"ବିଦ୍ୟୁତ୍-ଚୁମ୍ବକୀୟ ପ୍ରଭାବ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ Psubhashish ବିଦ୍ୟୁତ୍,ଚୁମ୍ବକତ୍ବ, ପୃଷ୍ଠାଟି ବିଦ୍ୟୁତ୍-ଚୁମ୍ବକୀୟ ପ୍ରଭାବକୁ ପୁନପ୍ରେରଣ ବିନା ଘୁଞ୍ଚାଇଲେ: ସଠିକ ନାମକରଣ
ଟିକେ ବୈଦୁତିକ -> ବୈଦ୍ୟୁତିକ
୧ କ ଧାଡ଼ି:
'''ବିଦ୍ୟୁତ୍-ଚୁମ୍ବକତ୍ୱ''' ବା '''ବିଦ୍ୟୁତ୍-ଚୁମ୍ବକୀୟ ପ୍ରଭାବ''' ଭୌତିକ ବିଜ୍ଞାନର ଏକ ପ୍ରମୁଖ ଶାଖା । ବିଦ୍ୟୁତ୍-ଚୁମ୍ବକୀୟ ବଳ ଓ ତାହାର ପ୍ରଭାବର ଅନୁଶୀଳନ ଏହି ଶାଖାର ଭିତ୍ତିଭୂମି । ବୈଦୁତିକବୈଦ୍ୟୁତିକ ଚାର୍ଜ୍ ବହନ କରୁଥିବା ବସ୍ତୁମାନଙ୍କ ମଧ୍ୟରେ ବଳ ସୃଷ୍ଟି ହୁଏ, ତାହାକୁ ବିଦ୍ୟୁତ୍-ଚୁମ୍ବକୀୟ ବଳ ବୋଲି କୁହାଯାଏ । ବିଦ୍ୟୁତ୍-ଚୁମ୍ବକୀୟ ବଳ, ବିଦ୍ୟୁତ୍-ଚୁମ୍ବକୀୟ କ୍ଷେତ୍ର (ବୈଦୁତିକବୈଦ୍ୟୁତିକ କ୍ଷେତ୍ର, ଚୁମ୍ବକୀୟ କ୍ଷେତ୍ର, ଆଲୋକ) ସହିତ ଓତଃପ୍ରୋତ ଭାବେ ଜଡ଼ିତ । ଆଧୁନିକ ଭୌତିକ ବିଜ୍ଞାନରେ ବିଦ୍ୟୁତ୍-ଚୁମ୍ବକୀୟ ବଳକୁ ପାରମାଣବିକ ବସ୍ତୁ (ଈଂରାଜୀରେ Atomic Particles)ଙ୍କ ମଧ୍ୟରେ ଥିବା ଏକ ମୌଳିକ ପାରସ୍ପରିକ ବଳ ଭାବେ ଗଣନା କରାଯାଏ । ସାଧାରଣତଃ ପାରମାଣବିକ ବସ୍ତୁମାନଙ୍କ ମଧ୍ୟରେ ଥିବା ୪ଟି ମୌଳିକ ପାରସ୍ପରିକ ବଳ ହେଲା: ଶକ୍ତିଶାଳୀ ବଳ (ଈଂରାଜୀରେ Strong Force), ଶକ୍ତିହୀନ ବଳ (ଈଂରାଜୀରେ Weak Force), ମହାକର୍ଷଣୀୟ (ଈଂରାଜୀରେ Gravitational) ଏବଂ ବିଦ୍ୟୁତ୍-ଚୁମ୍ବକତ୍ୱ (ଈଂରାଜୀରେ Electro-Magnetic) । <ref>{{cite book|last1=Ravaioli|first1=Fawwaz T. Ulaby, Eric Michielssen, Umberto|title=Fundamentals of applied electromagnetics|date=2010|publisher=Prentice Hall|location=Boston|isbn=978-0-13-213931-1|page=13|edition=6th|ref=Ulaby13}}<!--|accessdate=6 November 2014--></ref>ବିଦ୍ୟୁତ୍-ଚୁମ୍ବକତ୍ୱକୁ ବିଦ୍ୟୁତ୍-ଚୁମ୍ବକୀୟ ବଳ (ଲୋରେଞ୍ଜ୍ ବଳ)ର ପ୍ରଭାବଦ୍ୱାରା ପରିପ୍ରକାଶ କରାଯାଏ । ବିଦ୍ୟୁତ୍-ଚୁମ୍ବକୀୟ ବଳରେ ବୈଦୁତିକବୈଦ୍ୟୁତିକ ବଳ ଓ ଚୁମ୍ବକତ୍ୱ ସମାହିତ । [[File:Lightning.0257.jpg|thumb|ବିଜୁଳି ମାରିଲେ ଦୁଇଟି ଚାର୍ଜିତ ସ୍ଥାନ ମଧ୍ୟରେ ବିଦ୍ୟୁତ୍ ପ୍ରବହିତ ହୁଏ]]
 
