"ସାରଳା ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ ଗୁଡିକ -> ଗୁଡ଼ିକ (ସଠିକ ବନାନ) (via JWB)
ଟିକେ ବନାନ (via JWB)
୫୪ କ ଧାଡ଼ି:
'''ବିଲଙ୍କା ରାମାଯ଼ଣ'''
 
ରାବଣକୁ ବଧକରି ପ୍ରଭୁ ରାମଚନ୍ଦ୍ର ପତ୍ନୀ ସୀତା ଓ ଭାଇ ଲକ୍ଷ୍ମଣଙ୍କ ସହ ଅଯୋଧ୍ୟା ଫେରି ଆସିଥାନ୍ତି । ରାମଙ୍କର ରାଜ୍ୟାଭିଷେକର ଆୟୋଜନରେ ସାରା ଅଯୋଧ୍ୟା ଉତ୍ସବ ମୁଖର ହୋଇ ଉଠିଥାଏ । କିନ୍ତୁ ବିଧିର ବିଚିତ୍ର ବିଧାନ! ଅଭିଷେକ ହୋଇଗଲେ ରାମଚନ୍ଦ୍ର ରାଜକାର୍ଯ୍ୟରେ ବ୍ୟସ୍ତଯିବେ, ତେଣୁ ବିଲଙ୍କାସୁରକୁ ବଧ କରି ଦେବତାମାନଙ୍କୁ କିପରି ଉଦ୍ଧାର କରିବେ ବୋଲି ବ୍ରହ୍ମାଙ୍କୁ ଯମ ପଚାରିଛନ୍ତି । ନିଜ ଶକ୍ତିର ପ୍ରମାଣ ଦେବାକୁ ରାମ ଏକାକୀ ବିଲଙ୍କାସୁରକୁ ବଧ କରିବାକୁ ଯାଇଛନ୍ତି, ହେଲେ ସେଥିରେ ସଫଳ ହୋଇ ପାରି ନାହାନ୍ତି । ପରେ ହନୁମାନ ରାମଙ୍କ ସାହାଯ୍ୟ ସତ୍ୱେସତ୍ତ୍ୱେ ମଧ୍ୟ ବଧ କରି ପାରି ନାହାନ୍ତି । ସେପଟେ କିପରି ରାମଙ୍କର ମୃତ୍ୟୁ ହେବ ବୋଲି ବିଲଙ୍କାସୁର ଗ୍ରାମଦେବତୀଙ୍କୁ ପୂଜା ଓ ଯଜ୍ଞ କରିଛି । ମାତ୍ର ହନୁମାନ ଓ ରାମଚନ୍ଦ୍ର ତାଙ୍କ ଯଜ୍ଞ ସମ୍ପୁର୍ଣ କରାଇ ଦେଇ ନାହାନ୍ତି । ବିଲଙ୍କାସୁରକୁ ବଧ କରିବାକୁ ସୀତାଙ୍କର ଆବଶ୍ୟକତା ଅଛି ବୋଲି ଦେବତାମାନେ କହିବାରୁ ହନୁମାନ ଯାଇ ସୀତା ଓ ଲକ୍ଷ୍ମଣଙ୍କୁ ବିଲଙ୍କା ଆଣିଛନ୍ତି । ରାମ, ଲକ୍ଷ୍ମଣ, ହନୁମାନ ମିଳିତଭାବରେ ଯୁଦ୍ଧ କରି ବିଲଙ୍କାସୁରକୁ ମାରି ପାରି ନାହାନ୍ତି । ଶେଷରେ ଦେବଗଣ ସୀତାଙ୍କୁ ପ୍ରାର୍ଥନା କରି ରାକ୍ଷସକୁ ବଧ କରିବାକୁ ନିବେଦନ କରିବାରୁ ସୀତା ଚିତ୍ରସେନ ରଥରେ ବସି ଯୁଦ୍ଧଭୁମିକୁ ଆସିଛନ୍ତି । ଯୁଦ୍ଧକରି ଶେଷରେ ବିବସ୍ତ୍ର ହେବାରୁ ବିଲଙ୍କାସୁର ସୀତାଙ୍କୁ ହରଣ କରି ନେବାକୁ ସ୍ଥିର କରିଥିବା ବେଳେ ରାମ, ଲକ୍ଷ୍ମଣଙ୍କ ମିଳିତ ଅସ୍ତ୍ରରେ ରାକ୍ଷସର ମୃତ୍ୟୁହୋଇଛି । ପରେ ରାମଙ୍କ ରାଜ୍ୟ ଅଭିଷେକ ଉତ୍ସବ ମହାସମାରୋହରେ ପାଳିତ ହୋଇଛି ।
 
'''ମହାଭାରତ'''