"ଉପେନ୍ଦ୍ର ଭଞ୍ଜ" ପୃଷ୍ଠାର ସଂସ୍କରଣଗୁଡ଼ିକ ମଧ୍ୟରେ ତଫାତ
Content deleted Content added
Psubhashish (ଆଲୋଚନା | ଅବଦାନ) →ଆଧାର: {{Authority control}}+ |
ଟିକେ "ଢ" ତଳେ ବିନ୍ଦୁ ବହୁପ୍ରଚଳିତ ବନାନ (via JWB) |
||
୧୦୦ କ ଧାଡ଼ି:
ବାରେ ବାରେ ସେବାରେ ମନାଇଁ ସୀତାରାମ ଯେ ।୫୦। </poem>|source=—ଦ୍ୱିପଞ୍ଚାଶତ ଛାନ୍ଦ, [[ବୈଦେହୀଶ ବିଳାସ]]|align=right}}କାବ୍ୟକବିତା ଲେଖି ଉପେନ୍ଦ୍ର ସାରା ଓଡ଼ିଶାରେ ବେଶ୍ ପ୍ରସିଦ୍ଧି ଲାଭ କରିସାରିଥିଲେ । ପୁରୀର ତତ୍କାଳୀନ ଗଜପତି ରାଜା ଦିବ୍ୟସିଂହ ଦେବ କବିଙ୍କ ବିଷୟରେ ଶୁଣିବାକୁ ପାଇଲେ ଓ ତାଙ୍କୁ ସମ୍ମାନିତ କରିବା ପାଇଁ ପୁରୀକୁ ଡକାଇଲେ। ରାଜାଙ୍କ ନିମନ୍ତ୍ରଣ ରକ୍ଷା କରି ଉପେନ୍ଦ୍ର ପୁରୀ ଆସିଲେ । ଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିବା ସହ ରାଜଦରବାରରେ କାବ୍ୟ ଆଲୋଚନା କଲେ । ତାଙ୍କର କାବ୍ୟ ଆଲୋଚନା ଏତେ ପାଣ୍ଡିତ୍ୟ ପୂର୍ଣ୍ଣ ଥିଲା ଯେ ଖାଲି ରାଜା କାହିଁକି ବଡ ବଡ ପଣ୍ଡିତମାନେ ମଧ୍ୟ ତାହା ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ। ଶେଷରେ ଦିବ୍ୟସିଂହ ଦେବ ରାଜଦରବାର ଭିତରେ ଉପେନ୍ଦ୍ରଙ୍କ ମୁଣ୍ଡରେ ପାଟଶାଢୀ ବାନ୍ଧିଦେଇ କହିଲେ,''ଧନ୍ୟ ଉପେନ୍ଦ୍ର। ତୁମେ ଖାଲି ରାଜପୁତ୍ର ନୁହଁ, ତୁମେ ସେମାନଙ୍କ ମଧ୍ୟରେ ଶ୍ରେଷ୍ଠ। ତୁମକୁ ଆଜି ମୁଁ '''ବୀରବର'''ଉପାଧିରେ ଭୂଷିତ କରୁଛି"।'' ଉପେନ୍ଦ୍ର ଗଜପତି ଦିବ୍ୟସିଂହ ଦେବଙ୍କର ସେହି ଉପାଧିକୁ ଆଗ୍ରହର ସହିତ ଗ୍ରହଣ କଲେ ।