ପାରମ୍ପରିକ ଭୌତିକ ବିଜ୍ଞାନର ଅନୁସାରେ ବିଦ୍ୟୁତ୍ ଚାର୍ଜ୍ ଓ ବିଦ୍ୟୁତ୍ ବିଭବ ଯୋଗୁଁ ବୈଦ୍ୟୁତିକ କ୍ଷେତ୍ର ସୃଷ୍ଟି ହୋଇଥାଏ । ମାଇକେଲ୍ ଫାରାଡ଼େଙ୍କ ନିୟମାନୁସାରେ ଚୁମ୍ବକୀୟ କ୍ଷେତ୍ର, ବିଦ୍ୟୁତ୍-ଚୁମ୍ବକୀୟ ଉପପାଦନ (ଈଂରାଜୀରେ Electromagnetic Induction) ଓ ଚୁମ୍ବକତ୍ୱ ସହିତ ସମ୍ପୃକ୍ତ । ବୈଦୁତିକବୈଦ୍ୟୁତିକ କ୍ଷେତ୍ରରେ ଚାର୍ଜ୍ ଓ ପ୍ରବାହ, ଚୁମ୍ବକୀୟ କ୍ଷେତ୍ର ପରସ୍ପରକୁ କିପରି ଭାବେ ପ୍ରଭାବିତ କରନ୍ତି ମାକ୍ସୱେଲଙ୍କ ସମୀକରଣରେ ଦର୍ଶିତ ହୋଇଛି ।  ବିଦ୍ୟୁତ୍-ଚୁମ୍ବକତ୍ୱର ପରୀକ୍ଷଣଦ୍ୱାରା ଶୂନ୍ୟରେ ଆଲୋକର ବେଗ ନିରୂପିତ ହୋଇପାରିଲା ଓ ଏହା ଆଇନଷ୍ଟାଇନଙ୍କ ବିଶେଷ ଆପେକ୍ଷିକ ତତ୍ତ୍ୱର ଭିତ୍ତିଭୂମି । 
 
== ଇତିହାସ ==
[[File:Ørsted.jpg|thumb|140px|ହାନ୍ସ୍ ଖ୍ରୀଷ୍ଟିୟାନ୍ ଓରଷ୍ଟେଡ୍]]
ପୂର୍ବେ ବିଜ୍ଞାନ ଜଗତରେ ବୈଦୁତିକବୈଦ୍ୟୁତିକ ପ୍ରଭାବ ଓ ଚୁମ୍ବକତ୍ୱ ଭିନ୍ନ ଭିନ୍ନ ବଳ ବୋଲି ଧାରଣା ଥିଲା । ୧୮୭୩ ମସିହାରେ ଜେମ୍ସ୍ କ୍ଲାର୍କ ମାକ୍ସୱେଲଙ୍କ ବିଦ୍ୟୁତ୍ ଓ ଚୁମ୍ବକତ୍ୱ ସମ୍ବନ୍ଧୀୟ ଲେଖ ପରେ ଏହି ଧାରଣା ବଦଳିଲା । ଯେତେବେଳେ ଯୁକ୍ତ ଚାର୍ଜ୍ ଓ ବିଯୁକ୍ତ ଚାର୍ଜ୍ ପରସ୍ପରର ପ୍ରଭାବରେ ଆସନ୍ତି ସେତେବେଳେ׃
 
୧. ବୈଦ୍ୟୁତିକ ଚାର୍ଜ୍ ପରସ୍ପରକୁ ଯେଉଁ ବଳଦ୍ୱାରା ଆକର୍ଷଣ ବା ବିକର୍ଷଣ କରନ୍ତି, ତାହା ସେମାନଙ୍କ ମଧ୍ୟବର୍ତ୍ତୀ ଦୂରତାର ବର୍ଗ ସହ ବିପରୀତତଃ ଅନୁପାତୀ ।  ସମଚାର୍ଜ୍ ପରସ୍ପରକୁ ବିକର୍ଷଣ ଓ ଅସମଚାର୍ଜ୍ ପରସ୍ପରକୁ ଆକର୍ଷଣ କରିଥାନ୍ତି । 
୩୫ କ ଧାଡ଼ି:
 
