"ସାରଳା ଦାସ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ "ଠାରୁ" ଶବ୍ଦ ସହ ଲାଗିରହେ (via JWB)
ଟିକେ "ଢ" ତଳେ ବିନ୍ଦୁ ବହୁପ୍ରଚଳିତ ବନାନ (via JWB)
୫୦ କ ଧାଡ଼ି:
'''ଆଲୋଚନା''':-
 
ଆଦିକବି ଶାରଳା ଦାସ ନିଜ ଗ୍ରନ୍ଥମାନଙ୍କରେ ନିଜକୁ ମୁର୍ଖ, ଅଜ୍ଞାନ ତଥା କେବଳ ମା ଶାରଳାଙ୍କ ଆଶୀର୍ବାଦ ଯୋଗୁ କାବ୍ୟ ଲେଖିଛ୍ହନ୍ତି ବୋଲି ବର୍ଣ୍ଣନା କରିଛନ୍ତି; ତେଣୁ କିଛି ସମାଲୋଚକ ତାଙ୍କୁ ମହାମୁର୍ଖ ବୋଲି ବର୍ଣ୍ଣନା କରିଛନ୍ତି । ତେବେ ଯେକୌଣସି ପାଠକ ଯଦି ତାଙ୍କ ସାହିତ୍ୟ ପଢିବପଢ଼ିବ, ତାହାହେଲେ ସେ ନିଶ୍ଚୟ ଅନୁଭବ କରିବ ଯେ ଶାରଳା ଦାସ ମୋଟେ ଗଜମୁର୍ଖ ନ ଥିଲେ । ବରଂ ସେ ଥିଲେ ବିଭିନ୍ନ ଶାସ୍ତ୍ରର ପଣ୍ଡିତ, ତେଣୁ ସେ ତତ୍କାଳୀନ ସମାଜର ବୁଦ୍ଧିଜୀବିମାନଙ୍କୁ ମୂର୍ଖ ବନାଇ ଦେଉଥିଲେ । ଶାରଳା ଦାସ ଅବଶ୍ୟ ମା ଶାରଳାଙ୍କର ଅନୁଗ୍ରହ ଲାଭ କରିଥିଲେ, କିନ୍ତୁ ତାଙ୍କର ବହୁ ଶାସ୍ତ୍ର ପୁରାଣରେ ପ୍ରବେଶ ଥିଲା । ଅନେକ ଗ୍ରନ୍ଥ ଅଧ୍ୟୟନ କରିଥିବାରୁ ତାଙ୍କର ଅସୀମ ଜ୍ଞାନ ଥିଲା । ସେ କପିଳେନ୍ଦ୍ରଦେବଙ୍କର ସୈନ୍ୟବାହିନୀରେ ଯୋଗଦେଇ ଅନେକବର୍ଷ ବିଭିନ୍ନ ସ୍ଥାନ ଭ୍ରମଣ କରିଥିଲେ, ଏଣୁ ତାଙ୍କର ଭୌଗଳିକ ଜ୍ଞାନ ମଧ୍ୟ ବହୁତ ଥିଲା । ବିଭିନ୍ନ ଲୋକଙ୍କ ସହ ସିଧାସଳଖ ସଂସ୍ପର୍ଶରେ ଆସିବାଦ୍ୱାରା ସେ ଲୋକଚରିତ୍ର କଣ ଅନୁଭବ କରିପାରିଥିଲେ । ଏତେ ସବୁ ସତ୍ତ୍ୱେ ସେ ସେତେବେଳର ସମାଜକୁ ଭୟ କରୁଥିଲେ, ତେଣୁ ସାଧାରଣ ଲୋକମାନେ ବୁଝିବା ଭଳି ଭାବ ଭାଷାରେ ସେ ଓଡ଼ିଆରେ କେଖୁଥିଲେ । ତତ୍କାଳୀନ ବ୍ରାହ୍ମଣପ୍ରଧାନ ସମାଜ ଓ ସସ୍କୃତପ୍ରେମୀ ଜନତା କାଳେ ତାଙ୍କ ସାହିତ୍ୟକୁ ଅନାଦର କରିବେ, ଏଇ ଭୟରେ ସେ ଚତୁରତାର ସହ ପ୍ରଚାର କଲେ ଯେ ସେ କିଛି ଲେଖିନାହାନ୍ତି । ଯାହା ମା ଶାରଳା କୁହନ୍ତି, ତାକୁ ସେ ଲେଖନ୍ତି । ମା ଶାରଳାଙ୍କ ନାମକୁ ନେଇ କବି ତାଙ୍କ ରଚନାକୁ ସମାଜରେ ପ୍ରତିଷ୍ଠିତ କରି ପାରିଥିଲେ । ଓଡ଼ିଆ ଭାଷା ସାହିତ୍ୟର ସେ ଜଣେ ବିରଳ ପ୍ରତିଭା । ତାଙ୍କର ପ୍ରମୁଖ ଗ୍ରନ୍ଥଗୁଡିକ ମଧ୍ୟରେ "ବିଲଙ୍କା ରାମାୟଣ", "ମହାଭାରତ", "ଚଣ୍ଡି ପୁରାଣ" ଏବଂ "ଲକ୍ଷ୍ମୀନାରାୟଣ ବଚନିକା ନାମକ ଏକ କ୍ଷୁଦ୍ର ଗ୍ରନ୍ଥ ରଚନା ଅନ୍ତର୍ଭୁକ୍ତ । ଆହୁରି ଅନେକ ଗ୍ରନ୍ଥ ଶାରଳାଙ୍କଦ୍ୱାରା ରଚିତ ବୋଲି ଲେଖାଥିଲେ ମଧ୍ୟ ତାହା ପ୍ରକୃତରେ ଆଦିକବିଙ୍କଦ୍ୱାରା ଲେଖା ଯାଇଛି କି ନାହିଁ ପ୍ରମାଣ ହୋଇପାରି ନାହିଁ ।
 
'''ବିଲଙ୍କା ରାମାଯ଼ଣ'''
୮୦ କ ଧାଡ଼ି:
 
ତୁଙ୍ଗଭଦ୍ରା ନଦୀ କୁଳରେ ଜ୍ଞାନପୁର ନାମକ ଗାଁଟିଏ । ଗାଁକୁ ଲାଗି ଏକ ବଡ ଭୟଙ୍କର ମଶାଣୀ ଥାଏ, ଯାହାର ରାଜା ଥିଲା ବାବନାଭୁତ । ତା ଅଧୀନରେ ଥିବା ଭୁତ, ଡାହାଣୀ, ଚିରୁଗୁଣୀ ତାର ଆଦେଶ ପାଳନ୍ତି । ବାଟରେ ଯାଉଥିବା ଲୋକମାନଙ୍କୁ ସେମାନେ ଢେଲାପଥର ପକାଇ ହଇରାଣ କରନ୍ତି । ରାତିରେ ସେମାନଙ୍କୁ ଦେଖି କେହି ଯଦି ଭେଟଣା ହୋଇଗଲା, ତେବେ ରକ୍ତବାନ୍ତି କରି ମରି ଯାଉଥିଲା । ଭୁତମାନଙ୍କର ଏପରି ଉତ୍ପାତଯୋଗୁ ଗାଁ ଲୋକମାନେ ଡରିଡରି ବଡ କଷ୍ଟରେ ଦିନ ବିତାଉଥାନ୍ତି । ଦିନେ ସୋମରାଷ୍ଟ୍ର ଦେଶରୁ ଶୁଦ୍ରକ ରାଉଳ ବୋଲି ଜଣେ ବ୍ୟକ୍ତି ଆସି ସେ ଗାଁରେ ପହଙ୍ଚିଲେ, ତାଙ୍କୁ ଗୁଣି ଗାରୁଡି ଜଣାଥିଲା । ଲୋକମାନେ ରାଉଳଙ୍କୁ ପାଇ ଖୁସି ହେଲେ, ତାଙ୍କପାଇଁ ଘରଦ୍ୱାର କରିଦେଲେ । ରାଉଳଙ୍କର ଚାଷ କରିବାପାଇଁ ଜମି ଦରକାର ହେବାରୁ ସେ ସ୍ଥିର କଲେ ଯେ ବଡ ମଶାଣୀକୁ ଲାଗି ଯେଉଁ ଅନାବାଦୀ ଜମି ଅଛି, ତାକୁ ତାଡି ଚାଷ କରିବେ । ଚାଷଜମିରୁ ଯାହା ଉତ୍ପନ୍ନ କରିବେ ତାକୁ ବିକି ପରିବାର ପୋଷିବେ । ଗାଁଲୋକଙ୍କୁ ସେ ମନକଥା କହିବାରୁ ସେମାନେ ତାଙ୍କୁ ବାବନାଭୁତର ଉପଦ୍ରବ କଥା କହିଲେ ଓ ସେ ଜମିରେ ଚାଷ ନ କରିବାକୁ ପରାମର୍ଶ ଦେଲେ । ଶୁଦ୍ରକ କହିଲା - "ମୁଁ କେତେ ଭୁତ ପ୍ରେତଙ୍କୁ ସାବାଡ଼ କରିଦେଇଚି, ବାବନାଟା କେତେ ମାତ୍ର! ମୁଁ ଏବର୍ଷ ସେ ଜମିରେ ମାଘତିଳ ଚାଷ କରିବି । ମୋତେ ହଳ ଚାରିଟା ଯୋଗାଡ଼ କରିଦିଅ । ତେଣିକି ମୋ ଦାୟିତ୍ୱ । ତୁମେମାନେ ବ୍ୟସ୍ତ ହୁଅନାହିଁ । ମୁଁ କେବଳ ଚାଷ ଆରମ୍ଭ କରେ, ଦେଖିବ ବାବନା କିପରି ଏ ସ୍ଥାନ ଛାଡ଼ିଯାଉଛି ।"
ହଳ କାମ ଆରମ୍ଭ ହେବାରୁ ଭୁତମାନେ ଯାଇ ବାବନାଭୁତକୁ ଏକଥା ଜଣାଇଲେ । ବାବନା ଆଦେଶରେ ଶହ ଶହ ଭୁତ ତାଙ୍କର କିଳିକିଳା ନାଦରେ ହଳିଆମାନଙ୍କୁ ଭୟଭୀତ କଲେ । ଏକଥା ଶ୍ହୁଣି ଶୁଦ୍ରକ ରାଉଳ ସେଠି ପହଙ୍ଚିଯାଇ ତା ବିଦ୍ୟା ପ୍ରୟୋଗ କଲା, ଦଉଡି ଠେଙ୍ଗାରେ ଭୁତମାନଙ୍କୁ ପାନେ ଦେଲା । ଭୁତମାନେ ମୁକ୍ତିଦେବାକୁ ପ୍ରାର୍ଥନା କରିବାରୁ ରାଉଳ କହିଲା ଯଦି ତାକୁ ୬୦ପଉଟି ତିଳ ଦେବେ, ତେବେ ସେମାନଙ୍କୁ ମୁକ୍ତି ମିଳିବ । ସେମାନେ ରାଜି ହୋଇ ପଳାଇଗଲେ ଓ ବାବନାକୁ ସବୁ କହିଲେ । ବାବନାଭୁତ ସେ କଥାରେ ରାଜି ହେଲାନାହିଁ, ବରଙ୍ଗ୍ ତା କାମ କରିବାକୁ ବାହାରି ଗଲା । ରାଉଳ କିଛି ସମୟପରେ ଘରେ ପହନ୍ଚି ଦେଖିଲା ତା ପୁଅ ଖାଲି ନାଚିକୁଦି ଚିତ୍କାର କରୁଛି, ନାନା କଥା କହୁଛି । ରାଉଳ ଜାଣିଲା ତାକୁ ଭୁତ ଗ୍ରାସିଛି । ସେ ମନ୍ତ୍ର ପଢିପଢ଼ି ଭୁତକୁ ପିଟିଲା । ବାବନାଭୁତ ନାକ ଘଷି ରାଉଳକୁ ଷାଠିଏ ପଉଟି ତିଳ ଦେଲା ଓ ତାର ବଂଶ ଦଳବଳ ନେଇ କୁଅଡେ ଚାଲିଗଲା । ଲୋକମାନେ ରାଉଳକୁ ଧନ୍ୟ ଧନ୍ୟ କରି ଖୁସିରେ ରହିଲେ ।
 
'''ଦ୍ୱାପର ଯୁଗର ଶ୍ରୀକୃଷ୍ଣ କଳିଯୁଗର ଜଗନ୍ନାଥ'''