ପୁରୀରେ ରହିଥିବାବେଳେ ଉପେନ୍ଦ୍ରଙ୍କର ପରିଚୟ [[ଭକ୍ତକବି ଦୀନକୃଷ୍ଣ ଦାସ]] ସହିତ ହୋଇଥିଲା । ଦୀନକୃଷ୍ଣ ଦାସ ସେତେବେଳକୁ "ରସକଲ୍ଲୋଳ" କାବ୍ୟଟିକୁ ସମ୍ପୂର୍ଣ୍ଣ ରୂପେ ଲେଖିସାରିଥାନ୍ତି । କବି ଉପେନ୍ଦ୍ର ଯେତେବେଳେ ପୁରୀକୁ ଆସିଛନ୍ତି, ତାଙ୍କୁ ଟିକେ ନିଜର କାବ୍ୟଟିକୁ ଦେଖାଇ ମତାମତ ନେବାକୁ ଦୀନକୃଷ୍ଣଙ୍କର ଭାରି ମନ ହେଲା । ତେଣୁ "ରସକଲ୍ଲୋଳ" କାବ୍ୟଟିକୁ ନେଇ ସେ ଉପେନ୍ଦ୍ର ଭଞ୍ଜଙ୍କୁ ଦେଖାଇଲେ । ଉପେନ୍ଦ୍ର ପୋଥିକୁ ଭଲ କରି
ପୁରୀରୁ ଫେରିଲା ପରେ ଉପେନ୍ଦ୍ର 'କ' ଅକ୍ଷରକୁ ପ୍ରଥମରେ ରଖି "''କଳାକୌତୁକ'' ନାମରେ କବିତାଟିଏ ଲେଖିଲେ ଯାହାର ପ୍ରତିପାଦର ମୂଳରେ "କ" ଅକ୍ଷରକୁ ରଖି [[କୃଷ୍ଣ]]ଙ୍କର ସମସ୍ତ ଲୀଳାଖେଳା ବର୍ଣ୍ଣିତ।
ଉପେନ୍ଦ୍ର ଭଞ୍ଜଙ୍କ ପୂର୍ବବର୍ତ୍ତୀ କବିମାନେ ତତ୍କାଳୀନ ପାଠକମାନଙ୍କର ପସନ୍ଦକୁ ଅନୁସାରେ କେବଳ ରାଧାକୃଷ୍ଣଙ୍କ ଉପରେ ବର୍ଣ୍ଣନା କରି କାବ୍ୟକବିତା ଲେଖିଥିଲେ । ଉପେନ୍ଦ୍ର ପ୍ରଥମ କରି ଓଡ଼ିଆ ସାହିତ୍ୟରେ ସୀତାରାମଙ୍କୁ ନେଇ କାବ୍ୟ ଲେଖିଲେ । ନୂଆ ପ୍ରକାରର କାବ୍ୟ ରସାମୃତ ପରିବେଷଣ ହେବା ଫଳରେ ସେତେବେଳର ସମାଜରେ ତାହା ବେଶ୍ ଅଲୋଡନ ସୃଷ୍ଟି କରିବା ସହିତ ପାଠକମାନଙ୍କଦ୍ୱାରା ଆଦରଲାଭ ମଧ୍ୟ କଲା । ନିଜର ଆରାଧ୍ୟ ଦେବତା ସୀତାରାମଙ୍କ ଲୀଳା ବର୍ଣ୍ଣନା କରିବାରେ ତାଙ୍କର ଲେଖନୀ ଚଳଚଞ୍ଚଳ ହୋଇ ଉଠିଲା । ନିପୁଣ ଭାବରେ ସେ ରାମସୀତା ଚରିତଟିକୁ ବିଭିନ୍ନ ଛନ୍ଦରେ ମାଳଟିଏ ଗୁନ୍ଥିଥିଲେ କହିଲେ ଅତ୍ୟୁକ୍ତି ହେବନାହିଁ । ସାଧାରଣ ପାଠକଟିଏ ଏହି କାବ୍ୟଟି
ଉପେନ୍ଦ୍ର ଭଞ୍ଜ ବହୁ ଶାସ୍ତ୍ର
=== ରଚନାବଳୀ ===
୧୧୨ କ ଧାଡ଼ି:
===ଲାବଣ୍ୟବତୀ===
ଉପେନ୍ଦ୍ରଙ୍କ ପତ୍ନୀ ଲାବଣ୍ୟବତୀଙ୍କର ଭାଇ ପୁରୁଷୋତ୍ତମ ଜଣେ ପ୍ରସିଦ୍ଧ କବି ଓ ଭାଉଜ ଶୋଭାବତୀ ଜଣେ ବିଦୁଷୀ ନାରୀ ଥିଲେ । ଥରେ ପୁରୁଷୋତ୍ତମ "ଶୋଭାବତୀ" ନାମରେ କାବ୍ୟଟିଏ ଲେଖି ଉପେନ୍ଦ୍ରଙ୍କ ପାଖକୁ ପଠାଇଥିଲେ । ଉପେନ୍ଦ୍ର କାବ୍ୟଟିକୁ ନେଇ ଲାବଣ୍ୟବତୀଙ୍କୁ ଦେଖାଇଲେ, କବିତାଟି