== ପାରମ୍ପରିକ ପରିଭାଷା ==
୧୬୦୦ ମସିହାରେ ୱିଲିୟମ୍ ଗିଲବର୍ଟ୍ ପ୍ରଥମେ ପ୍ରସ୍ତାବ ଦେଇଥିଲେ ଯେ ଉଭୟ ବୈଦୁତିକବୈଦ୍ୟୁତିକ ଶକ୍ତି ଓ ଚୁମ୍ବକୀୟ ଶକ୍ତି ଯୋଗୁଁ ପଦାର୍ଥମାନଙ୍କ ମଧ୍ୟରେ ଆକର୍ଷଣ ଓ ବିକର୍ଷଣ ହୋଇଥାଏ । କିନ୍ତୁ ଦୁହେଁ ଭିନ୍ନ ଭିନ୍ନ ବଳ । ସେ କାଳରେ ସମୁଦ୍ରରେ ଯାତ୍ରା କରୁଥିବା ନାବିକମାନେ ଅନୁଧ୍ୟାନ କରିଥିଲେ ଯେ ବଜ୍ରପାତ ସମୟରେ ଦିଗବାରେଣୀ ଯନ୍ତ୍ରର ସୂଚୀ ବିକ୍ଷେପିତ ହୋଇଥାଏ । କିନ୍ତୁ ଏହାର କାରଣ କେହି ଜାଣି ନଥିଲେ । ୧୭୫୨ ମସିହାରେ ବେଞ୍ଜାମିନ୍ ଫ୍ରାଙ୍କଲିନ୍ଙ୍କ ପରୀକ୍ଷାପରେ ଜଣା ପଡ଼ିଲା ଯେ ବଜ୍ରପାତ ସମୟରେ ବିଦ୍ୟୁତ୍-ପ୍ରବାହ ହୋଇଥାଏ।  ୧୮୦୨ରେ ରୋମାଗ୍ନୋସି ପ୍ରଥମେ ଏହାର କାରଣ ଆକସ୍ମିକ ଭାବେ ଜାଣିପାରି ତାହା ପ୍ରକାଶ କଲେ । କିନ୍ତୁ ୧୮୨୦ରେ ଓରଷ୍ଟେଡ୍ ନିଜ ବୈଜ୍ଞାନିକ ପରୀକ୍ଷାଦ୍ୱାରା ଏହାକୁ ସର୍ବବିଦିତ କରାଇଲେ ।<ref name='Oersted'>{{cite web|url=http://www-istp.gsfc.nasa.gov/Education/whmfield.html |title=Magnetic Fields -- History |accessdate=2009-11-27 |last=Stern |first=Dr. David P. |first2=Mauricio |last2=Peredo |date=2001-11-25 |publisher=NASA Goddard Space Flight Center }}</ref> ତାଙ୍କ ଗବେଷଣାକୁ ବ୍ୟବହାର କରି ଆମ୍ପିୟର୍ ବିଦ୍ୟୁତ୍ ପରିବାହକ ଓ ଚୁମ୍ବକୀୟ ବଳ ମଧ୍ୟରେ ଗାଣିତିକ ସୂତ୍ରର ନିରୂପଣ କରିଥିଲେ ।
 
୧୮୨୦ରୁ ୧୮୭୩ ମସିହା ମଧ୍ୟରେ ଏହି ତତ୍ତ୍ୱର ବିକାଶରେ ଅନେକ ବୈଜ୍ଞାନିକ ଭାଗୀ ହେଲେ । ସେହି ସମୟରେ ଜେମସ୍ କ୍ଲାର୍କ୍ ମାକ୍ସୱେଲ ସମସ୍ତ ଗବେଷଣାକୁ ଏକ ସୂତ୍ରରେ ବାନ୍ଧିବାରେ ସମର୍ଥ ହେଲେ ଓ ଆଲୋକର ବିଦ୍ୟୁତ୍-ଚୁମ୍ବକୀୟ ପ୍ରକୃତିର ଆବିଷ୍କାର କରିଥିଲେ । ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ୱରେ ବିଦ୍ୟୁତ୍-ଚୁମ୍ବକୀୟ କ୍ଷେତ୍ରର ଗୁଣ ମାକ୍ସୱେଲଙ୍କ ସମୀକରଣଦ୍ୱାରା ଓ ବିଦ୍ୟୁତ୍-ଚୁମ୍ବକୀୟ ବଳର ମାପ ଲୋରେଞ୍ଜ୍ ବଳ ନିୟମଦ୍ୱାରା ନିରୂପିତ ହୋଇଥାନ୍ତି । 
 
ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ୱର ପାରମ୍ପରିକ ଯାନ୍ତିକ ବିଜ୍ଞାନ ସହିତ ମତାନ୍ତର ରହିଛି । କିନ୍ତୁ ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ୱ ବିଶେଷ ଆପେକ୍ଷିକ ତତ୍ତ୍ୱକୁ ସମର୍ଥନ କରେ । ମାକ୍ସୱେଲଙ୍କ ସମୀକରଣ ଅନୁସାରେ ଶୂନ୍ୟରେ ଆଲୋକର ବେଗ ସ୍ଥିର ଓ ଅପରିବର୍ତ୍ତନୀୟ । ଏହା କେବଳ ଶୂନ୍ୟର ବୈଦୁତିକବୈଦ୍ୟୁତିକ ଅନୁଜ୍ଞତା ଓ ବିଶିଷ୍ଟ ଚୁମ୍ବକଶୀଳତା ଉପରେ ନିର୍ଭରଶୀଳ । କିନ୍ତୁ ସେ ସମୟରେ ଅନେକ ଦିନରୁ ଭୌତିକ ବିଜ୍ଞାନର ଭିତ୍ତିଭୂମି ସାଜିଥିବା ଗାଲିଲିଓଙ୍କ ନିଶ୍ଚରତା ନିୟମକୁ ଏହା ବିରୋଧ କରୁଥିଲା ।  ଉଦାହରଣ ସ୍ୱରୂପ: ପାରମ୍ପରିକ ବିଜ୍ଞାନ ଅନୁସାରେ ଏକ ସ୍ଥିର ବା ଗତିଶୀଳ ଉତ୍ସରୁ ବାହାରୁଥିବା ଆଲୋକର ବେଗ ସମାନ ହୋଇପାରିବ ନାହିଁ । ତେଣୁ ପାରମ୍ପରିକ ବିଜ୍ଞାନର ସହମତି ପାଇଁ ଶୂନ୍ୟରେ ଇଥର୍ ନାମକ ଏକ ମାଧ୍ୟମ ରହିଛି ଏବଂ ଆଲୋକ ଇଥର୍ ମାଧ୍ୟମରେ ଗତି କରେ ବୋଲି କୁହାଗଲା । କିନ୍ତୁ ସେତେବେଳେ ହୋଇଥିବା ସମସ୍ତ ପରୀକ୍ଷାରୁ ଏହା ସତ୍ୟ ବୋଲି ପ୍ରମାଣିତ ହୋଇପାରିଲା ନାହିଁ । ହେଣ୍ଡେରିକ୍ ଲୋରେଞ୍ଜ୍ ଓ ହେନେରି ପୋଇନକେର୍ଙ୍କ ସହାୟତାରେ ୧୯୦୫ ମସିହାରେ ଆଇନ୍ ଷ୍ଟାଇନ୍ ବିଶେଷ ଆପେକ୍ଷିକ ତତ୍ତ୍ୱର ଆବିଷ୍କାର କଲେ ଓ ଏହି କାଳ୍ପନିକ ମାଧ୍ୟମ ଇଥର ସମ୍ବନ୍ଧୀୟ ପ୍ରହେଳିକାର ଅନ୍ତ ହେଲା । ପାରମ୍ପରିକ ବିଦ୍ୟୁତ୍-ଚୁମ୍ବକତ୍ୱ ପାରମ୍ପରିକ ଯାନ୍ତ୍ରିକ ବିଜ୍ଞାନର ସମର୍ଥନ କଲାନାହିଁ କିନ୍ତୁ ବିଶେଷ ଆପେକ୍ଷିକ ତତ୍ତ୍ୱର ପରିଧୀରେ ଗୃହିତ ହେଲା ।  
 
ଆପେକ୍ଷିକ ତତ୍ତ୍ୱର ଏକ ସିଦ୍ଧାନ୍ତ ଅନୁସାରେ ଗତିଶୀଳ ପରିବେଶରେ ଚୁମ୍ବକୀୟ କ୍ଷେତ୍ରରେ ପରିବର୍ତ୍ତନ ହୋଇ ସେଥିରେ ଏକ ବୈଦୁତିକବୈଦ୍ୟୁତିକ ଅଂଶର ଉଦ୍ଭବ ହୁଏ । ସେହିପରି ଗତିଶୀଳ ବୈଦୁତିକବୈଦ୍ୟୁତିକ କ୍ଷେତ୍ରରେ ଚୁମ୍ବକୀୟ ପ୍ରକୃତି ଦେଖାଦିଏ । ତେଣୁ ବୈଦୁତିକବୈଦ୍ୟୁତିକ କ୍ଷେତ୍ର ଓ ଚୁମ୍ବକୀୟ କ୍ଷେତ୍ର ଦୁଇଟି ଭିନ୍ନ ଭିନ୍ନ କ୍ଷେତ୍ର ନୁହେଁ, ବରଂ ଏକ ମୁଦ୍ରାର ଦୁଇ ପାର୍ଶ୍ୱ ଭଳି । 
 
== ଆଧୁନିକ ପରିଭାଷା ==