"ଲକ୍ଷ୍ମଣ ନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

ଟିକେ
ବନାନ ସଂଶୋଧନ (via JWB)
ଟିକେ (Regular Character Changes)
ଟିକେ (ବନାନ ସଂଶୋଧନ (via JWB))
୧୯୨୧ ମସିହାରେ [[ମହାତ୍ମାଗାନ୍ଧି]]ଙ୍କ ଡାକରାରେ [[ଅସହଯୋଗ ଆନ୍ଦୋଳନ]] ଆରମ୍ଭ ହୋଇଥିଲା ଓ ଏହାର ଦମନ ସ୍ୱରୂପ ବ୍ରିଟିଶ ସରକାର ନାନାଦି ଅତ୍ୟାଚାର ସହ ନୂତନ ଟିକସ ମାନ ଲାଗୁ କରିଥିଲେ । ଏହି ସମୟରେ ବିଭିନ୍ନ ସଶସ୍ତ୍ର ଆଦିବାସୀ ବିଦ୍ରୋହ ଦେଖାଯାଇଥିଲା । କୋରାପୁଟ ଜିଲ୍ଲାର ଗୁଣୁପୁର ,ରାୟଗଡାରେ “ଗୁମ୍ମା ଗରବା ମେଳି” ବା “ଗାଇବା ପିଲା ମେଳି” ସଂଘଟିତ ହେଇଥଲା । [[ପାରଳାଖେମୁଣ୍ଡି]] ଅଞ୍ଚଳର ମୁଠାଦାର ମାନେ ସରକାରଙ୍କ ବିରୁଦ୍ଧରେ ମେଳି କରିଥିଲେ । କୋରପୁଟକୁ ଲାଗି [[ମଧ୍ୟପ୍ରଦେଶ]] ( ବର୍ତମାନର [[ଛତିଶଗଡ଼]] )ରେ “ବସ୍ତର ମେଳି” ନାମରେ ବିପ୍ଲବ ହେଇଥିଲା । ଏହି ସମୟରେ [[ଆନ୍ଧ୍ରପ୍ରଦେଶ]]ରେ ଆଲୁରୀ ସୀତାରାମ ରାଜୁଙ୍କ ନେତୃତ୍ୱରେ ''ରମ୍ଫା ଫିତୁରୀ '' ବା ମେଳି ଅନ୍ୟତମ ମୁଖ୍ୟ ଘଟଣା । ଏହି ମେଳି ଆଦିବାସୀମାନଙ୍କ ମଧ୍ୟରେ ବହୁଳ ଭାବରେ ବନ୍ଧୁକର ବ୍ୟବହାର ପ୍ରସାର କରିଥିଲା । ଏହା ଲକ୍ଷ୍ମଣ ନାୟକଙ୍କ ସ୍ଥାନ ମାଲକାନିଗିରି ଓ ଆନ୍ଧ୍ରର ପର୍ବତ୍ୟାଞ୍ଚଳରେ ସଂଘଟିତ ହେଇଥିଲା । ଏହି ମେଳିରେ ଯୋଗଦାନ କରିଥିବା କକୁର୍କୋଣ୍ଡଆ ଗ୍ରାମର କୋୟା ୟୁବକ ଚନ୍ଦ୍ର କୁଟିୟାଙ୍କ ସଂସ୍ପର୍ଶରେ ଲକ୍ଷ୍ମଣ ଆସି ତାଙ୍କଠୁ ବନ୍ଧୁକ ଚାଳନା ଶିକ୍ଷା କରିବା ସହ ନିଜ ଅଞ୍ଚଳରେ ସଶସ୍ତ୍ର ବିପ୍ଲବ ନିମନ୍ତେ ପରିକଳ୍ପନା କରିଥିଲେ । ମାତ୍ର ପରବର୍ତ୍ତୀ ସମୟରେ ପରାସ୍ତ ସୀତାରାମ ରାଜୁଙ୍କ ଆତ୍ମସମର୍ପଣ ସହ ଏହି ବିପ୍ଲବ ଓ ଯୋଜନାର ଅବସାନ ଘଟିଥିଲା ।
 
