"ଉପେନ୍ଦ୍ର ଭଞ୍ଜ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଲିଖନଶୈଳୀ
ଟିକେ Regular Character Changes
୯୮ କ ଧାଡ଼ି:
=== ବୀରବର ଉପାଧି ଲାଭ ===
{{Quote box|quote=<poem> ବୀରବର ପଦ ଉପଇନ୍ଦ୍ର ମୋର ନାମ ।
ବାରେ ବାରେ ସେବାରେ ମନାଇଁ ସୀତାରାମ ଯେ ।୫୦। </poem>|source=—ଦ୍ୱିପଞ୍ଚାଶତ ଛାନ୍ଦ, [[ବୈଦେହୀଶ ବିଳାସ]]|align=right}}କାବ୍ୟକବିତା ଲେଖି ଉପେନ୍ଦ୍ର ସାରା ଓଡିଶାରେଓଡ଼ିଶାରେ ବେଶ୍ ପ୍ରସିଦ୍ଧି ଲାଭ କରିସାରିଥିଲେ । ପୁରୀର ତତ୍କାଳୀନ ଗଜପତି ରାଜା ଦିବ୍ୟସିଂହ ଦେବ କବିଙ୍କ ବିଷୟରେ ଶୁଣିବାକୁ ପାଇଲେ ଓ ତାଙ୍କୁ ସମ୍ମାନିତ କରିବା ପାଇଁ ପୁରୀକୁ ଡକାଇଲେ। ରାଜାଙ୍କ ନିମନ୍ତ୍ରଣ ରକ୍ଷା କରି ଉପେନ୍ଦ୍ର ପୁରୀ ଆସିଲେ । ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ସହ ରାଜଦରବାରରେ କାବ୍ୟ ଆଲୋଚନା କଲେ । ତାଙ୍କର କାବ୍ୟ ଆଲୋଚନା ଏତେ ପାଣ୍ଡିତ୍ୟ ପୂର୍ଣ୍ଣ ଥିଲା ଯେ ଖାଲି ରାଜା କାହିଁକି ବଡ ବଡ ପଣ୍ଡିତମାନେ ମଧ୍ୟ ତାହା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ଶେଷରେ ଦିବ୍ୟସିଂହ ଦେବ ରାଜଦରବାର ଭିତରେ ଉପେନ୍ଦ୍ରଙ୍କ ମୁଣ୍ଡରେ ପାଟଶାଢୀ ବାନ୍ଧିଦେଇ କହିଲେ,''ଧନ୍ୟ ଉପେନ୍ଦ୍ର। ତୁମେ ଖାଲି ରାଜପୁତ୍ର ନୁହଁ, ତୁମେ ସେମାନଙ୍କ ମଧ୍ୟରେ ଶ୍ରେଷ୍ଠ। ତୁମକୁ ଆଜି ମୁଁ '''ବୀରବର'''ଉପାଧିରେ ଭୂଷିତ କରୁଛି"।'' ଉପେନ୍ଦ୍ର ଗଜପତି ଦିବ୍ୟସିଂହ ଦେବଙ୍କର ସେହି ଉପାଧିକୁ ଆଗ୍ରହର ସହିତ ଗ୍ରହଣ କଲେ ।
 
ପୁରୀରେ ରହିଥିବାବେଳେ ଉପେନ୍ଦ୍ରଙ୍କର ପରିଚୟ [[ଭକ୍ତକବି ଦୀନକୃଷ୍ଣ ଦାସ]] ସହିତ ହୋଇଥିଲା । ଦୀନକୃଷ୍ଣ ଦାସ ସେତେବେଳକୁ "ରସକଲ୍ଲୋଳ" କାବ୍ୟଟିକୁ ସମ୍ପୂର୍ଣ୍ଣ ରୂପେ ଲେଖିସାରିଥାନ୍ତି । କବି ଉପେନ୍ଦ୍ର ଯେତେବେଳେ ପୁରୀକୁ ଆସିଛନ୍ତି, ତାଙ୍କୁ ଟିକେ ନିଜର କାବ୍ୟଟିକୁ ଦେଖାଇ ମତାମତ ନେବାକୁ ଦୀନକୃଷ୍ଣଙ୍କର ଭାରି ମନ ହେଲା । ତେଣୁ "ରସକଲ୍ଲୋଳ" କାବ୍ୟଟିକୁ ନେଇ ସେ ଉପେନ୍ଦ୍ର ଭଞ୍ଜଙ୍କୁ ଦେଖାଇଲେ । ଉପେନ୍ଦ୍ର ପୋଥିକୁ ଭଲ କରି ପଢିଲେ, ତାପରେ ହସି ହସି କହିଲେ - "ବୁଝିଲେ ଦାସେ ଆପଣେ, ଦିବ୍ୟସୁନ୍ଦର କାବ୍ୟଟିଏ ଲେଖିଲେ ସିନା ହେଲେ ଭଲ ନାଁଟିଏ ଦେଇପାରିଲେ ନାହିଁ । ପ୍ରତି ଅକ୍ଷର ଯେତେବେଳେ "କ" ଅକ୍ଷରରେ ଆରମ୍ଭ କରିଛନ୍ତି, ତା ନା "କଳକଲ୍ଲୋଳ" ବା "କୃଷ୍ଣକଲ୍ଲୋଳ" ରଖିଥିଲେ ଭଲ ହୋଇଥାନ୍ତା"।