍ରବଣ ଥିଲେ, ତେଣୁ ପଠଦ୍ଦଶାରେ ତାଙ୍କର ବହୁ ସମୟ ରୋଗରେ ନଷ୍ଟ ହୋଇଥିଲା । ସେ ବାଲେଶ୍ୱର ଜିଲ୍ଲାସ୍କୁଲରୁ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ, ସେସମୟରେ କଟକର ଉଚ୍ଚତର ଶିକ୍ଷା ନିମନ୍ତେ କଲେଜ୍ ନଥିବାରୁ, କଲକୋତାକୁ ଏଫ୍. ଏ. ପଢ଼ିବାକୁ ଗଲେ । ସେଠାରେ ସ୍ୱାସ୍ଥ୍ୟହାନି ଘଟିବାରୁ ଉଚ୍ଚଶିକ୍ଷାକୁ ଜଳାଞ୍ଜଳି ଦେଇ ତାଙ୍କୁ ଶୀଘ୍ର ସେଠାରୁ ଫେରିଆସିବାକୁ ହେଲା । କିଛିଦିନ ପରେ ସେ ବାଲେଶ୍ୱର ଜିଲ୍ଲା ସ୍କୁଲରେ ମାସିକ ୩ ଟଙ୍କା ବେତନରେ ତୃତୀୟ ଶିକ୍ଷକ ପଦରେ ନିୟୁକ୍ତ ହେଲେ । କଲେଜରେ ପଢ଼ିବା ସୁବିଧା ଆଉ ନଘଟିବାରୁ ସେ ନିଜ ଯତ୍ନରେ ଘରେ ପାଠ ପଢ଼ି ଏଫ୍.ଏ. ପାସ୍ କରିଥିଲେ ଓ ବି.ଏ. ପରୀକ୍ଷାରେ ସମସ୍ତ ପାଠ୍ୟ ନିଜ ଉଦ୍ୟମରେ ଘରେ ପଢ଼ିଥିଲେ । ତତ୍କାଳୀନ ବିଖ୍ୟାତ ପଣ୍ଡିତ ସଦାଶିବ ନନ୍ଦଙ୍କ ପାଖରେ ରାଧାନାଥ, ଫକୀରମୋହନଙ୍କ ସହିତ ସଂସ୍କୃତ କାବ୍ୟ ନାଟକାଦି ଅଧ୍ୟୟନ କରି ସେଥିରେ ପାଣ୍ଡିତ୍ୟ ଅର୍ଜ୍ଜନ କରିଥିଲେ । ବାଲେଶ୍ୱର ଜିଲ୍ଲା ସ୍କୁଲରେ ରାଧାନାଥ ୫ ବର୍ଷକାଳ ଚାକିରୀ କରିଥିଲେ ଓ ଏହି ସମୟରେ ରେମୁଣା ଗ୍ରାମର ଆଦିତ୍ୟ ବଂଶର ଚନ୍ଦ୍ରମୋହନ ଆଦିତ୍ୟଙ୍କ କନ୍ୟା ପରଶମଣିଙ୍କ ସହିତ ରାଧାନାଥଙ୍କ ବିବାହ ସମ୍ପନ୍ନ ହୋଇଥିଲା । ଏହା ପରେ ସେ ଦ୍ୱିତୀୟ ଶିକ୍ଷକ ପଦରେ ପୁରୀଜିଲ୍ଲା ସ୍କୁଲକୁ ବଦଳି ହେଲେ ଓ ସେଠାରେ ଭକ୍ତକବି ମଧୁସୂଦନ ରାଓ ତାଙ୍କର ଛାତ୍ର ଥିଲେ । ପୁରୀରୁ ସେବାଙ୍କୁଡ଼ାକୁ ବଦଳି ହେଲେ ଓ ସେଠାରୁ ୧୮୭୬ରେ ସ୍କୁଲ ବିଭାଗୀୟ ଡ଼େପୁଟି ଇନ୍ସପେକ୍ଟର୍ ପଦରେ ବାଲେଶ୍ୱର ଜିଲ୍ଲାକୁ ଫେରି ଆସିଲେ । ରାଧାନାଥ ତାଙ୍କ ସାହିତ୍ୟସେବାର ଓ ଉତ୍କଳର ଶିକ୍ଷା ବିସ୍ତାର ପ୍ରତି ସ୍ପୃହାର ପୁରସ୍କାରସ୍ୱରୂପ ଗଭର୍ଣ୍ଣମେଣ୍ଟ୍ ତାଙ୍କୁ ରାୟ ବାହାଦୁର ଉପାଧିରେ ଭୂଷିତ କରିଥିଲେ । ଗଡ଼ଜାତ ଭ୍ରମଣରୁ ଫେରି ଜ୍ୱର ରୋଗରେ ଆକ୍ରାନ୍ତ ହୋଇ ସେ ୧୯୦୮ ସାଲ ଅପ୍ରେଲ ମାସ ୧୭ ତାରିଖରେ ମୃତ୍ୟୁ ବରଣ କରିଥିଲେ ।