ଏକ କାଳ୍ପନିକ ବିଷୟବସ୍ତୁକୁ ନେଇ ଲେଖାଯାଇଥିବା "ଲାବଣ୍ୟବତୀ" କାବ୍ୟଟିକୁ
=== ବୈଦେହୀଶ ବିଳାସ ===
୧୨୧ କ ଧାଡ଼ି:
===କୋଟି ବ୍ରହ୍ମାଣ୍ଡ ସୁନ୍ଦରୀ===
"ବୈଦେହୀଶ ବିଳାସ", "ଲାବଣ୍ୟବତୀ" ଭଳି ଦୁଇଟି ପ୍ରସିଦ୍ଧ କାବ୍ୟ ଲେଖିସାରିଲା ପରେ ଉପେନ୍ଦ୍ର ନିଜର ତୃତୀୟ କାବ୍ୟ "କୋଟି ବ୍ରହ୍ମାଣ୍ଡ ସୁନ୍ଦରୀ" ଲେଖିଲେ । କାବ୍ୟଟିରେ କବି ଚମ୍ପାନଗରୀର ରାଜା ବିଶ୍ୱାସନନ୍ଦକ ଓ ରାଣୀ ବିଚିତ୍ରକଳାଙ୍କର କନ୍ୟା କୋଟି ବ୍ରହ୍ମାଣ୍ଡ ସୁନ୍ଦରୀଙ୍କର କଥାକୁ ବର୍ଣ୍ଣନା କରିଛନ୍ତି. ରାଜାରାଣୀ ଝିଅଟିକୁ କେମିତି ଲାଭ କଲେ, କିପରି ତାର ଲାଳନ ପାଳନ କଲେ ଏସବୁ କଥା ଅତି ସୁନ୍ଦର ଭାବରେ ଲେଖିଛନ୍ତି । ପାଟଳିପୁତ୍ରର ରାଜପୁତ୍ର ପୁଷ୍ପକେତୁଙ୍କ ସହିତ କୋଟି ବ୍ରହ୍ମାଣ୍ଡ ସୁନ୍ଦରୀଙ୍କ ବିବାହ କବିଙ୍କ ଲେଖନୀମୁନରେ ଅତ୍ୟନ୍ତ ସୁନ୍ଦର ଭାବରେ ବର୍ଣ୍ଣିତ ହୋଇଛି. ବିଭିନ୍ନ ଅଳଙ୍କାର, ରସ, ଭାବ ଓ ଶବ୍ଦ ବିନ୍ୟାସଦ୍ୱାରା କାବ୍ୟଟି ଅତି ସୁନ୍ଦର ଏବଂ ହୃଦୟସ୍ପର୍ଶୀ ହୋଇପାରିଛି. ଜଗନ୍ନାଥଙ୍କର ଲୀଳାକୁ ମଧ୍ୟ ଉପେନ୍ଦ୍ର ଏହି କାବ୍ୟରେ ଅତି ସୁନ୍ଦର ଭାବରେ ରୂପାୟିତ କରିପାରିଛନ୍ତି। କାବ୍ୟଟିର ବିଷୟବସ୍ତୁ ସମ୍ପୁର୍ଣ୍ଣ କାଳ୍ପନିକ ହେଲେ ମଧ୍ୟ
ତିନୋଟି ଉନ୍ନତ ଧରଣର କାବ୍ୟ ଲେଖିସାରି ଉପେନ୍ଦ୍ର "ପ୍ରେମ ସୁଧାନିଧି", "ସୁବର୍ଣ୍ଣରେଖା", "ଅବନା ରସତରଙ୍ଗ" ଆଦି କାବ୍ୟ ମଧ୍ୟ ଲେଖିଲେ । "ଅବନା ରସତରଙ୍ଗ" କାବ୍ୟରେ ସୂର୍ପଣଖାର ନାକ କାନ କାଟିବାଠାରୁ ରାମଚନ୍ଦ୍ରଙ୍କର ଅଯୋଧ୍ୟା ଅଭିଷେକ ହେବା ପର୍ଯ୍ୟନ୍ତ ରାମାୟଣର ବିଷୟବସ୍ତୁ ଲେଖାଯାଇଛି। କାବ୍ୟଟିରେ ଏକ ଭିନ୍ନପ୍ରକାରର କାବ୍ୟିକ କୌଶଳର ଉପଯୋଗ କରାଯାଇଛି, ଏଥିରେ ସମସ୍ତ ଛନ୍ଦ ଅବନାରେ ଲେଖାଯାଇଅଛି ଯାହା ଓଡ଼ିଆ ସାହିତ୍ୟରେ ଏକ ମାଇଲ ଖୁଣ୍ଟ ।
|