== ସ୍ୱାଧିନତାସ୍ୱାଧୀନତା ସଂଗ୍ରାମ ==
୧୯୩୬ ମସିହା [[ଅପ୍ରେଲ]] ୧ ତାରିଖରେ ଓଡ଼ିଶା ଏକ ସ୍ୱତନ୍ତ୍ର ପ୍ରଦେଶ ରୂପରେ ଆତ୍ମପ୍ରକାଶ କରିଥିଲା । [[ସାର ଜନ ଅଷ୍ଟିନ ହବାକ]] ହେଲେ ଓଡ଼ିଶାର ପ୍ରଥମ ଗଭର୍ଣ୍ଣର। ଏକଦା ତାଙ୍କ କୋରାପୁଟ ଗସ୍ତ ସମୟରେ ତାଙ୍କ ପ୍ରତିନିଧି ଭାବରେ ତତ୍କାଳିନ ଜୟପୁର ରାଜା ସମସ୍ତ ସୁଖସୁବିଧାର ଆୟୋଜନ କରିଥିଲେ । ମାତ୍ର ଏଥି ନିମନ୍ତେ ଆଦିବାସୀଙ୍କୁ ବହୁମୂଲ୍ୟ ଦେବାକୁ ପଡ଼ିଥିଲା । ସମସ୍ତ ପ୍ରକାରର ଉପଲବ୍ଧ ଉତ୍ତମ ଖାଦ୍ୟଦ୍ରବ୍ୟ ବିନାମୂଲ୍ୟରେ ସରକାରଙ୍କୁ ଦେବାସହ ସାହେବଙ୍କ ସେବାନିମନ୍ତେ ବେଠି ଖଟିବାକୁ ପଡ଼ିଥିଲା । ପ୍ରତିବାଦର ପରିଣାମ ଥିଲା ରାଜଦଣ୍ଡ । ସାହେବ ଓ ତାଙ୍କ ଅମଲାମାନଙ୍କର ଏ ଅତ୍ୟାଚରରେ ବିଚଳିତ ଲକ୍ଷ୍ମଣ ନାୟକ ନିଜ ଲୋକଙ୍କ ଦୂରବସ୍ଥା ବିଷୟରେ ତତ୍କାଲିନ ଘୁମର ଗ୍ରାମ ପଞ୍ଚାୟତର କଂଗ୍ରେସ ସଭାପତି ନିଳକଣ୍ଠ ପାତ୍ରଙ୍କୁ ଜଣାଇଥିଲେ । ନିଳକଣ୍ଠ ପାତ୍ର ଆଦିବାସୀମାନେ ହରାଇଥିବା ସମସ୍ତ ସମ୍ପତିର ତାଲିକା ପ୍ରସ୍ତୁତ କରି ଜୟପୁରର ରାଧାକୃଷ୍ଣ ବିଶ୍ୱାସରାୟଙ୍କ ନିକଟକୁ ଯାଇଥିଲେ ଓ ସେ ଏ ସମ୍ବାଦକୁ ଖବର କାଗଜରେ ପ୍ରକାଶ କରିବା ପରେ ତୀବ୍ର ପ୍ରତିକିୟା ପ୍ରକାଶ ପାଇଥିଲା । ପରିଣାମ ସ୍ୱରୂପ ଇଂରେଜ ସରକାର ଲୋକମାନଙ୍କ ଠାରୁ ନିଆଯାଇଥିବା ଜିନିଷର ମୂଲ୍ୟ ଫେରାଇଥିଲେ । ଏହି ଘଟଣା ଫଳରେ ଲକ୍ଷ୍ମଣ ନାୟକଙ୍କ ମନରେ ଅହିଂସା ଓ ତତ୍କାଲିନ କଂଗ୍ରେସ ଉପରେ ବିଶ୍ୱାସ ଜନ୍ମିଥିଲା । ୧୯୩୭-୩୮ରେ ରାଧାକୃଷ୍ଣ ବିଶ୍ୱାସରାୟ ଜୟପୁର ନିକଟସ୍ଥ ନୂଆପୁଟରେ ଖୋଲିଥିବା ତାଲିମ ଶିବିରରେ ଯୋଗଦାନ କରି ମହାତ୍ମାଗାନ୍ଧିଙ୍କ ଦର୍ଶିତ ଆଦର୍ଶ ନୀତି ଓ ଶୃଙ୍ଖଳିତ ଜୀବନଯାପନ ବିଷୟରେ ଶିକ୍ଷା ଲାଭ କରିଥିଲେ ।
==ସଂଗ୍ରାମୀ ଜୀବନ==
୧୩,୮୭୨

ଗୋଟି ସମ୍ପାଦନା