"ଲକ୍ଷ୍ମଣ ନାୟକ" ପୃଷ୍ଠାର ସଂସ୍କରଣ‌ଗୁଡ଼ିକ ମଧ୍ୟରେ ତଫାତ

Content deleted Content added
ଟିକେ "ମାନଙ୍କ" ଶବ୍ଦ ସହ ଲାଗିରହେ (via JWB)
ଟିକେ ବହୁପ୍ରଚଳିତ ବ୍ୟବହାର (via JWB)
୨୦ କ ଧାଡ଼ି:
ତାଲିମ ଶିବିରରୁ ଫେରି ଲକ୍ଷ୍ମଣ କୋରାପୁଟରେ ଖଦୀ ଓ ଅହିଂସାର ପ୍ରଚାର ଓ ପ୍ରସାରରେ ଯୋଗ ଦେଇଥିଲେ । ପଶୁବଳିକୁ ବିରୋଧ କରିବା ସହ ନିଜର ତିଶାରି ବୃତ୍ତିରେ ଆଉ ପଶୁବଳି ଦେଇନଥିଲେ । ଲକ୍ଷ୍ମଣ ଗାଁକୁ ଗାଁ ବୁଲି ଲୋକଙ୍କୁ ନିର୍ଭିକ ହେବା ସହ ସରକାରଙ୍କୁ ଟିକସ ନ ଦେବା ଅହିଂସା ମାର୍ଗରେ ପରିଚାଳିତ ହେବା ମଦ୍ୟ ତ୍ୟାଗ କରିବା ସହ ଏକ ଶୃଙ୍ଖଳିତ ଜୀବନ ଧାରଣ ନିମନ୍ତେ ବାର୍ତ୍ତା ପ୍ରଚାର କରୁଥିଲେ । <ref name="Saheed Laxman">{{cite web|title=Saheed Laxman Nayak|url=http://creativeodisha.com/AboutOdisha/View-Eminent-Personalities/Laxman-Nayak|work=creativeodisha.com|accessdate=12 April 2016}}</ref> ତାଙ୍କର ପ୍ରଧାନ ସହାୟକ ମଧ୍ୟରେ ବଲରାମ ସିଂ ପୁଜାରୀ,ମୋତିରାମ ସିଂ ପୁଜାରୀ ,ବନସିଂ ପୁଜାରୀ,କୃଷ୍ଣଚନ୍ଦ୍ର ବିଶୋଇ ପ୍ରମୁଖ ଥିଲେ । କୃଷ୍ଣଚନ୍ଦ୍ର ସାକ୍ଷରତା ଅଭିଯାନରେ ସାହାଯ୍ୟ କରି କୋରାପୁଟର ଉଦୟଗିରିଠାରେ ଏକ ସ୍କୁଲ ଖୋଲିଥିଲେ । ଏକ ମୁସ୍ତାଦା ହୋଇ ମଧ୍ୟ ଲୋକଙ୍କୁ କର ନ ଦେବା ପାଇ କହିବାର ପରିଣାମ ସ୍ୱରୂପ ଲକ୍ଷ୍ମଣଙ୍କୁ ରାଜଦ୍ରୋହୀ ବା ଫିତୁରିଦାର୍ (ଅର୍ଥାତ ରାଜାଙ୍କୁ ବିରୁଦ୍ଧ କରୁଥିବା ମେଳିର ସର୍ଦ୍ଦାର ) ଘୋଷଣା କରି ତାଙ୍କ ଠାରୁ ସରକାରଙ୍କ ତରଫରୁ ଦିଆଯାଇଥିବା ପଦବୀ ଓ ଚାଷ ଜମି ଛଡାଇ ନିଆଯାଇଥିଲା ।
 
[[ଦ୍ୱିତୀୟ ବିଶ୍ୱଯୁଦ୍ଧ]] ସମୟରେ ମହାତ୍ମାଗାନ୍ଧିଙ୍କ ଆହ୍ୱାନରେ ବ୍ୟକ୍ତିଗତ ସତ୍ୟାଗ୍ରହରେ ଅଂଶଗ୍ରହଣ କରି ଜେଲଦଣ୍ଡ ପାଇଥିଲେ । ୧୯୪୨ ମସିହା ଅଗଷ୍ଟ ୯ ବମ୍ବେ ଅଧିବେଶନରେ କଂଗ୍ରେସ ବ୍ରିଟିଶ ସରକାର ଭାରତ ଛାଡଛାଡ଼ ପ୍ରସ୍ତାବ ପାଶ କରିଥିଲା । ଏହା ପରେ ବ୍ରିଟିଶ ସରକାର କଂଗ୍ରେସକୁ ବେଆଇନ ଘୋଷଣା କରିଥିଲା । ଗୁପ୍ତରେ ଏହି ସମ୍ବାଦ ପାଇବା ପରେ ଲକ୍ଷ୍ମଣ ନାୟକ ବଲରାମ ପୁଜାରୀଙ୍କଦ୍ୱାରା ଜୟପୁରରୁ ଆସିଥିବା ନିର୍ଦ୍ଦେଶଗୁଡିକୁ ଆଦିବାସୀ ଭାଷାରେ ଅନୁବାଦ କରାଇ ( “କର ବା ମର”କୁ “ତୋର୍ ବୁତା ତୁଇ କର୍ , ନ ପାରିଲେ ମର୍”) ଗାଁ ଗାଁ ବୁଲି ଲୋକମାନଙ୍କୁ ସତ୍ୟାଗ୍ରହ ଓ ସ୍ୱାଧିନତା ନିମନ୍ତେ ଅହିଂସା ଲଢେଇର ବାର୍ତ୍ତା ପ୍ରଚାର କରିଥିଲେ ।
 
ମାଥିଲି ଥାନା ଗୁଳିକାଣ୍ଡ