"ବାଜି ରାଉତ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ (117.197.144.75 (ଆଲୋଚନା)ଙ୍କ ଦେଇ କରାଯାଇଥିବା ବଦଳକୁ Md. Golam Mukit Khanଙ୍କ ଦେଇ କରାଯାଇଥିବା ଶେଷ ବଦଳକୁ ଫେରାଇ ଦିଆଗଲା)
ଟ୍ୟାଗ: Rollback
ଟ୍ୟାଗସବୁ: ମୋବାଇଲ ସମ୍ପାଦନା ମୋବାଇଲ ୱେବ ବଦଳ Android app edit
 
୧୯୨୬ ମସିହା ଅକ୍ଟୋବର ୫ ତାରିଖ ଦିନ ବାଜି ରାଉତ ଢେଙ୍କାନାଳ ଜିଲ୍ଲାର ନିଳକଣ୍ଠପୁର ଗ୍ରାମରେ ଏକ ଗରିବ ଖଣ୍ଡାୟତ ପରିବାରରେ ଜନ୍ମ ଗ୍ରହଣ କରିଥିଲେ । ସେ ପିଲା ବେଳୁ ବାପାଙ୍କୁ ହରାଇ ମା'ଙ୍କଦ୍ୱାରା ପ୍ରତିପାଳିତ ହେଉଥିଲେ । ପରିବାରରେ ଚାଷବାଷ ସକାଶେ ଜମି ନ ଥିଲା । ମା’ ଅନ୍ୟଘରେ ପାଇଟିକରି ତାଙ୍କୁ ପାଳୁଥିଲେ । ହେତୁ ପାଇଲା ପରେ ସେତେବେଳର ଢେଙ୍କାନାଳର ରାଜା ଶଙ୍କର ପ୍ରତାପ ସିଂହଦେଓ ଗରିବମାନଙ୍କ ଉପରେ ଅତ୍ୟାଚାର କରୁଥିବାର ସେ ଅନୁଭବ କରିଥିଲେ । ପରେ ଢେଙ୍କାନାଳର ବୈଷ୍ଣବ ଚରଣ ପଟ୍ଟନାୟକ (ବୀର ବୈଷ୍ଣବ ନାମରେ ଜଣା) ଯେତେବେଳେ ରାଜାଙ୍କ ବିରୋଧରେ ପ୍ରଜାମଣ୍ଡଳ ଆରମ୍ଭ କଲେ ସେତେବେଳେ ବାଜି ସେହି କୋମଳ ବୟସରେ ସେଥିରେ ଯୋଗ ଦେଇଥିଲେ । ସେ ଇଂରେଜମାନଙ୍କୁ ଡଙ୍ଗାରେ ନଦୀ ପାରିକରିବାକୁ ମନା କରି ସେମାନଙ୍କ ହାତରେ ଜୀବନ ଦେଇଥିଲେ ।<ref>{{cite book|title=ଅମର ଶହିଦ ବାଜି ରାଉତ|publisher=ସୂଚନା ଓ ଗଣସମ୍ପର୍କ ବିଭାଗ, ଓଡ଼ିଶା ସରକାର}}</ref>
 
== ପ୍ରଜାମଣ୍ଡଳ ଆନ୍ଦୋଳନ ଓ ମୃତ୍ୟମୃତ୍ୟୁ ==
ଇଂରେଜ ସରକାରଙ୍କ ରାଜତ୍ୱ କାଳରେ ଭାରତବର୍ଷରେ ଅନ୍ୟାନ୍ୟ ରାଜ୍ୟ ଭଳି ଓଡ଼ିଶାରେ ସାଧାରଣ ପ୍ରଜାମାନେ ବିଭିନ୍ନ ଭାବରେ ଶୋଷଣ ଓ ଅତ୍ୟାଚାରିତରେ ଜର୍ଜରିତ ହେଉଥିଲେ । ସେତେବେଳେ ଇଂରେଜ ସରକାର ତାଙ୍କର ଶାସନ ପ୍ରଣାଳୀକୁ ସରଳ କରିବା ଉଦ୍ଦେଶ୍ୟରେ ସମଗ୍ର ଓଡ଼ିଶାକୁ ଦୁଇ ଭାଗରେ ବିଭକ୍ତ କରି ମୋଗଲବନ୍ଦୀ ଏବଂ ଗଡ଼ଜାତ ଅଞ୍ଚଳ ଭାବରେ ନାମିତ କରିଥିଲେ । ମୋଗଲବନ୍ଦୀ ଅଞ୍ଚଳଗୁଡ଼ିକରେ ଜମିଦାରମାନେ ଏବଂ ଗଡଜାତ ଅଞ୍ଚଳମାନଙ୍କରେ ରାଜାମାନେ ଶାସନ ନାମରେ ପ୍ରଜାମାନଙ୍କ ଉପରେ ଅକଥନୀୟ ଅତ୍ୟାଚାର କରୁଥିଲେ । ଏହି ଦୁଇଭାଗ ମଧ୍ୟରୁ ଗଡଜାତ ଅଞ୍ଚଳର ପ୍ରଜାମାନଙ୍କ ଅବସ୍ଥା ଅତ୍ୟନ୍ତ ଶୋଚନୀୟ ହୋଇପଡୁଥିଲା । ଗଡଜାତ ରାଜ୍ୟର ରାଜା ତଥା ପାରିଷାଦବର୍ଗଙ୍କ ଯାବତିୟ ଅନ୍ୟାୟ, ଅତ୍ୟାଚାର, ଶୋଷଣ, ବେଠି, ବେଘାରି, ଯୋରଜବରଦସ୍ତ ଟିକସ ଅସୁଲ, ମନମୁଖିଶାସନ, ମିଥ୍ୟା ମୋକଦ୍ଦମା ପ୍ରଭୁତିରେ ଜର୍ଜରିତ ହେଉଥିଲେ ଗଡଜାତବାସୀ । ସମୟେ ସମୟେ ଗଡଜାତ ଅଞ୍ଚଳରେ ଏହି ଶୋଷଣ କଷଣରେ ଫଳସ୍ୱରୁପ ପୁଞ୍ଜୀଭୁତ ଅସନ୍ତୋଷ କ୍ରମଶଃ ବୃଦ୍ଧି ପାଇ ବିସ୍ପୋରଣର ରୁପ ଧାରଣ କରୁଥିଲା, କିନ୍ତୁ ଇଂରେଜ ସରକାର ତାହାକୁ କଳେବଳେ କୌଶଳେ ଦମନ କରୁଥିଲେ । ଏହିସବୁ ଗଡଜାତ ଆନ୍ଦୋଳନ ସେତେବେଳେ ସମଗ୍ର ଭାରତବର୍ଷରେ ଆଲୋଡନ ସୃଷ୍ଟି କରିଥିଲା ।
 
ବେନାମି ସଭ୍ୟ