"ଫକୀର ମୋହନ ସେନାପତି" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ →‎ବାହାର ଆଧାର: {{Authority control}}+
ଟିକେ "ମାନଙ୍କଠାରୁ" ଶବ୍ଦ ସହ ଲାଗିରହେ (via JWB)
୨୪ କ ଧାଡ଼ି:
ଫକୀରମୋହନଙ୍କର ଦାଦା ପୁରୁଷୋତ୍ତମ ସେନାପତି ଅତ୍ୟନ୍ତ ଇର୍ଷାପରାୟଣୀ ବ୍ୟକ୍ତି ଥିଲେ । ସେ ଫକୀରମୋହନଙ୍କୁ ପାଠ ପଢ଼ିବାର ଅନୁମତି ଦେଉ ନ ଥିଲେ । ଫକୀରମୋହନ ବାଲ୍ୟକାଳରେ ସବୁବେଳେ ଅସୁସ୍ଥ ରହୁଥିବାରୁ, ସେ ୯ବର୍ଷ ବୟସରେ ଫଳା ଶିଖିବା ଆରମ୍ଭ କରିଥିଲେ । ପାଠ ପଢ଼ି ପଇସା ଦେବାର କ୍ଷମତା ନ ଥିବାରୁ ସେ ଶିକ୍ଷକଙ୍କ ଘରେ କାମ କରି ପଢ଼ୁଥିଲେ । ବିଦ୍ୟା ଆହରାଣ କରିବାରେ ସେ କେବେ ସନ୍ତୁଷ୍ଟ ନ ଥିଲେ । ଯେତେ ବିଦ୍ୟା ଅଧ୍ୟୟନ କଲେ ବି ସେ ଆହୁରି ଆଧିକ ଜ୍ଞାନ ପ୍ରାପ୍ତ କରିବାରେ ଲାଗୁଥିଲେ । ନିଜ ମାତୃଭାଷାରେ ଜ୍ଞାନ‌କୋଷ ଭରିବା ସ‌ହିତ ସେ ପାର୍ସୀ ଭାଷା ମଧ୍ୟ ଶିକ୍ଷା କରିଥିଲେ । ପିଲାଦିନେ ସେ ଶ୍ରମିକ ଭାବରେ ବାଲେଶ୍ୱରରେ ଥିବା ବନ୍ଦରରେ ମଧ୍ୟ କାର୍ଯ୍ୟ କରୁଥିଲେ ଏବଂ ସେଠାରେ ସେ ବଙ୍ଗାଳୀ ଓ ସଂସ୍କୃତ ଭାଷା ମଧ୍ୟ ଶିକ୍ଷା କରିଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref>
 
ମା‍ଇନର ପାଶ୍ କଲା ପରେ ସେ ବାଲେଶ୍ୱରର ବାରବାଟୀ ସ୍କୁଲରେ ବିଦ୍ୟାଧ୍ୟୟନ ଜାରି ରଖିଥିଲେ । ସେଠାରେ ସେ ଇତିହାସ, ଭୂଗୋଳ ଏବଂ ଗଣିତ ଶିକ୍ଷା କରୁଥିଲେ । ସେ ନିଜର ପାରଦର୍ଶିତା ଯୋଗୁଁ ଶିକ୍ଷକ ମାନଙ୍କରଶିକ୍ଷକମାନଙ୍କର ଦୃଷ୍ଟି ଆକର୍ଷଣ କରିଥିଲେ । ତେବେ ଆର୍ଥିକ ଦୁରବସ୍ଥା ଯୋଗୁଁ ବିଦ୍ୟାଳୟର ମାସିକ ଖର୍ଚ୍ଚ ୨୫ ପଇସା ଦେଇ ନ ପାରି ତାଙ୍କୁ ପାଠପଢ଼ା ତ୍ୟାଗ କରିବାକୁ ପଡ଼ିଥିଲା ଏବଂ ସେହି ବାରବାଟୀ ସ୍କୁଲରେ ତାଙ୍କୁ ମାସିକ ୨.୫୦ ଟଙ୍କା ଦରମାରେ ଶିକ୍ଷକ ଚାକିରୀ କରିବାକୁ ହୋ‍ଇଥିଲା ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref> ସେଠାରେ ସେ ଇତିହାସ, ଭୂଗୋଳ ଏବଂ ଗଣିତରେ ଶିକ୍ଷାଦାନ ଆରମ୍ଭ କରିଦେଲେ । ଏହି ସବୁ ବିଷୟରେ ସେ ନିଜେ ନିଜର ଜ୍ଞାନ‌କୁ ପ୍ରଗାଢ଼ କରିପାରିଥିଲେ । ବାଲେଶ୍ୱର କଲେକ୍ଟରେଟ୍‌ରେ କିଛି କାଳ ପାଇଁ ସେ କିରାଣୀ ଚାକିରି କରିଥିଲେ । ପରବର୍ତ୍ତୀ କାଳରେ ସେ ବାଲେଶ୍ୱର ମିଶନ ସ୍କୁଲରେ ୧୮୭୧ ଯାଏଁ ଶିକ୍ଷକତା କରିଥିଲେ ।
 
ଫକୀରମୋହନ ନିଜ ପରିଶ୍ରମ ବଳରେ ଇଂରାଜୀ ଶିକ୍ଷା କରିଥିଲେ । ଆରବିଆନ ନାଇଟସ୍, ରବିନସନ କୃଷେ, ଇଂରାଜୀ ବାଇବେଳ ଭଳି କିଛି ଇଂରାଜୀ ବ‌ହି ପଢ଼ିବା ବେଳେ ସେ ଇଂରାଜୀ ଅଭିଧାନର ସାହାଯ୍ୟ ନେଇଥିଲେ । ଯଦିଓ ଫକୀରମୋହନ ୨୩ ବର୍ଷ ବୟସରେ ଇଂରାଜୀ ଶିକ୍ଷା ଆରମ୍ଭ କରିଥିଲେ, କିନ୍ତୁ ତାଙ୍କର ପ୍ରକୃତିଦତ୍ତ ଦକ୍ଷତା ପାଇଁ ସେ ବିଦେଶୀମାନଙ୍କର ମଧ୍ୟ ଦୃଷ୍ଟି ଆକର୍ଷଣ କରିପାରିଥିଲେ ।<ref name="ଫକୀର ମୋହ‌ନ ସେନପତି ଜୀବନୀ"></ref>